ଇ-ଅଫିସ୍‌ରେ କାର୍ଯ୍ୟ କରିପାରିବେ ସରକାରୀ କର୍ମଚାରୀ -୨ ସନ୍ଦିଗ୍ଧ ବିପଦମୁକ୍ତ

ଜଗତ୍‌ସିଂହପୁର ଅଫିସ,୧୮ା୩: ସରକାରୀ କର୍ମଚାରୀ ଇ-ଅଫିସ ମାଧ୍ୟମରେ ଘରେ ରହି ମଧ୍ୟ କାମ କରିପାରିବେ। ଇ-ଅଫିସ ଏଭଳି ଜରୁରୀ ପରିସ୍ଥିତିରେ ବେଶ୍‌ ସହାୟକ ହୋଇପାରିଛି ବୋଲି ଜିଲାପାଳ ସଂଗ୍ରାମ କେଶରୀ ମହାପାତ୍ର କହିଥିଲେ। କୌଣସି ଲୋକ ଜିଲାପାଳଙ୍କ ନିକଟକୁ ନ ଆସି ମୋବାଇଲ କିମ୍ବା କମ୍ପ୍ୟୁଟର ମାଧ୍ୟମରେ ଅଭିଯୋଗ କରିପାରିବେ। ଅନ୍ୟପକ୍ଷରେ ଜିଲାର ୨ଜଣ କରୋନା ସନ୍ଦିଗ୍ଧ ସୋମବାର ଚିହ୍ନଟ ହୋଇଥିଲେ। ସଙ୍ଗେସଙ୍ଗେ ସେମାନଙ୍କ ରକ୍ତ ନମୁନା ପରୀକ୍ଷା ପାଇଁ କଟକ ବଡ ଡାକ୍ତରଖାନା ପଠାଯାଇଥିଲା। କିନ୍ତୁ ସେମାନେ ବିପଦମୁକ୍ତ ଅଛନ୍ତି। ଜିଲା ମୁଖ୍ୟ ଚିକିତ୍ସାଳୟ, ପାରାଦୀପ ପୋର୍ଟ ହସ୍ପିଟାଲ ଓ ବାଲିକୁଦା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପୃଥକ ଅଲଗା ରଖାଯିବା (ଆଇସୋଲେଶନ୍‌) ୱାର୍ଡ ଖୋଲାଯାଇ କରୋନା ସନ୍ଦିଗ୍ଧଙ୍କୁ ପରୀକ୍ଷା କରାଯାଉଛି। ପାରାଦୀପ ପୋର୍ଟ ତରଫରୁ ବାହାରୁ ଆସୁଥିବା ଲୋକଙ୍କୁ ସ୍କ୍ରିନିଂ କରାଯାଇ ସନ୍ଦେହ ହେଲେ ନମୁନା ପରୀକ୍ଷା ବ୍ୟବସ୍ଥା ହେଉଛି। ଏଥିସହ ଜିଲାର ସମସ୍ତ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର, ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଓ ଉପକେନ୍ଦ୍ରଗୁଡିକରେ ପୋଷ୍ଟର, ବ୍ୟାନର ମରାଯାଇଛି। ପାରାଦୀପ ଓ ଜଗତ୍‌ସିଂହପୁରରେ ୨ଟି ହୋର୍ଡିଂ ଲଗାଯାଇଛି। ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ୨ଟି ଏଲ୍‌ଇଡି ଟିଭି ଲଗାଯାଇ କରୋନା ଭୂତାଣୁ ସଂକ୍ରାନ୍ତରେ ସତର୍କ ସୂଚନା ପ୍ରଦର୍ଶନ କରାଯାଉଛି। ଜିଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ, ଜଗତ୍‌ସିଂହପୁର ଓ ପାରାଦୀପ ପୌର ପରିଷଦ ପକ୍ଷରୁ ଡାକବାଜି ଯନ୍ତ୍ର ସାହାଯ୍ୟରେ ମଧ୍ୟ ସଚେତନତା ସୃଷ୍ଟି କରାଯାଉଛି। ଜିଲାର ସମସ୍ତ ସରକାରୀ, ବେସରକାରୀ ଶିକ୍ଷାନୁଷ୍ଠାନ, କୋଚିଂସେଣ୍ଟର, ହଷ୍ଟେଲ, ମେସ୍‌ ଆଦିକୁ ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ବନ୍ଦ କରାଯାଇଛି। ଯୁଗ୍ମ ଜନଅଭିଯୋଗ ଶୁଣାଣି, ଓକାକ୍‌ ଅଧୀନରେ ଚାଲୁଥିବା ସମସ୍ତ ଆଧାର ପଞ୍ଜୀକରଣ କେନ୍ଦ୍ରଗୁଡିକୁ ସାମୟିକ ଭାବେ ବନ୍ଦ ରଖାଯାଇଛି। ଗୋଷ୍ଠୀ ହୋଇ ଭୋଜି କରିପାରିବେ ନାହିଁ। କେହି ରାଜ୍ୟ ବାହାରୁ ଆସୁଥିବା ସୂଚନା ପାଇଲେ ନିଜେ ଯେପରି ଅଲଗା ଭାବେ ରହିବେ ସେଥିନେଇ ବିଡିଓ, ସରପଞ୍ଚ ଆଦି ପରାମର୍ଶ ଦେବାକୁ କୁହାଯାଇଛି


Enter your email to get our daily news in your inbox.

All Right Reserved By Dharitri.Com

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଭାଜପା ରାଜ୍ୟ କାର୍ଯ୍ୟକାରିଣୀ କମିଟି ସଦସ୍ୟ ଭାବେ ମନୋନୀତ ହେଲେ ବିପିନ,ସମର୍ଥକଙ୍କ ମଧ୍ୟରେ…

ଦିଗପହଣ୍ଡି,୧୦|୪(ଅଶେଷ ନାଥ ମିଶ୍ର): ଭାରତୀୟ ଜନତା ପାର୍ଟିର ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ଶୁକ୍ରବାର  ଦିଗପହଣ୍ଡି ବ୍ଳକର ପୂର୍ବତନ ଅଧ୍ୟକ୍ଷ ତଥା  ୨୬ ନଂ…

ଥୁଆମୂଳ ରାମପୁର ବ୍ଲକରେ ବିକାଶ କାର୍ଯ୍ୟର ସମୀକ୍ଷା; ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିବାକୁ ଚେତାବନୀ ଦେଲେ ପ୍ରଦୀପ ଦିଶାରୀ

ଥୁଆମୂଳ ରାମପୁର, ୧୦/୦୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଭାଗୃହରେ ଶୁକ୍ରବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକରେ ପ୍ରଶାସନିକ ଅବହେଳାର ଏକ ନଗ୍ନ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ପୁରୀ ରଥଯାତ୍ରା: ଘୋଗଡରୁ ଟ୍ରକ ଯୋଗେ ପୁରୀ ଗଲା ରଥକାଠ

ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ)-ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ ଆବଶ୍ୟକ ହେଉଥିବା ରଥ କାଠ ରାଜ୍ୟର ବିଭିନ୍ନ ଜଙ୍ଗଲରୁ ଯାଉଛି। ବିଗତ କିଛି ବର୍ଷ ହେବ ଗଞ୍ଜାମ ଜିଲା…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri