Categories: ଜାତୀୟ

ଇସ୍ରୋ ବୈଜ୍ଞାନିକଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରତିରକ୍ଷା ମନ୍ତ୍ରୀ

ନୂଆଦିଲ୍ଲୀ,୨୨।୭: ଭାରତୀୟ ମହାକାଶ ଗବେଷଣା ସଂସ୍ଥା(ଇସ୍ରୋ) ଦ୍ୱାରା ପ୍ରସ୍ତୁତ ଚନ୍ଦ୍ରୟାନ -୨ର ସଫଳ ଉତ୍‌କ୍ଷେପଣ ପରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଇସ୍ରୋର ସମସ୍ତ ବୈଜ୍ଞାନିକଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଏହା ଇସ୍ରୋର ସଫଳତା ହୋଇଥିବା ବେଳେ ଭାରତୀୟ ମହାକାଶ ଗବେଷଣାରେ ଏକ ଇତିହାସ ସୃଷ୍ଟି ହୋଇଥିବାରୁ ଦେଶ ଏହାକୁ ନେଇ ଗର୍ବିତ ବୋଲି ରାଜନାଥ କହିଛନ୍ତି। ସୂଚନାଯୋଗ୍ୟ, ଭାରତର ଚନ୍ଦ୍ର ମିଶନ ଅନ୍ତର୍ଗତ ଚନ୍ଦ୍ରୟାନ-୨ ସୋମବାର ଅପରାହ୍ନ ୨ଟା ୪୩ରେ ଆନ୍ଧ୍ରପ୍ରଦେଶ ଶ୍ରୀହରିକୋଟାସ୍ଥିତ ଇସ୍ରୋର ସତୀଶ ଧାଓ୍ବନ ମହାକାଶ କେନ୍ଦ୍ରରୁ ଉତ୍‌କ୍ଷେପଣ କରାଯାଇଛି। ଜିଏସ୍‌ଏଲ୍‌ଭି ମାର୍କ-୩ ବାହୁବଳୀ ରକେଟରେ ଏହାର ଉତ୍‌କ୍ଷେପଣ ହୋଇଛିି। ଏହା ସେପ୍ଟେମ୍ବର ୬ରେ ଚନ୍ଦ୍ରର ଦକ୍ଷିଣ ପାର୍ଶ୍ୱରେ ଅବତରଣ କରିବ।

Share