ଉଗ୍ର ରୂପ ନେଉଛି ମହାବାତ୍ୟା ଅମ୍ଫନ: ଘଣ୍ଟା ପ୍ରତି ୧୪ କି.ମି. ବେଗରେ ଗତି କରୁଛି

ଭୁବନେଶ୍ୱର,୧୯।୫(ବ୍ୟୁରୋ): ରାଜ୍ୟରେ ଗୋଟିଏ ପଟେ କରୋନା ଭାଇରସ୍‌ ସଂକ୍ରମଣ ଅନ୍ୟପଟେ ମହାବାତ୍ୟା ଅମ୍ଫନ ରାଜ୍ୟସରକାରଙ୍କ ଚିନ୍ତା ବଢ଼ାଇଦେଇଛି। ଏହାର ମୁକାବିଲା ପାଇଁ ସରକାର ସଜାଗ ଥିବା ସହ ଆଗୁଆ ପ୍ରସ୍ତୁତି ଜଳାଇଛନ୍ତି। ବଙ୍ଗୋପସାଗରରେ ସୃଷ୍ଟ ହୋଇଥିବା ଘୁର୍ଣ୍ଣିଝଡ଼ ଏବେ ମହାବାତ୍ୟାର ରୂପ ନେଇସାରିଛି। ମହାବାତ୍ୟା ରୂପ ନେଇ ସାରିବା ପରେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଅମ୍ଫନ ଏବେ ପାରାଦୀପଠାରୁ ୫୭୦ କିଲୋମିଟର ଦୂରରେ ରହିଛି। ସେହିପରି ପଶ୍ଚିମବଙ୍ଗ ଦୀଘାଠାରୁ ୬୭୦ କିଲୋମିଟର ଦୂରରେ ରହିଥିବା ଜଣାପଡ଼ିଛି। ଏନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଅମ୍ଫନ ଘଣ୍ଟା ପ୍ରତି ୧୪ କି.ମି. ବେଗରେ ଉତ୍ତର-ଉତ୍ତରପୂର୍ବ ଦିଗରେ ଗତି କରୁଛି। ବୁଧବାର ଅପରାହ୍ନରୁ ସନ୍ଧ୍ୟା ଭିତରେ ଏହା ପଶ୍ଚିମବଙ୍ଗ ଦିଘା ଓ ବାଂଲାଦେଶର ହାତିଆ ଦ୍ୱୀପ ମଧ୍ୟରେ ଥିବା ସୁନ୍ଦରବନରେ ସ୍ଥଳଭାଗ ଛୁଇଁବ ବୋଲି ଆକଳନ କରାଯାଇଛି। ତେବେ ଏହାର ପ୍ରଭାବ ଓଡିଶା ଉପକୂଳ, ପଶ୍ଚିମ ବଙ୍ଗ ଓ ବାଂଲାଦେଶରେ ଦେଖିବାକୁ ମିଳିବ। ଏହା ସିଧା ସଳଖ ଓଡ଼ିଶାରେ ମାଡ଼ ହେଉ ନଥିଲେ ମଧ୍ୟ ଉପକୂଳବର୍ତ୍ତୀ ୧୨ଟି ଜିଲ୍ଲା ଉପରେ ଏହାର ପ୍ରଭାବ ପକାଇବ। ସବୁଠୁ ଅଧିକ ପ୍ରଭାବ ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ମୟୁରଭଞ୍ଜ ଉପରେ ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ସମୁଦ୍ର ତଟକୁ ସ୍ବଚ୍ଛ ରଖିବା ପାଇଁ ପ୍ରୟାସ, ବରୁଣ ଦେବତାଙ୍କୁ ବନ୍ଦାପନା କରି…

ମହାକାଳପଡ଼ା,୧୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ପୁରାଣରେ ବର୍ଣ୍ଣିତ ସମୁଦ୍ରକୂ ବରୁଣ ଦେବତା ରୂପେ ପୂଜା କରାଯାଏ। ଶନିବାର ପୂର୍ବାହ୍ନରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରା ପଞ୍ଚାୟତ ଶାସନ…

ଦୁଇ ମୋଟରସାଇକେଲ ମୁହାଁମୁହିଁ, ଶିକ୍ଷକ ଗୁରୁତର ହୋଇ…

ପଟ୍ଟାଙ୍ଗି,୧୯ା୯(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ପଡାଲଗୁଡ଼ା ଛକ ନିକଟରେ ଦୁଇ ମୋଟରସାଇକେଲ ମୁହାଁମୁହିଁ ଧକ୍କା ହେବା ଫଳରେ ବିଦ୍ୟାଳୟକୁ ଯାଉଥିବା ଶିକ୍ଷକ…

୨୧ରେ ଅବପାତ, ୨୨ରେ ଗଭୀର ଅବପାତ ସମ୍ଭାବନା: ପ୍ରବଳ ବର୍ଷିବ

ଭୁବନେଶ୍ୱର,୧୯ ।୯: ଉତ୍ତର ଆଣ୍ଡାମାନ ସାଗର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଆଜି ସନ୍ଧ୍ୟା ସୁଦ୍ଧା ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା…

ଘରେ ଶୋଇଥିଲେ ମହିଳା, ଚୋଟ ମାରିଲା ସାପ, ଆଉ ତା’ ପରେ…

ପୁରୁଷୋତ୍ତମପୁର,୧୯ା୯(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ କେଏନପୁର ଗ୍ରାମରେ ଶନିବାର ସାପ କାମୁଡ଼ି ଜଣେ ମହିଳାଙ୍କର ମୃତ୍ୟୁ ଘଟିଛି। ସେ ହେଲେ ଭାସି ବେହେରା…

ସ୍କ୍ରବ୍‌ ଟାଇଫସ୍‌କୁ ନେଇ ଏମିତି କହିଲେ ସ୍ୱାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୯/୯: ରାଜ୍ୟର କେତେକ ଅଞ୍ଚଳରେ ସ୍କ୍ରବ୍‌ ଟାଇଫସ୍‌କୁ ନେଇ ଚିନ୍ତା ପ୍ରକାଶ ପାଉଥିବା ବେଳେ ଲୋକଙ୍କୁ ଭୟଭୀତ ନ ହେବାକୁ ପରାମର୍ଶ ଦେଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡା.…

ଚର୍ଚ୍ଚାରେ ନୀତା ଅମ୍ବାନୀଙ୍କ ହାର, ତିଆରି କରିବାକୁ ଲାଗିଥିଲା ୩ ବର୍ଷ, ଗଢ଼ିଛନ୍ତି ୧୪ କାରିଗର, ଦାମ୍‌ ଜାଣିଲେ…

ମୁମ୍ବାଇ,୧୯ା୯: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ ମାଲିକ ମୁକେଶ ଅମ୍ବାନୀଙ୍କ ସ୍ତ୍ରୀ ନୀତା ଅମ୍ବାନୀଙ୍କୁ କୌଣସି ପରିଚୟର ଆବଶ୍ୟକତା ନାହିଁ। ୬୦ ବର୍ଷ ବୟସରେ ନୀତା ଅମ୍ବାନୀ ତାଙ୍କର ପ୍ରତ୍ୟେକ…

ମଧ୍ୟପ୍ରଦେଶ ବୁଲିବାକୁ ଯାଇ ୭ ଓଡ଼ିଆ ମୃତ, ଦୁଃଖ ପ୍ରକାଶ କରି ନବୀନ କହିଲେ…

ଭୁବନେଶ୍ୱର,୧୯ା୯: ମଧ୍ୟପ୍ରଦେଶ ବୁଲିବାକୁ ଯାଇ ୭ ଓଡ଼ିଆଙ୍କ ମୃତ୍ୟୁ ଘଟିଥିବା ନେଇ ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ଦୁଃଖ ପ୍ରକାଶ କରିଛନ୍ତି। ନବୀନ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ…

ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯ା୯: ମଧ୍ୟପ୍ରଦେଶରେ ୭ ଓଡ଼ିଆ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି। ଏନେଇ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?