ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ଲାଟିନମ୍‌ ଜୁବିଲି ସମାରୋହ:ଏକତ୍ର ହେଲେ ଅଭିଭାବକ, ଅବସରପ୍ରାପ୍ତ ଶିକ୍ଷକ ଓ କର୍ମଚାରୀ

ଭୁବନେଶ୍ୱର, ୨୬ା୧୧(ବ୍ୟୁରୋ): ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ଲାଟିନମ୍‌ ଜୁବିଲି ସମାରୋହର ସୋମବାର ଥିଲା ତୃତୀୟ ଦିବସ। ରବିବାର ଆଲୁମ୍‌ନି ମିଟ୍‌ ପରେ ସୋମବାର ଏକ ଅଦ୍ଭୂତପୂର୍ବ ପରିବେଶ ଦେଖିବାକୁ ମିଳିଥିଲା। ଏକତ୍ର ହୋଇଥିଲେ ଅଭିଭାବକ, ଅବସରପ୍ରାପ୍ତ ଶିକ୍ଷକ ଓ କର୍ମଚାରୀ। କାରଣ ତୃତୀୟ ଦିବସ ଥିଲା ଅଭିଭାବକ ସମ୍ମିଳନୀ। ସକାଳୁ ସକାଳୁ ଅଭିଭାବକଙ୍କ ଆଗମନ ଆରମ୍ଭ ହୋଇଯାଇଥିତ୍ଲା। ବିଶ୍ୱବିଦ୍ୟାଳୟରେ ଅଭିଭାବକଙ୍କୁ ଦେଖି ଛାତ୍ରୀଛାତ୍ରମାନଙ୍କ ମନରେ ଖୁସିର ଲହରି ଖେଳି ଯାଇଥିଲା। ସେମାନଙ୍କ ମଧ୍ୟରୁ ଅନେକ ପ୍ରଥମ ଥର ପାଇଁ ବିଶ୍ୱବିଦ୍ୟାଳୟକୁ ଆସିଥାନ୍ତି। ପୂର୍ବରୁ ବିଶ୍ୱବିଦ୍ୟାଳୟ ନାମ ଶୁଣିଥିବା ବେଳେ ନିଜ ପିଲାଙ୍କ ପାଇଁ ବିଶ୍ୱବିଦ୍ୟାଳୟକୁ ଦେଖିପାରିଛନ୍ତି ବୋଲି ଅଭିଭାବକମାନେ ଖୁସିବ୍ୟକ୍ତ କରିଛନ୍ତି।
ବିଶ୍ୱବିଦ୍ୟାଳୟର ବିଭିନ୍ନ ବିଭାଗ ପକ୍ଷରୁ ଅଭିଭାବକଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଥିଲା। ପ୍ରଥମେ ଅଧ୍ୟୟନରତ ଛାତ୍ରୀଛାତ୍ରଙ୍କ ମାତାପିତାଙ୍କୁ ସ୍ବାଗତ କରାଯିବା ସହିତ ଅଧ୍ୟାପିକା, ଅଧ୍ୟାପକମାନଙ୍କ ସହିତ ବାର୍ତ୍ତାଳାପ ତଥା ଭାବ ବିନିମୟର କାର୍ଯ୍ୟକ୍ରମ ହୋଇଥିଲା। ଏହାପରେ ଅଭିଭାବକ, ଅବସରପ୍ରାପ୍ତ ଶିକ୍ଷକ ଓ କର୍ମଚାରୀଙ୍କୁ ନେଇ ହୋଇଥିଲା ମେଗା ମିଟ୍‌। ବିଜୁ ପଟ୍ଟନାୟକ ସ୍ପୋର୍ଟସ କମ୍ପ୍ଲେକ୍ସରେ ଅନୁଷ୍ଠିତ ମିଳିତ ସମ୍ମିଳନୀରେ ଡ. ରାଜେନ୍ଦ୍ର ପ୍ରସାଦ କୃଷି ବିଶ୍ୱବିଦ୍ୟାଳୟର କୁଳପତି ତଥା ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ରାକ୍ତନ ପ୍ରାଧ୍ୟାପକ ପ୍ରଫେସର ପ୍ରଫୁଲ୍ଲ କୁମାର ମିଶ୍ର ସଭାପତିତ୍ୱ କରିଥିଲେ। ଆଧ୍ୟାତ୍ମିକ ଗୁରୁ ଡ. ଚନ୍ଦ୍ରଭାନୁ ଶତପଥୀ ସମ୍ମିଳନୀରେ ମୁଖ୍ୟଅତିଥି ଭାବେ ଯୋଗଦେଇଥିଲେ। ବିଶ୍ୱବିଦ୍ୟାଳୟକୁ ଉତ୍କର୍ଷର ଚରମସୀମାରେ ପହଞ୍ଚାଇବା ପାଇଁ ଅର୍ଥ, ପ୍ରଶାସନ, ଶୃଙ୍ଖଳା, ଗବେଷଣା ଓ ବିଦ୍ୟାର୍ଥୀ ଆଦି ୫ଟି ଉପାଦାନ ସମ୍ବନ୍ଧରେ ସେ ଆଲୋକପାତ କରିଥିଲେ। କଷ୍ଟ ବିନା ପରିଶ୍ରମ ଅସମ୍ଭବ ବୋଲି ଦର୍ଶାଇଥିଲେ।
ଉଚ୍ଚଶିକ୍ଷା ପରିଷଦର ଉପସଭାପତି ତଥା ଉତ୍କଳ ବିଶ୍ୱବିଦ୍ୟାଳୟ ପୂର୍ବତନ କୁଳପତି ପ୍ରଫେସର ଅଶୋକ ଦାସ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଅଭିଭାବକମାନଙ୍କୁ ବିଶ୍ୱବିଦ୍ୟାଳୟର ଉନ୍ନତି ପାଇଁ ଉଦ୍ୟମ କରିବାକୁ ଆହ୍ବାନ କରିଥିଲେ। ଏଥିସହିତ ବିଦ୍ୟାର୍ଥୀମାନଙ୍କୁ ଶିକ୍ଷକମାନଙ୍କ ପ୍ରତି ଯଥେଷ୍ଟ ସମ୍ମାନ ଦେବାକୁ ପରାମର୍ଶ ଦେଇଛନ୍ତି। ଛାତ୍ରର ଉନ୍ନତି ଶିକ୍ଷକକୁ ଗର୍ବିତ କରିଥାଏ। ଉତ୍କଳ ବିଶ୍ୱବିଦ୍ୟାଳୟକୁ ‘ୟୁନିଭର୍ସିଟି ଅଫ୍‌ ସବ୍‌ଷ୍ଟାନ୍ସ’ରେ ପରିଣତ କରିବା ପାଇଁ ସମସ୍ତଙ୍କ ସହଯୋଗ କାମନା କରିଥିଲେ। ଅନ୍ୟତମ ସମ୍ମାନିତ ଅତିଥି ଭାବେ ରାଜ୍ୟପାଳଙ୍କ ସ୍ବତନ୍ତ୍ର ସଚିବ ମଧୁସୂଦନ ପାଢ଼ୀ ଯୋଗଦେଇ ବିଶ୍ୱବିଦ୍ୟାଳୟକୁ ଗୌରବାନ୍ବିତ କରିବା ପାଇଁ ନୂଆ ପାଠ୍ୟକ୍ରମ ଓ ଗବେଷଣାର ଆବଶ୍ୟକତା ରହିଛି ବୋଲି ଗୁରୁତ୍ୱାରୋପ କରିଥିଲେ। ଉଚ୍ଚ ଶିକ୍ଷା ମନ୍ତ୍ରୀ ତଥା ପୁରାତନ ଛାତ୍ର ଅରୁଣ କୁମାର ସାହୁ ଓ ଉଚ୍ଚ ଶିକ୍ଷା ବିଭାଗ ସଚିବ ଶାଶ୍ୱତ ମିଶ୍ର ଯୋଗଦେଇଥିଲେ। ସ୍ନାତକୋତ୍ତର ପରିଷଦର ଅଧ୍ୟକ୍ଷ ପ୍ରଫେସର ସବିତା ଆଚାର୍ଯ୍ୟ ସ୍ବାଗତ ଭାଷଣ ପ୍ରଦାନ କରିଥିବା ବେଳେ କୁଳସଚିବ ଦୟାନଧି ନାୟକ ଧନ୍ୟବାଦ ଅର୍ପଣ କରିଥିଲେ। ଏହାପରେ ଅଭିଭାବକମାନେ ହଷ୍ଟେଲ ଓ କ୍ୟାମ୍ପସ ବୁଲିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜାଗରରେ ବଡ଼ ଅଘଟଣ: ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର

ଖଲ୍ଲିକୋଟ,୧୫।୨(ପ୍ରଶାନ୍ତ କୁମାର ମିଶ୍ର): ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର । ମୃତକ ହେଲେ ଖଲ୍ଲିକୋଟ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ଦଶମ ଶ୍ରେଣୀ ଛାତ୍ର…

ଶୀତଳ ଭଣ୍ଡାରରେ ଭାୟାବହ ଅଗ୍ନିକାଣ୍ଡ: ୧୦ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ସମ୍ପତ୍ତି ନଷ୍ଟ, ନିଆଁ ଲିଭାଉଛି ରୋବର୍ଟ

କୁଚିଣ୍ଡା,୧୫।୨(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ନିକଟସ୍ଥ ନୁଁନୁନିଆମୁଣ୍ଡା ସ୍ଥିତ ଲାଠ ଶୀତଳ ଭଣ୍ଡାରରେ ରଵିବାର ସକାଳେ ସର୍ଟସର୍କିଟ ଯୋଗୁଁ ଅଗ୍ନିକାଣ୍ଡ ହୋଇଛି । ଏଥିରେ କୋଟି…

ମହାଶିବରାତ୍ରି: ଵାଲୀ ଲୋକନାଥ-ଝାଡ଼େଶ୍ୱର ଓ ବଟେଶ୍ୱର ଶୈବପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ଗଞ୍ଜାମ,୧୫ା୨(ବିଦ୍ୟାଧର ସାହୁ ): ସମଗ୍ର ରାଜ୍ୟରେ ମହା ଶିବରାତ୍ରି ଜାଗର ଯାତ୍ରା ପାଳିତ ହେଉଥିବା ବେଳେ ଗଞ୍ଜାମରେ ମଧ୍ୟ ଏହି ଜାଗର ଯାତ୍ରା ମହା ଆଡମ୍ବରରେ ପାଳିତ…

ଜୀବିତ ସାବିତ୍ରୀଙ୍କୁ ମୃତ ଦର୍ଶାଇଲା ପ୍ରଶାସନ, ଧରିତ୍ରୀରେ ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର,୧୫ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଓଡରୀ ପଞ୍ଚାୟତ ଦୋଳଗୁଡ଼ା ଗ୍ରାମର ଜଣେ ଅସହାୟା ମହିଳାଙ୍କୁ ନେଇ ପ୍ରଶାସନର ଚରମ ଅବହେଳା…

ଟି୨୦ ବିଶ୍ୱକପ୍‌ ମଝିରେ ଏହି ଦଳକୁ ଝଟ୍‌କା: ହଠାତ୍‌ ଘରକୁ ଫେରିଗଲେ…

ଚେନ୍ନାଇ,୧୫।୨: ଟି-୨୦ ବିଶ୍ୱକପ୍‌ରେ ନ୍ୟୁଜିଲ୍ୟାଣ୍ଡ ଦଳର ସବୁଠାରୁ ସଫଳ ବୋଲର ଲକି ଫର୍ଗୁସନ ଅଧାରୁ ଟୁର୍ନାମେଣ୍ଟ ଛାଡ଼ି ଘରକୁ ଫେରିଛନ୍ତି। ଫେବୃଆରୀ ୧୪ରେ ଦକ୍ଷିଣ ଆଫ୍ରିକା ବିପକ୍ଷ…

ବିଜେଡି ମହିଳା ସାଂଗଠନିକ କର୍ମକର୍ତ୍ତାଙ୍କୁ ଦାୟିତ୍ୱ ବଣ୍ଟନ: ଜାଣନ୍ତୁ କାହାକୁ କେଉଁଠି ମିଳିଲା…

ଭୁବନେଶ୍ୱର,୧୫ା୨: ବିଜୁ ମହିଳା ଜନତା ଦଳ (BMJD) ସାଂଗଠନିକ କର୍ମକର୍ତ୍ତାଙ୍କୁ ଦାୟିତ୍ୱ ବଣ୍ଟନ କରାଯାଇଛି। ଜିଲା ସଭାନେତ୍ରୀ ଓ କାର୍ଯ୍ୟକାରୀ ସଭାନେତ୍ରୀ ଭାବେ ଦାୟିତ୍ୱ ବଣ୍ଟନ କରିଛନ୍ତି…

ଈଶାନ କିଶନଙ୍କ ବିବାହ ପକ୍କା, ବିଶ୍ୱକପ୍‌ ପରେ ଏହି ସୁନ୍ଦରୀଙ୍କ ଧରିବେ ହାତ; ବୋହୂ ଭାବେ…

ନୂଆଦିଲ୍ଲୀ,୧୫।୨: ଟି-୨୦ ବିଶ୍ୱକପରେ ପାକିସ୍ତାନ ବିପକ୍ଷ ହାଇଭୋଲଟେଜ୍‌ ମ୍ୟାଚ୍‌ ପାଇଁ ପ୍ରସ୍ତୁତି ଚାଲିଥିବା ବେଳେ, କ୍ରିକେଟର ଈଶାନ କିଶନଙ୍କ ବିବାହକୁ ନେଇ ଆସିଛି ଏକ ବଡ଼ ଅପଡେଟ।…

ଜାଗରରେ ଅଘଟଣ: ଦୀପରୁ ମହିଳାଙ୍କ ଦେହରେ ଲାଗିଲା ନିଆଁ, ଆଉ ତା’ ପରେ…

ଖଇରା,୧୫ା୨(ଉତ୍କଳ ବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ଗଣ୍ଡିବେଡ଼ସ୍ଥିତ ଲଙ୍କେଶ୍ୱର ଶିବ ମନ୍ଦିର ପ୍ରାଙ୍ଗଣରେ ଦୀପରୁ ନିଆଁ ଲାଗିବା ଯୋଗୁ ଗଣ୍ଡିବେଡ଼ ଗ୍ରାମର ଭଗବାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri