Posted inଖେଳ

ଉଥପାଙ୍କ ଦଶନ୍ଧିର ଶ୍ରେଷ୍ଠ ଦିନିକିଆ ଦଳରେ ୫ ଭାରତୀୟ

ନୂଆଦିଲ୍ଲୀ,୩।୧-୨୦୧୯ବର୍ଷ ଶେଷ ହେବା ପରେ ପୂର୍ବତନ ଓ ବର୍ତ୍ତମାନ କ୍ରିକେଟରମାନେ ଦଶନ୍ଧିର ଶ୍ରେଷ୍ଠ ଦିନିକିଆ ଦଳ ଚୟନ କରୁଛନ୍ତି। ଏହି ଧାରାରେ ଯୋଡ଼ି ହୋଇଛନ୍ତି ଉଇକେଟକିପର ବ୍ୟାଟ୍ସମ୍ୟାନ ରବିନ ଉଥପା। ତାଙ୍କ ଏକାଦଶରେ ୫ ଭାରତୀୟ ଖେଳାଳିଙ୍କୁ ସାମିଲ କରିଛନ୍ତି। ଓପନର ଭାବେ ରୋହିତ ଶର୍ମାଙ୍କୁ ଚୟନ କରିଛନ୍ତି। ତାଙ୍କ ସହ ଓ୍ବେଷ୍ଟଇଣ୍ଡିଜର ପୂର୍ବତନ ଅଧିନାୟକ କ୍ରିସ୍‌ ଗେଲ୍‌ଙ୍କୁ ବାଛିଛନ୍ତି। କିନ୍ତୁ ଅଷ୍ଟ୍ରେଲିଆର ଡେଭିଡ୍‌ ଓ୍ବାର୍ନର ସ୍ଥାନ ପାଇନାହାନ୍ତି। ୩ ନମ୍ବର ପାଇଁ ସଭିଙ୍କ ଭଳି ଭାରତୀୟ ଅଧିନାୟକ ବିରାଟ କୋହଲିଙ୍କୁ ଚୟନ କରିଛନ୍ତି। ମଧ୍ୟକ୍ରମର ଦାୟିତ୍ୱ ଅଷ୍ଟ୍ରେଲିଆର ଷ୍ଟିଭ ସ୍ମିଥ୍‌ ଓ ଦକ୍ଷିଣ ଆଫ୍ରିକାର ପୂର୍ବତନ ଅଧିନାୟକ ଏବି ଡି’ଭିଲର୍ସଙ୍କୁ ଦେଇଛନ୍ତି। ଦଳରେ ଅଲରାଉଣ୍ଡର ଯୁବରାଜ ସିଂ ଓ ଉଇକେଟକିପର ଭାବେ ମହେନ୍ଦ୍ର ସିଂ ଧୋନୀଙ୍କୁ ସାମିଲ କରିଛନ୍ତି। ଉଥପାଙ୍କ ଅଧିନାୟକ ହେଉଛନ୍ତି ଧୋନୀ। କ୍ୟାପଟେନ କୁଲ୍‌ ଭାବେ ପରିଚିତ ଧୋନୀ ଏବେ ଭାରତୀୟ ଦଳର ଅଧିନାୟକ ପଦ ୨୦୧୭ରେ ଛାଡ଼ିଥିଲେ। କିନ୍ତୁ ତାଙ୍କ ନେତୃତ୍ୱରେ ଦଳ ୨୦୧୧ ଆଇସିସି ବିଶ୍ୱକପ୍‌ ଓ ୨୦୧୩ରେ ଆଇସିସି ଚାମ୍ପିୟନ୍ସ ଟ୍ରଫି ହାସଲ କରିଥିଲା। ଏହି ଦଳରେ ଇଂଲଣ୍ଡର ବେନ୍‌ ଷ୍ଟୋକ୍ସଙ୍କୁ ବୋଲିଂ ଅଲରାଉଣ୍ଡର, ପୂର୍ବତନ ଭାରତୀୟ ପେସର ଜାହିର ଖାଁ, ପୂର୍ବତନ ନ୍ୟୁଜିଲାଣ୍ଡ ଅଧିନାୟକ ଡାନିଏଲ ଭେଟୋରି ଓ ଶ୍ରୀଲଙ୍କାର ଲସିଥ ମାଲିଙ୍ଗା ରହିଛନ୍ତି।
ଦଶନ୍ଧି ପାଇଁ ଉଥପ୍ପାଙ୍କ ଦଳ: ରୋହିତ ଶର୍ମା, କ୍ରିସ୍‌ ଗେଲ୍‌, ବିରାଟ କୋହଲି, ଷ୍ଟିଭ ସ୍ମିଥ୍‌, ଏବି ଡି’ଭିଲର୍ସ, ଯୁବରାଜ ସିଂ, ମହେନ୍ଦ୍ର ସିଂ ଧୋନୀ (ଅଧିନାୟକ ଓ ଉଇକେଟ କିପର), ବେନ୍‌ ଷ୍ଟୋକ୍ସ, ଡାନିଏଲ ଭେଟୋରି, ଜାହିର ଖାଁ ଓ ଲସିଥ ମାଲିଙ୍ଗ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରିଙ୍କ ପ୍ରତିକ୍ରିୟା, କହିଲେ ନବୀନ କି ନିଷ୍ପତ୍ତି ନେବେ…

ଭୁବନେଶ୍ୱର,୧୮ା୨: ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରି ନାରାୟଣ ପାତ୍ର ପ୍ରତିକ୍ରିୟା ଦେଇଛନ୍ତି। ସେ ବରିଷ୍ଠମାନଙ୍କୁ ଗୁରୁତ୍ୱ ଦେଇ କହିଛନ୍ତି, ଦଳ ପାଇଁ କାମ…

ସମ୍ପୂର୍ଣ୍ଣ କାର୍ଯ୍ୟକ୍ଷମ ହୋଇପାରିନାହିଁ ଖାରିକୁଟି ପ୍ରକଳ୍ପ, ପୁନରୁଦ୍ଧାର ଅପେକ୍ଷାରେ…

ଗୁଡ଼ାରି,୧୮।୨ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍‌ର ଚାଷୀଙ୍କୁ ଜଳସେଚନ ସୁବିଧା ଯୋଗାଇଦେବାକୁ ଶିରିଗୁଡ଼ା ଗ୍ରାମପଞ୍ଚାୟତରେ ଗତ ୨୦ ବର୍ଷ ପୂର୍ବେ ଖାରିକୁଟି କ୍ଷୁଦ୍ର…

ନାମ୍ବିଆ ବିପକ୍ଷ କର-ମର ମ୍ୟାଚ୍‌ ପୂର୍ବରୁ ପାକିସ୍ତାନ ପାଇଁ ବଢ଼ିଲା ଚିନ୍ତା: ପ୍ଲେଇଂ ଇଲେଭେନରେ ବଡ଼ ପରିବର୍ତ୍ତନ ନେଇ ବିବାର

ନୂଆଦିଲ୍ଲୀ,୧୮।୨: ୨୦୨୬ ଆଇସିସି ଟି୨୦ ବିଶ୍ୱକପରେ ଭାରତଠାରୁ ହାରିବା ପରେ ପାକିସ୍ତାନ ଟୁର୍ନାମେଣ୍ଟରୁ ବାଦ ପଡ଼ିବା ଆଶଙ୍କାର ସମ୍ମୁଖୀନ ହେଉଛି। ଫେବୃଆରୀ ୧୮ ତାରିଖରେ ନାମ୍ବିଆ ବିପକ୍ଷ…

ବିଭିନ୍ନ ସମସ୍ୟାର ସମାଧାନ କରିବାକୁ ଜିଲାପାଳଙ୍କୁ ଭେଟିଲେ ଗ୍ରାମବାସୀ, ପ୍ରତିଶ୍ରୁତି ଦେଇ କହିଲେ…

ରାୟଗଡ଼ା/କଲ୍ୟାଣସିଂହପୁର,୧୮।୨(ଆଶିଷ ରଞ୍ଜନ ପଣ୍ଡା/ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା ନିୟମଗିରି ଅଞ୍ଚଳରେ ମୌଳିକ ସୁବିଧା ପହଞ୍ଚୁ ନ ଥିବା ଅଭିଯୋଗ ହୋଇଆସୁଥିଲା। ବିଶେଷକରି କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ…

ରେଳ ଧାରଣାରୁ ମହିଳା ମେଡିକାଲ ଆଟେଣ୍ଡାଣ୍ଟ୍‌ଙ୍କ ମୃତଦେହ ଜବତ: ହତ୍ୟା ଅଭିଯୋଗ ଆଣିଲେ ପରିବାର

ବ୍ରହ୍ମପୁର,୧୮/୨(ସୁବାସ ଚନ୍ଦ୍ର ପାଢ଼ୀ): ସରକାରୀ ରେଳବାଇ ପୋଲିସ (ଜିଆରପି) ବୁଧବାର ବଢି ଭୋର ଜଣେ ମହିଳାଙ୍କ ମୃତଦେହ ରେଳଧାରଣା କରୁ ଜବତ କରିଛି। ମୃତକଙ୍କ ପରିଚୟ ପ୍ରଥମେ…

ମହାନଦୀକୁ ଡେଇଁଲେ ମହିଳା: ପଥଚାରୀ ଅଟକାଇବାକୁ ଚେଷ୍ଟା କରି…

ସମ୍ବଲପୁର,୧୮।୨(ପ୍ରମୋଦ ବହିଦାର): ମହାନଦୀକୁ ଡେଇଁ ବୁର୍ଲାର ଜଣେ ମହିଳା ଆତ୍ମହତ୍ୟା କରିଥିବା ଖବର ମିଳିଛି। ସେ ବୁର୍ଲା ମହତାବ ନଗରର ଅଞ୍ଜୁ କୁମ୍ଭାର(୨୨) ବୋଲି ପରିଚୟ ମିଳିଛି।…

ସୁପର-୮ରେ ୩ ମ୍ୟାଚ୍‌ ଖେଳିବ ଭାରତ: ଜାଣନ୍ତୁ କେଉଁଠି, କେତେବେଳେ ଖେଳାଯିବ ମ୍ୟାଚ୍‌

ନୂଆଦିଲ୍ଲୀ,୧୮।୨: ଟି୨୦ ବିଶ୍ୱକପରେ ଟିମ ଇଣ୍ଡିଆ ତା’ର ଶେଷ ଲିଗ ମ୍ୟାଚ ଖେଳିବ। ଭାରତୀୟ ଦଳ ଏପର୍ଯ୍ୟନ୍ତ ଟୁର୍ନାମେଣ୍ଟରେ ଅପରାଜିତ ରହିଛି। ଟିମ ଇଣ୍ଡିଆ ସୁପର ୮…

ପ୍ରେମ, ପ୍ରତାରଣା ମାମଲା: ଆସିଷ୍ଟାଣ୍ଟ ଲେବର ଅଫିସର ଗିରଫ

ଭୁବନେଶ୍ୱର,୧୮।୨(ତ୍ରିନାଥ ମହାନ୍ତି):ପ୍ରେମ ଓ ପ୍ରତାରଣା ଅଭିଯୋଗରେ ଖାରବେଳନଗର ଥାନା ପୋଲିସ ବଲାଙ୍ଗୀରରେ କାର୍ଯ୍ୟରତ ଜଣେ ଆସିଷ୍ଟାଣ୍ଟ ଲେବର ଅଫିସରଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ନୟାଗଡ଼ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri