ଉତ୍ତର ଓଡ଼ିଶା ଯୁବ ଓ ଛାତ୍ର ସଂଗଠନର ବିକ୍ଷୋଭ

ବାରିପଦା ଅଫିସ,୬।୮- ଉତ୍ତର ଓଡ଼ିଶା ଯୁବ ଓ ଛାତ୍ର ସଂଘ ପକ୍ଷରୁ ସୋମବାର ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଭିନ୍ନ ଦାବି ନେଇ ବିକ୍ଷୋଭ ଓ ପ୍ରତିବାଦ ସଭା ଅନୁଷ୍ଠିତ ହୋଇଯାଇଛି। ସଂଘର ସଭାପତି ଡ.ତରୁଣ କୁମାର ମୁଦୁଲିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ପ୍ରତିବାଦ ସଭାରେ ଉପସ୍ଥାପନ କରାଯାଇଥିବା ଦାବି ଅନୁଯାୟୀ, ଜିଲା ମୁଖ୍ୟ ଚିକିତ୍ସାଳୟ ଓ ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ କଲେଜ ଗୋଟିଏ ସ୍ଥାନରେ ପରିଚାଳିତ ହେଉଛି। ଏଠାରେ ୩୫୫ ଶଯ୍ୟା ରହିଛି। ପ୍ରତିଦିନ ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଉଛି। ତେଣୁ ଏଠାରେ ଶଯ୍ୟା ସଂଖ୍ୟା ୧୦୦୦କୁ ବୃଦ୍ଧି କରିବାକୁ ଦାବି କରାଯାଇଛି। ସେହିପରି ଜିଲାର ବିଭିନ୍ନ ଚିକିତ୍ସାଳୟଗୁଡିକରେ ଖାଲି ପଡିଥିବା ଡାକ୍ତର, ଟେକ୍ନିସିଆନ, ଫାର୍ମାସିଷ୍ଟ ଓ ରେଡିଓଗ୍ରାଫର ପଦବୀଗୁଡିକ ତୁରନ୍ତ ପୂରଣ କରିବା ପାଇଁ ଦାବି କରାଯାଇଛି। ବାରିପଦା ସ୍ଥିତ ହୋମିଓପାଥିକ ଓ ଆୟୁର୍ବେଦିକ କଲେଜକୁ ସମ୍ପୂର୍ଣ୍ଣ ଭାବେ ସରକାରୀ କରିବାକୁ ଦାବି କରାଯାଇଛି। ଏହାସହ ବାରିପଦା ସହରରେ ଦୀର୍ଘ ଦିନ ହେଲା ଅସ୍ଥାୟୀ ଭାବେ ବସବାସ କରିଆସୁଥିବା ଗରିବ ଲୋକଙ୍କୁ ଜମିପଟ୍ଟା ପ୍ରଦାନ ପାଇଁ ଦାବି କରାଯାଇଛି। ସଭା ପରେ ଏକ ଦାବିପତ୍ର ଜିଲା ପ୍ରଶାସନ ଜରିଆରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ପ୍ରଦାନ କରାଯାଇଥିଲା। ଏହି ପ୍ରତିବାଦ ସଭାରେ ସଂଘର ସାଧାରଣ ସମ୍ପାଦକ ଦୀପକ କୁମାର ମଲିକ, ଉପସଭାପତି ଆଲୋକ ପଣ୍ଡା, ସୁନୀଲ ହେମ୍ବ୍ରମ, ରିତ କୁମାର ଷଡଙ୍ଗୀ, ଅରବିନ୍ଦ କଟୁଆଳ, ଅସିତ ମଲିକ ଓ ବାରିପଦାସହରର ବିଭିନ୍ନ ୱାର୍ଡର ଜନସାଧାରଣ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୋରଡ଼ାରେ ଭାରତ ବନ୍ଦର ପ୍ରଭାବ

ମୋରଡ଼ା,୧୨ା୨(ସ୍ମାରକ ମାଜୀ): ଗୁରୁବାର ସିପିଆଇ(ଏମ୍‌)ର ଶ୍ରମିକ, କୃଷକ ଓ କ୍ଷେତ ମଜଦୁର ସଂଘ ତରଫରୁ ବିଭିନ୍ନ ଦାବି ନେଇ ଭାରତ ବନ୍ଦ ଡାକରା ଦିଆଯାଇଛି ଦିଆଯାଇଛି। ଫଳରେ…

ଜିରିଡା ପୋଲ ଉପରୁ ୪୦ ଫୁଟ ତଳକୁ ଡେଇଁ ପଡ଼ିଲେ ମହିଳା, ତାପରେ…

ଉଦଳା,୧୧।୨(ସନ୍ତୋଷ କୁମାର ବାଚ୍ଛିନୀ): ପୋଲ ଉପରୁ ନଦୀକୁ ଡେଇଁ ପଡିଲେ ମହିଳା। ନଦୀରେ ଥିବା ମାଛ ଧରାଳି ତାଙ୍କୁ ଉଦ୍ଧାର କରିଛନ୍ତି । ଏଭଳି ଘଟଣା ଘଟିଛି…

ଭାଇର ମୃତ୍ୟୁ ଖବର ଶୁଣି ଟଳିପଡିଲେ ବଡ଼ ଭାଇ, ଜଳିବ ଦୁଇ ଭାଇଙ୍କ ଜୁଇ, ଦୁଃଖରେ ଭାଙ୍ଗିପଡିଛି ପରିବାର

ମୋରଡା,୧୧।୨(ସ୍ମାରକ ମାଜୀ): ଜଳିବ ଦୁଇ ଭାଇଙ୍କ ଜୁଇ। ଦିନେ ହାତ ଧରା ଧରି ଛୋଟରୁ ବଡ଼ ହୋଇଥିଲେ। ଦୁହେଁ ଦୁହିଁଙ୍କୁ ନ ଦେଖିଲେ ରହି ପାରୁନଥିଲେ। ଦୁଇ…

ଖୁଣ୍ଟାପୁର ଗ୍ରାମରେ ଡକାୟତି: ଫେରାର ହେବାକୁ ଉଦ୍ୟମ ବେଳେ ଜଣଙ୍କୁ ମାଡ଼ି ବସି ନିର୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସ…

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ଖୁଣ୍ଟାପୁର ଗ୍ରାମରେ ମଙ୍ଗଳବାର ସା ୭.୩୦ ସମୟରେ ୬ ଜଣ ଦୁର୍ବୃତ୍ତ ଡକାୟତି ଉଦ୍ଦେଶ୍ୟରେ ଚିନ୍ମୟ ମିଶ୍ରଙ୍କ…

ସ୍କୁଟିକୁ ପିଟିଲା କାର: ୭ ଗୁରୁତର

ବାରିପଦା,୯।୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ଉପକଣ୍ଠ ବେତନଟୀ ଥାନା  ଅଧିନ ୧୮ନଂ ଜାତୀୟ ରାଜପଥ ବୁଢ଼ୀଖମାରଠାରେ ଏକ ଦୁର୍ଘଟଣା ଘଟିଛି । ସୋମବାର ଅପରାହ୍ନରେ…

ପୁଣି ଖସିଲା ପାରଦ, ଶିମିଳିପାଳରେ ତାପମାତ୍ରା ୧ ଡିଗ୍ରୀ ରେକର୍ଡ

ବାରିପଦା,୮।୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଜାତୀୟ ଉଦ୍ୟାନରେ ପାରଦ ନିମ୍ନଗାମୀ ହୋଇଛି । ଉପରବାରହାକାମୁଡାରେ ତାପାମାତ୍ରା ୧ ଡିଗ୍ରୀ ରେକର୍ଡ ହୋଇଥିବା ବେଳେ ନେଇ…

ପ୍ରଧାନଶିକ୍ଷକଙ୍କ କାର୍ଯ୍ୟାଳୟ ଆଗରେ ଧାରଣା ଦେଲେ ମହିଳା

ମୋରଡ଼ା,୭ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ୍‌ ଅଧୀନ ନୂଆଗାଁସ୍ଥିତ ହରପ୍ରସାଦ ଶିକ୍ଷା ସଦନ ସରକାରୀ ଉଚ୍ଚ ବିଦ୍ୟାଳୟରେ ଶିଶୁ ସେବିକା ନିଯୁକ୍ତିରେ ଅନିୟମିତତା ଅଭିଯୋଗ ହୋଇଛି।…

ଲୋକଙ୍କ ପ୍ରଶ୍ନ ଶୁଣି ରାଗିଗଲେ ରାଷ୍ଟ୍ରପତି, କହିଲେ…

ବାରିପଦା,୭ା୨: ମୟୂରଭଞ୍ଜ ଜିଲା ଶିମିଳିପାଳବାସୀ ନିରନ୍ତର ଇଣ୍ଟରନେଟ୍‌ ସେବା ସହ ଯୋଡ଼ି ହୋଇଛନ୍ତି। ଶୁକ୍ରବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶିମିଳିପାଳ ଜାତୀୟ ଉଦ୍ୟାନ ଗୁଡୁଗୁଡ଼ିଆଠାରେ ବିଏସ୍‌ଏନ୍‌ଏଲ୍‌ର ୪-ଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri