ଉତ୍ତର କୋରିଆରେ ଭୟଙ୍କର ଖାଦ୍ୟ ସଙ୍କଟ

ଜେନିଭା, ୧୦ା୬: ଉତ୍ତର କୋରିଆରେ ଭୟଙ୍କର ଖାଦ୍ୟ ସଙ୍କଟ ଦେଖିବାକୁ ମିଳିଛି। ଦେଶର ୪୦% ଅର୍ଥାତ୍‌ ୧୦ ନିୟୁତ ଲୋକ ଠିକ୍‌ ଭାବେ ଖାଇବାକୁ ପାଉନାହାନ୍ତି ବୋଲି ଜାତିସଂଘ ମାନବାଧିକାର ବିଶେଷଜ୍ଞ ଥୋମାସ୍‌ ଓଜେଆ କ୍ୱିଣ୍ଟାନା ମଙ୍ଗଳବାର ପ୍ରକାଶ କରିଛନ୍ତି। ସେଠାରେ ଖାଦ୍ୟ ସଙ୍କଟ ଦେଖାଦେଇଥିବା ବେଳେ ଜାତିସଂଘ ସୁରକ୍ଷା ପରିଷଦ ଏନେଇ ସହଯୋଗ କରିବାକୁ ସେ ଦାବି କରିଛନ୍ତି। ଅନେକ ଲୋକ ଠିକ୍‌ଭାବେ ଦୁଇଓଳି ଖାଇବାକୁ ପାଉନାହାନ୍ତି। ପୁଷ୍ଟିକର ଖାଦ୍ୟ ସଙ୍କଟରୁ ସେମାନେ ବିଭିନ୍ନ ରୋଗରେ ପଡ଼ିବାର ଆଶଙ୍କା ରହିଛି। ଅନେକେ ଅନାହାରରେ ଜୀବନ ବିତାଉଛନ୍ତି। କରୋନା ମହାମାରୀ ତାଣ୍ଡବ ରଚୁଥିବା ବେଳେ ଚାଇନା ସୀମା ବନ୍ଦ ରହିଥିବାରୁ ସେମାନଙ୍କ ପାଖରେ ଅନ୍ୟ ଉପାୟ କିଛି ନାହିଁ। କରୋନା ଲାଗି ଅନେକ ଲୋକ ବାସହୀନ ହୋଇପଡ଼ିଛନ୍ତି। ଔଷଧ ଦର ମଧ୍ୟ ଆକାଶଛୁଆଁ ହୋଇପଡ଼ିଛି। ଜାତିସଂଘର ବିଶ୍ୱ ଖାଦ୍ୟ କାର୍ଯ୍ୟକ୍ରମର ମୁଖପାତ୍ର ଏଲିଜାବେଥ ବାୟର୍ସ କହିଛନ୍ତି, ଏବେ ସେଠାରେ ପରିସ୍ଥିତି ସଙ୍କଟଜନକ ଥିବାରୁ ମାନବୀୟ ସହାୟତାର ଆବଶ୍ୟକତା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କ ଗୋଟିଏ ଘୋଷଣାରେ ଖସିଲା ଅଶୋଧିତ ତେଲ ମୂଲ୍ୟ, ଜାଣନ୍ତୁ ନୂଆ ଦାମ୍‌

ଓ୍ବାଶିଂଟନ୍‌,୮।୪: ୮ ଏପ୍ରିଲରେ ଅଶୋଧିତ ତୈଳ ମୂଲ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ହ୍ରାସ ଘଟିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ଉପରେ ସମ୍ଭାବ୍ୟ ବୋମା ବିସ୍ଫୋରଣକୁ ଦୁଇ…

୪୨.୫% ଭାରତୀୟ ସ୍ବାସ୍ଥ୍ୟକୁ କରନ୍ତି ଅଣଦେଖା: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ

ନୂଆଦିଲ୍ଲୀ,୮ା୪(ପି.ଟି.):କାର୍ଯ୍ୟବ୍ୟସ୍ତତା କାରଣରୁ ୪୨.୫ ପ୍ରତିଶତ ଭାରତୀୟ ସେମାନଙ୍କ ସ୍ବାସ୍ଥ୍ୟ ପ୍ରତି ଅଣଦେଖା କରୁଥିବା ସ୍ବୀକାର କରିଛନ୍ତି। ୫୭.୮ ପ୍ରତିଶତ କହିଛନ୍ତି, ସେମାନଙ୍କ ସ୍ବାସ୍ଥ୍ୟ ପାଇଁ କ’ଣ ଭଲ…

୮୦ ଫୁଟ୍‌ ତଳକୁ ଖସିଲା ଟ୍ରକ୍‌: ଭିତରେ ଥିଲେ ଡ୍ରାଇଭର

ଜୟପୁର,୮।୪(ପବନ ପାଣିଗ୍ରାହୀ): ୮୦ ଫୁଟ୍‌ ତଳକୁ ଖସିଲା ଟ୍ରକ୍‌। ଫଳରେ ଡ୍ରାଇଭର ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ ଉଦ୍ଧାର କରାଯାଇ ପୋଲିସ ଡାକ୍ତରଖାନାରେ ଭର୍ତ୍ତି କରିଛି। ଜୟପୁର…

ଘୂର୍ଣ୍ଣିବଳୟ ସୃଷ୍ଟି: ଆସନ୍ତା ୩ଦିନ ପର୍ଯ୍ୟନ୍ତ ରାଜ୍ୟରେ….

ଭୁବନେଶ୍ୱର,୮ା୪(ବନ୍ଦନା ସେଠୀ):ଓଡ଼ିଶା ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଉପରବାୟୁ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଘୂର୍ଣ୍ଣିବଳୟଟି ସମୁଦ୍ର ପତ୍ତନଠାରୁ ୦.୯ କିମି ଉଚ୍ଚତାରେ ରହିଛି। ଏହାସହ ଏକ…

ଯୁଦ୍ଧବିରତି ଘୋଷଣା କଲେ ଟ୍ରମ୍ପ: ହର୍ମୁଜ ପ୍ରଣାଳୀ ଖୋଲିବାକୁ ରାଜି ହେଲା ଇରାନ, ବିଶ୍ୱବାସୀଙ୍କ ପାଇଁ ଖୁସିଖବର

ଓ୍ବାଶିଂଟନ୍‌,୮।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଯୁଦ୍ଧବିରତି ଘୋଷଣା କରିଛନ୍ତି। ଟ୍ରମ୍ପ ଘୋଷଣା କରିଛନ୍ତି ଯେ ଆମେରିକା ଇରାନ ସହିତ ଦୁଇ…

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri