Posted inଜାତୀୟ

ଇ-ସିଗାରେଟ ନିଷିଦ୍ଧ ବିଲ୍‌ ଲୋକ ସଭାରେ ଆଗତ

ନୂଆଦିଲ୍ଲୀ,୨୩ା୧୧(ପି.ଟି.): ଇ-ସିଗାରେଟ ଏବଂ ଅନୁରୂପ ସାମଗ୍ରୀ ଉତ୍ପାଦନ, ବିକ୍ରି ଓ ଆମଦାନୀ ବନ୍ଦ କରିବା ଲାଗି ଶୁକ୍ରବାର ଲୋକ ସଭାରେ ବିଲ୍‌ ଆଗତ ହୋଇଛି। ଇଲେକ୍ଟ୍ରୋନିକ୍‌ ସିଗାରେଟ ନିଷିଦ୍ଧ କରିବା ଲାଗି ସରକାର ନିକଟରେ ଅଧ୍ୟାଦେଶ ଜାରି କରିଥିଲେ। ଲୋକ ସଭାରେ ଅଣାଯାଇଥିବା ବିଲ୍‌ ଆଇନରେ ପରିଣତ ହେଲେ ତାହା ଅଧ୍ୟାଦେଶ ସ୍ଥାନରେ ଲାଗୁ ହେବ। ଇ-ସିଗାରେଟ ଜନସାଧାରଣ ବିଶେଷ କରି ଯୁବବର୍ଗଙ୍କ ସ୍ବାସ୍ଥ୍ୟ ପାଇଁ ହାନିକାରକ ହୋଇଥିବାରୁ ଏହାର ଉତ୍ପାଦନ, ଆମଦାନୀ, ଗଚ୍ଛିତ ରଖିବା ଏବଂ ବିକ୍ରିକୁ ନିଷିଦ୍ଧ କରିବା ଲାଗି ସରକାର ନିଷ୍ପତ୍ତି ନେଇଥିଲେ। ଉକ୍ତ ଆଇନର ଉଲ୍ଲଂଘନ କଲେ ତିନିବର୍ଷ ଜେଲଦଣ୍ଡ ସାଙ୍ଗକୁ ଜରିମାନା ବ୍ୟବସ୍ଥା ରହିଛି।
ଆସନ୍ତା ସପ୍ତାହରେ ସ୍ବତନ୍ତ୍ର ସୁରକ୍ଷା ଗ୍ରୁପ୍‌ (ଏସ୍‌ପିଜି) ଆଇନ୍‌ରେ ସଂଶୋଧନ ନେଇ ଲୋକ ସଭାରେ ବିଲ୍‌ ଗୃହୀତ ହେବ ବୋଲି ଶୁକ୍ରବାର କେନ୍ଦ୍ରମନ୍ତ୍ରୀ ଅର୍ଜୁନ ରାମ ମେଘଓ୍ବାଲ କହିଛନ୍ତି। ଏସ୍‌ପିଜି କମାଣ୍ଡୋମାନେ ପ୍ରଧାନମନ୍ତ୍ରୀ ଓ ତାଙ୍କ ପରିବାରକୁ ସୁରକ୍ଷା ଯୋଗାଇ ଦେଇଥାନ୍ତି। ଏହା ବ୍ୟତୀତ ବିପଦ ଆଶଙ୍କାକୁ ନେଇ ପୂର୍ବତନ ପ୍ରଧାନମନ୍ତ୍ରୀ ଓ ସେମାନଙ୍କ ପରିବାରକୁ କିଛିବର୍ଷ ପାଇଁ ଏହି ସୁରକ୍ଷା ମିଳିଥାଏ। ଏସ୍‌ପିଜି ଆଇନରେ ସଂଶୋଧନକୁ କେନ୍ଦ୍ର କ୍ୟାବିନେଟ ଅନୁମୋଦନ କରିସାରିଛି। ପ୍ରସ୍ତାବିତ ସଂଶୋଧନ ଅନୁଯାୟୀ ପୂର୍ବତନ ପ୍ରଧାନମନ୍ତ୍ରୀମାନଙ୍କ ପରିବାରକୁ ଆଉ ଏସ୍‌ପିଜି ସୁରକ୍ଷା ମିଳିବ ନାହିଁ ବୋଲି ଜଣାପଡିଛି। ଗାନ୍ଧୀ ପରିବାରକୁ ୩ ଦଶନ୍ଧି ଧରି ମିଳୁଥିବା ଏସ୍‌ପିଜି ସୁରକ୍ଷା ବ୍ୟବସ୍ଥାକୁ ସରକାର ନିକଟରେ ପ୍ରତ୍ୟାହାର କରିନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ

ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?