Posted inଜାତୀୟ

ଉତ୍ତରପ୍ରଦେଶରେ ମାର୍ଚ୍ଚ ୨୨ଯାଏଁ ସମସ୍ତ ସ୍କୁଲ, କଲେଜ ବନ୍ଦ

ଲକ୍ଷ୍ନୌ,୧୩।୩: କରୋନା ଭାଇରସ ସାରା ଦେଶରେ ଆତଙ୍କ ଖେଳାଇଛି। ଦେଶର ବିଭିନ୍ନ ସ୍ଥାନରେ କରୋନା ମାମଲା ଦିନକୁ ଦିନ ବୃଦ୍ଧି ପାଉଥିବା ବେଳେ ଏହି ରୋଗରେ ସଂକ୍ରମିତ ହୋଇ କର୍ନାଟକରେ ଜଣେ ରୋଗୀଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ଗତ ୨୪ ଘଣ୍ଟାରେ ୧୫ଟି ନୂଆ ମାମଲା ସାମ୍ନାକୁ ଆସିଥିବା ବେଳେ ସଂକ୍ରମିତଙ୍କ ସଂଖ୍ୟା ୭୫ରେ ପହଞ୍ଚିଛି। ସଂକ୍ରମଣରୁ ବଞ୍ଚିବା ପାଇଁ ଉତ୍ତରପ୍ରଦେଶ ସରକାର ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଏପର୍ଯ୍ୟନ୍ତ ରାଜ୍ୟକୁ କରୋନା ମହାମାରୀ ଘୋଷଣା କରାଯାଇ ନ ଥିବା ବେଳେ ମାର୍ଚ୍ଚ ୨୨ ଯାଏଁ ସମସ୍ତ ସ୍କୁଲ ଓ କଲେଜ ବନ୍ଦ ରଖିବାକୁ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଘୋଷଣା କରିଛନ୍ତି। ଯେଉଁ ଶିକ୍ଷାନୁଷ୍ଠାନଗୁଡିକରେ ପରୀକ୍ଷା ଚାଲିଛି ସେଗୁଡିକରେ ପରୀକ୍ଷା ଚାଲୁ ରହିବ ବୋଲି ନିଷ୍ପତ୍ତି ନିଆଯାଇଛି। ତେବେ ପରୀକ୍ଷା ଶେଷ ହେବା ପରେ ଉକ୍ତ ସ୍କୁଲ ବନ୍ଦ ରହିବ ବୋଲି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏକ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି। ଶୁକ୍ରବାର କରୋନା ଭାଇରସକୁ ନେଇ ଯୋଗୀଙ୍କ ନେତୃତ୍ୱରେ ଏକ ବୈଠକ ବସିଥିଲା। ଏହି ବୈଠକରେ ବହୁ ବରିଷ୍ଠ ଅଧିକାରୀ ସାମିଲ ହୋଇଥିଲେ। ରାଜ୍ୟରେ ଦେଢ଼ ମାସ ପୂର୍ବରୁ କରୋନା ଭାଇରସକୁ ନେଇ ଲୋକଙ୍କୁ ଚେତାବନି ଦିଆଯିବା ସହ ଏସମ୍ବନ୍ଧୀୟ ଏକ ଆଡଭାଇଜରି ଜାରି କରାଯାଇଥିଲା ବୋଲି ବୈଠକରେ ଆଲୋଚନା ହୋଇଥିଲା। ପ୍ରତି ଜିଲାରେ ଆଇସୋଲେଶନ୍‌ ଓ୍ବାର୍ଡ ଖୋଲାଯିବ ବୋଲି ଆଦିତ୍ୟନାଥ ଘୋଷଣା କରିଛନ୍ତି। ରାଜ୍ୟର ୭୫ଟି ଜିଲାରେ ଆଇସୋଲେଶନ୍‌ ଓ୍ବାର୍ଡ ଖୋଲାଯାଇଥିବା ବେଳେ ୮୦୦ବେଡ୍‌ ଆରକ୍ଷଣ ରଖାଯାଇଛି। ଆଉ ୨୪ଟି ମେଡିକାଲ କଲେଜରେ ୪୪୮ ବେଡ୍‌ ଆରକ୍ଷଣ ରଖାଯାଇଥିବା ଜଣାପଡ଼ିଛି। ଏଥିପାଇଁ ୪୧୦୦ଚିକିତ୍ସକଙ୍କୁ ପ୍ରଶିକ୍ଷଣ ମଧ୍ୟ ଦିଆଯାଇଛି। ସୂଚନା ମୁତାବକ ଉତ୍ତରପ୍ରଦେଶରେ ଏପର୍ଯ୍ୟନ୍ତ ୧୧ଟି କରୋନା ମାମଲା ସାମ୍ନାକୁ ଆସିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଲାଲ ସାଗରରେ ତାଣ୍ଡବ କଲେ ହୁତି ବିଦ୍ରୋହୀ! ଭାରତ ଆସୁଥିବା ତେଲ ଟ୍ୟାଙ୍କର ଉପରକୁ ମିଶାଇଲ ମାଡ

ନୂଆଦିଲ୍ଲୀ,୨୭।୪: ହୁତି ବିଦ୍ରୋହୀମାନେ ପୁଣି ଥରେ ଲୋହିତ ସାଗରରେ ଏକ ତାଣ୍ଡବ ସୃଷ୍ଟି କରିଛନ୍ତି। ୟେମେନର ହୁତି ବିଦ୍ରୋହୀ ସଂଗଠନ ଶନିବାର କହିଛି ଯେ ସେମାନଙ୍କର...

ଶୋଇଥିବା ବେଳେ ଫୁଟିଲା ଗୁଳି, ୨ ଯବାନ ଶହୀଦ

ଇମ୍ଫାଲ,୨୭।୪: ମଣିପୁରରେ ପୁଣି ହିଂସା। କେନ୍ଦ୍ରୀୟ ରିଜର୍ଭ ଫୋର୍ସର ଯବାନମାନେ ଶୋଇଥିବା ବେଳେ ସେମାନଙ୍କ ଉପରକୁ ଆକ୍ରମଣ କରିଛନ୍ତି ଉଗ୍ରବାଦୀ । ଏଥିରେ ଦୁଇ ଯବାନ...

୧୦୦% ଭିଭିପିଏଟି ଯାଞ୍ଚ ହେବନାହିଁ

ନୂଆଦିଲ୍ଲୀ,୨୭ା୪: ମତଦାନ ବେଳେ ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ (ଇଭିଏମ୍‌) ସହ ଭୋଟର ଭେଭିଫିଏବଲ୍‌ ପେପର ଅଡିଟ୍‌ ଟ୍ରାଏଲ (ଭିଭିପିଏଟି) ମେଶିନରୁ ବାହାରୁଥିବା ପେପର ସ୍ଲିପ୍‌ର ୧୦୦% ଯାଞ୍ଚ...

୮୮ ଆସନରେ ୬୧% ମତଦାନ

ନୂଆଦିଲ୍ଲୀ,୨୭ା୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟରେ ଶୁକ୍ରବାର ୧୩ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୮୮ଟି ଆସନରେ ମତଦାନ ଅନୁଷ୍ଠିତ ହୋଇଯାଇଛି। ଅପରାହ୍ନ ୫ଟା...

ସାରା ଦେଶରେ ୟୁସିସି ଲାଗୁହେବ: ଶାହା

ଗୁନା,୨୭ା୪: କଂଗ୍ରେସ ନିର୍ବାଚନ ଇସ୍ତାହାରରେ ଧର୍ମୀୟ ପର୍ସନାଲ ଲ’କୁ କାଏମ ରଖିବା ପାଇଁ ପ୍ରତିଶ୍ରୁତି ଦେଇଥିବାବେଳେ ସାରା ଦେଶରେ ସମାନ ନାଗରିକ ସଂହିତା (ୟୁସିସି) ଲାଗୁ...

ଭାରତ ଛାଡ଼ିବାକୁ ହ୍ବାଟ୍ସଆପ୍‌ର ଚେତାବନୀ

ନୂଆଦିଲ୍ଲୀ,୨୭ା୪: ଭାରତ ସରକାର ଓ ମେଟା ମାଲିକାନାରେ ଥିବା ମେସେଜିଂ ପ୍ଲାଟ୍‌ଫର୍ମ ହ୍ବାଟ୍ସଆପ୍‌ ମଧ୍ୟରେ ବିବାଦ ତେଜିବାରେ ଲାଗିଛି। ସୋସିଆଲ ମିଡିଆ ପ୍ଲାଟ୍‌ଫର୍ମଗୁଡ଼ିକ ସୂଚନାର ପ୍ରଥମ...

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

ଧର୍ମ ନାମରେ ଭୋଟ ମାଗିବାରୁ ଅଯୋଗ୍ୟ ଘୋଷଣା ହେବେ ମୋଦି! କୋର୍ଟରେ ପହଞ୍ଚିଲା ମାମଲା

ନୂଆଦିଲ୍ଲୀ,୨୬।୪: ହିନ୍ଦୁ, ଶିଖ ଓ ଧର୍ମପୀଠ ନାଁରେ ଭାଜପା ପାଇଁ ଭୋଟ ମାଗୁଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନାମରେ କୋର୍ଟରେ ମାମଲା ଦାୟର ହୋଇଛି। ଆସନ୍ତା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri