ଉତ୍ତର, ଦକ୍ଷିଣ ଘୁମୁସରରେ କୃଷ୍ଣସାର ସଂଖ୍ୟା ବୃଦ୍ଧି

ଭଞ୍ଜନଗର/ବୁଗୁଡା/ଆସିକା,୨୯।୨(ଡି.ଏନ୍‌.ଏ.) – କୃଷ୍ଣସାର ମୃଗ ଗଞ୍ଜାମ ଜିଲାର ଦକ୍ଷିଣ ଘୁମୁସର ବନଖଣ୍ଡରେ ପ୍ରାୟ ଦେଖାଦିଏ। ବ୍ରହ୍ମପୁର ଓ ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡରେ କମ୍‌ ଦେଖାଦିଅନ୍ତି। ପ୍ରତି ଦୁଇବର୍ଷକୁ ଥରେ ରାଜ୍ୟରେ କୃଷ୍ଣସାର ମୃଗ ଗଣନା ହୁଏ। ଶୁକ୍ରବାର ଗଞ୍ଜାମ ଜିଲାର ୩ ବନଖଣ୍ଡରେ ମୃଗ ଗଣନା ହୋଇଛି। ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ ଓ ଦକ୍ଷିଣ ଘୁମୁସର ବନଖଣ୍ଡରେ ପୂର୍ବ ଗଣନା ଅପେକ୍ଷା ମୃଗ ସଂଖ୍ୟା ବହୁତ ବୃଦ୍ଧି ପାଇଥିବା ଜଣାପଡିଛି। ଦୁଇବର୍ଷ ପୂର୍ବେ ପ୍ରଥମ ଥର ପାଇଁ ଉତ୍ତର ଘୁମୁସର ବନଖଣ୍ଡରେ କୃଷ୍ଣସାର ମୃଗ ଗଣନା ହୋଇଥିଲା। ଏଥିରେ ୨୨୪ ମୃଗ ଥିବା ଜଣାପଡିଛି। ଚଳିତ ବର୍ଷ ଏମାନଙ୍କ ସଂଖ୍ୟା ବୃଦ୍ଧି ପାଇଥିବା ଥିବା ଜଣାପଡିଛି। ଡିଏଫଓ ଅଭୟ କୁମାର ଦଳେଇଙ୍କ ନେତୃତରେ ୩୦ଟି ଟିମ୍‌ ଗଠନ ହୋଇ ମୃଗ ଗଣନା କରିଥିଲେ।
ସେହିଭଳି ଦକ୍ଷିଣ ଘୁମୁସର ବନଖଣ୍ଡରେ ଦୁଇବର୍ଷ ପୂର୍ବେ ହୋଇଥିବା ଗଣନା ସମୟରେ ପ୍ରାୟ ୨୮ଶହ ମୃଗ ଥିଲେ। ଶୁକ୍ରବାର ଗଣନା ସମୟରେ ତା’ଠାରୁ ଅଧିକ ମୃଗ ଥିବା ବିଭାଗ ପକ୍ଷରୁ ଅନୁମାନ କରାଯାଉଛି। ଦକ୍ଷିଣ ଘୁମୁସର ବନଖଣ୍ଡର ବୁଗୁଡା, ପୋଲସରା, ଆସିକା ପ୍ରମୁଖ ରେଞ୍ଜରେ ପ୍ରାୟ କୃଷ୍ଣସାର ମୃଗ ଦେଖାଦିଅନ୍ତି। ଦକ୍ଷିଣ ଘୁମୁସର ବନଖଣ୍ଡ ଅଧିକାରୀ ସତ୍ୟନାରାୟଣ ବେଉରାଙ୍କ ନେତୃତରେ ୬୩ଟି ଟିମ୍‌ ଗଠନ ହୋଇଥିଲା ମୃଗ ଗଣନା ପାଇଁ। କର୍ମଚାରୀମାନେ ସକାଳ ୬ଟାରୁ ଦିବା ୧୨ ଟା ପର୍ଯ୍ୟନ୍ତ ଗଣନା କରିଥିଲେ। ବିଭାଗୀୟ ଉଚ୍ଚ ପଦାଧିକାରୀ ଏବଂ ବିଶେଷଜ୍ଞମାନେ ଯାଞ୍ଚ କରିବା ପରେ ଚୂଡାନ୍ତ ରିପୋର୍ଟ ପ୍ରକାଶିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରକାଶ ପାଇଲା ପିଜି ପ୍ରବେଶିକା ପରୀକ୍ଷା ରେଜଲ୍ଟ, ନାମଲେଖା ସମୟସୂଚୀ…

ଭୁବନେଶ୍ୱର,୨ା୭(ସୁଚିସ୍ମିତା ସାହୁ): ପିଜି ପ୍ରବେଶିକା ପରୀକ୍ଷା ବା କମନ ପିଜି ଏଣ୍ଟ୍ରାନ୍ସ ଟେଷ୍ଟ-୨୦୨୬ ରେଜଲ୍ଟ ଗୁରୁବାର ପ୍ରକାଶ ପାଇଛି। ଛାତ୍ରୀଛାତ୍ର ସାମ୍‌ସ ପୋର୍ଟାଲ ମାଧ୍ୟମରେ ନିଜ ପରୀକ୍ଷାଫଳ…

ଆନ୍ଦୋଳନରତ ଡାକ୍ତରଙ୍କ ବିରୋଧରେ ବଡ଼ ଆକ୍ସନ: ଦରମା ବନ୍ଦ ସହ ଚୁକ୍ତିଭିତ୍ତିକ ଡାକ୍ତରଙ୍କୁ ନୋଟିସ୍‌ ପରେ କାର୍ଯ୍ୟରୁ ନିବୃତ୍ତ ପାଇଁ ନିର୍ଦ୍ଦେଶ !

ଭୁବନେଶ୍ୱର, ୨ା୭: ରାଜ୍ୟରେ ଚାଲିଥିବା ଡାକ୍ତରୀ ଆନ୍ଦୋଳନକୁ ନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏକ ବଡ଼ ଏବଂ କଡ଼ା ପଦକ୍ଷେପ ଗ୍ରହଣ କରାଯାଇଛି। ଓଡ଼ିଶା ମେଡିକାଲ ସର୍ଭିସେସ୍‌…

ୟୁଜରନେମ ବିବାଦ: ହ୍ବାଟସଆପ ପରେ, ଆଇଟି ମନ୍ତ୍ରଣାଳୟ ଏବେ ସିଗନାଲ-ଟେଲିଗ୍ରାମକୁ ପଠାଇଛି ନୋଟିସ

ନୂଆଦିଲ୍ଲୀ,୨।୭: ୟୁଜରନେମ ଫିଚରକୁ ନେଇ ବିବାଦ ବଢ଼ିବାରେ ଲାଗିଛି। ହ୍ବାଟସଆପ ପରେ, ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରଣାଳୟ (MeitY) ଏବେ ଟେଲିଗ୍ରାମ ଏବଂ ସିଗନାଲକୁ ମଧ୍ୟ…

ଶ୍ରୀ ଶ୍ରୀ ଦଧିବାମନଙ୍କ ରଥଯାତ୍ରା ପାଇଁ ପ୍ରଶାସନିକ ପ୍ରସ୍ତୁତି: ଆସନ୍ତା ୧୬ରେ ଶ୍ରୀଗୁଣ୍ଡିଚା, ୨୫ରେ ରଥ ଉପରେ…

ବରଗଡ଼, ୨ା୭ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲିସ୍ଥିତ ପ୍ରସିଦ୍ଧ ଶ୍ରୀ ଶ୍ରୀ ଦଧିବାମନ ମହାପ୍ରଭୁଙ୍କ ରଥଯାତ୍ରା ପାଳନ ପାଇଁ ଗୁରୁବାର ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତୁତି ବୈଠକ…

ପରିବେଶ ସୁରକ୍ଷା ପାଇଁ ଆଗେଇ ଆସିଲେ ଆଦର୍ଶ ବିଦ୍ୟାଳୟର ଛାତ୍ରଛାତ୍ରୀ: ‘ପିଲାଟିଏ ଗଛଟିଏ’ ଅଭିଯାନରେ …

ଦିଗପହଣ୍ଡି, ୨ା୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ସିଦ୍ଧେଶ୍ୱର ଗ୍ରାମ ନିକଟସ୍ଥ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପରିସରରେ ଗୁରୁବାର ୭୬ ତମ ବନ…

ଟ୍ରକ୍ ମିଳିଲା, ଚପଲ ମିଳିଲା…ହେଲେ ୮ ଦିନ ହେଲା ଡ୍ରାଇଭରଙ୍କ ପତ୍ତା ନାହିଁ, ଭୋକ-ଉପାସରେ ଏ ଥାନାରୁ ସେ ଥାନା ବୁଲି ନୟାନ୍ତ…

ଦିଗପହଣ୍ଡି, ୨ା୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ଗ୍ରାମର ଜଣେ ଗାଡ଼ି ଚାଳକ ବାପୁଜୀ ସ୍ୱାଇଁ ରହସ୍ୟଜନକ ଭାବେ ନିଖୋଜ ହୋଇଯାଇଛନ୍ତି।…

ଆୟାତୋଲ୍ଲା ଅଲି ଖାମେନେଇଙ୍କ ଅନ୍ତିମ ସଂସ୍କାରରେ ଯୋଗଦେବେ ନାହିଁ ପୁଅ ମୋଜତାବା, ଜାଣନ୍ତୁ କାରଣ

ତେହରାନ,୨।୭: ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖାମେନେଇଙ୍କ ପରଲୋକ ପରେ ସମଗ୍ର ଦେଶରେ ଗଭୀର ଶୋକ ପ୍ରକାଶ ପାଇଛି। ରାଜଧାନୀ ତେହରାନରୁ ଆରମ୍ଭ କରି ମଶାଦ,…

ଡୋକରୀଦର ଝରଣା ନିକଟରେ ଅଜଣା ମୃତଦେହ: ଖବର ପାଇ ବି ପହଞ୍ଚିଲାନି ପୋଲିସ, ସ୍ଥାନୀୟ ଲୋକଙ୍କ ମଧ୍ୟରେ ଅସନ୍ତୋଷ

କୋକସରା, ୨ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖଲିଗଡ ପାଦଦେଶରେ ଥିବା ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ଗୁଡହାଣ୍ଡି ଡୋକରୀ ଚଞ୍ଚରାର ‘ଡୋକରୀଦର’ ଝରଣା ନିକଟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri