ଉତ୍ତମ ପ୍ରଶାସନ ଯୋଗାଇବାରେ ବିଫଳ ହେଉଛି ରାଜ୍ୟ: ଗୁଡ୍‌ ଗଭର୍ନାନ୍ସରେ ଓଡ଼ିଶାର ସ୍ଥାନ ୧୪

ଭୁବନେଶ୍ୱର,୨୭ା୧୨(ବ୍ୟୁରୋ): ଉତ୍ତମ ପ୍ରଶାସନିକ ସୁବିଧା ଯୋଗାଇବା ସହ ସରକାରୀ ଯୋଜନାଗୁଡ଼ିକର ଲାଭ ଲୋକଙ୍କ ନିକଟରେ କିଭଳି ପହଞ୍ଚୁଛି ସେ ନେଇ କେନ୍ଦ୍ର ସରକାର ଉତ୍ତମ ପ୍ରଶାସନ ମାପକାଠି(ଗୁଡ୍‌ ଗଭର୍ନାନ୍ସ ଇଣ୍ଡେକ୍ସ) ରିପୋର୍ଟ ପ୍ରକାଶ କରିଛନ୍ତି। ବୃହତ୍‌ ରାଜ୍ୟଗୁଡ଼ିକ ମଧ୍ୟରେ ଓଡ଼ିଶା ଏ କ୍ଷେତ୍ରରେ ନୈରାଶ୍ୟଜନକ ପ୍ରଦର୍ଶନ କରିଛି ବୋଲି ରିପୋର୍ଟରେ ଦର୍ଶାଯାଇଛି। କେନ୍ଦ୍ର ସରକାରଙ୍କ ପ୍ରଶାସନିକ ସଂସ୍କାର ଓ ସାଧାରଣ ଅଭିଯୋଗ ବିଭାଗ ଦ୍ୱାରା ପ୍ରକାଶ କରାଯାଇଥିବା ରିପୋର୍ଟ ଅନୁଯାୟୀ ଉତ୍ତମ ପ୍ରଶାସନ ଯୋଗାଇବାରେ ବୃହତ୍‌ ରାଜ୍ୟ ମଧ୍ୟରେ ତାମିଲନାଡୁ ପ୍ରଥମ ସ୍ଥାନରେ ରହିଥିବାବେଳେ ମହାରାଷ୍ଟ୍ର, କର୍ନାଟକ, ଛତିଶଗଡ଼ ଏବଂ ଆନ୍ଧ୍ର ପ୍ରଦେଶ ଯଥାକ୍ରମେ ଦ୍ୱିତୀୟ, ତୃତୀୟ, ଚତୁର୍ଥ ଓ ପଞ୍ଚାମ ସ୍ଥାନରେ ରହିଛନ୍ତି। ୧୮ଟି ବୃହତ୍‌ ରାଜ୍ୟ ମଧ୍ୟରୁ ଏକ୍ଷେତ୍ରରେ ଓଡ଼ିଶା ୧୪ ନମ୍ବର ସ୍ଥାନରେ ରହିଛି। ଓଡ଼ିଶା ତଳକୁ ବିହାର, ଗୋଆ, ଉତ୍ତର ପ୍ରଦେଶ ଏବଂ ଝାଡ଼ଖଣ୍ଡ ରହିଛନ୍ତି।
ସମସ୍ତ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳକୁ ବୃହତ୍‌ ରାଜ୍ୟ, ଉତ୍ତର ପୂର୍ବ ଓ ପାର୍ବାତ୍ୟାଞ୍ଚଳ ରାଜ୍ୟ ଏବଂ କେନ୍ଦ୍ର ଶାସିତ ଅଞ୍ଚଳ ଭାବେ ୩ଟି ଭାଗରେ ବିଭକ୍ତ କରାଯାଇ ଏହି ସର୍ଭେ କରାଯାଇଥିଲା। ଉତ୍ତର ପୂର୍ବ ଏବଂ ପାର୍ବାତ୍ୟଞ୍ଚଳ ରାଜ୍ୟ ମଧ୍ୟରେ ହିମାଚଳ ପ୍ରଦେଶର ସ୍ଥାନ ଉପରେ ରହିଥିବାବେଳେ ଉତ୍ତରାଖଣ୍ଡ, ତ୍ରିପୁରା, ମିଜୋରାମ ଏବଂ ସିକିମ ସ୍ଥାନ ଏହାର ପଛକୁ ପଛ ରହିଛନ୍ତି। ଜମ୍ମୁକଶ୍ମୀର, ମଣିପୁର, ମେଘାଳୟ ନାଗାଲାଣ୍ଡ ଏବଂ ଅରୁଣାଚଳ ପ୍ରଦେଶ ଖରାପ ପ୍ରଦର୍ଶନ କରିଥିବା ରିପୋର୍ଟରେ ଉଲ୍ଲେଖ କରାଯାଇଛି। କେନ୍ଦ୍ର ଶାସିତ ଅଞ୍ଚଳଗୁଡ଼ିକ ମଧ୍ୟରେ ପୁଡୁଚେରୀ ଉତ୍ତମ ପ୍ରଦର୍ଶନ କରିଥିବାବେଳେ ଲାକ୍ଷାଦ୍ୱୀପ ଉତ୍ତମ ପ୍ରଶାସନିକ ବ୍ୟବସ୍ଥା ଯୋଗାଇବାରେ ଖରାପ ପ୍ରଦର୍ଶନ କରିଛି। ଲୋକଙ୍କୁ ଉତ୍ତମ ପ୍ରଶାସନିକ ସୁବିଧା ଯୋଗାଇ ଦେବା ପାଇଁ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳଗୁଡ଼ିକକୁ ଅଧିକ କ୍ରିୟାଶୀଳ କରିବା ଲକ୍ଷ୍ୟରେ ଏହି ସର୍ଭେ କରାଯାଉଥିବା ବିଭାଗ ପକ୍ଷରୁ କୁହାଯାଇଛି।
ରାଜ୍ୟର ୧୦ଟି କ୍ଷେତ୍ରକୁ ଏହି ସର୍ଭେର ପରିସରଭୁକ୍ତ କରାଯାଇଥାଏ। ସେଗୁଡ଼ିକ ହେଲା କୃଷି ଓ ଆନୁଷଙ୍ଗିକ କ୍ଷେତ୍ର, ବାଣିଜ୍ୟ ଓ ଶିଳ୍ପ, ଭିତ୍ତିଭୂମି, ସ୍ବାସ୍ଥ୍ୟ, ମାନବ ସମ୍ବଳ ଆର୍ଥିକ ପରିଚାଳନା, ସାମାଜିକ କ୍ଷେତ୍ରର ବିକାଶ, ବିଚାର ବ୍ୟବସ୍ଥା ଓ ସାଧାରଣ ସୁରକ୍ଷା ଏବଂ ନାଗରିକ କୈନ୍ଦ୍ରିକ ପ୍ରଶାସନ।
ରାଜ୍ୟ ସରକାର ପ୍ରଶାସନିକ କଳକୁ ସଜାଡ଼ିବାକୁ ଯଥା ସମ୍ଭବ ଉଦ୍ୟମ କରୁଛନ୍ତି। ତଥାପି କେତେକ ଦୁର୍ନୀତିଗ୍ରସ୍ତ ଓ ଅପାରଗ ଅଧିକାରୀଙ୍କ ପାଇଁ ଲୋକମାନଙ୍କ ନିକଟରେ ପ୍ରଶାସନିକ ସେବା ପହଞ୍ଚିବାରେ ସଫଳ ହେଉ ନାହିଁ। ରାଜ୍ୟର ଅଭିବୃଦ୍ଧି ମଧ୍ୟ ସେହି ହାରରେ ବୃଦ୍ଧି ହେଉ ନ ଥିବାରୁ କେନ୍ଦ୍ର ତାଲିକାରେ ଉତ୍ତମ ପ୍ରଶାସନ ଯୋଗାଇବାରେ ଓଡ଼ିଶା ସ୍ଥାନ ତଳକୁ ଖସି ଯାଇଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଚାଲିଗଲା ୨୪ ଜୀବନ

କିଭ୍‌,୧ା୧ରୁଷିଆ ଅଧିକୃତ ଖେର୍‌ସନ ଅଞ୍ଚଳର ଏକ ଗ୍ରାମରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣରେ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ ୫୦ ଜଣ ଆହତ ହୋଇଛନ୍ତି।...

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ନୂଆବର୍ଷରେ IAS ସ୍ତରରେ ବଡ଼ଧରଣ ଅଦଳବଦଳ, ବଦଳାଇଲେ ଏହି ଜିଲାପାଳ

ଭୁବନେଶ୍ୱର,୧।୧: ନୂଆବର୍ଷର ପ୍ରଥମ ଦିନରେ ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ବଡ଼ଧରଣର ଅଦଳବଦଳ କରାଯାଇଛି। ବରିଷ୍ଠ IAS ଅଧିକାରୀମାନଙ୍କୁ ନୂତନ ଦାୟିତ୍ୱ ପ୍ରଦାନ କରିଛନ୍ତି ରାଜ୍ୟ...

ଆରଡିସିଙ୍କ ଘୋଷଣା: ୫ତାରିଖ ବରଗଡ଼ ଉପଖଣ୍ଡରେ…

ମଥୁରାନଗରୀ,୧।୧(ପ୍ରେମାନନ୍ଦ ଖମାରୀ)- ବରଗଡ଼ରେ ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଛି। ଏହି ମହୋତ୍ସବ ଆସନ୍ତା ୩ତାରିଖ ଶନିବାର କଂସବଧ ସହିତ ସରିବ। ତିଥି...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri