ଉଚ୍ଚଶିକ୍ଷା ବିଭାଗ କର୍ମଚାରୀ ଦେବେ ବାୟୋମେଟ୍ରିକ ଆଟେଣ୍ଡାନ୍ସ

ଭୁବନେଶ୍ୱର, ୨୪।୯(ବ୍ୟୁରୋ): ରାଜ୍ୟରେ ଉଚ୍ଚଶିକ୍ଷା ବିଭାଗ କର୍ମଚାରୀଙ୍କ ପାଇଁ ଲାଗୁ ହେବ ବାୟୋମେଟ୍ରିକ୍‌ ଆଟେଣ୍ଡାନ୍ସ ରେଜିଷ୍ଟର ସିଷ୍ଟମ୍‌। ଏ ନେଇ ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ ଜାରି କରାଯାଇଛି। ଫଳରେ କର୍ମଚାରୀମାନେ କାର୍ଯ୍ୟାଳୟରେ ଲାଗିଥିବା ବାୟୋମେଟ୍ରିକ ଆଟେଣ୍ଡାନ୍ସ ରେଜିଷ୍ଟ୍ରି ମେଶିନ୍‌ରେ ନିଜର ଉପସ୍ଥାନ ପକାଇବେ। ଏହି ମେଶିନରେ ଆଟେଣ୍ଡାନ୍ସ ରେଜିଷ୍ଟ୍ରି ନ ହେଲେ ଅନୁପସ୍ଥିତ ବୋଲି ଧରାଯିବ। ଏଣୁ କର୍ମଚାରୀ ସକାଳ ୧୦ଟାରେ ପହଞ୍ଚିବେ। ତେବେ ବିଭିନ୍ନ ସ୍ଥିତିକୁ ନଜରରେ ରଖି ଅଧ ଘଣ୍ଟା ରିହାତି ରଖାଯାଇଛି। ରିହାତି ଅନୁସାରେ କର୍ମଚାରୀମାନେ ସକାଳ ସାଢ଼େ ୧୦ଟା ସୁଦ୍ଧା ଆଟେଣ୍ଡାନ୍ସ ଦେବେ। ସେହିପରି ସନ୍ଧ୍ୟା ୫ଟାରେ ପଞ୍ଚ ଆଉଟ୍‌କରି ବାହାରିବେ ନ ହେଲେ ସାଢ଼େ ୭ ଘଣ୍ଟା ହୋଇଗଲେ ଅଫିସରୁ ବାହାରି ପାରିବେ। ସାଢ଼େ ୧୦ଟା ପରେ ଓ ୧୧ଟା ପୂର୍ବରୁ ପଞ୍ଚ ଇନ୍‌ କଲେ ଲେଟ୍‌ ଆଟେଣ୍ଡାନ୍ସ ଭାବେ ବିବେଚନା କରାଯିବ ବୋଲି ବିଭାଗ ପକ୍ଷରୁ ଦିଆଯାଇଥିବା ନିର୍ଦ୍ଦେଶରେ କୁହାଯାଇଛି। ଏମିତି ହେଲେ ସମ୍ପୃକ୍ତ କର୍ମଚାରୀ କାଜୁଆଲ୍‌ ଲିଭ୍‌ ପାଇଁ ଆବେଦନ କରିବେ। ଏଭଳି ଭୁଲ୍‌ ୩ ଦିନ ଯାଏ ଗ୍ରହଣୀୟ ହେବ। ତାପରେ ହେଲେ ଅନୁପସ୍ଥିତି ଭାବେ ବିଚାର କରାଯିବ। ଦିନ ୧୧ଟା ପରେ ଆଟେଣ୍ଡାନ୍ସ ପଡ଼ିଲେ ଛୁଟି ବୋଲି ଗ୍ରହଣ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନର ମୁଖ୍ୟମନ୍ତ୍ରୀ ହେଲେ ବୁମ୍‌ରା! VIDEOରୁ ଖୋଲିଲା ରାଜ୍‌

ନୂଆଦିଲ୍ଲୀ,୧୬।୫: ଭାରତୀୟ କ୍ରିକେଟ ଦଳର ଷ୍ଟାର ଫାଷ୍ଟ ବୋଲର ଜସପ୍ରୀତ ବୁମରାଙ୍କୁ IPL 2026 ସମୟରେ ଗୋଟିଏ ଦିନ ପାଇଁ ମୁଖ୍ୟମନ୍ତ୍ରୀ ହେବାର ଦେଖାଯାଇଥିଲା। ସେ ବଲିଉଡ…

ବିଜିପୁର ଗ୍ରାମକୁ ଯିବା ବେଳେ ଯୁବକଙ୍କୁ ଧକ୍କାଦେଇ ୧୫ ଫୁଟ ତଳକୁ ଖସିପଡ଼ିଲା ଟ୍ରାକ୍ଟର: ଆଖିବୁଜିଦେଲେ…

ମୋହନା,୧୬ା୫(ମନ୍ମଥ ମିଶ୍ର): ମୋହନା ଥାନା ଅଞ୍ଚଳରେ ଶୁକ୍ରବାର ଏକ ଟ୍ରାକ୍ଟର ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ମୋହନା ଥାନା ଅନ୍ତର୍ଗତ କିର୍ତିଂ ଗ୍ରାମର…

ଆଣ୍ଡାମାନ ଛୁଇଁଲା ମୌସୁମୀ: ଜୁନ ୧ ସୁଦ୍ଧା…

ନୂଆଦିଲ୍ଲୀ,୧୬।୫: ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ ଶନିବାର ଆଣ୍ଡାମାନ ଛୁଇଁଛି। ଦକ୍ଷିଣପୂର୍ବ ଆରବ ସାଗରରେ ମଧ୍ୟ ମୌସୁମୀ ଅଗ୍ରସର ହେଉଥିବା ଜଣାପଡ଼ିଛି। ଦକ୍ଷିଣପୂର୍ବ ଓ ଦକ୍ଷିଣପଶ୍ଚିମ ବଙ୍ଗୋପସାଗର ମଧ୍ୟ…

ପ୍ରଥମେ ପ୍ରେମ, ପରେ ବଳାତ୍କାର କରି ବନ୍ଧାହେଲେ ୨ ଭାଇ, କଲେଜ ଯୁବତୀଙ୍କୁ ଟାର୍ଗେଟ୍‌ କରି…

ଜଗତ୍‌ସିଂହପୁର, ୧୬ା୫(ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁର ଥାନା ଅଞ୍ଚଳର ଜଣେ ଯୁବତୀଙ୍କୁ ପ୍ରଥମେ ପ୍ରେମ ଜାଲରେ ଫସାଇ ବଳାତ୍କାର କରି ବ୍ଲାକ ମେଲିଂ କରିବା ଭଳି ସଙ୍ଗିନ…

LPGକୁ ନେଇ ଦେଶ ପାଇଁ ଆସିଲା ଖୁସି ଖବର

ନୂଆଦିଲ୍ଲୀ,୧୬।୫: ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ପେଟ୍ରୋଲ, ଡିଜେଲ ଏବଂ CNG ର ମୂଲ୍ୟରେ ବୃଦ୍ଧି ପରିଲକ୍ଷିତ ହୋଇଛି। ଏହି ସମୟରେ, ଭାରତ ପାଇଁ LPG…

ପାକିସ୍ତାନରେ ଧୁମ୍‌ ମଚାଇଲା‘ଧୁରନ୍ଧର 2’ ନେଟଫ୍ଲିକ୍ସ ସର୍ଭର କ୍ରାସ, #1 ରେ ଟ୍ରେଣ୍ଡ କରୁଛି…

ଇସଲାମାବାଦ,୧୬।୫: ରଣବୀର ସିଂହଙ୍କ ଆକ୍ସନ ଥ୍ରୀଲର୍‌, ଧୁରନ୍ଧର: ଦି ରିଭେଞ୍ଜ, ପାକିସ୍ତାନରେ ଏକ ବିରାଟ ଆଲୋଡନ ସୃଷ୍ଟି କରିଛି। ଏହି ଫିଲ୍ମଟି ୧୫ ମଇ, ୨୦୨୬ରେ OTT…

ସାବିତ୍ରୀ ବ୍ରତ ପାଇଁ ଦେବାଳୟରେ ପ୍ରବଳ ଭିଡ଼

ପାଟଣା,୧୭ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଓ ସାହାରପଡ଼ା ଅଞ୍ଚଳରେ ଦେବାଳୟଗୁଡିକରେ ଶନିବାର ସାବିତ୍ରୀ ବ୍ରତ ପାଇଁ ପ୍ରବଳ ଭିଡ଼ ପରିଲକ୍ଷିତ ହୋଇଥିଲା। ମହିଳାମାନେ ନୂଆ ଶାଢ଼ି,…

କେତେବେଳେ ବି ମହଙ୍ଗା ହୋଇପାରେ ଗ୍ୟାସ୍‌; ପେଟ୍ରୋଲ ପରେ ଚମକାଇବ LPG ଦର!

ନୂଆଦିଲ୍ଲୀ,୧୬।୫: ସାରା ଦେଶରେ ପେଟ୍ରୋଲ ଏବଂ ଡିଜେଲର ବର୍ଦ୍ଧିତ ମୂଲ୍ୟ ମଧ୍ୟରେ, ଏଲପିଜି ସିଲିଣ୍ଡରର ମୂଲ୍ୟ ମଧ୍ୟ ଏବେ ସାଧାରଣ ଲୋକଙ୍କ ମଧ୍ୟରେ ଆଲୋଚନାର ବିଷୟ ପାଲଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri