ଉଚ୍ଛେଦ ପ୍ରକ୍ରିୟା ୩ୟ ଦିନରେ : ଥଇଥାନ ପାଇଁ ଦାବି

ବଇଣ୍ଡା,୧୩।୯(ଡି.ଏନ.ଏ.)-୫୫ ନଂ. ଜାତୀୟ ରାଜପଥ ରାସ୍ତା ସମ୍ପ୍ରସାରଣ ପାଇଁ ବୁଧବାରଠାରୁ କିଶୋରନଗର ବ୍ଲକ ବଇଣ୍ଡା ଅଞ୍ଚଳରେ ଚାଲିଥିବା ଉଚ୍ଛେଦ ପ୍ରକ୍ରିୟା ଶୁକ୍ରବାର ଶେଷ ହୋଇଛି। ବଳକା ଥିବା ୧୭ ଜଣ କ୍ଷତିଗ୍ରସ୍ତ ପ୍ରଜାଙ୍କ ଦୋକାନ ଘର, ବାସଗୃହ ସହ ସରକାରୀ ରାଜସ୍ବ କାର୍ଯ୍ୟାଳୟ, ପୂର୍ତ୍ତବିଭାଗ ଡାକବଙ୍ଗଳା ଗୁଡ଼ିକ ଭଙ୍ଗା ଯାଇଥିଲା। ଆଇନଶୃଙ୍ଖଳାକୁ ଦୃଷ୍ଟିରେ ରଖି ୩ ଦିନ ଧରି ବଇଣ୍ଡା ଅଞ୍ଚଳରେ ୧୪୪ ଧରା ଜାରି ହୋଇଥିବାବେଳେ ଶୁକ୍ରବାର ସା ୫ଟାରେ ଏହାକୁ ଉଠାଇ ଦିଆଯାଇଛି। ଉଚ୍ଛେଦ ପୂର୍ବରୁ ପ୍ରଶାସନ ପକ୍ଷରୁ ବ୍ୟାବସାୟୀମାନଙ୍କୁ ଥଇଥାନ କରାଯାଇ ନ ଥିବାବେଳେ ସେମାନଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ବିଶେଷ କରି ପୂର୍ବରୁ ୪୦୦ ଉଠା ଦୋକାନୀ କ୍ଷତିଗ୍ରସ୍ତ ହୋଇଥିବାବେଳେ ବର୍ତ୍ତମାନ ପୁଣି ୩୫ରୁ ଊର୍ଦ୍ଧ୍ୱ ଦୋକନୀ କ୍ଷତିଗ୍ରସ୍ତ ହୋଇଛନ୍ତି। ଏପରିକି ବହୁ ଦୋକାନୀଙ୍କ ସାମଗ୍ରୀ ନଷ୍ଟ ହୋଇଥିବାବେଳେ ପ୍ରଶାସନିକ ଅଧିକାରୀମାନେ ତରବରିଆ ଭାବେ ଉଚ୍ଛେଦ କରିଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଥିଲା। ବିଶୃଙ୍ଖଳାକୁ ଦୃଷ୍ଟିରେ ରଖି ବ୍ୟାପକ ପୋଲିସ ମୁତୟନ କରାଯାଇଛି। ଉଚ୍ଛେଦ ଅଳିକାକୁ ତୁରନ୍ତ ସ୍ଥାନାନ୍ତରିତ କରିବା ପାଇଁ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ଶିଶୁ ବିଦ୍ୟାମନ୍ଦିରର ରଜତ ଜୟନ୍ତୀ ସମାରୋହ: କଳସ ଶୋଭାଯାତ୍ରା, ସାଧୁସନ୍ଥ ସମ୍ମିଳନୀ ଅନୁଷ୍ଠିତ

ଦିଗପହଣ୍ଡି,୨୨ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ୨୫ ତମ ପ୍ରତିଷ୍ଠା ଦିବସ ଅବସରରେ ତିନି ଦିନିଆ ରଜତ ଜୟନ୍ତୀ...

କେସିଙ୍ଗାରେ ‘ସୁଭଦ୍ରା ଶକ୍ତି କାଫେ’ ଉଦଘାଟିତ

କେସିଙ୍ଗା,୨୨ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତି କାର୍ଯ୍ୟାଳୟ ନିକଟରେ ନବନିର୍ମିତ ‘ସୁଭଦ୍ରା ଶକ୍ତି କାଫେ’ ସୋମବାର ସନ୍ଧ୍ୟାରେ ଆନୁଷ୍ଠାନିକ ଭାବେ ଉଦ୍ଘାଟିତ ହୋଇଯାଇଛି।...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି...

ଦିନକ ପରେ ବରଗଡ଼ ଧନୁଯାତ୍ରା: ମହୋତ୍ସବକୁ ନେଇ ଏମିତି କହିଲେ ଜିଲାପାଳ

ବରଗଡ,୨୨।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ୭୮ତମ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ଦିନେ ବାକି। ଆସନ୍ତା ୨୪ତାରିଖରୁ ଏହି ମହୋତ୍ସବ ଆରମ୍ଭ ହେବ।...

ଲିକ୍‌ ହୋଇ ଫାଟିଲା ରନ୍ଧନ ଗ୍ୟାସ୍‌ ସିଲିଣ୍ଡର, ଘରେ ଥିଲେ…

କୋକସରା,୨୨।୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଟେମରା ଗ୍ରାମରେ ରନ୍ଧନ ଗ୍ୟାସ୍‌ ଲିକେଜ ହୋଇ ନିଆଁ ଲାଗି ଯିବାରୁ ୪ ଜଣ ଗୁରୁତର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri