ଉଛୁଳିଲା ଗମ୍ଭାରିଆ ଯୋର

ପରଜଙ୍ଗ, ୨୪।୮(ଡି.ଏନ.ଏ.)

ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ଗେଙ୍ଗୁଟିଆ ପଞ୍ଚାୟତ ଅନ୍ତର୍ଗତ କୁଲେଇ ଗ୍ରାମ ନିକଟରେ ଥିବା ଗମ୍ଭାରିଆ ଯୋର ଲଘୁଚାପଜନିତ ଲଗାଣ ବର୍ଷାରେ ଉଛୁଳିଛି। ଶୁକ୍ରବାର ଯୋର ନିକଟ ରାସ୍ତାରେ ୫ ଫୁଟର ପାଣି ପ୍ରବାହିତ ହୋଇଥିଲା। ଏହାକୁ ନେଇ ଯାତାୟାତ ପ୍ରଭାବିତ ହୋଇଥିଲା।
୫୦୦ରୁ ଊର୍ଦ୍ଧ୍ୱ ଜନସଂଖ୍ୟା ବିଶିଷ୍ଟ କୁଲେଇ ଗ୍ରାମବାସୀଙ୍କ ଦୁଃଖ ପାଲଟିଛି ଗମ୍ଭାରିଆ ଯୋର। ବର୍ଷାଦିନ ଆସିଲେ ଅଞ୍ଚଳବାସୀ ନାହିଁ ନ ଥିବା ଦୁର୍ଦ୍ଦଶା ଭୋଗୁଛନ୍ତି। ୧୪୯ନଂ. ଜାତୀୟ ରାଜପଥରୁ କୁଲେଇ ଗ୍ରାମକୁ ଯାତାୟାତ କରିବାକୁ ରାସ୍ତା ରହିଛି। ଲଗାଣ ବର୍ଷା ହେଲେ ଯୋର ଉପରମୁଣ୍ଡରୁ ପ୍ରବଳ ସ୍ରୋତ ମାଡ଼ି ଆସୁଛି। ରାସ୍ତାଟି ଅଳ୍ପ ଉଚ୍ଚତାରେ ଥିବାରୁ ଏହା ଉପର ଦେଇ ପାଣି ପ୍ରବାହିତ ହେଉଛି। ସମସ୍ୟା ଏତିକିରେ ସରୁନାହିଁ। ତୀବ୍ର ସ୍ରୋତ ଯୋଗୁ ପ୍ରତିବର୍ଷ ରାସ୍ତାରୁ ମୋରମ ଉଠିଯାଇ କ୍ଷତିଗ୍ରସ୍ତ ହେଉଛି। ରେଙ୍ଗାଳି ମୁଖ୍ୟ ବାମକେନାଲ ରାସ୍ତାକୁ ଗ୍ରାମବାସୀ ବିକଳ୍ପ ଭାବେ ବ୍ୟବହାର କରୁଥିଲେ ମଧ୍ୟ ଏଥିପାଇଁ ୫ କିମି ଅଧିକ ବୁଲାଣି ପଡୁଛି। ଯୋର ସଂଲଗ୍ନ ରାସ୍ତାରେ ଏକ ପୋଲ ନିର୍ମାଣ କରିବାକୁ ଗ୍ରାମବାସୀ ବାରମ୍ବାର ପ୍ରଶାସନ ନିକଟରେ ଗୁହାରି କରିଆସୁଥିଲେ ମଧ୍ୟ କୌଣସି ସୁଫଳ ମିଳୁନାହିଁ। ଏହାକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି।
ଏ ନେଇ ସମିତିସଭ୍ୟ ଅଶୋକ ଜେନା କୁହନ୍ତି, ସମସ୍ୟା ସମ୍ପର୍କରେ ପ୍ରଶାସନ ଅବଗତ ଅଛି। ହେଲେ ଆନ୍ତରିକତା ଅଭାବରୁ ଏହାର ସମାଧାନ ହୋଇପାରୁନାହିଁ। ବ୍ଲକ ଅଧ୍ୟକ୍ଷ ଅକ୍ଷୟ ବେହେରା କୁହନ୍ତି, ଯୋର ନିକଟରେ ବିଜୁ ସେତୁ ଯୋଜନାରେ ବ୍ରିଜ୍‌ ତିଆରି କରିବାକୁ ଯୋଜନା ରହିଛି। ଏ ନେଇ ସରକାରଙ୍କୁ ପ୍ରସ୍ତାବ ଦିଆଯିବ ବୋଲି ସେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଆସୁଛନ୍ତି ଓଏସସିପିସିଆର୍‌ ସଭ୍ୟା, ଛତୁଆ କେନ୍ଦ୍ରରେ ତଦନ୍ତ କରିବ ଶିଶୁ ସୁରକ୍ଷା ଆୟୋଗ

ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ):  ଓଡ଼ିଶା ରାଜ୍ୟ ଶିଶୁ ସୁରକ୍ଷା ଅଧିକାର ଆୟୋଗ (ଓଏସସିପିସିଆର୍‌) ସଭ୍ୟା କଳ୍ପନା ଲେଙ୍କା ସୋମବାର ବରଗଡ଼ ଗସ୍ତରେ ଆସୁଥିବା ସୂଚନା ମିଳିଛି । ସେ…

ରାଜପଥରେ ଲୁଟ୍‌ପାଟ୍‌: ଡ୍ରାଇଭରଙ୍କଠାରୁ ଲୁଟି ବନ୍ଧାହେଲେ ୩ ଅଭିଯୁକ୍ତ

ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ): ଲୁହାପାତ୍ର(ଆଇରନ୍‌ ଭେସେଲ୍‌) ବୋଝେଇ କରି ଏକ ଗାଡ଼ି ରାୟପୁରରୁ ଅନୁଗୁଳ ଅଭିମୁଖେ ଯାଉଥିଲା । ଶନିବାର ରାତିରେ ୫୩ନମ୍ବର ଜାତୀୟ ରାଜପଥର ବରଗଡ଼ ଗ୍ରାମାଞ୍ଚଳ…

ବିସ୍ଫୋରକ ଇନିଂସ, ୬ ବଲରେ ୬ ଛକା

ନୂଆଦିଲ୍ଲୀ, ୩୧ା୫: ନେପାଳର କୁଶାଲ ଭୁର୍ତେଲ ରବିବାର ଚାଇନା ବିପକ୍ଷ ୨୦୨୬ ଏସିଆନ ଗେମ୍ସ ଟି୨୦ଆଇ କ୍ୱାଲିଫାୟର ମ୍ୟାଚ୍‌ରେ ୬ ବଲରେ ୬ ଛକା ମାରିଛନ୍ତି। ସେ…

IPL Final: ୧୫୫ ରନ୍‌ରେ ଅଟକିଲା ଗୁଜରାଟ, ଟାଇଟଲ ଲକ୍ଷ୍ୟରେ ବେଙ୍ଗାଲୁରୁ

ଅହମଦାବାଦ, ୩୧ା୫- ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୯ତମ ସଂସ୍କରଣର ଫାଇନାଲ ମ୍ୟାଚ୍‌ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆର୍‌ସିବି) ଏବଂ ଗୁଜରାଟ ଟାଇଟନ୍ସ(ଜିଟି)…

ହରିଣ ମାରି ମାଂସ କାଟୁଥିବା ବେଳେ ମାଡ଼ି ବସିଲା ବନ ବିଭାଗ, ଧନୁ ତୀର…

ପାଟଣା/କେନ୍ଦୁଝର,୩୧।୫(ବୀର କିଶୋର ଦାଶ/ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ତଣ୍ଡୋବିଟ ଅଟେଇ ସଂରକ୍ଷିତ ବଣମହୁଲଡିହା ନିକଟରୁ ରବିବାର ସକାଳୁ ଏକ ଅଣ୍ଡିରା ହରିଣକୁ ଶିକାରୀ…

ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ; ଉଠା ଦୋକାନିଙ୍କୁ ସଚେତନ, ଭେଣ୍ଡିଂଜୋନକୁ ଯିବାକୁ ନିବେଦନ କଲେ…..

ଦାରିଙ୍ଗବାଡି,୩୧।୫(ଅରୁଣ ସାହୁ): ଓଡିଶାର କାଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେଉଛି । ଏହି ରୌଦ୍ର ତାପରୁ ସୁରକ୍ଷିତ ରହିବା ପାଇଁ ରବିବାର ସାପ୍ତାହିକ ହାଟରେ…

ବିଜୟ ଉତ୍ସବରେ ହିଂସା: ଜାଳି ଦେଲେ ୨୬୪ କାର, ୭୮୦ ଗିରଫ

ପ୍ୟାରିସ,୩୧ା୫: ପ୍ୟାରିସ ସେଣ୍ଟ ଜର୍ମେନ(ପିଏସ୍‌ଜି) ଲଗାତର ଦ୍ୱିତୀୟ ଥର ପାଇଁ ଚାମ୍ପିୟନ୍ସ ଲିଗ୍‌ ଟାଇଟଲ ଜିତିବା ପରେ ପ୍ରଶଂସକଙ୍କ ବିଜୟ ଉତ୍ସବରେ ହିଂସା ପରିଲକ୍ଷିତ ହୋଇଛି। ବିଭିନ୍ନ…

ଆମପାଣି ଘାଟିରେ ଭୟଙ୍କର ସଡକ ଦୁର୍ଘଟଣା; ଜଳିଗଲା ଟ୍ରଲର୍, କୁକୁଡା ସବୁ

କୋକସରା,୩୧।୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି – ନବରଙ୍ଗପୁର ଜିଲା ସୀମାନ୍ତ ଆମପାଣି ଘାଟିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି । ୨୬ ନମ୍ବର ଜାତୀୟ ରାଜପଥର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri