Posted inଜାତୀୟ

ଇସ୍ରାଏଲ୍‌ର ଏୟାରଷ୍ଟ୍ରାଇକ୍‌ରେ ଗୋଟିଏ ପରିବାରର ୧୦ ଜଣଙ୍କ ମୃତ୍ୟୁ

ଗାଜାଷ୍ଟ୍ରିପ୍‌,୧୭।୪: ଗାଜା ଉପରେ ଇସ୍ରାଏଲ୍‌ର ଏୟାରଷ୍ଟ୍ରାଇକ ଯୋଗୁ ଗୋଟିଏ ପରିବାରର ୧୦ ଜଣଙ୍କ ସମେତ ୨୩ ଜଣଙ୍କ ମୃତ୍ୟୁ ଘଟିଛି। ବୁଧବାର ରାତିରୁ ଏହି ଆକ୍ରମଣ ଜାରି ରହିଥିଲା। ଗାଜାକୁ ୬ ସପ୍ତାହ ପର୍ଯ୍ୟନ୍ତ ଖାଦ୍ୟ ଓ ଅନ୍ୟାନ୍ୟ ଜରୁରୀ ସାମଗ୍ରୀ ଯୋଗାଣ ଅବରୋଧ କରିବାକୁ ଇସ୍ରାଏଲ୍‌ର ଘୋଷଣା ପରେ ଜାତିସଂଘ ଏହାର ପରିଣାମକୁ ନେଇ ଉଦ୍‌ବେଗ ପ୍ରକାଶ କରିଛି।

ଜାନୁଆରୀ ୧୯ରୁ ଇସ୍ରାଏଲ୍‌ ଏବଂ ହମାସ୍‌ ମଧ୍ୟରେ ଅସ୍ତ୍ରବିରତି ଆରମ୍ଭ ହୋଇଥିବା ବେଳେ ଗତ ମାସରେ ଜେରୁଜେଲମ୍‌ ଏଥିରୁ ଓହରିଯାଇଥିଲା। ଅସ୍ତ୍ରବିରତି ଚୁକ୍ତିନାମାରେ ପରିବର୍ତ୍ତନକୁ ହମାସ୍‌ ଆତଙ୍କବାଦୀ ମାନିନେବା ନିମନ୍ତେ ଚାପ ପକାଇବା ପାଇଁ ଇସ୍ରାଏଲୀ ସୈନ୍ୟମାନେ ଗାଜା ଉପରେ ଆକ୍ରମଣ ଜାରି ରଖିଛନ୍ତି।

ଦକ୍ଷିଣ ଭାଗରେ ଥିବା ଖାନ୍‌ ୟୁନିସ୍‌ ସହରରେ ଇସ୍ରାଏଲ୍‌ର ବୋମାମାଡ଼ ଯୋଗୁ ଗୋଟିଏ ପରିବାରର ୫ ଶିଶୁ, ୪ ମହିଳା ଓ ଜଣେ ପୁରୁଷଙ୍କ ମୃତ୍ୟୁ ଘଟିଛି। ଏହା ବ୍ୟତୀତ ଉତ୍ତର ଗାଜାରେ ହୋଇଥିବା ଏୟାରଷ୍ଟ୍ରାଇକ୍‌ରେ ୯ ଛୋଟ ପିଲାଙ୍କ ସମେତ ୧୩ ଜଣ ପ୍ରାଣ ହରାଇଥିବା ହସ୍ପିଟାଲ ସୂତ୍ରରୁ ଜଣାପଡ଼ିଛି।

ଗାଜାର ୩୦ ଲକ୍ଷରୁ ଊର୍ଦ୍ଧ୍ୱ ଲୋକ ଖାଦ୍ୟ ପାଇଁ ସଂଘର୍ଷ କରୁଥିବା ବେଳେ ଦାତବ୍ୟ ସଂସ୍ଥାଗୁଡ଼ିକରେ ଦୈନିକ ୧୦ ନିୟୁତଙ୍କ ପାଇଁ ଖାଦ୍ୟ ପ୍ରସ୍ତୁତ ହେଉଛି। ଯୋଗାଣ ବନ୍ଦ ଯୋଗୁ ଅନ୍ୟାନ୍ୟ ଖାଦ୍ୟ ଯୋଗାଣ କାର୍ଯ୍ୟକ୍ରମ ବନ୍ଦ ହୋଇଯାଇଛି। ଜାତିସଂଘ ଓ ଅନ୍ୟ ସଂଗଠନଗୁଡ଼ିକ ସେମାନଙ୍କ ଗଚ୍ଛିତ ସାମଗ୍ରୀକୁ ଦାତବ୍ୟ ରୋଷଶାଳାକୁ ପଠାଇଦେଇଛନ୍ତି। ଖାଦ୍ୟ ସଂଗ୍ରହର ଏକମାତ୍ର ଅନ୍ୟ ଉପାୟ ହେଉଛି ବଜାରରୁ କ୍ରୟ କରିବା। ଯୋଗାଣ ଅଭାବ ଯୋଗୁ ଏହିସବୁ ସାମଗ୍ରୀ ଏତେ ମହଙ୍ଗା ହୋଇଛି ଯେ, ଲୋକେ କିଣିବା ଅବସ୍ଥାରେ ନ ଥିବା ବିଶ୍ୱ ଖାଦ୍ୟ କାର୍ଯ୍ୟକ୍ରମ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri