ଉତ୍ତର ଓଡ଼ିଶା ଯୁବ ଓ ଛାତ୍ର ସଂଘର ସମ୍ମିଳନୀ

ବାରିପଦା ଅଫିସ,୨୯।୭- ଉତ୍ତର ଓଡ଼ିିଶା ଯୁବ ଓ ଛାତ୍ର ସଂଘର କର୍ମକର୍ତ୍ତାଙ୍କ ଏକ ସମ୍ମିଳନୀ ବାରିପଦା ଅବସରପ୍ରାପ୍ତ କର୍ମଚାରୀ ଭବନରେ ଅନୁଷ୍ଠିତ ହୋଇଯାଇଛି। ସଂଘର ସଭାପତି ଡ.ତରୁଣ କୁମାର ମୁଦୁଲିଙ୍କ ସଭାପତିତ୍ୱରେ ଅନୁଷ୍ଠିତ ବୈଠକରେ ସଂଘର ଉପଦେଷ୍ଟା ରବିନ୍ଦ୍ର ନାଥ ଦାଶ ଯୋଗଦେଇ ଉତ୍ତର ଓଡ଼ିଶା ଛାତ୍ର ସଂଗଠନର ମୟୂରଭଞ୍ଜରେ କାର୍ଯ୍ୟାବଳୀ ବର୍ଣ୍ଣନା କରିଥିଲେ। ସଂଘର ସାଧାରଣ ସମ୍ପାଦକ ଦୀପକ କୁମାର ମଲିକ ଆଗାମି କାର୍ଯ୍ୟପନ୍ଥା ବିଷୟରେ ଆଲୋକପାତ କରିଥିଲେ। ସଂଘର ସମ୍ପାଦକ ଆକାଶ ଚକ୍ରବର୍ତ୍ତୀ ସ୍ବାଗତ ଭାଷଣ ଓ ଉପସଭାପତି ଆଲୋକ କୁମାର ପଣ୍ଡା ଧନ୍ୟବାଦ ଅର୍ପଣ କରିଥିଲେ। ଏହି ସମ୍ମିଳନୀରେ କର୍ମକର୍ତ୍ତା ନିର୍ବାଚନ ଅନୁଷ୍ଠିତ ହୋଇଥିଲା। ସମ୍ପାଦକ ଭାବେ ଦୀନେଶ ମହାପାତ୍ର, ନଗର ସମ୍ପାଦକ ଶୁଭମ କୁମାର ସିଟ ଓ ସମୀର ନାଏକ, ନଗର ଉପସଭାପତି ଭାବେ ନିରଞ୍ଜନ ବେହେରା, ନଗର ସଭାପତି ଦେବାଶିଷ ପାଇକରାୟ, ଉପସଭାପତି ଅସିତ କୁମାର ମଲିକ, ରିତ କୁମାର ଷଡଙ୍ଗୀ ଓ ଆଲୋକ କୁମାର ପଣ୍ଡା ପ୍ରମୁଖ ନିର୍ବାଚିତ ହୋଇଛନ୍ତି। ଏହା ସହିତ ଉଦଳା ଉପଖଣ୍ଡ ପାଇଁ ସଭାପତି ଭାବେ ରାକେଶ କୁମାର ପୁହାଣ, ଉପସଭାପତି ପାର୍ଥସାରଥୀ ଜେନା, ସମ୍ପାଦକ ଭାବେ ଚିନ୍ମୟ ପଣ୍ଡା, ବଡସାହି ବ୍ଲକ ପାଇଁ ସଭାପତି ଚନ୍ଦନ ପାତ୍ର, ସାଧାରଣ ସମ୍ପାଦକ ଭାବେ ନରେଶ ବେହେରା ନିର୍ବାଚିତ ହୋଇଛନ୍ତି। ଏହି ସମ୍ମିଳନୀରେ ସମାଜସେବୀ ସୁଧାକର ନାଏକ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୌତୁକ ପାଇଁ ସ୍ତ୍ରୀ ଙ୍କୁ ହତ୍ୟା ଉଦ୍ୟମ, ମୁହଁରେ ତକିଆ ଚାପିଥିବା ଅଭିଯୋଗ : ସ୍ବାମୀ ଗଲେ ଜେଲ                                        

ଦିଗପହଣ୍ଡି,୨୫|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ଖଜୁରୀପଲ୍ଲୀ ଗ୍ରାମର ପୁଷ୍ପା ସେଠୀ(୨୭) ଙ୍କୁ ଅଧିକା ଯୌତୁକ ପାଇଁ ଶାରୀରିକ ଓ ମାନସିକ…

ଆଧ୍ୟାତ୍ମିକ ପରିବେଶରେ ଥୁଆମୂଳ ରାମପୁର ବ୍ଲକରେ ବାହୁଡ଼ା ଯାତ୍ରା ସମ୍ପନ୍ନ: ଜନ୍ମବେଦୀରୁ ରତ୍ନବେଦୀକୁ ବାହୁଡ଼ିଲେ…

ଥୁଆମୂଳ ରାମପୁର,୨୫।୭ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ସଦର ମହକୁମା ସମେତ ଗୋପୀନାଥପୁର, ମହୁଲପାଟଣା, କର୍ଲାପାଟ ଓ ଗୁଣୁପୁର ଆଦି ସ୍ଥାନରେ ମହାପ୍ରଭୁ…

ଧାନ ବିଲରେ ପଶିଲା କାର :୩୨୬ ନମ୍ବର ଜାତୀୟ ରାଜପଥରେ…

ମୋହନା,୨୫।୭(ମନ୍ମଥ ମିଶ୍ର): ଦୁଇ ଦିନର ଛୁଟି କାଟି ରାୟଗଡ଼ା ଜିଲାର ପଦ୍ମପୁରରୁ ଏକ କାର୍‌ (ଓଡି–୦୭–ଏଏଫ୍–୭୯୯୬) ଯୋଗେ ବ୍ରହ୍ମପୁର ଫେରୁଥିବା ବେଳେ ଗଜପତି ଜିଲା ଅଡବା ଥାନା…

କୁଆଁରମୁଣ୍ଡା-ପଦମପୁର ରାସ୍ତା ଶୋଚନୀୟ: କାଦୁଅରେ ଗଡ଼ି ଆନ୍ଦୋଳନକାରୀଙ୍କ ପ୍ରତିବାଦ

କୁଆଁରମୁଣ୍ଡା,୨୫।୭(ମହେନ୍ଦ୍ର କୁମାର ସାହୁ): କୁଆଁରମୁଣ୍ଡା-ପଦମପୁର ରାସ୍ତା ଅବସ୍ଥା ଶୋଚନୀୟ ହୋଇପଡିଛି। ରାସ୍ତାରେ ସୃଷ୍ଟି ହୋଇଥିବା ଖାଲଖମାରେ ବର୍ଷା ପାଣି ଜମି ଯାତାୟାତରେ ବାଧାସୃଷ୍ଟି ହୋଇଛି। ଏପରି କି…

ଗଞ୍ଜାମ ପେଲିସର ‘ଅପରେଶନ ଅନ୍ୱେଷଣ–୩’: ନିଖୋଜ ବ୍ୟକ୍ତିମାନଙ୍କୁ ବିଭିନ୍ନ ରାଜ୍ୟରୁ ….

ଛତ୍ରପୁର୨୫।୭(ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଗଞ୍ଜାମ ପୋଲିସ ଜିଲାରେ ‘ଅପରେଶନ ଅନ୍ୱେଷଣ–୧’ ଓ ‘ଅପରେଶନ ଅନ୍ୱେଷଣ–୨’ର ବିପୁଳ ସଫଳତା ପରେ ଚଳିତ ମାସ ୧୮ ତାରିଖରୁ ୨୨ ତାରିଖ…

ହୃଦ୍‌ଘାତରେ ପ୍ରାଣ ହରାଇଲେ ବରିଷ୍ଠ ଶିକ୍ଷକ

କଲ୍ୟାଣସିଂହପୁର,୨୫ା୭(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ନାରାୟଣପୁର ପଞ୍ଚାୟତର ଶିରିପୁର ଗ୍ରାମର ବିଶିଷ୍ଟ ସମାଜସେବୀ ତଥା ଶିକ୍ଷକ ସ୍ବର୍ଗତ ବିଶ୍ୱନାଥ କାଡ୍ରାକାଙ୍କ ପରଲୋକରେ…

ସ୍ୱାଭିମାନ ଅଞ୍ଚଳ ଜଙ୍ଗଲରୁ ମାଓବାଦୀ ଡମ୍ପ ଜବତ

ମାଲକାନଗିରି,୨୫।୭ (ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ୱାଭିମାନ ଅଞ୍ଚଳର ଘନବେଡାରେ ବିଏସ୍‌ଏଫ୍‌ ବାହିନୀ ଏକ ମାଓବାଦୀ ଡମ୍ପ ଜବତ କରିଛି। ପ୍ରାପ୍ତ ସୂଚନା ଅନୁଯାୟୀ, ବିଶେଷ…

ଦିଲ୍ଲୀ ଛାତ୍ର୍ର ଆନ୍ଦୋଳନକୁ ସମର୍ଥନ ଜଣାଇ ଗଣଧାରଣା: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି କରି…

ବଲାଙ୍ଗୀର,୨୫ା୭(ସୁନିଲ କୁମାର ମହାନ୍ତି): ଏନ୍‌ଇଇଟି ପ୍ରଶ୍ନପତ୍ର ଲିକ୍‌ ଘଟଣାରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ନେଇ ଦିଲ୍ଲୀରେ ଚାଲିଥିବା ଛାତ୍ର ଆନ୍ଦୋଳନ ସମର୍ଥନରେ ଶନିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri