Posted inଜାତୀୟ

ଉତ୍ତରପ୍ରଦେଶରେ ଚାଲିଛି ଜଙ୍ଗଲ ଆଇନ: ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ,୨୨।୧୦: ଉତ୍ତରପ୍ରଦେଶରେ ଜଙ୍ଗଲ ଆଇନ ଚାଲିଛି ବୋଲି ମଙ୍ଗଳବାର ସୁପ୍ରିମ୍‌କୋର୍ଟ ଏକ ମାମଲାର ଶୁଣାଣି ସମୟରେ ବିରକ୍ତ ହୋଇ କହିଛନ୍ତି। ରାଜ୍ୟ ପ୍ରଶାସନ ପାଖରେ କୌଣସି ମାମଲା ସମ୍ପର୍କରେ ଆଇନଗତ ତଥ୍ୟ ନ ଥିବା ସର୍ବୋଚ୍ଚ ଅଦାଲତ କହିଛନ୍ତି। ଯଦି ରାଜ୍ୟରେ ଧାର୍ମିକ ସ୍ଥଳ ସମ୍ପର୍କିତ ଆଇନ ନାହିଁ ତେବେ ଏହାକୁ ୬ ସପ୍ତାହ ମଧ୍ୟରେ ପ୍ରଣୟନ କରାଇବା ପାଇଁ ସୁପ୍ରିମ୍‌କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ବୁଲନ୍ଦସହର ସ୍ଥିତ ୩ ଶହ ବର୍ଷ ପୁରାତନ ଶ୍ରୀସର୍ବମଙ୍ଗଳା ଦେବୀ ବେଲା ଭବାନୀ ମନ୍ଦିରର ପ୍ରଶାସନ ସମ୍ପର୍କିତ ଏକ ମାମଲାର ଶୁଣାଣି ସମୟରେ ସୁପ୍ରିମ୍‌କୋର୍ଟ ସ୍ବୀକୃତି ପ୍ରାପ୍ତ କର୍ମକର୍ତ୍ତାଙ୍କ ନିର୍ଦ୍ଦେଶ ପତ୍ର ଲୋଡ଼ିଥିଲେ। ମାତ୍ର ମାମଲା ଲଢୁଥିବା ଆଇନଜୀବୀ ଏହା ଦାଖଲ ନ କରିବାରୁ ଏଥିରେ ବିରକ୍ତି ପ୍ରକାଶ କରି ସୁପ୍ରିମ୍‌କୋର୍ଟ ଏଭଳି କହିଛନ୍ତି। ମନ୍ଦିରର ପ୍ରଶାସନିକ ଅବ୍ୟବସ୍ଥା ନେଇ ଆହ୍ଲାବାଦ୍‌ ହାଇକୋର୍ଟଙ୍କ ରାୟକୁ ବିଜୟ ପ୍ରତାପ ସିଂ ସର୍ବୋଚ୍ଚ ଅଦାଲତରେ ଚ୍ୟାଲେଞ୍ଜ୍‌ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୁଁ ମୋଦିଙ୍କ ଭେଟିବାକୁ ଚାହେଁ, ମୋତେ ସମୟ ଦିଅନ୍ତୁ: ଖାର୍ଗେ

ନୂଆଦିଲ୍ଲୀ,୨୪।୪: ୨୦୨୪ ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ପ୍ରଚାର କରୁଥିବାବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କଂଗ୍ରେସ ମାନିଫେଷ୍ଟୋରେ ମୁସଲିମ ଲିଗର ଛାପ ଏବଂ...

ବିମାନରେ ଛୋଟ ପିଲାଙ୍କୁ ଅଭିଭାବକଙ୍କ ପାଖରେ ବସାଇବା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୨୪ା୪:ବିମାନରେ ୧୩ ବର୍ଷରୁ କମ୍‌ ବୟସର ପିଲାମାନେ ଯେପରି ସେମାନଙ୍କ ମାଆବାପା କିମ୍ବା ଅଭିଭାବକଙ୍କ ପାଖ ସିଟ୍‌ରେ ବସନ୍ତି, ତାହା ସୁନିଶ୍ଚିତ କରିବାକୁ ବେସାମରିକ ବିମାନ...

ଦ୍ୱିତୀୟ ପର୍ଯ୍ୟାୟ ଭୋଟ ପାଇଁ ଆଜି ସରିବ ପ୍ରଚାର, ୮୮ ଆସନରେ ହେବ ମତଦାନ

ନୂଆଦିଲ୍ଲୀ,୨୪।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ଦ୍ୱିତୀୟ ପର୍ଯ୍ୟାୟ ଭୋଟ ପାଇଁ ଗଣନା ଆରମ୍ଭ ହୋଇଯାଇଛି। ଦ୍ୱିତୀୟ ପର୍ଯ୍ୟାୟ ପାଇଁ ନିର୍ବାଚନୀ ପ୍ରଚାର ଆଜି...

ନୁଡୁଲ୍ସ ପ୍ୟାକେଟ୍‌ରୁ ୨ କୋଟିର ହୀରା ଜବତ

ମୁମ୍ବାଇ,୨୪ା୪:ସୀମାଶୁଳ୍କ ବିଭାଗ ଅଧିକାରୀମାନେ ମୁମ୍ବାଇ ବିମାନବନ୍ଦରରୁ ୬.୪୬ କୋଟି ଟଙ୍କାର ସୁନା ଓ ହୀରା ଜବତ କରିଛନ୍ତି। ଜଣେ ଯାତ୍ରୀ ନୁଡୁଲ୍ସ ପ୍ୟାକେଟରେ ହୀରାକୁ ଲୁଚାଇଥିବାବେଳେ...

ପବନକୁ ସମ୍ଭାଳି ପାରିଲାନି ବ୍ରିଜ୍‌

ହାଇଦ୍ରାବାଦ୍‌,୨୪ା୪:ତେଲଙ୍ଗାନାର ପେଦ୍ଦାପଲ୍ଲୀରେ ସୋମବାର ରାତି ୯ଟା ୪୫ରେ ଏକ ନିର୍ମାଣାଧୀନ ବ୍ରିଜ୍‌ ପବନକୁ ସମ୍ଭାଳି ନ ପାରି ଭୁଶୁଡ଼ିପଡ଼ିଛି। ଉକ୍ତ ବ୍ରିଜ୍‌ର ଏକ ଅଂଶ ଭାଙ୍ଗିଯାଇଛି।...

ମତଦାନ କମିବା ଆଶଙ୍କା

ନୂଆଦିଲ୍ଲୀ,୨୪ା୪: ଲୋକ ସଭା ନିର୍ବାଚନରେ ବିଜୟୀ ହୋଇ ଭାଜପା ତୃତୀୟ ଥର ସରକାର ଗଢ଼ିବାକୁ ଲକ୍ଷ୍ୟ ରଖିଥିବାବେଳେ ଏହାକୁ ଅଟକାଇବା ପାଇଁ ଇଣ୍ଡିଆ ମେଣ୍ଟ ଜୋର୍‌ଦାର...

ଏସିଆ ଦେଶରେ ଅଧିକ ପଡିଲା ଜଳବାୟୁ ପରିବର୍ତ୍ତନର ପ୍ରଭାବ, ୨ ମାସରେ ଭାରତରେ ୧୦୦ରୁ ଅଧିକ ମୃତ୍ୟୁ: ରିପୋର୍ଟ

ନୂଆଦିଲ୍ଲୀ/ଜେନେଭା,୨୩।୪: ସର୍ବାଧିକ ବିପର୍ଯ୍ୟୟ ପ୍ରଭାବିତ ଅଞ୍ଚଳ ସମ୍ପର୍କରେ ମିଳିତ ଜାତିସଂଘ (ଜାତିସଂଘ) ରିପୋର୍ଟ ପ୍ରକାଶ ପାଇଛି। ଏହି ଅନୁଯାୟୀ, ୨୦୨୩ରେ ପାଗ, ଜଳବାୟୁ ଏବଂ ଜଳ...

କଂଗ୍ରେସ ଶାସନ ସମୟରେ କାହିଁକି ପାକିସ୍ତାନ ଆକ୍ରମଣର ଜବାବ ଦିଆଯାଇ ନ ଥିଲା, କାରଣ କହିଲେ ଶାହା

ନୂଆଦିଲ୍ଲୀ,୨୩।୪: ଲୋକ ସଭା ନିର୍ବାଚନ -୨୦୨୪ର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ଅଭିଯାନ ଜୋରସୋରରେ ଚାଲିଛି। କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ମଙ୍ଗଳବାର ମହାରାଷ୍ଟ୍ରର ଆକୋଲା ଠାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri