ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହକଲା ଏବିଭିପି

ବ୍ରହ୍ମପୁର ଅଫିସ, ୨୭ା୭-ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ଛାତ୍ରୀ ନିବାସ ଭୁଶୁଡ଼ିବା ଘଟଣାର ୨୪ ଘଣ୍ଟାରୁ ଉର୍ଦ୍ଧ୍ୱ ସମୟ ପରେ ବି ତଦନ୍ତ ନେଇ କୌଣସି କମିଟି ଗଠନ କରାଯାଇ ନଥିବା ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ(ଏବିଭିପି) ଅଭିଯୋଗ କରିଛି ା ଏହା ପ୍ରତିବାଦରେ ଶୁକ୍ରବାର ଅପରାହ୍ନରେ ଏବିଭିପି ଭଞ୍ଜବିହାର ଶାଖା ପକ୍ଷରୁ ବିଶ୍ୱବିଦ୍ୟାଳୟ ମୁଖ୍ୟ ଫାଟକ ସମ୍ମୁଖରେ ଉଚ୍ଚ ଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ କରାଯାଇଥିଲା। ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ଅବହେଳା ଛାତ୍ରୀଛାତ୍ରଙ୍କ ଜୀବନ ପ୍ରତି ବିପଦ ସୃଷ୍ଟି କରୁଛି ା ହଷ୍ଟେଲଗୁଡିକର ସୁରକ୍ଷା ତଥା ରକ୍ଷଣାବେକ୍ଷଣ ପାଇଁ ବିଶ୍ୱବିଦ୍ୟାଳୟ ପକ୍ଷରୁ ବିଦ୍ୟାର୍ଥୀଙ୍କଠାରୁ ପ୍ରତିବର୍ଷ ୨୫୦୦ ରୁ ୩୦୦୦ ଟଙ୍କା ମଧ୍ୟରେ ଫି’ ନିଆଯାଉଛି ା କିନ୍ତୁ ସେହି ତୁଳନାରେ ହଷ୍ଟେଲଗୁଡିକର ମରାମତି କରାଯାଉନାହିଁ ା ଏଥିପାଇଁ ଦୁର୍ଘଟଣା ଘଟିଥିବା ପରିଷଦ ଅଭିଯୋଗ କରିଛି ା ଅନ୍ୟପକ୍ଷରେ ଏହି ଘଟଣାକୁ ନେଇ ଏଯାଏଁ ଉଚ୍ଚ ଶିକ୍ଷା ବିଭାଗ କୌଣସି ପ୍ରତିକ୍ରିୟା ପ୍ରକାଶ କରି ନ ଥିବାରୁ ଏବିଭିପିର କର୍ମକର୍ତ୍ତାମାନେ ଉଚ୍ଚ ଶିକ୍ଷାମନ୍ତ୍ରୀଙ୍କ କୁଶ ପୁତ୍ତଳିକା ଦାହ କରିଥିଲେ। ଏଥିରେ ରାଜ୍ୟ ସମ୍ପାଦକ ଶଶିକାନ୍ତ ମିଶ୍ର, ବିଶ୍ୱବିଦ୍ୟାଳୟ ପ୍ରମୁଖ ମାତାପ୍ରସାଦ ନାୟକ, ଜିଲା ସଂଯୋଜକ ସିଦ୍ଧାନ୍ତ ସୁମନ ଦାସ, ବିଶ୍ୱବିଦ୍ୟାଳୟ ଛାତ୍ର ନେତା ତୁତୁନ ପାତ୍ର,କୃଷ୍ଣଚନ୍ଦ୍ର ପୋଲାଇ, ହର୍ଷିିତ ରାଉଳ, ଅନନ୍ତ ପ୍ରଧାନ ,ନାରାୟଣ ସାହୁ, ଅରୁଣ ପ୍ରଧାନ ସାମିଲ ଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ସାରା ରାଜ୍ୟରେ ବର୍ଷା ବିତ୍ପାତ: ବଦଳିଗଲା ସ୍ମାର୍ଟସିଟି ଭୁବନେଶ୍ୱରର ଚିତ୍ର

ଭୁବନେଶ୍ୱର,୬ା୭(ବନ୍ଦନା ସେଠୀ): ରାଜ୍ୟରେ ଲଘୁଚାପଜନିତ ମୌସୁମୀ ବର୍ଷା ସାଧାରଣ ଜୀବନଯାତ୍ରାକୁ ଗୁରୁତର ପ୍ରଭାବିତ କରିଛି। ତିନିଦିନର ଲଗାଣ ବର୍ଷାରେ ବିଭିନ୍ନ ଜିଲାରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ବହୁ…

ମହିଳା ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଚାମ୍ପିୟନ

ଲଣ୍ଡନ,୫ା୭: ମହିଳା ଟି୨୦ ବିଶ୍ୱକପ୍‌ରେ ପୁଣି ଥରେ ଚାମ୍ପିୟନ ହୋଇଛି ଅଷ୍ଟ୍ରେଲିଆ। ଟୁର୍ନାମେଣ୍ଟରେ ଅପରାଜେୟ ରହିଥିବା ଅଷ୍ଟ୍ରେଲିଆ ଐତିହାସିକ ଲଡର୍‌ସ ଗ୍ରାଉଣ୍ଡରେ ରବିବାର ଖେଳାଯାଇଥିବା ଫାଇନାଲରେ ୭…

ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି

କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…

ଗୁରଗାଁଓରେ ଚାଞ୍ଚଲ୍ୟ: ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ନବବିବାହିତା ମହିଳା

ଗୁରଗାଁଓ,୫ା୭: ନିଖୋଜ ହେବାର ୨ ଦିନ ପରେ ଜଣେ ୨୧ ବର୍ଷୀୟ ଯୁବକଙ୍କ ମୃତଦେହ ରଓ୍ବୋରୀସ୍ଥିତ କେନାଲରୁ ମିଳିବା ପରେ ତାଙ୍କୁ ନବବିବାହିତା ସ୍ତ୍ରୀ ଓ ତାଙ୍କ…

ସମୁଦ୍ରରେ ଫସିଥିବା ମତ୍ସ୍ୟଜୀବୀ ଉଦ୍ଧାର

ପୁରୀ,୫ା୭(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

ଚିଠା ଭୋଟର ତାଲିକା ପ୍ରକାଶ, ବଲାଙ୍ଗୀର ଜିଲାରୁ ବାଦ ପଡ଼ିଲେ…

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (Special Intensive Revision – SIR) ପ୍ରକ୍ରିୟାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ…

କାଳ ବୈଶାଖୀରେ ଉଡ଼ିଯାଇଥିଲା ଟିଣ, ଛପର, ହେଉନି ମରାମତି

ମୋହନା,୫।୭(ମନ୍ମଥ ମିଶ୍ର): କାଳବୈଶାଖୀରେ ଉଡ଼ିଯାଇଥିଲା ବିଦ୍ୟାଳୟର ଟିଣ ଛପର। ହେଲେ ବର୍ତ୍ତମାନ ସୁଦ୍ଧା ଏହା ମରାମତି ହୋଇନାହିଁ। ଫଳରେ ବାଧ୍ୟହୋଇ ଦୁଇଟି ଶ୍ରେଣୀ ଗୃହରେ ପ୍ରଥମରୁ ଅଷ୍ଟମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri