ଉତ୍କଳ ବିଶ୍ୱବିଦ୍ୟାଳୟ ଆଲୁମ୍‌ନି ଅଫିସ ଉଦ୍‌ଘାଟିତ

ଭୁବନେଶ୍ୱର, ୧୦।୧୧(ବ୍ୟୁରୋ): ଆସନ୍ତା ୨୩ ତାରିଖରୁ ଆରମ୍ଭ ହେବ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ଲାଟିନମ୍‌ ଜୁବିଲି ପାଳନ ଉତ୍ସବ। ୨୪ ତାରିଖରେ ଆଲୁମିନି ମିଟ୍‌ ହେବ। ଏଥିପାଇଁ ଜୋର୍‌ଦାର ପ୍ରସ୍ତୁତି ଚାଲିଥିବାବେଳେ ଶନିବାର ପ୍ରସ୍ତୁତି ବୈଠକ ଉତ୍କଳ ବିଶ୍ୱବିଦ୍ୟାଳୟର ଏମ୍‌କେସିଜି ଅଡିଟୋରିୟମଠାରେ ଅନୁଷ୍ଠିତ ହୋଇଛି। ରାଜ୍ୟ ତଥା ଦେଶର କୋଣ ଅନୁକୋଣରେ ବିଭିନ୍ନ ଉଚ୍ଚ ପଦପଦବୀରେ ଅବସ୍ଥାପିତ ଥିବା ବିଶ୍ୱବିଦ୍ୟାଳୟର ୫ଶହରୁ ଊର୍ଦ୍ଧ୍ୱ ପୁରାତନ ଛାତ୍ର ଏକାଠି ହୋଇଥିଲେ। ବିଶ୍ୱବିଦ୍ୟାଳୟ କୁଳପତି ସୌମେନ୍ଦ୍ର ପଟ୍ଟନାୟକଙ୍କ ସମେତ ବିଭିନ୍ନ ଦଳର ନେତା ଓ ମନ୍ତ୍ରୀ ଉପସ୍ଥିତ ରହି ସେମାନଙ୍କ ସହ ଭାବ ବିନିମୟ କରିଥିଲେ। ଏହି ଅବସରରେ ସେମାନେ ପୁରାତନ ଛାତ୍ରଙ୍କୁ ଉତ୍କଳ ବିଶ୍ୱବିଦ୍ୟାଳୟର ଗର୍ବ ଓ ଗୌରବ ବୋଲି ଅଭିହିତ କରିବା ସହ ସ୍ବତନ୍ତ୍ର ଭାବେ ଆଲୁମ୍‌ନି ଅଫିସ୍‌କୁ ଉଦ୍‌ଘାଟନ କରିଥିଲେ।

ବୈଠକରେ ଉପସ୍ଥିତ ଥିବା ପୁରାତନ ଛାତ୍ରଙ୍କ ମଧ୍ୟରେ ଶିକ୍ଷାମନ୍ତ୍ରୀ ଅରୁଣ ସାହୁ, ବଡ଼ଚଣା ବିଧାୟକ ଅମର ଶତପଥୀ, ପୂର୍ବତନ ପିସିସି ସଭାପତି ପ୍ରସାଦ ହରିଚନ୍ଦନ, ପୂର୍ବତନ ବିଧାୟକ ପ୍ରିୟଦର୍ଶୀ ମିଶ୍ର, ସୁଦର୍ଶନ ଘଡେଇ, ପୂର୍ବତନ ମନ୍ତ୍ରୀ ପ୍ରଫୁଲ ଘଡେଇ, ପଞ୍ଚାନନ କାନୁନ୍‌ଗୋ, ପୂର୍ବତନ ଏମ୍‌ପି ବୀରଭଦ୍ର ସିଂ, ବରିଷ୍ଠ ସାମ୍ବାଦିକ ସନ୍ଦୀପ ମିଶ୍ର, ରାଜାରାମ ଶତପଥୀ, ପୂର୍ବତନ ମୁଖ୍ୟ ଶାସନ ସଚିବ ବିଜୟ ପଟ୍ଟନାୟକ, ବିଶ୍ୱବିଦ୍ୟାଳୟର ପୂର୍ବତନ ସଭାପତି ତଥା ଓଏସ୍‌ଆଇସି ଅଧ୍ୟକ୍ଷ ଚିନ୍ମୟ ସାହୁ, ପୃଥ୍ବୀରାଜ ହରିଚନ୍ଦନ, ତନ୍ମୟ ସ୍ବାଇଁ, ପ୍ରକାଶ ତ୍ରିପାଠୀ, ରାଜେଶରାଜ ସ୍ବାଇଁ, ମହେଶ ପ୍ରସାଦ ପ୍ରମୁଖ ନିଜର ବକ୍ତବ୍ୟ ରଖିଥଲେ। ପ୍ଲାଟିନମ୍‌ ଜୁବିଲି ଓ ଆଲୁମ୍‌ନି ମିଟ୍‌ ପାଇଁ ଖର୍ଚ୍ଚ ଏବଂ ବିଭିନ୍ନ କାର୍ଯ୍ୟକ୍ରମ ଉପରେ ଆଲୋଚନା ହୋଇ ଦାୟିତ୍ୱ ନ୍ୟସ୍ତ କରାଯାଇଥିଲା। ସ୍ମରଣିକା ପୁସ୍ତିକାରେ ଉତ୍କଳ ବିଶ୍ୱବିଦ୍ୟାଳୟର ଇତିହାସ, ଗର୍ବଗୌରବର ଘଟଣାବଳୀ ଆଦି ଗୁରୁତ୍ୱବହନ କରିବ। ଏହା ୧୦୦୦ ପୃଷ୍ଠାରୁ ଅଧିକ ହୋଇଥିବାରୁ ଇ-ସୋଭେନିୟର ପ୍ରସ୍ତୁତ କରିବାକୁ ନିଷ୍ପତ୍ତି ନିଆଯାଇଛି। ୨୫ ତାରିଖରେ ଅଭିଭାବକଙ୍କୁ ନିମନ୍ତ୍ରଣ କରାଯାଇ ବିଶ୍ୱବିଦ୍ୟାଳୟର ପାଠପଢ଼ା ଓ ପରିବେଶ ସଂକ୍ରାନ୍ତରେ ପ୍ରସ୍ତାବ ଗ୍ରହଣ କରାଯିବ। ସେମାନେ କ୍ୟାମ୍ପସ ପରିସର ହଷ୍ଟେଲ ଓ କ୍ଲାସ୍‌ରୁମ୍‌ ବୁଲି ଦେଖିବେ। ୨୭ ତାରିଖ ପ୍ରତିଷ୍ଠା ଦିବସରେ ଯେପରି ସମସ୍ତ ପୁରାତନ ଛାତ୍ରୀଛାତ୍ର ଉପସ୍ଥିତ ରହିବେ ସେଥିପାଇଁ ସମସ୍ତେ ଉଦ୍ୟମ କରିବାକୁ ଶିକ୍ଷାମନ୍ତ୍ରୀ ସାହୁ ଆହ୍ବାନ ଦେଇଥିଲେ। ପୁରାତନ ଛାତ୍ରୀଛାତ୍ରଙ୍କ ଯୋଗଦାନ ପାଇଁ ସ୍ବତନ୍ତ୍ର ଓ୍ବେବ୍‌ସାଇଟ୍‌ (https://utkal.university)ରେ ଆକାଉଣ୍ଟ ଖୋଲାଯାଇଛି। ସେମାନେ ଉକ୍ତ ସାଇଟ୍‌ରେ ରେଜିଷ୍ଟ୍ରେଶନ କରିବାକୁ ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ମାର୍ଟ ମିଟର ଲଗାଇବା ବାଧ୍ୟତାମୂଳକ ନୁହେଁ: ଓଲଟା କାମ କରୁଛି ଟାଟା ପାଓ୍ବାର

ଭୁବନେଶ୍ୱର,୨୦।୮(ସୁନିତ୍‌ ମିଶ୍ର):ଓଡ଼ିଶା ବିଦ୍ୟୁତ୍‌ ନିୟାମକ ଆୟୋଗ (ଓଇଆର୍‌ସି) ୨୪ ମାର୍ଚ୍ଚ ୨୦୨୬ରେ ଦେଇଥିବା ତଥ୍ୟ ଅନୁଯାୟୀ ରାଜ୍ୟରେ ବର୍ତ୍ତମାନ ୯୭ ଲକ୍ଷ ୪୯ ହଜାର ୬୧୫ ଜଣ…

୨୮ରେ ରାଜ୍ୟ କ୍ୟାବିନେଟ୍‌: ୭ ପ୍ରସ୍ତାବକୁ ମିଳିପାରେ ଅନୁମୋଦନ

ଭୁବନେଶ୍ୱର,୨୦।୮(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଅଗଷ୍ଟ ୨୮ତାରିଖରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଏ ସଂକ୍ରାନ୍ତରେ ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ମନ୍ତ୍ରିମଣ୍ଡଳର ସଦସ୍ୟମାନଙ୍କୁ…

ଆଉ ଏକ ଲଘୁଚାପ: ୨୨ରୁ ପୁଣି ବର୍ଷା, ୧୫ ଜିଲାକୁ ୟେଲୋ ୱାର୍ନିଂ

ଭୁବନେଶ୍ୱର,୧୯ା୮(ସୌମ୍ୟରଞ୍ଜନ ରାଉତ) – ପଛକୁ ପଛ ଲଘୁଚାପ ଯୋଗୁ ପ୍ରବଳ ବର୍ଷା ହେବାରୁ ରାଜ୍ୟରେ ବନ୍ୟା ଦୁର୍ଦ୍ଦଶା ବଢ଼ି ଚାଲିଛି। ଏପରି ସ୍ଥିତିରେ ଆସୁଛି ଆଉ ଏକ…

ରାଜ୍ୟର ଅଧିକାର ଛଡ଼ାଇ ନେବ ଏମ୍‌ଏମ୍‌ଡିଆର୍‌ ବିଲ୍‌: ଚେତାଇଲେ ନବୀନ, BJPକୁ ଟାର୍ଗେଟ୍ କରି…

ଭୁବନେଶ୍ୱର,୧୯।୮(ସୁନିତ୍‌ ମିଶ୍ର): ୨୦୦୦ ମସିହାରେ ଯେତେବେଳେ ବିଜେଡି ଶାସନ କ୍ଷମତାକୁ ଆସିଲା, ସେତେବେଳକୁ ଓଡ଼ିଶାର ଅର୍ଥନୀତି ବହୁ ଖରାପ ଅବସ୍ଥାରେ ଥିଲା। ସରକାର ଓଭରଡ୍ରାଫ୍ଟ ଉପରେ ନିର୍ଭର…

ଓଡ଼ିଶା ପାଇଁ ବଡ଼ ରେଲଓ୍ବେ ଭେଟି, ମୋଦି ସରକାର କଲେ ବଡ଼ ଘୋଷଣା

ଭୁବନେଶ୍ୱର,୧୯।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବୁଧବାର ଅନୁଷ୍ଠିତ ଅର୍ଥନୈତିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ କମିଟି (CCEA) ବୈଠକରେ ପ୍ରାୟ ୯,୪୫୦ କୋଟି ଟଙ୍କା ବ୍ୟୟବରାଦରେ ୪ଟି…

ମାଷ୍ଟରକ୍ୟାଣ୍ଟିନରେ ଖଣ୍ଡଯୁଦ୍ଧ: ପୋଲିସକୁ ଢେଲା ପଥର ମାଡ଼, ଭାଙ୍ଗିଲେ ଆମ ବସ୍‌

ଭୁବନେଶ୍ୱର,୧୯।୮: ରଣକ୍ଷେତ୍ର ପାଲଟିଲା ରାଜଧାନୀର ମାଷ୍ଟର କ୍ୟାଣ୍ଟିନ ଛକ । ପୋଲିସ ପକ୍ଷରୁ ଲାଠି ଚାର୍ଜ । ପୋଲିସ ଉପରକୁ ମଧ୍ୟ ଢେଲା ପଥର ମାଡ ।…

ସ୍ଥାୟୀ ନୂଆ ଡିଜିପି କିଏ ହେବେ: ଧରୁଛି ଜାତୀୟସ୍ତର ରଙ୍ଗ

ଭଞ୍ଜନଗର,୧୯।୮(ବାବୁଲା ପ୍ରଧାନ):ଓଡ଼ିଶାର ସ୍ଥାୟୀ ନୂଆ ଡିଜିପି କିଏ ହେବେ ତାହା କିଛିଦିନ ହେବ ସୁପ୍ରିମକୋର୍ଟଙ୍କ ଚୂଡ଼ାନ୍ତ ରାୟ ଉପରେ ନିର୍ଭରକରୁଛି। ମଙ୍ଗଳବାର ଉଚ୍ଚ ନ୍ୟାୟାଳୟରେ ଏ ବିଷୟରେ…

ସୁପ୍ରିମକୋର୍ଟରେ ଚାଞ୍ଚଲ୍ୟକର ତଥ୍ୟ: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବିରୋଧରେ ଏତେ ଅପରାଧିକ ମାମଲା

ଭୁବନେଶ୍ୱର, ୧୯।୮: ନେତାମାନଙ୍କ ବିରୋଧରେ ରହିଥିବା ଅପରାଧିକ ମାମଲାର ଶୀଘ୍ର ଶୁଣାଣି ଦାବିକୁ ନେଇ ସୁପ୍ରିମକୋର୍ଟରେ ଚାଲିଥିବା ଶୁଣାଣି ସମୟରେ ଚକିତ କରିଦେବା ଭଳି ତଥ୍ୟ ସାମ୍ନାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri