ଉଜ୍ଜ୍ୱଳ ତ୍ୱଚା, କୋଷ୍ଠକାଠିନ୍ୟ ସମସ୍ୟା ଲାଗି ବରକୋଳି

ଉଜ୍ଜ୍ୱଳ ତ୍ୱଚା ସମସ୍ତଙ୍କୁ ପସନ୍ଦ। ଏହାକୁ ନେଇ ବର୍ତ୍ତମାନର ଯୁବପିଢ଼ି ବେଶ୍‌ ଚିନ୍ତିତ ଏବଂ ଯତ୍ନବାନ ମଧ୍ୟ। ଏଥିଲାଗି ଅନେକେ ବଜାରରେ ମିଳୁଥିବା ମହଙ୍ଗା ପ୍ରସାଧନ ସାମଗ୍ରୀ ମଧ୍ୟ ବ୍ୟବହାର କରିଥାନ୍ତି। ଅନେକ ସମୟରେ ଏହାର ପାର୍ଶ୍ୱ ପ୍ରତିକ୍ରିୟା ମଧ୍ୟ ନଜର ଆସିଥାଏ। ଏସବୁ ସ୍ଥଳେ ଯଦି ଆପଣ ସୁନ୍ଦର ତ୍ୱଚା ଲାଗି ଚିନ୍ତିତ ତେବେ ଆଣ୍ଟିଅକ୍ସିଡାଣ୍ଟରେ ଭରପୂର ଥିବା ବରକୋଳି ଖାଆନ୍ତୁ । ଦେଖିବେ ତ୍ୱଚା କୋମଳ ରହିବା ସହ ଉଜ୍ଜ୍ୱଳ ଦିଶିବ।
ବରକୋଳିରେ ଓଜନ ହ୍ରାସ କରିବାର କ୍ଷମତା ମଧ୍ୟ ରହିଛି। ଏଥିସହ ପର୍ଯ୍ୟାପ୍ତ ପରିମାଣର ଭିଟାମିନ ସି, ଏ ଏବଂ ପୋଟାସିୟମ ରହିଥାଏ। ଏହା ଆଣ୍ଟି-ଅକ୍ସିଡାଣ୍ଟ ଗୁଣରେ ପରିପୂର୍ଣ୍ଣ । ଏହାକୁ ଖାଇବା ଫଳରେ ତ୍ୱଚା ଦୀର୍ଘ ସମୟ ପର୍ଯ୍ୟନ୍ତ ଉଜ୍ଜ୍ୱଳ ରହିଥାଏ। ଏଥିରେ ବହୁତ କମ୍‌ ପରିମାଣର କ୍ୟାଲୋରି ଥାଏ। ବରକୋଳି ଖାଇବା ଦ୍ୱାରା କୋଷ୍ଠକାଠିନ୍ୟ ସମସ୍ୟା ଦୂର ହୋଇଥାଏ। ହଜମ ପ୍ରକ୍ରିୟାରେ ଉନ୍ନତି ଆଣିବାରେ ଏହା ସାହାଯ୍ୟ କରିଥାଏ । ଏଥିରେ ଅଧିକ କ୍ୟାଲସିୟମ ଏବଂ ଫସ୍‌ଫରସ୍‌ ରହିଥାଏ । ବର୍ତ୍ତମାନ ସମୟରେ ବଜାରରେ ବରକୋଳି ଉପଲବ୍ଧ ହେଉଥିବାରୁ ଆପଣ ଏହାକୁ ଖାଇ ଲାଭବାନ ହୋଇପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଶରୀର ପାଇଁ ଉପକାରୀ ଜିରା: ଏମିତି କରନ୍ତୁ ସେବନ

ଆମେ ସାଧାରଣତଃ ଅଧିକାଂଶ ଖାଦ୍ୟ ପ୍ରସ୍ତୁତ କରିବା ବେଳେ ଜିରା ବ୍ୟବହାର କରିଥାଉ। ଏହାର ସୁଗନ୍ଧ କେବଳ ଭଲ ନୁହେଁ ବରଂ ଏଥିରେ ଭରି ରହିଥିବା...

କେମିତି ହେବେ ଆଦର୍ଶ ଅଭିଭାବକ: ଜାଣନ୍ତୁ ଟିପ୍ସ

ପିଲାଙ୍କ ପ୍ରଥମ ଗୁରୁ ହେଉଛନ୍ତି ଅଭିଭାବକ। ସେମାନଙ୍କ ଉତ୍ତମ ଭବିଷ୍ୟତ ଗଢ଼ିବାରେ ଅଭିଭାବକଙ୍କର ହିଁ ଥାଏ ଗୁରୁତ୍ୱପୂର୍ଣ୍ଣ ଭୂମିକା। କାରଣ ପିଲାମାନେ ସର୍ବଦା ଅନୁକରଣ ପ୍ରିୟ।...

ଅତ୍ୟଧିକ ମିଠାଜାତୀୟ ଖାଦ୍ୟ ଖାଉଥିଲେ…

ମନଲୋଭା ଖାଦ୍ୟ ମଧ୍ୟରୁ ମିଠା ଅନ୍ୟତମ। ଏହାର ସ୍ବାଦ ହୁଏତ ମିଠା ହୋଇପାରେ, ହେଲେ ଏହାର ପରିମାଣ ଅଧିକ ହେଲେ ତାହା ଆମ ସ୍ମରଣ ଶକ୍ତିକୁ...

ଈଶ୍ୱର କଣିକାର ଆବିଷ୍କାରକ

ପଦାର୍ଥ ବିଜ୍ଞାନର ଏକ ଗୁରୁତ୍ୱପୂର୍ଣ୍ଣ ଆବିଷ୍କାର କରି ଖ୍ୟାତି ଲାଭ କରିଥିବା ପିଟର ହିଗ୍‌ସ ଚଳିତ ବର୍ଷ ଏପ୍ରିଲ ୮ ତାରିଖରେ ପରଲୋକ ଗମନ କରିଛନ୍ତି।...

ଥର୍ମୋମିଟର, ବାରୋମିଟର ଓ ଡାଲ୍‌ଟନ

କଡ଼େଇରେ ପାଣି ରଖି କଡ଼େଇ ତଳେ ନିଆଁ ଜାଳିଲେ ପାଣି ଗରମ ହୁଏ। କାରଣ ନିଆଁରୁ ବାହାରୁଥିବା ତାପ ଦ୍ୱାରା କଡ଼େଇ ଗରମ ହୁଏ। କଡ଼େଇ...

ଖରାଦିନେ ସ୍କିନ୍‌ ଆଲର୍ଜିର ଘରୋଇ ଚିକିତ୍ସା

ଖରାଦିନେ ଝାଳ ବୋହିବା ସହ କେତେକଙ୍କଠାରେ ବିଭିନ୍ନ ପ୍ରକାର ସ୍କିନ୍‌ ଆଲର୍ଜି ସମସ୍ୟା ଦେଖାଯାଇଥାଏ। କାହାର ଘିମିରି ବାହାରେ ତ କାହା ଶରୀରରେ ନାଲି ନାଲି...

ଘରେ ସୁଖସମୃଦ୍ଧି ବୃଦ୍ଧି ପାଇଁ ବାସ୍ତୁ ଉପାୟ, ଆପଣାଇଲେ…

ବାସ୍ତୁଶାସ୍ତ୍ର ଅନୁଯାୟୀ, ଏମିତି କିଛି ବିଶେଷ ଉପାୟ ରହିଛି; ଯାହାକୁ ଆପଣାଇଲେ ଘରେ ସୁଖସମୃଦ୍ଧି ବୃଦ୍ଧି ହେବା ସହ ସମ୍ପର୍କରେ ନିବିଡ଼ତା ଆସିଥାଏ। ତା’ସହିତ ଅନେକ...

ଇଲେକ୍ଟ୍ରିକ୍‌ ସମାଗ୍ରୀ ଚକ୍‌ଚକ୍‌ କରିବାକୁ ଚାହୁଁଥିଲେ…ଆପଣାନ୍ତୁ ଏହି ଉପାୟ

ଇଲେକ୍ଟ୍ରି ସାମଗ୍ରୀ ସଫା କରିବା ସମୟରେ କେତେକ ବିଷୟ ପ୍ରତି ସ୍ବତନ୍ତ୍ର ଭାବରେ ଦୃଷ୍ଟି ଦେବାକୁ ପଡ଼ିଥାଏ। ଏହି ସମୟରେ ନିମ୍ନଲିଖିତ ଟିପ୍ସ ଆପଣେଇ ପାରନ୍ତି…...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri