ଉଇଗର ମୁସ୍‌ଲିମ୍‌ଙ୍କୁ ନିର୍ଯାତନା ଅଭିଯୋଗ: ଚାଇନା ଉପରେ ଆମେରିକାର ଭିଜା କଟକଣା

ଓ୍ବାଶିଂଟନ/ବେଜିଂ,୧୦ା୧୦(ପି.ଟି.): ଜିନ୍‌ଜିଆଙ୍ଗ୍‌ ପ୍ରଦେଶରେ ଉଇଗର ମୁସ୍‌ଲିମ ସମ୍ପ୍ରଦାୟ ସମେତ ସଂଖ୍ୟାଲଘୁଙ୍କ ଉପରେ ବେଜିଂର ଦମନକାରୀ ଅଭିଯାନକୁ ନେଇ କ୍ଷୁବ୍ଧ ଆମେରିକା ଚାଇନା ଉପରେ ଭିଜା କଟକଣା ଜାରି କରିଛି। ଚାଇନା ସରକାର ଓ ଶାସକ କମ୍ୟୁନିଷ୍ଟ ପାର୍ଟିର ଅଧିକାରୀମାନଙ୍କ ବିରୋଧରେ ଏହାର ଲାଗୁ ହେବ ବୋଲି ଆମେରିକା ପକ୍ଷରୁ କୁହାଯାଇଛି। ଅନ୍ୟପକ୍ଷରେ ଚାଇନା ଏହାକୁ ଆମେରିକାର ମନ୍ଦ ଉଦ୍ଦେଶ୍ୟ ଭାବେ ଅଭିହିତ କରି ତୁରନ୍ତ କଟକଣା ପ୍ରତ୍ୟାହାର ପାଇଁ ଦାବି କରିଛି।
ଚାଇନାର ସ୍ବୟଂଶାସିତ ଅଞ୍ଚଳ ଜିନ୍‌ଜିଆଙ୍ଗ୍‌ରେ ଉଇଗର ମୁସ୍‌ଲିମଙ୍କ ଉପରେ ବେଜିଂ ଦମନଲୀଳା ଚଳାଇଛି। ସେହିପରି କାଜାଖ, କିର୍ଗିଜ୍‌ ଓ ଅନ୍ୟ ସଂଖ୍ୟାଲଘୁଙ୍କ ଉପରେ ମଧ୍ୟ ଅନୁରୂପ ଅଭିଯାନ ଚଳାଇଛି। ସେମାନଙ୍କୁ ବିଭିନ୍ନ କ୍ୟାମ୍ପ୍‌ରେ ଅଟକ ରଖି ବେଜିଂ ପକ୍ଷରୁ ଉଚ୍ଚ କ୍ଷମତାସମ୍ପନ୍ନ ସର୍ଭିଲାନ୍ସ ଓ କଠୋର ନିୟନ୍ତ୍ରଣର ପ୍ରୟୋଗ କରାଯାଉଛି। ସଂଖ୍ୟାଲଘୁଙ୍କ ସାଂସ୍କୃତିକ ଓ ଧାର୍ମିକ ସ୍ବାଧୀନତାକୁ ଚାଇନା ଛଡ଼ାଇ ନେଇଥିବା ଆମେରିକା ଅଭିଯୋଗ କରିଛି। ଏହି ଦମନମୂଳକ ଅଭିଯାନ ଯୋଗୁ ଚାଇନା ଅଧିକାରୀଙ୍କ ଉପରେ ଭିଜା କଟକଣା ଜାରି କରାଯାଇଥିବା ଆମେରିକା ପରରାଷ୍ଟ୍ର ସଚିବ ମାଇକ୍‌ ପମ୍ପିଓ କହିଛନ୍ତି। ଭିଜା କଟକଣା ସମ୍ପୃକ୍ତ ଅଧିକାରୀଙ୍କ ପରିବାର ସଦସ୍ୟଙ୍କ ଉପରେ ମଧ୍ୟ ଲାଗୁ ହେବ। ଜିନ୍‌ଜିଆଙ୍ଗ୍‌ରେ ମାନବାଧିକାର ଉଲ୍ଲଂଘନ ଅଭିଯୋଗରେ କୌଣସି ପ୍ରକାର ଆମେରିକୀୟ ଉତ୍ପାଦ କିଣିବା ନେଇ ୨୮ ଚାଇନା କମ୍ପାନୀକୁ କଳାତାଲିକାଭୁକ୍ତ କରିବା ପରେ ଏହି ନିଷ୍ପତ୍ତି ନିଆଯାଇଛି। ଚାଇନା ବହିର୍ବ୍ୟାପାର ମନ୍ତ୍ରଣାଳୟ ମୁଖପାତ୍ର ଗେଙ୍ଗ୍‌ ଶୁଆଙ୍ଗ୍‌ ଏଭଳି ଅଭିଯୋଗକୁ ଭିତ୍ତିହୀନ ଓ ମନ୍ଦ ଉଦ୍ଦେଶ୍ୟ ପ୍ରଣୋଦିତ ବୋଲି କହିବା ସହ ଭିଜା କଟକଣା ଉଠାଇବାକୁ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାତି ୧୦ଟା ପରେ ବାଜିବନି ଲାଉଡ୍‌ ସ୍ପିକର, ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ମନା

ଛତ୍ରପୁର,୯ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଆସନ୍ତା ୧୪ ତାରିଖରେ ହେବାକୁ ଯାଉଥିବା ଶ୍ରୀଗଣେଶ ପୂଜାକୁ ଶୃଙ୍ଖଳିତ ଓ ଭକ୍ତିପୂର୍ଣ୍ଣ ପରିବେଶରେ ପାଳନ କରିବାକୁ ଛତ୍ରପୁର ପୋଲିସ ଏବଂ ପ୍ରଶାସନ…

ହାଟଡିହୀରେ ରୋମିଓଙ୍କ ହାଇଭୋଲଟେଜ୍ ଡ୍ରାମା: ଗିଫ୍ଟ ଫେରାଇ ବ୍ଲକ୍ କରିବାରୁ ଛାତ୍ରୀଙ୍କୁ ପିଟିଲେ ‘ଇନଷ୍ଟା ଆଶିକ୍’

ହାଟଡିହୀ, ୯।୯(ଶୁଭକାନ୍ତ ନାୟକ): ଇନଷ୍ଟାଗ୍ରାମରେ ପ୍ରେମ, ତା’ପରେ ପ୍ରତ୍ୟାଖ୍ୟାନ, ଆଉ ଶେଷରେ ରାସ୍ତା ମଝିରେ ଗୁଣ୍ଡାଗର୍ଦ୍ଦି। ବୁଧବାର ଏଭଳି ଏକ ଲଜ୍ଜାଜନକ ଘଟଣା କେନ୍ଦୁଝର ଜିଲା ହାଟଡିହୀ…

ସ୍ତ୍ରୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ସ୍ବାମୀ, ୩ ବର୍ଷ ଝିଅକୁ ହତ୍ୟା ଉଦ୍ୟମ କରି ନିଜେ…

ବଲାଙ୍ଗୀର,୯ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ବେଲପଡ଼ା ଅଞ୍ଚଳରେ ଦିନକୁ ଦିନ ଅପରାଧ ବଢ଼ିବାରେ ଲାଗିଛି, ବାରମ୍ବାର ଚୋରି ଡକାୟତ ପରେ ବୁଧବାର ପୁଣି ବେଲପଡ଼ା ଥାନା…

ବରଗଡ଼ରେ ସ୍କ୍ରବ୍ ଟାଇଫସ୍‌ ଆତଙ୍କ! ବୃଦ୍ଧଙ୍କ ଜୀବନ ଗଲା, ବଢ଼ୁଛି ସଂକ୍ରମଣ ଭୟ

ବରଗଡ଼, ୯।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ସ୍କ୍ରବ୍ ଟାଇଫସ୍ ଆକ୍ରାନ୍ତଙ୍କ ସଂଖ୍ୟା କ୍ରମାଗତ ଭାବେ ବୃଦ୍ଧି ପାଉଥିବା ବେଳେ ଏବେ ଏହା ଏକ ଚିନ୍ତାଜନକ ପରିସ୍ଥିତି ସୃଷ୍ଟି…

ଆଦିବାସୀ କଲ୍ୟାଣ ଓ ଅଧିକାର ନେଇ ସମୀକ୍ଷା: ରୋଗୀଙ୍କୁ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇବା ନେଇ…

ଖୋର୍ଦ୍ଧା,୯ା୯(ପ୍ରଭାତ ପାଣିଗ୍ରାହୀ): ଅନୁସୂଚିତ ଜନଜାତିଙ୍କ କଲ୍ୟାଣ, ବିକାଶ ଏବଂ ଅଧିକାର ସମ୍ପର୍କିତ ବିଭିନ୍ନ ପ୍ରସଙ୍ଗ ନେଇ ଜାତୀୟ ଅନୁସୂଚିତ ଜନଜାତି କମିଶନ ଅଧ୍ୟକ୍ଷ ଅନ୍ତର ସିଂ ଆର୍ଯ୍ୟ…

ପ୍ରଶାସନର ନାକତଳେ ଖୋଲାଖୋଲି ଭାବେ ଶ୍ରମିକ ଚାଲାଣ, ସବୁ ଜାଣି ଶ୍ରମ ବିଭାଗ ଚୁପ୍‌

ଥୁଆମୂଳ ରାମପୁର,୯ା୯(ଦୁର୍ଗା କୀର୍ତ୍ତି): ଗ୍ରାମାଞ୍ଚଳରେ ଶ୍ରମିକଙ୍କୁ ସୋହାଗୀ ନିଯୁକ୍ତି ଏବଂ ମନରେଗା ଯୋଜନାରେ ବେକାର ଯୁବକ ଉପକୃତ ହେଉଥିବା ନେଇ ସରକାରୀ ଦାବିର ସତ୍ୟତା ଏବେ ପଦାରେ…

ଘର ପଛ ଅଣ୍ଡରଗ୍ରାଉଣ୍ଡ୍‌ ସିକ୍ରେଟ୍‌ ଚାମ୍ବରରୁ ଚାଲିଥିଲା କଫ୍‌ ସିରପ୍‌ କାରବାର: ୮୧୩ ବୋତଲ ଜବତ, ମହିଳା ଗିରଫ, ସ୍ୱାମୀ ଫେରାର

ବରଗଡ଼,୯ା୯(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ପୋଲିସ୍‌ ନିଶା କାରବାର ବିରୋଧରେ ନିଜର ଧରପଗଡ଼ ଅଭିଯାନକୁ ଅଧିକ ଜୋରଦାର କରିଛି। ବୁଧବାର ଭଟଲି ଥାନା ପୋଲିସ୍‌ ବଡ଼ମାଳ ଗ୍ରାମରେ…

ଦାଦନ ସମସ୍ୟା ଦୂର ସହ ଯୁବପିଢ଼ିଙ୍କୁ ସ୍ବାବଲମ୍ବୀ କରିବା ଲକ୍ଷ୍ୟରେ ଆଲୋଚନା

ଦାରିଙ୍ଗବାଡ଼ି,୯ା୯(ଅରୁଣ ସାହୁ): କନ୍ଧମାଳ ଜିଲାରୁ ଦାଦନ ସମସ୍ୟା ଦୂର କରିବା ସହ ସ୍ଥାନୀୟ ଅଞ୍ଚଳରେ ରୋଜଗାର ସୃଷ୍ଟି କରି ଯୁବପିଢ଼ିଙ୍କୁ ସ୍ବାବଲମ୍ବୀ କରିବା ଲକ୍ଷ୍ୟରେ ଦାରିଙ୍ଗବାଡ଼ି ଜାଗୃତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri