Posted inଜାତୀୟ

ଉତ୍ତରପ୍ରଦେଶରେ ପୁଣି ମଦମୃତ୍ୟୁ:୩ ଜଣଙ୍କ ମୁଣ୍ଡ ଗଡ଼ିଲା, ୪ ଗୁରୁତର

ଲକ୍ଷ୍ନୌ, ୩୧।୫:ଉତ୍ତର ପ୍ରଦେଶର ସୀତାପୁରରେ ବିଷାକ୍ତ ମଦ ପିଇ ୩ ଜଣ ବ୍ୟକ୍ତିଙ୍କ ପ୍ରାଣହାନି ଘଟିଥିବାବେଳେ ୪ ଗୁୁରୁତର ହୋଇ ଚିକିତ୍ସାଧୀନ ଥିବା ଜଣାପଡ଼ିଛି। ମହମୁଦାବାଦରେ ଗତ ରବିବାର ରାତିରେ ଏମାନେ ମଦ ପିଇବା ପରେ ବାନ୍ତି, ମୁଣ୍ଡବିନ୍ଧା ସହ ଆଖିର ଦୃଷ୍ଟିଶକ୍ତି କମିବା ଆରମ୍ଭ ହୋଇଥିଲା। ପରିବାର ଲୋକେ ସେମାନଙ୍କୁ ହସ୍ପିଟାଲରେ ଭର୍ତ୍ତି କରିଥିବାବେଳେ ୩ ଜଣଙ୍କ ପ୍ରାଣବାୟୁ ଉଡ଼ିଯାଇଥିଲା। ମଦ ଦୋକାନୀ କହ୍ନେୟାଲାଲ୍‌ଙ୍କୁ ଧରିବା ଲାଗି ପୋଲିସ ଉଦ୍ୟମ ଜାରି ରଖିଥିବା ଜଣାପଡ଼ିଛି। ପ୍ରକାଶଥାଉ କି, ଉତ୍ତର ପ୍ରଦେଶର ବାରାବାଙ୍କିରେ କିଛିଦିନ ତଳେ ଏଭଳି ମଦମୃତ୍ୟୁ ହୋଇଥିଲା। ଏହି ଘଟଣାରେ ୧୩ ଜଣ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବାବେଳେ ୪ ଅଭିଯୁକ୍ତଙ୍କୁ ଗିରଫ କରାଯାଇ ସାରିଛି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ବଳାତ୍କାର, ହତ୍ୟା ଅଭିଯୋଗରେ ଜଣଙ୍କୁ ପିଟି ମାରିଦେଲେ

ବାରୁଇପୁର(ପଶ୍ଚିମବଙ୍ଗ),୭।୭: ପଶ୍ଚିମବଙ୍ଗର ଦକ୍ଷିଣ ୨୪ ପ୍ରଗଣା ଜିଲା ଅନ୍ତର୍ଗତ ବାରୁଇପୁର ଅଞ୍ଚଳରେ ଜଣେ ୧୧ ବର୍ଷୀୟା ବାଳିକାଙ୍କ ମୃତଦେହ ରବିବାର ମିଳିବା ପରେ ତାଙ୍କୁ ବଳାତ୍କାର ପରେ…

ରୋନାଲ୍ଡୋଙ୍କ ବିଶ୍ୱକପ୍‌ ସ୍ବପ୍ନ ଶେଷ: ବିଶ୍ୱକପ୍‌ରୁ ବିଦା ହେଲା ପର୍ତ୍ତୁଗାଲ

ଆର୍ଲିଂଟନ,୭ା୭:ଇଞ୍ଜୁରି ଟାଇମ୍‌ରେ ମିକେଲ ମେରିନୋଙ୍କ ଗୋଲ ବଳରେ ସୋମବାର ରାତିରେ ଅନୁଷ୍ଠିତ ଚଳିତ ବିଶ୍ୱକପ୍‌ର ଏକ ପ୍ରି-କ୍ୱାର୍ଟର ଫାଇନାଲରେ ସ୍ପେନ ୧-୦ ଗୋଲରେ ପର୍ତ୍ତୁଗାଲକୁ ପରାସ୍ତ କରି…

‘ଏଲ୍‌ ନିନୋ’ ପ୍ରଭାବ: ଭାରତରେ ସୃଷ୍ଟି ହୋଇପାରେ ବଡ଼ ବିଦ୍ୟୁତ୍‌ ସଙ୍କଟ

ନୂଆଦିଲ୍ଲୀ,୭ା୭(ପି.ଟି.):ଚଳିତ ବର୍ଷ ବିଶ୍ୱ ପାଣିପାଗରେ ଦେଖାଦେଇଥିବା ‘ଏଲ୍‌ ନିନୋ’ର ସବୁଠାରୁ ମାରାତ୍ମକ ପ୍ରଭାବ ଭାରତର ଶକ୍ତି ବ୍ୟବସ୍ଥା ଉପରେ ପଡ଼ିବାକୁ ଯାଉଛି। ଅନ୍ତର୍ଜାତୀୟ ଗବେଷଣା ସଂସ୍ଥା ‘ସେଣ୍ଟର…

ପ୍ରବଳ ବର୍ଷାରେ ମୁମ୍ବାଇ ବେହାଲ;ଟ୍ରେନ୍‌ ଚଳାଚଳ ବାଧାପ୍ରାପ୍ତ, ୧୩ ମୃତ

ମୁମ୍ବାଇ,୭।୭: ମୁମ୍ବାଇ ଓ ଆଖପାଖ ଜିଲାରେ ୩/୪ ଦିନ ହେଲା ପ୍ରବଳ ବର୍ଷା ଲାଗିରହିଥିବାବେଳେ ଦେଶର ଆର୍ଥିକ ରାଜଧାନୀ ଏକପ୍ରକାର ଅଚଳ ହୋଇଯାଇଛି। ବର୍ଷାଜନିତ ଘଟଣାରେ ୧୩ଜଣଙ୍କ…

ମସ୍ତିଷ୍କର ଭିନ୍ନ ଅଂଶରୁ ସୃଷ୍ଟି ହୁଏ ସ୍ବତଃସ୍ଫୂର୍ତ୍ତ, ଇଚ୍ଛାକୃତ ହସ

ନୂଆଦିଲ୍ଲୀ,୭।୭(ପି.ଟି.): ମଣିଷର ହସ ପଛରେ ଥିବା ରହସ୍ୟକୁ ନେଇ ଏକ ଆଶ୍ଚର୍ଯ୍ୟଜନକ ତଥ୍ୟ ସାମ୍ନାକୁ ଆସିଛି। ଆମର ସ୍ବତଃସ୍ଫୂର୍ତ୍ତ (ଆବେଗିକ) ଏବଂ ଇଚ୍ଛାକୃତ ହସ ପାଇଁ ମସ୍ତିଷ୍କର…

ଜେଲରେ ୨ ବିରୋଧୀ ଗୋଷ୍ଠୀ ମଧ୍ୟରେ ସଂଘର୍ଷ: ୨୫ ମୃତ

କଲମ୍ବୋ,୬ା୭(ପି.ଟି.):ଶ୍ରୀଲଙ୍କାର ପଶ୍ଚିମ ଉପକୂଳ ସହର ନେଗୋମ୍ବୋରସ୍ଥିତ ଏକ ଜେଲରେ ସଂଘର୍ଷ ଘଟି ୨୫ ଜଣଙ୍କ ମୃତ୍ୟୁ ଘଟିଥିବା କର୍ତ୍ତୃପକ୍ଷ ସୋମବାର କହିଛନ୍ତି। ସାମର୍ଥ୍ୟଠାରୁ ଅଧିକ ବନ୍ଦୀ ରହିଥିବା…

ଇନ୍ଦ୍ରାବତୀ ଜଳ ଭଣ୍ଡାରରୁ ମିଳିଲା ୨୭ କେଜିର ଭାକୁର

ଭବାନୀପାଟଣା,୬।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଇନ୍ଦ୍ରାବତୀ ବତୀ ଜଳ ଭଣ୍ଡାର କେବଳ ଜଳସେଚନ କି ବିଦ୍ୟୁତ ଉତ୍ପାଦନ ପାଇଁ ନୁହେଁ ବରଂ ମାଛ ଉତ୍ପାଦନ ପାଇଁ…

ଯୁବକଙ୍କୁ ଆକ୍ରମଣ ମାମଲା: ଜେଲ୍‌ ଗଲେ ଅଭିଯୁକ୍ତ

ରିଷିଡା,୬।୭(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ରିଷିଡା ଫାଣ୍ଡି ଅଧୀନ ବଡଡୁଙ୍ଗୁରୀଗୁଡା ଗ୍ରାମରେ ରବିବାର ଅପରାହ୍ନରେ ଘଟିଥିବା ଏକ ମରଣାନ୍ତକ ଆକ୍ରମଣ ଘଟଣାରେ ଜଣେ ଯୁବକଙ୍କୁ ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri