ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ଲାଟିନମ୍‌ ଜୁବିଲି ସମାରୋହ:ଏକତ୍ର ହେଲେ ଅଭିଭାବକ, ଅବସରପ୍ରାପ୍ତ ଶିକ୍ଷକ ଓ କର୍ମଚାରୀ

ଭୁବନେଶ୍ୱର, ୨୬ା୧୧(ବ୍ୟୁରୋ): ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ଲାଟିନମ୍‌ ଜୁବିଲି ସମାରୋହର ସୋମବାର ଥିଲା ତୃତୀୟ ଦିବସ। ରବିବାର ଆଲୁମ୍‌ନି ମିଟ୍‌ ପରେ ସୋମବାର ଏକ ଅଦ୍ଭୂତପୂର୍ବ ପରିବେଶ ଦେଖିବାକୁ ମିଳିଥିଲା। ଏକତ୍ର ହୋଇଥିଲେ ଅଭିଭାବକ, ଅବସରପ୍ରାପ୍ତ ଶିକ୍ଷକ ଓ କର୍ମଚାରୀ। କାରଣ ତୃତୀୟ ଦିବସ ଥିଲା ଅଭିଭାବକ ସମ୍ମିଳନୀ। ସକାଳୁ ସକାଳୁ ଅଭିଭାବକଙ୍କ ଆଗମନ ଆରମ୍ଭ ହୋଇଯାଇଥିତ୍ଲା। ବିଶ୍ୱବିଦ୍ୟାଳୟରେ ଅଭିଭାବକଙ୍କୁ ଦେଖି ଛାତ୍ରୀଛାତ୍ରମାନଙ୍କ ମନରେ ଖୁସିର ଲହରି ଖେଳି ଯାଇଥିଲା। ସେମାନଙ୍କ ମଧ୍ୟରୁ ଅନେକ ପ୍ରଥମ ଥର ପାଇଁ ବିଶ୍ୱବିଦ୍ୟାଳୟକୁ ଆସିଥାନ୍ତି। ପୂର୍ବରୁ ବିଶ୍ୱବିଦ୍ୟାଳୟ ନାମ ଶୁଣିଥିବା ବେଳେ ନିଜ ପିଲାଙ୍କ ପାଇଁ ବିଶ୍ୱବିଦ୍ୟାଳୟକୁ ଦେଖିପାରିଛନ୍ତି ବୋଲି ଅଭିଭାବକମାନେ ଖୁସିବ୍ୟକ୍ତ କରିଛନ୍ତି।
ବିଶ୍ୱବିଦ୍ୟାଳୟର ବିଭିନ୍ନ ବିଭାଗ ପକ୍ଷରୁ ଅଭିଭାବକଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଥିଲା। ପ୍ରଥମେ ଅଧ୍ୟୟନରତ ଛାତ୍ରୀଛାତ୍ରଙ୍କ ମାତାପିତାଙ୍କୁ ସ୍ବାଗତ କରାଯିବା ସହିତ ଅଧ୍ୟାପିକା, ଅଧ୍ୟାପକମାନଙ୍କ ସହିତ ବାର୍ତ୍ତାଳାପ ତଥା ଭାବ ବିନିମୟର କାର୍ଯ୍ୟକ୍ରମ ହୋଇଥିଲା। ଏହାପରେ ଅଭିଭାବକ, ଅବସରପ୍ରାପ୍ତ ଶିକ୍ଷକ ଓ କର୍ମଚାରୀଙ୍କୁ ନେଇ ହୋଇଥିଲା ମେଗା ମିଟ୍‌। ବିଜୁ ପଟ୍ଟନାୟକ ସ୍ପୋର୍ଟସ କମ୍ପ୍ଲେକ୍ସରେ ଅନୁଷ୍ଠିତ ମିଳିତ ସମ୍ମିଳନୀରେ ଡ. ରାଜେନ୍ଦ୍ର ପ୍ରସାଦ କୃଷି ବିଶ୍ୱବିଦ୍ୟାଳୟର କୁଳପତି ତଥା ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ରାକ୍ତନ ପ୍ରାଧ୍ୟାପକ ପ୍ରଫେସର ପ୍ରଫୁଲ୍ଲ କୁମାର ମିଶ୍ର ସଭାପତିତ୍ୱ କରିଥିଲେ। ଆଧ୍ୟାତ୍ମିକ ଗୁରୁ ଡ. ଚନ୍ଦ୍ରଭାନୁ ଶତପଥୀ ସମ୍ମିଳନୀରେ ମୁଖ୍ୟଅତିଥି ଭାବେ ଯୋଗଦେଇଥିଲେ। ବିଶ୍ୱବିଦ୍ୟାଳୟକୁ ଉତ୍କର୍ଷର ଚରମସୀମାରେ ପହଞ୍ଚାଇବା ପାଇଁ ଅର୍ଥ, ପ୍ରଶାସନ, ଶୃଙ୍ଖଳା, ଗବେଷଣା ଓ ବିଦ୍ୟାର୍ଥୀ ଆଦି ୫ଟି ଉପାଦାନ ସମ୍ବନ୍ଧରେ ସେ ଆଲୋକପାତ କରିଥିଲେ। କଷ୍ଟ ବିନା ପରିଶ୍ରମ ଅସମ୍ଭବ ବୋଲି ଦର୍ଶାଇଥିଲେ।
ଉଚ୍ଚଶିକ୍ଷା ପରିଷଦର ଉପସଭାପତି ତଥା ଉତ୍କଳ ବିଶ୍ୱବିଦ୍ୟାଳୟ ପୂର୍ବତନ କୁଳପତି ପ୍ରଫେସର ଅଶୋକ ଦାସ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଅଭିଭାବକମାନଙ୍କୁ ବିଶ୍ୱବିଦ୍ୟାଳୟର ଉନ୍ନତି ପାଇଁ ଉଦ୍ୟମ କରିବାକୁ ଆହ୍ବାନ କରିଥିଲେ। ଏଥିସହିତ ବିଦ୍ୟାର୍ଥୀମାନଙ୍କୁ ଶିକ୍ଷକମାନଙ୍କ ପ୍ରତି ଯଥେଷ୍ଟ ସମ୍ମାନ ଦେବାକୁ ପରାମର୍ଶ ଦେଇଛନ୍ତି। ଛାତ୍ରର ଉନ୍ନତି ଶିକ୍ଷକକୁ ଗର୍ବିତ କରିଥାଏ। ଉତ୍କଳ ବିଶ୍ୱବିଦ୍ୟାଳୟକୁ ‘ୟୁନିଭର୍ସିଟି ଅଫ୍‌ ସବ୍‌ଷ୍ଟାନ୍ସ’ରେ ପରିଣତ କରିବା ପାଇଁ ସମସ୍ତଙ୍କ ସହଯୋଗ କାମନା କରିଥିଲେ। ଅନ୍ୟତମ ସମ୍ମାନିତ ଅତିଥି ଭାବେ ରାଜ୍ୟପାଳଙ୍କ ସ୍ବତନ୍ତ୍ର ସଚିବ ମଧୁସୂଦନ ପାଢ଼ୀ ଯୋଗଦେଇ ବିଶ୍ୱବିଦ୍ୟାଳୟକୁ ଗୌରବାନ୍ବିତ କରିବା ପାଇଁ ନୂଆ ପାଠ୍ୟକ୍ରମ ଓ ଗବେଷଣାର ଆବଶ୍ୟକତା ରହିଛି ବୋଲି ଗୁରୁତ୍ୱାରୋପ କରିଥିଲେ। ଉଚ୍ଚ ଶିକ୍ଷା ମନ୍ତ୍ରୀ ତଥା ପୁରାତନ ଛାତ୍ର ଅରୁଣ କୁମାର ସାହୁ ଓ ଉଚ୍ଚ ଶିକ୍ଷା ବିଭାଗ ସଚିବ ଶାଶ୍ୱତ ମିଶ୍ର ଯୋଗଦେଇଥିଲେ। ସ୍ନାତକୋତ୍ତର ପରିଷଦର ଅଧ୍ୟକ୍ଷ ପ୍ରଫେସର ସବିତା ଆଚାର୍ଯ୍ୟ ସ୍ବାଗତ ଭାଷଣ ପ୍ରଦାନ କରିଥିବା ବେଳେ କୁଳସଚିବ ଦୟାନଧି ନାୟକ ଧନ୍ୟବାଦ ଅର୍ପଣ କରିଥିଲେ। ଏହାପରେ ଅଭିଭାବକମାନେ ହଷ୍ଟେଲ ଓ କ୍ୟାମ୍ପସ ବୁଲିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…

ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ବିଗିଡିଲା ଭୁବନେଶ୍ୱର ବାୟୁ ଗୁଣବତ୍ତା, ଓଡ଼ିଶାର ୪ ସହରର ସ୍ଥିତି ସଙ୍ଗିନ

ଭୁବନେଶ୍ବର,୩୧ା୧୨: ଓଡ଼ିଶାର ବାୟୁ ପ୍ରଦୂଷଣ ସ୍ତର ଏବେ ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (CPCB) ପକ୍ଷରୁ ଜାରି ସଦ୍ୟତମ ତଥ୍ୟ ଅନୁଯାୟୀ,...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri