Posted inଜାତୀୟ

ଉତ୍ତରକାଶୀକୁ ରିଲିଫ ନେଇ ଯାଉଥିବା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ

ଡେରାଡୁନ,୨୧।୮: ଉତ୍ତରାଖଣ୍ଡରେ ପ୍ରବଳ ବର୍ଷା ଓ ବାଦଲ ଫାଟିବା ଯୋଗୁ ସହରରେ ବନ୍ୟା ବିତ୍ପାତ ଦେଖାଦେଇଛି। ଫଳରେ ବୁଧବାର ବନ୍ୟା ପୀଡ଼ିତଙ୍କ ପାଇଁ ରିଲିଫ ସାମଗ୍ରୀ ନେଇ ଯାଉଥିବା ଏକ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ହେଲିକପ୍ଟରରେ ୩ଜଣ ଥିବା ବେଳେ ସମସ୍ତଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ମୃତକମାନେ ହେଲେ  କ୍ୟାପଟେନ ଲାଲ, ସହଯୋଗୀ ପାଇଲଟ ଶୈଲେଶ ଓ ସ୍ଥାନୀୟ ଲୋକ ରାଜପାଲ। ସୂଚନାଯୋଗ୍ୟ, ଉକ୍ତ ହେଲିକପ୍ଟରଟି ଉତ୍ତରକାଶୀ ଜିଲାର ମୋରିରୁ ମୋଲଦି ଯାଉଥିବା ବେଳେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଅନ୍ୟପଟେ ଏହି ଘଟଣାକୁ ନେଇ ଉତ୍ତରାଖଣ୍ଡର ମୁଖ୍ୟମନ୍ତ୍ରୀ ତ୍ରିବେନ୍ଦ୍ର ସିଂହ ରାଓ୍ବତ ଦୁଃଖ ପ୍ରକାଶ କରିବା ସହ ମୃତକଙ୍କ ପରିବାରଙ୍କୁ ୧୫ଲକ୍ଷ ଟଙ୍କା ର ଅନୁକମ୍ପାମୂଳକ ରାଶି ଘୋଷଣା କରିଛନ୍ତି। ଉତ୍ତରାଖଣ୍ଡର ବିଭିନ୍ନ ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖାଦେଇଛି। ବନ୍ୟା ପ୍ରଭାବିତ ଅଞ୍ଚଳଗୁଡ଼ିକରେ ଏନଡିଆରଏଫ ଟିମ ଉଦ୍ଧାର କାର୍ଯ୍ୟ ପାଇଁ ନିୟୋଜିତ ହୋଇଥିବା ବେଳେ ହେଲିକପ୍ଟର ଯୋଗେ ସେମାନଙ୍କୁ ରିଲିଫ ସାମଗ୍ରୀ ପଠାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

କଂସ ଅତ୍ୟାଚାରରେ ମୁନିଋଷି ଆତଙ୍କିତ: ମଥୁରାରେ ପ୍ରବେଶ କଲେ କୃଷ୍ଣ ବଳରାମ

ମଥୁରାନଗରୀ/ଗୋପପୁର,୨।୧(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଗୁରୁବାର ଥିଲା ନବମ ଦିବସ। ଗୋପପୁରରେ ବେନିଭାଇ ଶ୍ରୀକୃଷ୍ଣ, ବଳରାମଙ୍କୁ ମେଲାଣି ଦୃଶ୍ୟ ଗୋପବାସୀଙ୍କୁ ଯେଭଳି...

୫ରୁ ଉଠାଇବେନି ଧାନ, ଅଡୁଆରେ ଚାଷୀ: ସରକାରଙ୍କୁ ମିଲର୍ସଙ୍କ ଚେତାବନୀ

ମଥୁରାନଗରୀ,୨।୧(ପ୍ରେମାନନ୍ଦ ଖମାରୀ):ଆଉ ୨ଦିନ ପରେ ବରଗଡ଼ ଜିଲାରେ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟାକୁ ଦେଢ଼ମାସ ପୂରିବ। ଅଥଚ ଏପର୍ଯ୍ୟନ୍ତ ଜିଲାରେ ଧାନ କିଣାବିକା ସମସ୍ୟାର ସମାଧାନ...

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଚାଲିଗଲା ୨୪ ଜୀବନ

କିଭ୍‌,୧ା୧ରୁଷିଆ ଅଧିକୃତ ଖେର୍‌ସନ ଅଞ୍ଚଳର ଏକ ଗ୍ରାମରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣରେ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ ୫୦ ଜଣ ଆହତ ହୋଇଛନ୍ତି।...

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri