ଇ-ବିଧାନ କାର୍ଯ୍ୟକାରୀ ନେଇ ଅଧ୍ୟୟନ କରିବ ଗୃହ କମିଟି, ବାଚସ୍ପତିଙ୍କ ନେତୃତ୍ୱରେ ଗସ୍ତ କଲା ଦଳ

ଭୁବନେଶ୍ୱର,୨୦।୮(ବ୍ୟୁରୋ)- ଓଡ଼ିଶା ବିଧାନସଭା ବାଚସ୍ପତି ଡ. ସୂର୍ଯ୍ୟନାରାୟଣ ପାତ୍ରଙ୍କ ନେତୃତ୍ୱରେ କମ୍ପ୍ୟୁଟରୀକରଣ ସମ୍ପର୍କିତ ଗୃହ କମିଟି ଅଧ୍ୟୟନ ଗସ୍ତରେ ମଙ୍ଗଳବାର ହିମାଚଳ ପ୍ରଦେଶ ଯାତ୍ରା କରିଛନ୍ତି। ଶିମ୍‌ଲାଠାରେ ହିମାଚଳପ୍ରଦେଶ ବିଧାନସଭାର ବାଚସ୍ପତିଙ୍କୁ ସାକ୍ଷାତ୍‌ କରିବା ସହ ବିଧାନସଭାର ପଦାଧିକାରୀଙ୍କ ସହିତ ଇ- ବିଧାନ ପ୍ରକଳ୍ପ କାର୍ଯ୍ୟାନ୍ବୟନ ସମ୍ପର୍କରେ ଏହି କମିଟି ଆଲୋଚନା କରିବ । ଏହା ଛଡ଼ା କମିଟି ହିମାଚଳ ପ୍ରଦେଶ ବିଧାନସଭା ଅଧିବେଶନର ପ୍ରତ୍ୟକ୍ଷ ଅନୁଭୂତି ଲାଭ କରିବ ଓ ବିଧାନସଭାର ବିଭିନ୍ନ ଶାଖା ପରିଦର୍ଶନ କରିବ । ଏଥି ସହିତ ଏହି କମିଟି ମଧ୍ୟ ପଞ୍ଜାବ ଓ ନୂଆଦିଲ୍ଲୀ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି।
ଏହି କମିଟିରେ ବିରୋଧୀ ଦଳ ନେତା ପ୍ରଦୀପ୍ତ କୁମାର ନାୟକ, ସଂସଦୀୟ ବ୍ୟାପାର, ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ଇଲେକ୍‌ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି, କ୍ରୀଡ଼ା ଓ ଯୁବସେବା ମନ୍ତ୍ରୀ ତୁଷାରକାନ୍ତି ବେହେରା, ସରକାରୀ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ, ବିଧାୟକ ତାରାପ୍ରସାଦ ବାହିନୀପତି, ସୁବାସ ଚନ୍ଦ୍ର ପାଣିଗ୍ରାହୀ, ବିଧାନସଭା ସଚିବ ଦାଶରଥି ଶତପଥୀ, ବାଚସ୍ପତିଙ୍କ ବ୍ୟକ୍ତିଗତ ସଚିବ ପୂର୍ଣ୍ଣଚନ୍ଦ୍ର ଦଳାଇ, ଉପବିଭାଗ ଅଧିକାରୀ ଆଶିଷ ରଞ୍ଜନ ଖୁଣ୍ଟିଆ ଓ ରିପୋର୍ଟର ଦିଲୀପ କୁମାର ମହାନ୍ତି ମଧ୍ୟ ବାଚସ୍ପତି ଡ. ପାତ୍ରଙ୍କ ସହ ଅଧ୍ୟୟନ ଗସ୍ତରେ ଯାଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବିପଦ ସାଜିଲା ଓଭରଟେକ୍‌, ବିଲକୁ ପଶିଗଲା ୨ ବସ୍‌, ଆଉ ତା’ ପରେ…

ସାଲେପୁର,୧୧ା୪(ଅରବିନ୍ଦ ଭୂୟାଁ): ସାଲେପୁର ଥାନା ଅଧୀନ କଟକ ସାଲେପୁର ରାସ୍ତାର ଭାତପଡ଼ା ଛକ ନିକଟରେ ଶନିବାର ସକାଳେ ଦୁଇଟି ଘରୋଇ ବସ୍‌ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ଦୁର୍ଘଟଣାଗ୍ରସ୍ତ…

ବିମାନରେ ଏକାଠି ବସିଲେ ନବୀନ-ପୀତାମ୍ବର: ବଢୁଛି ଚର୍ଚ୍ଚା

ଭୁବନେଶ୍ୱର,୧୧।୪(ସୁନିତ୍‌ ମିଶ୍ର): ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଶୁକ୍ରବାର ଅପରାହ୍ନରେ ନୂଆଦିଲ୍ଲୀ ଅଭିମୁଖେ ଗସ୍ତ କରିଛନ୍ତି। ତାଙ୍କ ବଡ଼ଭାଇ ପ୍ରେମ୍‌ ପଟ୍ଟନାୟକଙ୍କ ଗତ ୨ ଦିନ…

ଭୟଙ୍କର ଦୁର୍ଘଟଣା: ଟ୍ରକ୍‌ରେ ପିଟିହେଲା ଆମ୍ବୁଲାନ୍ସ, ଆଉ ତା’ପରେ…

ଢେଙ୍କାନାଳ,୧୧ା୪(ରତନ ନାୟାର): ଢେଙ୍କାନାଳ ଜିଲା ମୋଟଙ୍ଗା ଥାନା ୫୫ ନମ୍ବର ଜାତୀୟ ରାଜପଥ ହଳଦିଆବାହାଳଠାରେ ଶନିବାର ସକାଳେ ରାସ୍ତାରେ ଛିଡ଼ା ହୋଇଥିବା ଏକ ଟ୍ରକ୍‌ ସହ ଧକ୍କା…

ମାମୁଘର ଗାଁକୁ ଯାତ୍ରା ଦେଖିବାକୁ ଆସିଥିଲେ ଭଣଜା: ମିଳିଲା ଗୋଡ଼ହାତ ଅଲଗା ହୋଇଥିବା ମୃତଦେହ

ନନ୍ଦପୁର,୧୧ା୪(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଦେଇ ଯାଇଥିବା ବିଶାଖାପାଟଣା-କିରାଣ୍ଡୁଳ ସଂଯୋଗୀ କେକେ ରେଳପଥରେ ମାଳି ବେଲଗାଁ ପଞ୍ଚାୟତ ଖୁଜେଲ ଗ୍ରାମ ନିକଟ ରେଳଧାରଣାରେ ଶନିବାର…

ବଢ଼ିଲା ତାତି: ଆଜିଠୁ ୬ ଦିନ ଅସହ୍ୟ ସ୍ଥିତି

ଭୁବନେଶ୍ୱର,୧୧ା୪(ବନ୍ଦନା ସେଠୀ):ରାଜ୍ୟରେ ପୁଣି ପାରଦ ଉପରମୁହଁା ହୋଇଛି। ଝଡ଼ବର୍ଷା କମିଯିବା ପରେ ଗରମ ଓ ଗୁଳୁଗୁଳି ଆରମ୍ଭ ହୋଇଛି। ଗୁରୁବାର ରାଜ୍ୟର ସର୍ବାଧିକ ତାପମାତ୍ରା ବୌଦ୍ଧରେ ୩୮.୯…

ମୁହଁରେ ତୁଣ୍ଡି ବାନ୍ଧି ଦେଇଛନ୍ତି ୩ ଦଳ: ସିଜିମାଳି ଘଟଣାରେ ସମସ୍ତେ ନୀରବ

ଭୁବନେଶ୍ୱର,୧୧।୪(ସୁନିତ୍‌ ମିଶ୍ର): ରାୟଗଡ଼ା ଜିଲା କାଶୀପୁର ବ୍ଲକ୍‌ର ସିଜିମାଳି ବକ୍ସାଇଟ୍‌ ଖଣିକୁ ୨୦୨୩ ଫେବୃଆରୀ ୨୧ରେ ବେଦାନ୍ତ ଲିଜ୍‌ ନେଇଥିଲା। ସେବେଠାରୁ ଏହାକୁ ସ୍ଥାନୀୟ ଆଦିବାସୀ ଲୋକମାନେ…

୨୦୨୭ ଜାନୁଆରୀ ୧୩ ଯାଏ ବଢ଼ିଲା ମହାନଦୀ ଟ୍ରିବ୍ୟୁନାଲ ଅବଧି

ଭୁବନେଶ୍ୱର,୧୧।୪: ୨୦୨୭ ଜାନୁଆରୀ ୧୩ ଯାଏ ବଢ଼ିଲା ମହାନଦୀ ଟ୍ରିବ୍ୟୁନାଲ ଅବଧି। ଟ୍ରିବ୍ୟୁନାଲ ଅବଧି ବୃଦ୍ଧି କଲେ କେନ୍ଦ୍ର ସରକାର। ଏନେଇ ଜଳ ସମ୍ପଦ ନଦୀ ବିକାଶ…

୪୦ ଫୁଟ୍‌ ତଳକୁ ଖସିଲା OSRTC ବସ୍‌: ୨୪ଯାତ୍ରୀ ଆହତ, ଜଣେ ମୃତ

ପଟ୍ଟାଙ୍ଗି , ୧୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ସୁଙ୍କି ଘାଟିରେ OSRTC ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି । ଫଳରେ ଯାତ୍ରୀ ଆହତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri