ଉତ୍କଳ ସଂସ୍କୃତି ବିଶ୍ୱବିଦ୍ୟାଳୟ କୁଳପତି ପଦ ପାଇଁ ଆବେଦନ ଆରମ୍ଭ

ଭୁବନେଶ୍ୱର, ୧୫ା୧୦(ବ୍ୟୁରୋ): ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଅଧୀନସ୍ଥ ଉତ୍କଳ ସଂସ୍କୃତି ବିଶ୍ବବିଦ୍ୟାଳୟ ନୂତନ କୁଳପତି ଚୟନ ଲାଗି ପ୍ରକ୍ରିୟା ଆରମ୍ଭ ହୋଇଛି। ଏଥିଲାଗି ଗତ ୩ ତାରିଖରେ ବିଜ୍ଞପ୍ତି ପ୍ରକାଶ ପାଇଥିବାବେଳେ ଆଶାୟୀ ପ୍ରଫେସରମାନେ ବିଜ୍ଞପ୍ତି ପ୍ରକାଶ ପାଇବାର ଏକମାସ ମଧ୍ୟରେ ଆବେଦନ କରିବାକୁ କୁହାଯାଇଛି। ଶିକ୍ଷାଦାନ ତଥା ପ୍ରଶାସନିକ କ୍ଷେତ୍ରରେ ଅତିକମ୍‌ରେ ୧୦ ବର୍ଷ ଅଭିଜ୍ଞତା ରହିଥିବା ପ୍ରାର୍ଥୀମାନେ କୁଳପତି ପଦବୀ ପାଇଁ ଆବେଦନ କରିପାରିବେ। ସେହିଭଳି କୌଣସି ଜାତୀୟସ୍ତରୀୟ ସାଂସ୍କୃତିକ ଶିକ୍ଷାନୁଷ୍ଠାନରେ ୧୦ବର୍ଷ ପ୍ରଫେସର ଭାବେ କାର୍ଯ୍ୟ କରିଥିବେ, ସମାନ ପଦବୀରେ ୧୦ ବର୍ଷ ଧରି ଗବେଷଣା କରିଥିବେ କିମ୍ବା ପ୍ରଶାସନିକ ଦାୟିତ୍ୱରେ ରହିଥିବା ପ୍ରାର୍ଥୀମାନେ ମଧ୍ୟ ଆବେଦନ କରିପାରିବେ। ବିଶ୍ବବିଦ୍ୟାଳୟ ଆଇନ ଅନୁଯାୟୀ କୁଳପତି ୩ବର୍ଷ ପାଇଁ ନିଯୁକ୍ତ ହେବେ ବୋଲି କୁଳସଚିବଙ୍କ ଦ୍ବାରା ପ୍ରକାଶିତ ବିଜ୍ଞପ୍ତିରେ କୁହାଯାଇଛି।
ନିୟମାନୁଯାୟୀ ୬୫ବର୍ଷ ବୟସ ପର୍ଯ୍ୟନ୍ତ କାର୍ଯ୍ୟକାଳ ରହିଥିବାରୁ ଆବେଦନ କରିବା ପୂର୍ବରୁ ଆଶାୟୀ ପ୍ରଫେସରମାନେ ଯେପରି ସମ୍ପୂର୍ଣ୍ଣ ୩ ବର୍ଷ କାର୍ଯ୍ୟ କରିପାରିବେ ସେଥିପ୍ରତି ଦୃଷ୍ଟି ଦେବାକୁ କୁହାଯାଇଛି। ନିଜ ନାମରେ କୌଣସି ପ୍ରକାର ଅଭିଯୋଗ କିମ୍ବା କୋର୍ଟରେ ମାମଲା ଥିଲେ ଆବେଦନ ସମୟରେ ଜଣାଇବାକୁ ବିଜ୍ଞପ୍ତିରେ କୁହାଯାଇଛି। ବିଶ୍ବବିଦ୍ୟାଳୟ ୱେବସାଇଟ୍‌ uuu.ac.in କିମ୍ବା ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ୱେବସାଇଟ୍‌ odishaculture.gov.inରୁ ଫର୍ମ ଡାଉନ୍‌ଲୋଡ୍‌ କରି ଆଶାୟୀ ଆବେଦନ କରିପାରିବେ। ମଦନପୁରସ୍ଥିତ ବିଶ୍ବବିଦ୍ୟାଳୟ କୁଳସଚିବଙ୍କ ଠିକଣାରେ ୫ସେଟ୍‌ ଆବେଦନ ଫର୍ମ ପଠାଇବାକୁ କୁହାଯାଇଛି। ଗତ ସେପ୍ଟେମ୍ବରରେ ପ୍ରଫେସର କମଲକାନ୍ତ ମିଶ୍ରଙ୍କ କାର୍ଯ୍ୟକାଳ ଶେଷ ହେବାପରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପ୍ରମୁଖ ସଚିବ ମନୋରଞ୍ଜନ ପାଣିଗ୍ରାହୀ ଭାରପ୍ରାପ୍ତ କୁଳପତି ଭାବେ ଦାୟିତ୍ୱରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଝିଅର ମୃତଦେହ ସହିତ ପ୍ରାୟ ପାଞ୍ଚ ମାସ ଧରି ରହୁଥିଲେ ବାପା: ହଠାତ୍‌ ଦିନେ ଘଟିଲା…

ଲକ୍ଷ୍ନୌ,୧୧।୪: ଉତ୍ତର ପ୍ରଦେଶର ମିରଟ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଏବଂ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ସଦର ପୋଲିସ ଷ୍ଟେଶନ ଅଞ୍ଚଳର ଜଣେ ବାପା ତାଙ୍କ…

୨୦୨୭ ଜାନୁଆରୀ ୧୩ ଯାଏ ବଢ଼ିଲା ମହାନଦୀ ଟ୍ରିବ୍ୟୁନାଲ ଅବଧି

ଭୁବନେଶ୍ୱର,୧୧।୪: ୨୦୨୭ ଜାନୁଆରୀ ୧୩ ଯାଏ ବଢ଼ିଲା ମହାନଦୀ ଟ୍ରିବ୍ୟୁନାଲ ଅବଧି। ଟ୍ରିବ୍ୟୁନାଲ ଅବଧି ବୃଦ୍ଧି କଲେ କେନ୍ଦ୍ର ସରକାର। ଏନେଇ ଜଳ ସମ୍ପଦ ନଦୀ ବିକାଶ…

‘ଇରାନ କେବଳ ଆଲୋଚନା ପାଇଁ ବଞ୍ଚିଛି’, ପାକିସ୍ତାନରେ ଶାନ୍ତି ଆଲୋଚନା ପୂର୍ବରୁ ଟ୍ରମ୍ପଙ୍କ ଧମକ

ଓ୍ବାଶିଂଟନ୍‌,୧୧।୪: ପାକିସ୍ତାନରେ ଶାନ୍ତି ଆଲୋଚନା ପୂର୍ବରୁ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ଇରାନକୁ ଧମକ ଦେଇଛନ୍ତି। ଟ୍ରମ୍ପ କହିଛନ୍ତି , ଇରାନ କେବଳ ଆଲୋଚନା ପାଇଁ…

ବିସ୍ଫୋରକ ବ୍ୟାଟିଂ ପଛର ରାଜ୍‌ ଖୋଲିଲେ ବୈଭବ ସୂର୍ଯ୍ୟବଂଶୀ: କହୁ କହୁ କହିଦେଲେ…

ନୂଆଦିଲ୍ଲୀ,୧୧।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ୭୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ମାତ୍ର ୨୬ ବଲ ଖେଳି ସେ ୭ଟି ଛକା…

ବିମାନର ପ୍ରତ୍ୟେକ ସିଟ୍‌ରେ ଲାଗିଛି ପିଲାଙ୍କ ଫଟୋ ସହ ବ୍ୟାଗ-ଜୋତା, କାହିଁକି ଏମିତି କରି ପାକିସ୍ତାନରେ ପହଞ୍ଚିଲା ଇରାନ, ସବୁ ଦେଖିକି…

ନୂଆଦିଲ୍ଲୀ,୧୧।୪: ଇରାନ-ଆମେରିକା ଶାନ୍ତି ଆଲୋଚନା ପାଇଁ ଇସଲାମାବାଦ ପ୍ରସ୍ତୁତ। ଇରାନ ପ୍ରତିନିଧି ଦଳ ପାକିସ୍ତାନରେ ପହଞ୍ଚିଛନ୍ତି। ଆଜି ଶନିବାର ଦିନ ଇରାନ ଏବଂ ଆମେରିକା ଆଲୋଚନା ଟେବୁଲରେ…

ମୃତ୍ୟୁର ମିତ୍ର ଓ ଶାନ୍ତିର ସନ୍‌ମାର୍ଗ

ଆଧୁନିକ ଆମେରିକାର ଜନକ ବୋଲି କୁହାଯାଉଥିବା ବିଶିଷ୍ଟ ଲେଖକ, ଦାର୍ଶନିକ, ବୈଜ୍ଞାନିକ ତଥା ରାଷ୍ଟ୍ରନୀତିଜ୍ଞ ବେଞ୍ଜାମିନ ଫ୍ରାଙ୍କ୍‌ଲିନ କହୁଥିଲେ- ”ଦୁନିଆରେ କିଏ କେଉଁଠି କେବେ ଗୋଟେ ଭଲ…

ମହାତ୍ମା ଜ୍ୟୋତିରାଓ ଫୁଲେ: ଭାରତର ମାର୍ଗଦର୍ଶନ କରୁଥିବା ଏକ ଆଲୋକବର୍ତ୍ତିକା

ଆଜି ୧୧ ଏପ୍ରିଲ। ଆମ ସମସ୍ତଙ୍କ ପାଇଁ ଅତି ସ୍ବତନ୍ତ୍ର ଦିନ। ଆଜି ହେଉଛି ଭାରତର ମହାନ୍‌ ସମାଜ ସଂସ୍କାରକ ତଥା ଅନେକ ପିଢ଼ି ପାଇଁ ମାର୍ଗଦର୍ଶକ…

କାହାକୁ ଚିୟର କରିବେ ଗିଲ୍‌ ନା ଅର୍ଜୁନ: ଏମିତି ପ୍ରତିକ୍ରିୟା ଦେଲେ ସାରା ତେନ୍ଦୁଲକର, ଦେଖନ୍ତୁ VIDEO

ଲକ୍ଷ୍ନୌ,୧୧।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ରେ ଆଜି ଦୁଇଟି ମ୍ୟାଚ ଖେଳାଯିବ। ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ଏବଂ ଗୁଜରାଟ ଟାଇଟାନ୍ସ ଖେଳିବେ। ମ୍ୟାଚ ପୂର୍ବରୁ ସାରା ତେନ୍ଦୁଲକରଙ୍କ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri