Posted inଖେଳ

ଇସ୍‌ଲାମାବାଦ୍‌ ସୁରକ୍ଷାରେ ସନ୍ତୁଷ୍ଟ ଆଇଟିଏଫ୍‌

ମୁମ୍ବାଇ,୧୩।୮- ଆସନ୍ତା ମାସରେ ଇସ୍‌ଲାମାବାଦ୍‌ଠାରେ ଭାରତ ଓ ପାକିସ୍ତାନ ମଧ୍ୟରେ ଦୁଇଦିନିଆ ଡେଭିସ କପ୍‌ ମୁକାବିଲା ଖେଳାଯିବ। ଏହି ମ୍ୟାଚ୍‌ ଲାଗି ପାକିସ୍ତାନ ପକ୍ଷରୁ କରାଯାଇଥିବା ସୁରକ୍ଷା ବ୍ୟବସ୍ଥାରେ ଅନ୍ତର୍ଜାତୀୟ ଟେନିସ ଫେଡେରେଶନ (ଆଇଟିଏଫ୍‌) ସ.େନ୍ତାଷ ପ୍ରକାଶ କରିଛି। ଉଲ୍ଲେଖଥାଉ କି, ଗତ ସୋମବାର ଜମ୍ମୁ-କଶ୍ମୀରରୁ ୩୭୦ ଧାରା ଉଚ୍ଛେଦ ପରେ ଦୁଇ ପଡ଼ୋଶୀ ଦେଶ ମଧ୍ୟରେ ତିକ୍ତତା ବୃଦ୍ଧି ପାଇବା ସହ ଯୁଦ୍ଧ ଆଶଙ୍କା ରହିଛି। ପାକିସ୍ତାନ ଭାରତୀୟ ଆମ୍ବାସାଡରଙ୍କୁ ଦେଶରୁ ଫେରାଇ ଦେଇଛି। ଏଥିଯୋଗୁ ସର୍ବଭାରତୀୟ ଟେନିସ ଆସୋସିଏଶନ (ଏଆଇଟିଏ) ପକ୍ଷରୁ ଆଇଟିଏଫ୍‌କୁ ଭେନ୍ୟୁ ପରିବର୍ତ୍ତନ କରିବା ଲାଗି ଅନୁରୋଧ କରାଯାଇଥିଲେ। ହେଲେ ଆଇଟିଏଫ୍‌ ସୁରକ୍ଷା ବ୍ୟବସ୍ଥାରେ ସନ୍ତୁଷ୍ଟ ହେବା ପରେ ଭାରତୀୟ ଦଳ ପାକିସ୍ତାନ ଗସ୍ତ କରିିବା ସ୍ପଷ୍ଟ ହୋଇଛି। ଆମେ ଆୟୋଜକ ଦଳ ସହିତ କାର୍ଯ୍ୟ କରୁଛୁ। ସ୍ବାଧୀନ ଅଭିଜ୍ଞ ସୁରକ୍ଷା ପରାମର୍ଶଦାତା ରହିଛନ୍ତି। ସେମାନେ ପରିସ୍ଥିତି ଉପରେ କଡ଼ା ନଜର ରଖିବେ ବୋଲି ଆଇଟିଏଫ୍‌ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬ର ବିଜେତା ହେଲେ ଓଡ଼ିଶାର ଜ୍ୟୋତିର୍ମୟୀ ନାୟକ

ମୁମ୍ବାଇ / ଭୁବନେଶ୍ୱର: ଦେଶର ଅନ୍ୟତମ ଲୋକପ୍ରିୟ ସଙ୍ଗୀତ ଭିତ୍ତିକ ରିଆଲିଟି ସୋ’ ‘ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬’ (Indian Idol Season 16) ର ମୁକୁଟ ଜିତି…

ଭାରତୀୟ ମୁଦ୍ରା କଟକଣା କୋହଳ କଲା ନେପାଳ

ନୂଆଦିଲ୍ଲୀ, ୨୬।୭ : ଭାରତୀୟ ମୁଦ୍ରା ଉପରେ ଥିବା କଟକଣାକୁ କୋହଳ କରି ନେପାଳ ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛି । ବର୍ତ୍ତମାନ ଭାରତୀୟ ଏବଂ…

ଅଙ୍ଗନୱାଡି କେନ୍ଦ୍ରରେ ତାଲା, ସରକାରୀ ସୁବିଧାରୁ ବଞ୍ଚିତ ହେଲେ ଶିଶୁ

ବରଗଡ଼,୨୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବ୍ଲକ ଅଧୀନ ହାଲୁପାଲି ପଞ୍ଚାୟତ ଅଧୀନ ନିଲଜି ଗ୍ରାମରେ ଭୋଟର ତାଲିକା ସଘନ ସଂଶୋଧନ ବେଳେ ଉପୁଜିଥିବା ଏକ କଥାକୁ…

ଅଧରପଣା ଲାଗି, ମହାପ୍ରଭୁ ଦଧିବାମନଙ୍କ ନୀଳାଦ୍ରି ବିଜେ

ବରଗଡ଼,୨୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଶ୍ରୀ ଶ୍ରୀ ଦଧିବାମନ ପୀଠରେ ଶ୍ରୀଶ୍ରୀ ଦଧିବାମନ ମହାପ୍ରଭୁଙ୍କ ଅଧରପଣା ନୀତି ରବିବାର ଅନୁଷ୍ଠିତ ହୋଇଯାଇଛି । ପରମ୍ପରା ଆଧାରରେ…

ବରଗଡ଼ ଏମ୍‌ପି ରଖିଲେ ବଡ଼ ଦାବି: ‘ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଜାତୀୟ ସମ୍ମାନ ଦିଆଯାଉ’

ବରଗଡ,୨୬।୭(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ବୀରାଙ୍ଗନା ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଯଥୋଚିତ ଜାତୀୟ ସମ୍ମାନ ପ୍ରଦାନ ପାଇଁ ଲୋକ ସଭାରେ ବରଗଡ଼ ସାଂସଦ(ଏମ୍‌ପି) ପ୍ରଦୀପ…

ଦାଦନ ସାଜିଲା କାଳ: ବର୍ଷେ ବିତିବାକୁ ବସିଲା, ମିଳୁନି ନିଖୋଜ ଯୁବକଙ୍କ ସନ୍ଧାନ

ଥୁଆମୂଳ ରାମପୁର,୨୬।୭ (ଦୁର୍ଗା କୀର୍ତ୍ତି): ପେଟର ଭୋକ ଓ ପରିବାର ପ୍ରତିପୋଷଣ ପାଇଁ କେରଳକୁ ଦାଦନ ଖଟିବାକୁ ଯାଇଥିବା ଜଣେ ନିରୀହ ଯୁବକ ନିଖୋଜ ହେବାର ବର୍ଷେ…

ଗଞ୍ଜେଇ ପରିବହନ କରିବା ପାଇଁ ବସ୍‌କୁ କରିଥିଲେ ଅପେକ୍ଷା: ମାଡିବସିଲା ପୋଲିସ, ଜଣେ ଯୁବତୀଙ୍କ ସମେତ…

ମୋହନା, ୨୬।୭( ମନ୍ମଥ ମିଶ୍ର ) : ରବିବାର ମୋହନା ଥାନା ପୋଲିସ ସ୍ଥାନୀୟ ଅଞ୍ଚଳରେ ପାଟ୍ରୋଲିଂ କରୁଥିବାବେଳେ ରାଇସିଂ ଛକ ନିକଟରେ ଦୁଇଟି ବ୍ୟାଗରେ ବେଆଇନ…

ଦୀର୍ଘ ୯ ବର୍ଷ ପରେ ପୁଣି ଗ୍ରାମରେ ପହଞ୍ଚିଲା ଖୁସି, କନ୍ଧକୂଳ ସମାଜର ପାରମ୍ପରିକ ରୀତିନୀତିରେ ଫେରିଲେ ୩ ପରିବାର

କଲ୍ୟାଣସିଂହପୁର, ୨୬।୭(ଦୀପକ କୁମାର ପରିଡା ): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ସେରିଗୁମା ପଞ୍ଚାୟତର କଣାଗାଁରେ ଦେଖିବାକୁ ମିଳିଛି ଏକ ସାମାଜିକ ଓ ସାଂସ୍କୃତିକ ପୁର୍ନମିଳନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri