ଇ-ଅଫିସ ପରିସରଭୁକ୍ତ ହେଲା ସମଗ୍ର ଶିକ୍ଷା କାର୍ଯ୍ୟାଳୟ

ଜଗତ୍‌ସିଂହପୁର ଅଫିସ,୨୭ା୨: ଜଗତ୍‌ସିଂହପୁର ଜିଲାପାଳଙ୍କ କାର୍ଯ୍ୟାଳୟ ପରେ ଏବେ ଇ-ଅଫିସ୍‌ ପରିସରଭୁକ୍ତ ହୋଇଛି ଜିଲା ସମଗ୍ର ଶିକ୍ଷା କାର୍ଯ୍ୟାଳୟ। ଏଣିକି ଏହି କାର୍ଯ୍ୟାଳୟର ସମସ୍ତ ଫାଇଲପତ୍ର କାମ ଇ-ଅଫିସ ମାଧ୍ୟମରେ ପରିଚାଳିତ ହେବ। ଏହାଦ୍ୱାରା କାର୍ଯ୍ୟକ୍ଷେତ୍ରରେ ସ୍ବଚ୍ଛତା ଅଣାଯିବା ସହ ସମୟ ଓ ଅଫିସ ଷ୍ଟେସନାରୀର ଅପଚୟ ରୋକାଯାଇ ପାରିବ। ଏହି ଅବସରରେ ସମଗ୍ର ଶିକ୍ଷା କାର୍ଯ୍ୟାଳୟରେ ଏକ ସଭା ଆୟୋଜନ ହୋଇଥିଲା। ଏଥିରେ ଜିଲା ଶିକ୍ଷା ଅଧିକାରୀ ପ୍ରତିଭା ମଞ୍ଜରୀ ଦାସ, ଜିଲା ପ୍ରକଳ୍ପ ସଂଯୋଜକ ସପନ କୁମାର ଜେନା, ଜିଲା ସୂଚନା ଅଧିକାରୀ ଜ୍ୟୋତି ପ୍ରକାଶ ବେହେରା ଓ କାର୍ଯ୍ୟାଳୟର କର୍ମକର୍ତ୍ତାମାନେ ଉପସ୍ଥିତ ରହି ତାଲିମ ଗ୍ରହଣ କରିଥିଲେ। ତଥ୍ୟ ସଂଯୋଜନା କରିଥିଲେ ଚନ୍ଦ୍ରଜିତ ପରିଜା। ଜିଲା ସୂଚନା ଅଧିକାରୀଙ୍କ ସହ ଅତିରିକ୍ତ ସୂଚନା ଅଧିକାରୀ ଓ ଏନ୍‌ଆଇସିର କର୍ମକର୍ତ୍ତା ବିକାଶ ଦାସ, ଦେବାଶିଷ ମହାନ୍ତି ପ୍ରମୁଖ ଇ-ଅଫିସ ସମ୍ପର୍କରେ ତାଲିମ ପ୍ରଦାନ କରିଥିଲେ। ସୂଚନାଯୋଗ୍ୟ, ଇ-ମନିଟରିଂ ବ୍ୟବସ୍ଥାରେ ଜିଲା ଶିକ୍ଷା ବିଭାଗ ସମଗ୍ର ରାଜ୍ୟରେ ପ୍ରଥମ ସ୍ଥାନ ଅଧିକାର କରିଛି। ଜିଲାପାଳ ତଥା ଅଧ୍ୟକ୍ଷ ସଂଗ୍ରାମ କେଶରୀ ମହାପାତ୍ରଙ୍କ ନିର୍ଦ୍ଦେଶରେ ଏହି କାର୍ଯ୍ୟାଳୟର କାର୍ଯ୍ୟପ୍ରଣାଳୀ କମ୍ପ୍ୟୁଟରୀକୃତ ହୋଇପାରିଥିବା କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଧାରେ ଅଟକିଲା ଧାନମଣ୍ଡି ନିର୍ମାଣ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ହେଲେ ଏଠାରେ ଚାଷ, ଚାଷୀଙ୍କ…

ଖରାଦିନେ ଫ୍ରିଜରେ ଜମୁଛି କି ମୋଟା ବରଫ ସ୍ତର? କରନ୍ତୁନି ହେୟଜ୍ଞାନ, ଏହି ୪ ଉପାୟରେ…

ଗ୍ରୀଷ୍ମ ଋତୁରେ ଫ୍ରିଜ ପ୍ରତ୍ୟେକ ଘରର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ପାଲଟିଯାଏ। ମାତ୍ର ଅନେକ ସମୟରେ ଲୋକମାନେ ଏକ ବଡ଼ ସମସ୍ୟାର ସମ୍ମୁଖୀନ ହୁଅନ୍ତି। ସେଇଟି ହେଉଛି…

ବରଗଡ଼ ଟାଉନ କେନାଲର ହେବ ସୌନ୍ଦର୍ଯ୍ୟକରଣ, ନିର୍ମାଣ ହେବ ବକ୍ସ କଣ୍ଡୁଇଟ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ କେନାଲର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ସହିତ କେନାଲ ଉପରେ ବକ୍ସ କଣ୍ଡୁଇଟ ନିର୍ମାଣ ହେବ। ରବିବାର ସନ୍ଧ୍ୟାରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, ଗାଡି ସହ ଡ୍ରାଇଭର ଫେରାର

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅଧୀନ ଗୋବିନ୍ଦପୁର ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ…

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri