ଉତ୍ସର୍ଗୀକୃତ ସ୍ବାସ୍ଥ୍ୟସେବା ପାଇଁ କେନ୍ଦ୍ରାପଡ଼ାର ୪ଜଣ ପୁରୁସ୍କୃତ

ଭୁବନେଶ୍ୱର,୧୩।୧୨(ବ୍ୟୁରୋ): ହେଲ୍‌ଥ ଆଣ୍ଡ ଓ୍ବେଲ୍‌ନେସ୍‌ ସେଣ୍ଟରରେ ଉତ୍ସର୍ଗୀକୃତ ସେବା ପ୍ରଦାନ ଲାଗି କେନ୍ଦ୍ରାପଡ଼ାର ୪ଜଣଙ୍କୁ ପୁରସ୍କୃତ କରାଯାଇଛି। ସେମାନେ ହେଲେ ଜିଲାର ଓଳାଭର ହେଲ୍ଥ ଆଣ୍ଡ ଓ୍ବେଲ୍‌ନେସ୍‌ ସେଣ୍ଟରର ମେଡିକାଲ ଅଫିସର ସୌମ୍ୟ ରଞ୍ଜନ ନାୟକ, ମହାକାଳପଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧୀନ ଜମ୍ବୁ ସ୍ବାସ୍ଥ୍ୟକେନ୍ଦ୍ରର ଗୋଷ୍ଠୀ ସ୍ବାସ୍ଥ୍ୟଅଧିକାରୀ ରଶ୍ମୀତା ସାମଲ, ଏଏନ୍‌ଏମ୍‌ ସଚ୍ଚି ମିଶ୍ର ଏବଂ ଆଶା କର୍ମୀ ରଞ୍ଜିତା ମଣ୍ଡଳ। ନୂଆଦିଲ୍ଲୀଠାରେ ସାର୍ବଜନୀନ ସ୍ବାସ୍ଥ୍ୟସେବା ଦିବସ ଅବସରରେ ଆୟୋଜିତ ଏକ ଉତ୍ସବରେ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ହର୍ଷବର୍ଦ୍ଧନ ଏହି ପୁରସ୍କାର ପ୍ରଦାନ କରିଛନ୍ତି।

ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର କମିଶନର ତଥା ଶାସନ ସଚିବ ଡାକ୍ତର ପ୍ରମୋଦ କୁମାର ମେହେର୍ଦ୍ଦାଙ୍କ ପରାମର୍ଶ ଓ ଜାତୀୟ ସ୍ବାସ୍ଥ୍ୟ ମିଶନ ନିର୍ଦ୍ଦେଶିକା ଶାଳିନୀ ପଣ୍ଡିତଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଜାତୀୟ ସ୍ବାସ୍ଥ୍ୟ ମିଶନ ତରଫରୁ ସାର୍ବଜନୀନ ସ୍ବାସ୍ଥ୍ୟସେବା ଯୋଗାଇ ଦେବାପାଇଁ ବହୁବିଧ ପଦକ୍ଷେପମାନ ଗ୍ରହଣ କରାଯାଇଛି । ଅଣସଂକ୍ରମିତ ରୋଗ ବିଶେଷକରି ମଧୁମେହ, ଉଚ୍ଚ ରକ୍ତଚାପ, ମୁଖ ଗହ୍ବର କର୍କଟ, ସ୍ତନ କର୍କଟ ଓ ଗର୍ଭାଶୟ କର୍କଟ ନିୟନ୍ତ୍ରଣ ନିମନ୍ତେ ୩୦ବର୍ଷ ବୟରୁ ଉର୍ଦ୍ଧ୍ୱ ବ୍ୟକ୍ତିଙ୍କର ରୋଗ ଚିହ୍ନଟ ପାଇଁ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଇଛି ା ୨୦୧୮-୧୯ ବର୍ଷରେ ରାଜ୍ୟର ୨୫ଲକ୍ଷରୁ ଊର୍ଦ୍ଧ୍ୱ ଲୋକଙ୍କର ପରୀକ୍ଷା କରାଯାଇଥିଲା ା ୨୦୧୯-୨୦ ବର୍ଷରେ ୪୫ ଲକ୍ଷରୁ ଉର୍ଦ୍ଧ୍ୱ ଲୋକଙ୍କର ପରୀକ୍ଷା ପାଇଁ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି । ଏ କ୍ଷେତ୍ରରେ ପ୍ରତିଷ୍ଠା କରାଯାଇଥିବା ହେଲଥ ଆଣ୍ଡ ୱେଲନେସ୍‌ କେନ୍ଦ୍ର ଗୁଡିକ ବିଶେଷ ସହାୟକ ହୋଇପାରିଛି । ଚଳିତବର୍ଷ ରାଜ୍ୟର ବିଭିନ୍ନ ଜିଲ୍ଲାରେ ରୋଗ ନିରୂପରଣ କାର୍ଯ୍ୟକୁ ବ୍ୟାପକ କରାଯାଇ ୫୦ପ୍ରତିଶତରୁ ଅଧିକ ଲୋକଙ୍କ ପରୀକ୍ଷା ଲାଗି ଉଦ୍ୟମ ଚଳାଯିବ । ଆୟୋଜିତ ଉସତ୍ବରେ କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ରାଷ୍ଟ୍ରମନ୍ତ୍ରୀ ଅଶ୍ୱିନୀ କୁମାର ଚୌବେ, ମନ୍ତ୍ରାଳୟର ସଚିବ ପ୍ରୀତି ସୁଦାନ ଓ ଜାତୀୟ ସ୍ବାସ୍ଥ୍ୟ ମିଶନ ନିର୍ଦ୍ଦେଶକ ବନ୍ଦନା ଗୁର୍‌ନାନୀ ସମେତ ଅନ୍ୟାନ୍ୟ ବରିଷ୍ଠ ଅଧିକରୀମାନେ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ: ନିର୍ଦ୍ଧାରିତ ସମୟ ପୂର୍ବରୁ ସମ୍ପନ୍ନ ହେଲା ନୀତିକାନ୍ତି

ଭୁବନେଶ୍ୱର,୧୫।୨: ପବିତ୍ର ମହାଶିବରାତ୍ରି ଅବସରରେ ଭୁବନେଶ୍ୱରର ପ୍ରସିଦ୍ଧ ଶ୍ରୀଲିଙ୍ଗରାଜ ମନ୍ଦିରରେ ମହାପ୍ରଭୁଙ୍କ ମହାଦୀପ ଉଠିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଚଳିତ ବର୍ଷ ପ୍ରଶାସନ ଓ ସେବାୟତଙ୍କ…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

ବିଜେଡି ମହିଳା ସାଂଗଠନିକ କର୍ମକର୍ତ୍ତାଙ୍କୁ ଦାୟିତ୍ୱ ବଣ୍ଟନ: ଜାଣନ୍ତୁ କାହାକୁ କେଉଁଠି ମିଳିଲା…

ଭୁବନେଶ୍ୱର,୧୫ା୨: ବିଜୁ ମହିଳା ଜନତା ଦଳ (BMJD) ସାଂଗଠନିକ କର୍ମକର୍ତ୍ତାଙ୍କୁ ଦାୟିତ୍ୱ ବଣ୍ଟନ କରାଯାଇଛି। ଜିଲା ସଭାନେତ୍ରୀ ଓ କାର୍ଯ୍ୟକାରୀ ସଭାନେତ୍ରୀ ଭାବେ ଦାୟିତ୍ୱ ବଣ୍ଟନ କରିଛନ୍ତି…

ଆଜି ଜାଗର: ପ୍ରଭୁ ଲିଙ୍ଗରାଜଙ୍କ ପୀଠରେ ରାତି ୧୦ଟାରେ ଉଠିବ ମହାଦୀପ

ପୁରୁଣା ଭୁବନେଶ୍ୱର,୧୫ା୨(ସୁବାସ ଚନ୍ଦ୍ର ପ୍ରଧାନ): ରବିବାର ମହାଶିବରାତ୍ରି ଓ ଜାଗର ଯାତ୍ରା। ଏନେଇ ଏକାମ୍ର କ୍ଷେତ୍ରର ଆରାଧ୍ୟ ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ପୀଠ ଚଳଚଞ୍ଚଳ ହୋଇଉଠିଛି। ମନ୍ଦିର…

ଅଙ୍କରେ ସାରିଦେଲେ

ଭୁବନେଶ୍ୱର, ୧୫।୨(ସୁନିତ୍‌ ମିଶ୍ର): ୨୦୨୪ ନିର୍ୱାଚନ ପରଠାରୁ ଅନେକ ବିଷୟକୁ ନେଇ ନାନା ପ୍ରକାର ରାଜନୈତିକ ଚର୍ଚ୍ଚା ଜାରି ରହିଛି। ବିଜେଡିର ଭବିଷ୍ୟତ କ’ଣ ହେବ, ବିରୋଧୀ…

ଆଗାମୀ ଦିନରେ ୪୫ ହଜାର ଶିକ୍ଷକ ନିଯୁକ୍ତି : ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଯାଜପୁର,୧୫ା୨(ହର୍ଷବର୍ଦ୍ଧନ ବେହେରା): ଭଲ ମାର୍କ ରଖିଲେ ହିଁ ସବୁ କିଛି କରିହେବ ତାହା ନୁହେଁ। ଶିକ୍ଷା ଆମର ଚିନ୍ତାଧାରାକୁ ରୂପ ଦିଏ, ଏହା ଚରିତ୍ର ଗଠନ କରେ…

ବିଜେଡି ନେତୃତ୍ୱ: କଳିକେଶଙ୍କୁ ନେଇ ଏମିତି କିଛି କହିଲେ ଦେବାଶିଷ

ଭୁବନେଶ୍ୱର,୧୪।୨ କଳିକେଶଙ୍କୁ ବିଜେଡି ନେତୃତ୍ୱ ଦାବିରେ ମୁହଁ ଖୋଲିଲେ ଦେବାଶିଷ ସାମନ୍ତରାୟ। ସେ କହିଛନ୍ତି, ସେ ଜଣେ ଯୁବ ଦକ୍ଷ ନେତା, ତାଙ୍କ ପରିବାର ସହ ନବୀନଙ୍କର…

ବିଜେଡି କାହାକୁ କରିବ ରାଜ୍ୟ ସଭା ପ୍ରାର୍ଥୀ: ଏମିତି କିଛି କହିଲେ ଅଶୋକ ପଣ୍ଡା

ଭୁବନେଶ୍ୱର,୧୪।୨: ବିଜେଡିର ରାଜ୍ୟ ସଭା ପ୍ରାର୍ଥିତ୍ୱକୁ ନେଇ ମତ ରଖିଲେ ଅଶୋକ ପଣ୍ଡା। ସେ କହିଛନ୍ତି, ସାଙ୍ଗଠନିକ ଦକ୍ଷତା, ଅଭିଜ୍ଞତା, ଦଳ ପ୍ରତି ଆନୁଗତ୍ୟ ଓ ଅବଦାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri