ଉତ୍ସର୍ଗୀକୃତ ସ୍ବାସ୍ଥ୍ୟସେବା ପାଇଁ କେନ୍ଦ୍ରାପଡ଼ାର ୪ଜଣ ପୁରୁସ୍କୃତ

ଭୁବନେଶ୍ୱର,୧୩।୧୨(ବ୍ୟୁରୋ): ହେଲ୍‌ଥ ଆଣ୍ଡ ଓ୍ବେଲ୍‌ନେସ୍‌ ସେଣ୍ଟରରେ ଉତ୍ସର୍ଗୀକୃତ ସେବା ପ୍ରଦାନ ଲାଗି କେନ୍ଦ୍ରାପଡ଼ାର ୪ଜଣଙ୍କୁ ପୁରସ୍କୃତ କରାଯାଇଛି। ସେମାନେ ହେଲେ ଜିଲାର ଓଳାଭର ହେଲ୍ଥ ଆଣ୍ଡ ଓ୍ବେଲ୍‌ନେସ୍‌ ସେଣ୍ଟରର ମେଡିକାଲ ଅଫିସର ସୌମ୍ୟ ରଞ୍ଜନ ନାୟକ, ମହାକାଳପଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧୀନ ଜମ୍ବୁ ସ୍ବାସ୍ଥ୍ୟକେନ୍ଦ୍ରର ଗୋଷ୍ଠୀ ସ୍ବାସ୍ଥ୍ୟଅଧିକାରୀ ରଶ୍ମୀତା ସାମଲ, ଏଏନ୍‌ଏମ୍‌ ସଚ୍ଚି ମିଶ୍ର ଏବଂ ଆଶା କର୍ମୀ ରଞ୍ଜିତା ମଣ୍ଡଳ। ନୂଆଦିଲ୍ଲୀଠାରେ ସାର୍ବଜନୀନ ସ୍ବାସ୍ଥ୍ୟସେବା ଦିବସ ଅବସରରେ ଆୟୋଜିତ ଏକ ଉତ୍ସବରେ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ହର୍ଷବର୍ଦ୍ଧନ ଏହି ପୁରସ୍କାର ପ୍ରଦାନ କରିଛନ୍ତି।

ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର କମିଶନର ତଥା ଶାସନ ସଚିବ ଡାକ୍ତର ପ୍ରମୋଦ କୁମାର ମେହେର୍ଦ୍ଦାଙ୍କ ପରାମର୍ଶ ଓ ଜାତୀୟ ସ୍ବାସ୍ଥ୍ୟ ମିଶନ ନିର୍ଦ୍ଦେଶିକା ଶାଳିନୀ ପଣ୍ଡିତଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଜାତୀୟ ସ୍ବାସ୍ଥ୍ୟ ମିଶନ ତରଫରୁ ସାର୍ବଜନୀନ ସ୍ବାସ୍ଥ୍ୟସେବା ଯୋଗାଇ ଦେବାପାଇଁ ବହୁବିଧ ପଦକ୍ଷେପମାନ ଗ୍ରହଣ କରାଯାଇଛି । ଅଣସଂକ୍ରମିତ ରୋଗ ବିଶେଷକରି ମଧୁମେହ, ଉଚ୍ଚ ରକ୍ତଚାପ, ମୁଖ ଗହ୍ବର କର୍କଟ, ସ୍ତନ କର୍କଟ ଓ ଗର୍ଭାଶୟ କର୍କଟ ନିୟନ୍ତ୍ରଣ ନିମନ୍ତେ ୩୦ବର୍ଷ ବୟରୁ ଉର୍ଦ୍ଧ୍ୱ ବ୍ୟକ୍ତିଙ୍କର ରୋଗ ଚିହ୍ନଟ ପାଇଁ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଇଛି ା ୨୦୧୮-୧୯ ବର୍ଷରେ ରାଜ୍ୟର ୨୫ଲକ୍ଷରୁ ଊର୍ଦ୍ଧ୍ୱ ଲୋକଙ୍କର ପରୀକ୍ଷା କରାଯାଇଥିଲା ା ୨୦୧୯-୨୦ ବର୍ଷରେ ୪୫ ଲକ୍ଷରୁ ଉର୍ଦ୍ଧ୍ୱ ଲୋକଙ୍କର ପରୀକ୍ଷା ପାଇଁ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି । ଏ କ୍ଷେତ୍ରରେ ପ୍ରତିଷ୍ଠା କରାଯାଇଥିବା ହେଲଥ ଆଣ୍ଡ ୱେଲନେସ୍‌ କେନ୍ଦ୍ର ଗୁଡିକ ବିଶେଷ ସହାୟକ ହୋଇପାରିଛି । ଚଳିତବର୍ଷ ରାଜ୍ୟର ବିଭିନ୍ନ ଜିଲ୍ଲାରେ ରୋଗ ନିରୂପରଣ କାର୍ଯ୍ୟକୁ ବ୍ୟାପକ କରାଯାଇ ୫୦ପ୍ରତିଶତରୁ ଅଧିକ ଲୋକଙ୍କ ପରୀକ୍ଷା ଲାଗି ଉଦ୍ୟମ ଚଳାଯିବ । ଆୟୋଜିତ ଉସତ୍ବରେ କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ରାଷ୍ଟ୍ରମନ୍ତ୍ରୀ ଅଶ୍ୱିନୀ କୁମାର ଚୌବେ, ମନ୍ତ୍ରାଳୟର ସଚିବ ପ୍ରୀତି ସୁଦାନ ଓ ଜାତୀୟ ସ୍ବାସ୍ଥ୍ୟ ମିଶନ ନିର୍ଦ୍ଦେଶକ ବନ୍ଦନା ଗୁର୍‌ନାନୀ ସମେତ ଅନ୍ୟାନ୍ୟ ବରିଷ୍ଠ ଅଧିକରୀମାନେ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଆନ୍ଦୋଳନ ପରେ ପରୀକ୍ଷା ଘୁଞ୍ଚିଲା

ଭୁବନେଶ୍ୱର, ୨୬।୪(ଅସମାପିକା ସାହୁ)- ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ଚତୁର୍ଥ ସେମିଷ୍ଟର ପରୀକ୍ଷା ଘୁଞ୍ଚାଇବା ଦାବିରେ ଛାତ୍ରୀମାନେ ଆନ୍ଦୋଳନ କରିବା ପରେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ପୂର୍ବ ନିଷ୍ପତ୍ତିରେ...

ମଇଦାନକୁ ଓହ୍ଲାଇବେ ମୋକିମଙ୍କ ଝିଅ ସୋଫିଆ, ବିରୋଧୀ ଛାନିଆ

କଟକ,୨୬।୪: ବିଧାୟକ ମହମ୍ମଦ ମୋକିମଙ୍କ ଝିଅ ସୋଫିଆ ଫିରଦୋସ୍‌ ଏଥର ବାରବାଟୀ-କଟକ ଆସନରୁ ଲଢ଼ିବା ପ୍ରାୟତଃ ନିଶ୍ଚିତ । କେବଳ ଏଆଇସିସିର ଘୋଷଣାକୁ ବାକି ରହିଛି...

ଏଲପିଜି ସିଲିଣ୍ଡରରେ ଭୋଟର ସଚେତନତା ବାର୍ତ୍ତା

କଟକ,୨୬ା୪ (କାର୍ତ୍ତିକ ସାହୁ) ଆଗାମୀ ସାଧାରଣ ନିର୍ବାଚନରେ ଭୋଟଦାନକୁ ଶତ ପ୍ରତିଶତ କରାଇବାର ଲକ୍ଷ୍ୟ ରଖିଛି କଟକ ଜିଲା ପ୍ରଶାସନ। ଭୋଟରମାନଙ୍କୁ ଆକୃଷ୍ଟ କରିବା ପାଇଁ...

ଫୁଟୁଛି ଓଡିଶା, ଅନୁଗୁଳ ସର୍ବୋଚ୍ଚ ଉତ୍ତପ୍ତ ସହର

ଭୁବନେଶ୍ୱର,୨୬।୪(ଅସମାପିକା ସାହୁ): ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ...

ଭାଜପାରେ ମିଶିବା ପରେ ଏମିତି କହିଲେ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେବା ପରେ ସୋର ବିଧାୟକ ପର୍ଶୁରାମ ଧଡ଼ା ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ମୋଦିଙ୍କ ନେତୃତ୍ୱରେ ଭାରତ ବିକଶିତ ରାଷ୍ଟ୍ର...

ଆହୁରି ୫ଦିନ ଅଣାୟତ ହେବ ତାତି, ଘରୁ ବାହାରିଲେ…

ଭୁବନେଶ୍ୱର,୨୬।୪: ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ ଆହୁରି...

VIDEO: ଅଟୋ ଚଳାଇ, ଆଖୁ ପେଡ଼ି ପ୍ରଚାର କଲେ ବିଜେଡି ଏମ୍‌ପି ପ୍ରାର୍ଥୀ ମନ୍ମଥ

ଭୁବନେଶ୍ବର, ୨୬।୪: ବିଜେଡି ଟିକେଟ୍‌ରେ ଭୁବନେଶ୍ବର ଲୋକ ସଭା ଆସନରୁ ପ୍ରାର୍ଥୀ ହୋଇଥିବା ମନ୍ମଥ ରାଉତରାୟ ନିର୍ବାଚନ ପାଇଁ ଜେରଦାର ପ୍ରଚାର କରୁଛନ୍ତି। ଏହି ସମୟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri