ଉଜୁଡ଼ିଗଲା ସହର ସୌନ୍ଦର୍ଯ୍ୟକରଣ

ଭୁବନେଶ୍ୱର, ୧୮ା୪(ବ୍ୟୁରୋ): ହକି ବିଶ୍ୱକପ୍‌ ସମୟରେ ଭୁବନେଶ୍ୱରରେ ସୌନ୍ଦର୍ଯ୍ୟକରଣ ପାଇଁ ନାନା କିସମର ବୃକ୍ଷଲତା ଲଗାଯାଇଥିଲା। କରୋନା ମାଡ଼ରେ ଏବେ ସେସବୁ କେଉଁଠି ପାଣି ନପାଇ ଶୁଖି ଗଲାଣି ତ ଆଉ କେଉଁଠି ଭଙ୍ଗାକୁଣ୍ଡରେ ନିଜ ମରଣ ଦିନକୁ ଅପେକ୍ଷା କରିରହିଛି। ଏଥିପ୍ରତି କାହାର ନିଘା ନାହିଁ। ପ୍ରଥମେ ପ୍ରଳୟଙ୍କାରୀ ବାତ୍ୟା ଫନି ଓ ଏବେ ମହାମାରୀ କରୋନାର ମୁକାବିଲା କରିବା ପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ବ୍ୟାପକ ପଦକ୍ଷେପ ଗ୍ରହଣ କରିଛି ସତ କିନ୍ତୁ ସହର ସୌନ୍ଦର୍ଯ୍ୟକରଣ କଥା ସମ୍ପୂର୍ଣ୍ଣ ଭୂଲିଯାଇଥିବା ନଜରକୁ ଆସୁଛି।
ବିଏମ୍‌ସି କମିଶନର ପ୍ରେମଚନ୍ଦ୍ର ଚୌଧାରୀ କହିଛନ୍ତି, ସହରରେ ଉକ୍ତ ମଲା ଗଛ କୁଣ୍ଡଗୁଡ଼ିକୁ ବାହାର କରାଯାଇ ସେଠାରେ ଅଳଙ୍କାରୀ ବୃକ୍ଷ ଲଗାଯିବାକୁ ଯୋଜନା ହୋଇଛି। ଫନି ପରେ ପରେ ହିଁ ଉକ୍ତ ବୃକ୍ଷଗୁଡ଼ିକ କିଛି ମାତ୍ରାରେ ଶୁଖି ମରିଯାଇଥିଲା। ଯାହାର ନିରାକରଣ ପାଇଁ ଆଲୋଚନା ହୋଇଛି ଓ ସ୍ବତନ୍ତ୍ର ବଜେଟ୍‌ ବି କରାଯାଇଛି। କରୋନା ମହାମାରୀର ମୁକାବିଲା କରିବା ପରେ ସହର ସୌନ୍ଦର୍ଯ୍ୟକରଣ ପ୍ରତି ଧ୍ୟାନ ଦିଆଯିବ। ଉଲ୍ଲେଖଯୋଗ୍ୟ, ରାଜ୍ୟର ସର୍ବାଧିକ କରୋନା ଆକ୍ରାନ୍ତ ଭୁବନେଶ୍ୱରରୁ ଚିହ୍ନଟ ହେବା ପରେ ବିଏମ୍‌ସି ସଂକ୍ରମଣକୁ ଏଡ଼ାଇବା ପାଇଁ ଅଣ୍ଟା ଭିଡ଼ିଛି। ପ୍ରବଳ ଗ୍ରୀଷ୍ମତାପ କାରଣରୁ ଜନପଥ, ସଚ୍ଚିବାଳୟ ମାର୍ଗ ଓ ବିଦ୍ୟୁତ୍‌ ମାର୍ଗର ଦୁଇ ପାର୍ଶ୍ୱ ଓ ମଝିରେ ଥିବା ଥିବା ସୌନ୍ଦର୍ଯ୍ୟକରଣ ବୃକ୍ଷଗୁଡ଼ିକ ଅଧିକାଂଶ ଶୁଖି ମରିଯାଇଛି। ତେଣୁ ଏଗୁଡ଼ିକରେ ଟିକେ ପାଣି ଦେବାକୁ ଭୁବନେଶ୍ୱରର କିଛି ବୁଦ୍ଧିଜୀବୀ ବିଏମ୍‌ସିକୁ ଦାବି ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri