Posted inଜାତୀୟ

ଉଚ୍ଛେଦ ହେବନି ୩୭୧

ଇଟାନଗର,୨୧।୨(ପି.ଟି.):ଉତ୍ତର-ପୂର୍ବାଞ୍ଚଳକୁ ସ୍ବତନ୍ତ୍ର କ୍ଷମତା ପ୍ରଦାନକାରୀ ସମ୍ବିଧାନର ଅନୁଚ୍ଛେଦ ୩୭୧କୁ ହଟାଯିବ ନାହିଁ। ଏହାକୁ ଉଚ୍ଛେଦ କରିବା ପାଇଁ କେନ୍ଦ୍ର ସରକାରଙ୍କ କୌଣସି ଉଦ୍ଦେଶ୍ୟ ନାହିଁ। ଅନୁଚ୍ଛେଦ ୩୭୧କୁ ନେଇ ଗୁଜବ ପ୍ରସାର କରୁଥିବା ଲୋକେ ସେମାନଙ୍କ ଉଦ୍ୟମରେ ସଫଳ ହେବେ ନାହିଁ ବୋଲି ଗୁରୁବାର ଚେତାବନୀ ଦେଇଛନ୍ତି ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହା।
ଗତ ଅଗଷ୍ଟ ୫ରେ କେନ୍ଦ୍ର ସରକାର ଜମ୍ମୁ-କଶ୍ମୀରକୁ ସ୍ବତନ୍ତ୍ର ମାନ୍ୟତା ପ୍ରଦାନକାରୀ ସମ୍ବିଧାନର ଅନୁଚ୍ଛେଦ ୩୭୦କୁ ଉଚ୍ଛେଦ କରିଥିଲେ। ଏହାସହ ଜମ୍ମୁ-କଶ୍ମୀରଠାରୁ ଲଦାଖକୁ ଅଲଗା କରି ଦୁଇଟି କେନ୍ଦ୍ରଶାସିତ ଅଞ୍ଚଳରେ ପରିଣତ କରିଥିଲେ। ସରକାରଙ୍କ ଏହି ନିଷ୍ପତ୍ତି ପରେ ବିରୋଧୀ ଦଳଗୁଡ଼ିକ ଘୋର ବିରୋଧ କରିଥିଲେ। ଏଥିସହ ଅନୁଚ୍ଛେଦ ୩୭୧କୁ ହଟାଇବା ପାଇଁ ସରକାର ଯୋଜନା କରୁଥିବା ନେଇ ବିରୋଧୀ ସମାଲୋଚନା କରିଥିଲେ। ଅରୁଣାଚଳ ପ୍ରଦେଶକୁ ରାଜ୍ୟ ମାନ୍ୟତା ମିଳିବାର ୩୪ତମ ବର୍ଷପୂର୍ତ୍ତି ଅବସରରେ ସ୍ବରାଷ୍ଟ୍ରମନ୍ତ୍ରୀ ଶାହା ରାଜଧାନୀ ଇଟାନଗର ଗସ୍ତ କରିଥିଲେ। ଏହି ଅବସରରେ ଏକ ସଭାକୁ ସମ୍ବୋଧିତ କରି ଶାହା କହିଥିଲେ, ଅରୁଣାଚଳ ପ୍ରଦେଶ ଓ ମିଜୋରାମର ପ୍ରତିଷ୍ଠା ଦିବସରେ ସମଗ୍ର ଉତ୍ତର-ପୂର୍ବାଞ୍ଚଳବାସୀଙ୍କୁ ପ୍ରତିଶ୍ରୁତି ଦେଉଛି ଯେ ଅନୁଚ୍ଛେଦ ୩୭୧ ହଟିବ ନାହିଁ। ଏହାକୁ ନେଇ ଯେଉଁମାନେ ଅପପ୍ରଚାର ଚଳାଇଛନ୍ତି, ସେମାନେ କେବେହେଲେ ସଫଳ ହେବେ ନାହିଁ। ଆମ ସରକାର ଆପଣମାନଙ୍କ ସଂସ୍କୃତିକୁ ଏକାଠି କରିବା ପାଇଁ ଉଦ୍ୟମ ଚଳାଇଛନ୍ତି। ସଂସ୍କୃତିର ସୁରକ୍ଷା କେନ୍ଦ୍ର ସରକାରଙ୍କ କେବଳ ଦାୟିତ୍ୱ ନୁହେଁ, କର୍ତ୍ତବ୍ୟ ମଧ୍ୟ। ଏଥିଲାଗି ବିଗତ ୫ ବର୍ଷରେ କେନ୍ଦ୍ରମନ୍ତ୍ରୀମାନେ ୨୦୦ ଥର ଏହି ଅଞ୍ଚଳକୁ ଗସ୍ତ କରିଥିଲେ। ଏପରି କି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିଜେ ୩୦ ଥର ଉତ୍ତର-ପୂର୍ବାଞ୍ଚଳକୁ ଆସିଛନ୍ତି ବୋଲି ଶାହା ପ୍ରକାଶ କରିଛନ୍ତି। ଅରୁଣାଚଳ ପ୍ରଦେଶ ଓ ମିଜୋରାମର ପ୍ରତିଷ୍ଠା ଦିବସ ଉପଲକ୍ଷେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଓ ପ୍ରଧାନମନ୍ତ୍ରୀ ଦୁଇ ରାଜ୍ୟର ଜନସାଧାରଣଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ସୂଚନାଯୋଗ୍ୟ, ଅନୁଚ୍ଛେଦ ୩୭୧ ଅଧୀନରେ ଉତ୍ତର-ପୂର୍ବାଞ୍ଚଳର ଅଧିକାଂଶ ରାଜ୍ୟ ସମେତ ଆନ୍ଧ୍ର ପ୍ରଦେଶ, କର୍ନାଟକ ଓ ଗୋଆକୁ ସ୍ବତନ୍ତ୍ର କ୍ଷମତା ମିଳିଛି। ଏହି ରାଜ୍ୟଗୁଡ଼ିକୁ ସେମାନଙ୍କ ଆଦିବାସୀ ସଂସ୍କୃତିର ସଂରକ୍ଷଣ ନିମନ୍ତେ ଏହା ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

ରାସନ୍ କାର୍ଡ E-KYC ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଏତିକି ଦିନ ବଢ଼ିଲା ଅବଧି

ଭୁବନେଶ୍ବର,,୩୧/୧୨: ରାସନକାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ଖବର । ଆହୁରି ୨ ମାସ ବଢିଲା ରାସନ୍ କାର୍ଡ E-KYC ଅବଧି । ଆଜି  E-KYC ଅବଧି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri