ଉଜ୍ଜ୍ୱଳ ତ୍ୱଚା ଲାଗି ବ୍ୟବହାର କରନ୍ତୁ କମଳା ଚୋପା

ସୌନ୍ଦର୍ଯ୍ୟକୁ ନେଇ ପ୍ରାୟ ଅଧିକାଂଶ ଲୋକ ବେଶ୍‌ ଚିନ୍ତିତ। ଏକ ସୁନ୍ଦର ତ୍ୱଚା ପାଇବା ଲାଗି ସମସ୍ତଙ୍କର ଇଚ୍ଛା ଥାଏ। ଏ ନେଇ ବଜାରରେ ମିଳୁଥିବା ଅନେକେ ସୌଖୀନ ରାସାୟନିକ ପଦାର୍ଥ ବ୍ୟବହାର କରନ୍ତି, ଯାହାର ଅନେକ ପାର୍ଶ୍ୱପ୍ରତିକ୍ରିୟା ରହିଛି। ମାତ୍ର କମଳା ଚୋପା ବ୍ୟବହାର କରି ଆପଣ ଏକ ଉଜ୍ଜ୍ୱଳ ତ୍ୱଚା ପାଇପାରିବେ। କମଳା ଖାଇବାକୁ ଯେମିତି ସ୍ବାଦିଷ୍ଠ, ତାହାର ଚୋପା ମଧ୍ୟ ସେତିକି ଉପକାରୀ। ଏହାର ଚୋପାରେ ପ୍ରସ୍ତୁତ ଫେସ୍‌ ପ୍ୟାକ୍‌ ତ୍ୱଚା ଉଜ୍ଜ୍ୱଳ କରାଇଥାଏ।

ପ୍ରସ୍ତୁତି ପ୍ରଣାଳୀ

-କମଳା ଚୋପାକୁ ଭଲଭାବେ ଶୁଖାଇ ଦିଅନ୍ତୁ। ଏହାକୁ ଗୁଣ୍ଡକରି ପ୍ୟାକ୍‌ ପ୍ରସ୍ତୁତିରେ ବ୍ୟବହାର କରିପାରିବେ।

-କମଳା ଚୋପାର ଗୁଣ୍ଡକୁ ହଳଦୀରେ ମିଶାଇ ସେଥିରେ କିଛି ଗୋଲାପ ଜଳ ମିଶାଇ ପେଷ୍ଟ ପ୍ରସ୍ତୁତ କରିପାରିବେ।

-ପେଷ୍ଟକୁ ମୁହଁରେ ଲଗାଇ ୧୫ ମିନିଟ୍‌ ପରେ ଧୋଇ ଦିଅନ୍ତୁ। ଦେଖିବେ ଏପରି କରିବାର କିଛିଦିନ ମଧ୍ୟରେ ତ୍ୱଚା ଉଜ୍ଜ୍ୱଳ ଦେଖାଯିବ।


Enter your email to get our daily news in your inbox.

All Right Reserved By Dharitri.Com

୫୪ ବର୍ଷ ପରେ ପୂର୍ଣ୍ଣ ସୂର୍ଯ୍ୟପରାଗ: ଏହି ୩ ରାଶିର ଚମକିବ ଭାଗ୍ୟ

ଚଳିତ ବର୍ଷର ପ୍ରଥମ ସୂର୍ଯ୍ୟପରାଗ ୮ ଏପ୍ରିଲ ୨୦୨୪ରେ ପଡିବ। ହିନ୍ଦୁ ଧର୍ମରେ ସୂର୍ଯ୍ୟପରାଗକୁ ବହୁ ମାନ୍ୟତା ଦିଆଯାଏ। ଏହି ସୂର୍ଯ୍ୟପରାଗ ରେବତୀ ନକ୍ଷତ୍ର ଏବଂ...

‘ଏସ୍‌’ ନାମଧାରୀ ବ୍ୟକ୍ତିଙ୍କ ଏଭଳି ହୋଇଥାଏ ସ୍ବଭାବ, ଯେଉଁ କାମ କରନ୍ତି…

ନାମର ପ୍ରଥମ ଅକ୍ଷର ବ୍ୟକ୍ତିର ପ୍ରକୃତି ଏବଂ ବ୍ୟକ୍ତିତ୍ୱ ଉପରେ ପ୍ରଭାବ ପକାଇଥାଏ। କିଛି ଅକ୍ଷର ଏପରି ଥାଏ, ଆମ ଆଖପାଖରେ ଅନେକ ନାମ ସେଭଳି...

ଦରିଦ୍ର କରିଦିଏ ଏହି ୬ ଅଭ୍ୟାସ, ଆପଣଙ୍କର ନାହିଁ ତ? ଜାଣନ୍ତୁ କ’ଣ କହିଛନ୍ତି…

ମନୁଷ୍ୟ ନିଜ ଜୀବନରେ ସୁଖରେ ଜୀବନଯାପନ କରିବା ପାଇଁ ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ନୀତଶାସ୍ତ୍ରରେ ଅନେକ ପ୍ରକାରର ନୀତି ବିଷୟରେ ବର୍ଣ୍ଣନା କରିଛନ୍ତି। ଏହା ବ୍ୟକ୍ତିଙ୍କୁ...

ହୋଲି ଓ ଜୈବ ପ୍ରାକୃତିକ ରଙ୍ଗ

ଆମେ ପାଳନ କରୁଥିବା ପ୍ରମୁଖ ପର୍ବପର୍ବାଣି ମଧ୍ୟରେ ହୋଲି ଅନ୍ୟତମ। ରଙ୍ଗର ଏହି ପର୍ବ ଆମ ଦେଶରେ ବେଶ୍‌ ଜାକଜମକରେ ପାଳନ କରାଯାଏ। ଏବେ ଆମେ...

ସୁସ୍ଥ ସ୍ବାସ୍ଥ୍ୟର ଚାବିକାଠି

ସୁସ୍ଥ ରହିବାକୁ କିଏ ବା ନ ଚାହେଁ? ତେବେ ଏହା ପଛରେ ରହିଛି ଅନେକ କାରଣ। ତନ୍ମଧ୍ୟରୁ ଏକ ସହଜ ତଥା ସରଳ ଉପାୟ ହାତପାଆନ୍ତାରେ...

ବର୍ଷର ପ୍ରଥମ  ଚନ୍ଦ୍ରଗ୍ରହଣ: ହୋଲିରେ କ’ଣ ରହିବ ପ୍ରଭାବ? ଏ ସବୁ ରାଶିର ଲୋକଙ୍କ ପାଇଁ ହେବ ଶୁଭ 

୨୦୨୪ ମାର୍ଚ୍ଚ ୨୫ରେ ବର୍ଷର  ପ୍ରଥମ ଚନ୍ଦ୍ରଗ୍ରହଣ ପଡ଼ୁଛି। ତେବେ ଏହାଭାରତକୁ ଦୃଶ୍ୟମାନ ହେବ ନାହିଁ, ବା ଏହାର କୌଣସି ପ୍ରଭାବ ଦେଖାଯିବ ନାହିଁ ।...

ହୋଲି ପୂର୍ବରୁ ତୁରନ୍ତ ଘରୁ କାଢ଼ି ଦିଅନ୍ତୁ ଏସବୁ, ଧନ-ସମୃଦ୍ଧିରେ ଉପୁଜିବ ବାଧା

ଏମିତି କିଛି ଜିନିଷ ରହିଛି; ଯାହାକୁ ଘରେ ରଖିଲେ ବାସ୍ତୁଦୋଷ ଉପୁଜିବା ସହ ନକାରାତ୍ମକ ଊର୍ଜା ବଢ଼ିଥାଏ। ସେଥିପାଇଁ ଏହି ଜିନିଷଗୁଡ଼ିକୁ ତୁରନ୍ତ ଘରୁ କାଢ଼ିଦେବା...

ସଫଳ ପୁରୁଷ ନିକଟରେ ରହିଥାଏ ଏହି ୪ ଗୁଣ, ସୁଖସମୃଦ୍ଧି ପାଦ ଚୁମେ…

ଆଚାର୍ଯ୍ୟ ଚାଣକ୍ୟ ନିଜର ନୀତିଶାସ୍ତ୍ରରେ ଜୀବନରେ ସଫଳତାର ସ୍ବାଦ ଚାଖିବା ଲାଗି ଅନେକ ଉପାୟ ବିଷୟରେ ବର୍ଣ୍ଣନା କରିଛନ୍ତି। ସେଥିରେ ସଫଳ ପୁରୁଷଙ୍କ ନିକଟରେ ଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri