ଉଜ୍ଜ୍ୱଳା ହିତାଧିକାରୀଙ୍କୁ ମିଳିବ ୩ ମାଗଣା ସିଲିଣ୍ଡର

ନୂଆଦିଲ୍ଲୀ,୨୭। ୩: ଉଜ୍ଜ୍ୱଳା ହିତାଧିକାରୀଙ୍କୁ ଏପ୍ରିଲ ମାସଠାରୁ ଜୁନ ଯାଏ ୩ ମାଗଣା ସିଲିଣ୍ଡର ଉପଲବ୍ଧ ହେବ। କେନ୍ଦ୍ର ସରକାରଙ୍କ ପକ୍ଷରୁ ଏ ନେଇ ଗୁରୁବାର ସ୍ପଷ୍ଟ କରାଯାଇଛି। ଏହିି ପଦକ୍ଷେପ ଦ୍ୱାରା ରାଜକୋଷକୁ ୧୩ ହଜାର କୋଟି ଟଙ୍କାର ଅତିରିକ୍ତ ବୋଝ ପଡିବ। କରୋନା ଭାଇରସ ବ୍ୟାପିବା ଯୋଗୁ ଏବେ ସାରା ଦେଶକୁ ଲକ୍‌ଡାଉନ ଘୋଷଣା କରାଯାଇଛି। ଏହି ସମୟରେ ଲୋକଙ୍କୁ ଆଶ୍ୱସ୍ତି ପ୍ରଦାନ କରିବା ଲାଗି ସରକାର ଏଭଳି ପଦକ୍ଷେପ ହାତକୁ ନେଇଛନ୍ତି। ବର୍ତ୍ତମାନର ଚ୍ୟାଲେଞ୍ଜିଂ ସମୟରେ ଏଭଳି ପଦକ୍ଷେପ ଲୋକଙ୍କ ଲାଗି ମଙ୍ଗଳକାରୀ ହୋଇପାରିବ ବୋଲି ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମତବ୍ୟକ୍ତ କରିଛନ୍ତି। ଗ୍ରାମୀଣ,ସହରାଞ୍ଚଳ ଗରୀବ, କୃଷକ, ସ୍ବାସ୍ଥ୍ୟ କର୍ମୀ, ଦିବ୍ୟାଙ୍ଗ, ବରିଷ୍ଠ ନାଗରିକଙ୍କୁ ଧ୍ୟାନରେ ରଖି ସରକାର ବିଭିନ୍ନ ପଦକ୍ଷେପ ହାତକୁ ନେଇଛନ୍ତି। ୨୦୧୬ରେ ଆସିଥିବା ଉଜ୍ଜ୍ୱଳା ଯୋଜନାରେ ସରକାର ୮ କୋଟି ହିତାଧିକାରୀଙ୍କୁ ଏଲପିଜି ବଣ୍ଟନ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପର୍ବପର୍ବାଣୀ ପୂର୍ବରୁ ବଡ଼ ଝଟକା! ଦୈନନ୍ଦିନ ବ୍ୟବହାରର ସାମଗ୍ରୀ ଉପରେ ମହଙ୍ଗା ମାଡ଼, ବଢିଯିବ ଦାମ୍‌

ନୂଆଦିଲ୍ଲୀ,୧।୮: ବର୍ତ୍ତମାନ ମୌସୁମୀ ଋତୁ ଚାଲିଛି। ଯେପରି ମୌସୁମୀ ବିଦାୟ ନେବ, ଭାରତୀୟମାନେ ପର୍ବପର୍ବାଣୀକୁ ସ୍ବାଗତ କରିବା ପାଇଁ ପ୍ରସ୍ତୁତି ଆରମ୍ଭ କରିଦେବେ। ଘର ରଙ୍ଗ କରିବାଠାରୁ…

ନୂଆ ମାସ, ନୂଆ ନିୟମ! ଅଗଷ୍ଟ ୧ରୁ ବଦଳିଲା ଅନେକ ବ୍ୟବସ୍ଥା, ଜାଣନ୍ତୁ କ’ଣ କ’ଣ…

ନୂଆଦିଲ୍ଲୀ,୧।୮: ପ୍ରତି ମାସର ପ୍ରଥମ ଦିନ ପରି ଅଗଷ୍ଟ ମାସ ମଧ୍ୟ ଏହା ସହିତ କିଛି ପରିବର୍ତ୍ତନ ନେଇ ଆସୁଛି, ଯାହା ଆମର ଏବଂ ଆପଣଙ୍କ ଜୀବନ…

ଟ୍ରେନ୍‌ରେ ଅଧିକ ସାମଗ୍ରୀ ନେବା ହେଲା ସହଜ! କନ୍‌ଫର୍ମ ଟିକେଟ୍‌ରେ ଆରମ୍ଭ ହେଲା ଅନ୍‌ଲାଇନ୍ ଲଗେଜ୍ ବୁକିଂ

ନୂଆଦିଲ୍ଲୀ,୩୧।୭: ଭାରତୀୟ ରେଳ ୩୧ ଜୁଲାଇରୁ କନ୍‌ଫର୍ମ ଟ୍ରେନ୍ ଟିକେଟ୍ ଥିବା ଯାତ୍ରୀଙ୍କ ପାଇଁ ବ୍ୟକ୍ତିଗତ ଜିନିଷପତ୍ର (ପର୍ସନାଲ ଲଗେଜ୍)ର ଅନ୍‌ଲାଇନ୍ ବୁକିଂ ଆରମ୍ଭ କରିବାକୁ ଯାଉଛି।…

ରକ୍ଷାବନ୍ଧନ ପୂର୍ବରୁ ବଡ଼ ଝଟକା! ପୋଷ୍ଟ ଅଫିସ ବଢ଼ାଇଲା ସ୍ପିଡ୍ ପୋଷ୍ଟ ଦର, ଜାଣିନିଅନ୍ତୁ କେତେ…

ନୂଆଦିଲ୍ଲୀ,୩୦।୭: ଆଜି ମଧ୍ୟ, ବହୁ ସଂଖ୍ୟକ ଲୋକ ପାନ୍, ଆଧାର କିମ୍ବା ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ ପଠାଇବା ପାଇଁ ସ୍ପିଡ୍ ପୋଷ୍ଟ ବ୍ୟବହାର କରିବାକୁ ପସନ୍ଦ କରନ୍ତି…

ଲକ୍ଷ୍ମୀ ଯୋଜନା: ପ୍ରତିମାସରେ ମିଳିବ ୨୫୦୦ଟଙ୍କା, RD ରେ ଜମା କଲେ ସିଧା ୧ ଲକ୍ଷ! ଜାଣନ୍ତୁ ସମ୍ପୂର୍ଣ୍ଣ ହିସାବ…

ନୂଆଦିଲ୍ଲୀ,୩୦।୭: ସାଧାରଣତଃ ଆମକୁ ଟଙ୍କା ମିଳିଲେ ଆମେ ତାହା ଖର୍ଚ୍ଚ କରିଦେଇଥାଉ, କିନ୍ତୁ କିଛି ଟଙ୍କା ଯଦି ଆର.ଡି. (RD) ରେ ନିବେଶ କରାଯାଏ, ତେବେ ଅନେକ…

E20 ପେଟ୍ରୋଲକୁ ନେଇ ସରକାରଙ୍କ ବଡ଼ ବୟାନ! ପୁରୁଣା BS-3 ଗାଡ଼ିରେ ବଦଳାଇବାକୁ ପଡ଼ିପାରେ ଏସବୁ ପାର୍ଟସ୍

ନୂଆଦିଲ୍ଲୀ,୨୯।୭: ଯଦି ଆପଣଙ୍କ ପାଖରେ ୨୦୧୬ ମସିହା ପୂର୍ବରୁ ନିର୍ମିତ କୌଣସି BS-3 ମଡେଲର କାର୍ କିମ୍ବା ବାଇକ୍ ରହିଛି, ତେବେ ଏହି ଖବର ଆପଣଙ୍କ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri