ଇ-ଗ୍ଲୋବ୍‌ : କୃତ୍ରିମ ହାତକୁ ଦେବ ବାସ୍ତବ ଅନୁଭବ

ନ୍ୟୁୟର୍କ: ଆମେରିକାର ପୁରଡ୍ୟୁ କଲେଜ ଅଫ ଇଞ୍ଜିନିୟରିଂର ଗବେଷକମାନେ ଏକ ଇଲେକ୍ଟ୍ରୋନିକ ଗ୍ଲୋବ୍‌(ଇ-ଗ୍ଲୋବ୍‌) ବିକାଶ କରିଛନ୍ତି, ଯାହା ପ୍ରୋସ୍ଥେଟିକ୍‌ ହ୍ୟାଣ୍ଡ୍‌ ବା ରୋବୋ ବାୟୋନିକ୍‌ ହ୍ୟାଣ୍ଡ୍‌କୁ ମଣିଷ ହାତ ସ୍ବର୍ଶର ବାସ୍ତବ ଅନୁଭବ ଦେଇପାରିବ। ଏହି ଗ୍ଲୋବ୍‌କୁ ବାୟୋନିକ ହ୍ୟାଣ୍ଡ୍‌ରେ ପିନ୍ଧିଲେ ତାହା ମଣିଷ ହାତ ଭଳି କୋମଳତା ଓ ଉଷ୍ମତା ଦେଉଛି। ଚାପ ଓ ତାପମାନକୁ ଅନୁଭବ କରିବା ସହ ଆର୍ଦ୍ରତା ବାରିପାରୁଛି। ଏହି ଗୋ୍ଲବ୍‌ରେ ସୂକ୍ଷ୍ମ ଓ ଚଳନଶୀଳ ସେନ୍‌ସର ଓ ସିଲିକନ ସର୍କିଟ ଚିପ୍ସ ଲଗାଯାଇଛି। ଏହାକୁ ସ୍ବତନ୍ତ୍ର ଭାବେ ତିଆରି କରାଯାଇଥିବା ରିଷ୍ଟ୍‌ ଓ୍ବାଚରେ ସଂଯୋଗ କରାଯାଇଛି। ପୁର୍‌ଡ୍ୟୁ କଲେଜ୍‌ ଅଫ୍‌ ଇଞ୍ଜିନିୟରିଂର ସହକାରୀ ପ୍ରାଧ୍ୟାପକ ଚି ହ୍ବାନ୍‌ ଲି ଏବଂ ତାଙ୍କ ସାଥୀ ଗବେଷକମାନେ କହିଛନ୍ତି ଯେ, ଏହି ଗ୍ଲୋବ୍‌ ପ୍ରୋସ୍ଥେଟିକ ହ୍ୟାଣ୍ଡ୍‌ ବ୍ୟବହାର କରୁଥିବା ବ୍ୟକ୍ତଙ୍କୁ ଅଧିକ ସହାୟକ ହୋଇପାରିବ । ଚଳପ୍ରଚଳ ହେବା ଭଳି ଅଙ୍ଗୁଳି ଓ କୃତ୍ରିମ ନଖ ଥିବା ଏହି ଗୋ୍ଲବ ବିଭିନ୍ନ ସ୍କିନ୍‌ଟୋନ୍‌ କଲର୍‌ରେ ବଜାରରେ ଉପଲବ୍ଧ ହେବ ବୋଲି କହିଛନ୍ତି ଗବେଷକମାନେ।


Enter your email to get our daily news in your inbox.

All Right Reserved By Dharitri.Com

ଭୟଙ୍କର ଦୁର୍ଘଟଣା: ୨୭୦ ଲୋକଙ୍କୁ ନେଇ ଯାଉଥିବା ଡଙ୍ଗା ବୁଡ଼ିଲା, ଏବେ ବି ଜାରିରହିଛି…

ଆଙ୍କରା,୩୦ା୮: ଉତ୍ତର ସାଇପ୍ରସ ଉପକୂଳରେ ଏକ ଭୟଙ୍କର ଡଙ୍ଗା ବୁଡ଼ି ଦୁର୍ଘଟଣା ଘଟିଛି। ରବିବାର ଅପରାହ୍ନରେ ଉତ୍ତର ସାଇପ୍ରସର କାଇରେନିଆ ବନ୍ଦରରୁ ତୁର୍କୀର ମର୍ସିନ ପ୍ରଦେଶସ୍ଥିତ ତାସୁକୁ…

୩୨ କେଭି ବିଦ୍ୟୁତ୍‌ ତାରରେ ବାଜିଗଲା ଛାତ୍ରଙ୍କ ହାତ, ଚାଲିଗଲା ଜୀବନ

ପାତ୍ରପୁର,୩୦ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ତହସିଲ ଜରଡ଼ା ଥାନା ଅନ୍ତର୍ଗତ ଭୈରପୁର ଗ୍ରାମର ସୁଶାନ୍ତ ପ୍ରଧାନଙ୍କ ପୁଅ ଚନ୍ଦନ( ୧୬)ଙ୍କ ବିଦ୍ୟୁତ୍‌ ଆଘାତରେ ମୃତ୍ୟୁ…

ଛାତ୍ରୀଛାତ୍ରଙ୍କୁ ନିଶାଠାରୁ ଦୂରେଇ ରହିବାକୁ ଆହ୍ବାନ

ବଞ୍ଚୋ,୩୦ା୮(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ବଞ୍ଚୋର ପ୍ରାଣବଲ୍ଲଭ ପବ୍ଲିକ ସ୍କୁଲରେ ‘ନିଶାମୁକ୍ତ ଭାରତ ଅଭିଯାନ’ ଅଧୀନରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଆନନ୍ଦପୁର ଏସ୍‌ଡିପିଓ…

CJP ନେତାଙ୍କୁ ନେଇ ସୋନମ ୱାଙ୍ଗଚୁକ୍‌ଙ୍କ ବଡ଼ ଦାବି, ସେମାନେ ସାଧୁ…

ନୂଆଦିଲ୍ଲୀ,୩୦।୮: ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ ‘କକରୋଚ୍ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତାମାନଙ୍କୁ ନେଇ ବଡ଼ ମତ ରଖିଛନ୍ତି । ତାଙ୍କ ମତରେ CJPର ପ୍ରତିଷ୍ଠାତା ଅଭିଜିତ…

Video: ନେପାଳରେ ଭୟଙ୍କର ବନ୍ୟାର ୩ ଦିନ ପରେ ଜୀବନ୍ତ ଉଦ୍ଧାର ହୋଇ ସମସ୍ତଙ୍କୁ ଚକିତ କରିଦେଲେ ଏହି ଶିଶୁ

କାଠମାଣ୍ଡୁ,୩୦।୮: ନେପାଳର ରାସୁୱା ଜିଲାରେ ଭୟଙ୍କର ବନ୍ୟା ଆସିବାର ତିନି ଦିନ ପରେ, ଜଣେ ୨ ବର୍ଷର ଶିଶୁକୁ କାଦୁଅ ଏବଂ ଭଗ୍ନାବଶେଷ ତଳୁ ଜୀବନ୍ତ ବାହାର…

ବଢୁଛି ଅନଲାଇନ ଓ୍ବେଡିଂ ଟ୍ରେଣ୍ଡ, ଚଳିତ ବର୍ଷ ୩୮% ବିବାହ ଅନଲାଇନରେ ଅନୁଷ୍ଠିତ ହୋଇଛି , ଜାଣନ୍ତୁ ଏହାର କାରଣ କ’ଣ

କ୍ୱିଭ,୩୦।୮: ପ୍ରଚଣ୍ଡ ସୂର୍ଯ୍ୟ ତାପ ମଧ୍ୟରେ, ଟେଟିଆନା – ଏକ ବର ପୋଷାକ ପିନ୍ଧିଥିବା ଏବଂ ଓଲେକଜାଣ୍ଡର – ସାମରିକ ପୋଷାକ ପିନ୍ଧି କ୍ରାମଟୋର୍ସ୍କର କେନ୍ଦ୍ରୀୟ ଶାନ୍ତି…

ମୃତ୍ୟୁମୁହଁରୁ ୧୬୪୩ ପିଲାଙ୍କୁ ଟାଣିଆଣିଲେ ଶିକ୍ଷକ; ନେପାଳ ବନ୍ୟାରେ ସାଜିଲେ ହିରୋ, ଚାରିଆଡେ ଚର୍ଚ୍ଚା

କାଠମାଣ୍ଡୁ,୩୦ା୮: ଅଗଷ୍ଟ ୨୬ରେ ନେପାଳରେ ଆସିଥିବା ଭୟଙ୍କର ବନ୍ୟାରେ ଅନେକ ଅଞ୍ଚଳ ଛାରଖାର ହୋଇଯାଇଛି। ହଠାତ୍ ନଦୀର ପାଣି ବସ୍ତି ଓ ରାସ୍ତାରେ ପଶିଯିବାରୁ ଚାରିଆଡ଼େ ଆତଙ୍କ…

ଜନ୍ମାଷ୍ଟମୀରେ ଦୁର୍ଲଭ ଗ୍ରହ ସଂଯୋଗ: ୪ଟି ରାଶିର ଚମକିବ ଭାଗ୍ୟ, କ୍ୟାରିୟରରେ ଗ୍ରୋଥ୍‌ ସାଙ୍ଗକୁ ଅଚାନକ ଧନଲାଭ

ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଏଥର ଜନ୍ମାଷ୍ଟମୀ ପର୍ୱ ଅତ୍ୟନ୍ତ ଖାସ ବୋଲି ମାନାଯାଉଛି। ୪ ସେପ୍ଟେମ୍ୱର ୨୦୨୬ ଜନ୍ମାଷ୍ଟମୀ ଦିନ ଅନେକ ପ୍ରମୁଖ ଗ୍ରହ ଶୁଭ ସ୍ଥିତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri