ଉଦଳା-କରଞ୍ଜିଆରେ ମାତିଲେ ଲୁଟେରା: ୫ଲକ୍ଷରୁ ଊର୍ଦ୍ଧ୍ୱ ଭତ୍ତା ଟଙ୍କା, ଅଧ୍ୟାପିକାଙ୍କ ସୁନାଚେନ୍‌ ଲୁଟ

ଉଦଳା/ଠାକୁରମଣ୍ଡା,୧୬ା୧୦(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ଉଦଳା ଓ କରଞ୍ଜିଆ ଥାନା ପୋଲିସ୍‌କୁ ମଙ୍ଗଳବାର ଲୁଟେରାମାନେ ଖୋଲା ଚ୍ୟାଲେଞ୍ଜ ଦେଇଛନ୍ତି। ୫ ଲକ୍ଷରୁ ଊର୍ଦ୍ଧ୍ୱ ଭତ୍ତା ଟଙ୍କା ସହ ଜଣେ ଅଧ୍ୟାପିକାଙ୍କ ସୁନା ଚେନ ଲୁଟି ନେଇଛନ୍ତି। ଏହି ଘଟଣା ପୋଲିସ୍‌ ପାଇଁ ମୁଣ୍ଡବିନ୍ଧାର କାରଣ ହୋଇଛି।
ଅଭିଯୋଗ ଅନୁଯାୟୀ, ମଙ୍ଗଳବାର ଉଦଳା ଥାନା ଅଧୀନ ଦୁଗୁଧା ପଞ୍ଚାୟତରେ ଭତ୍ତା ପ୍ରଦାନ କରାଯିବାର ଥିଲା। ଭିଏଲଡବ୍ଲ୍ୟୁ ପ୍ରଦ୍ୟୁମ୍ନ ନାୟକ ଉଦଳା ଆଇସିଆଇସିଆଇ ବ୍ୟାଙ୍କରୁ ୨ ଲକ୍ଷ ୮୬ ହଜାର ଟଙ୍କା ଉଠାଇ ନିଜ ସ୍କୁଟି ଡିକିରେ ରଖି ପଞ୍ଚାୟତ ଅଭିମୁଖେ ଯାଉଥିଲେ। ମଧ୍ୟାହ୍ନ ୧୨ ଟା ସମୟରେ ଉଦଳା-ଦୁଗୁଧା ରାସ୍ତାର କେନାଲ ନିକଟରେ ୩ ଜଣ ଦୁବୃର୍ତ୍ତ ଏକ ହୋଣ୍ଡା ସାଇନ୍‌ ଗାଡିରେ ଆସି ତାଙ୍କୁ ଅଟକାଇଥିଲେ ା ଦୁର୍ବୃତ୍ତମାନେ ପ୍ରଦ୍ୟୁମ୍ନଙ୍କୁ ମାଡ଼ ମାରିବା ସହିତ ଗାଡ଼ି ଚାବି ଛଡାଇନେଇ ଡିକିରେ ଥିବା ଟଙ୍କା ସମେତ ତାଙ୍କ ମୋବାଇଲକୁ ଲୁଟି ନେଇ ସେଠାରୁ ଫେରାର ହୋଇଯାଇଥିଲେ ା ପରେ ପ୍ରଦ୍ୟୁମ୍ନ ଏ ନେଇ ଥାନାରେ ଲିଖିତ ଅଭିଯୋଗ କରିଥିଲେ। ପୋଲିସ୍‌ ଏକ ମାମଲା ରୁଜୁ କରିବା ସହିତ ଘଟଣାର ତଦନ୍ତ ଆରମ୍ଭ କରିଛି ା
ଏହି ଲୁଟ ଘଟଣାର ମାତ୍ର ଦୁଇ ଘଣ୍ଟା ପରେ ନାଗପାଳ ଜ୍ୟୋତିନଗରରେ ରହୁଥିବା ଜଣେ ଅଧ୍ୟାପିକାଙ୍କ ବେକରୁ ଦୁଇ ଲୁଟେରା ସୁନାଚେନ୍‌ ଝାମ୍ପି ନେଇଥିବା ଅଭିଯୋଗ ହୋଇଛି। ଉଦଳା କଲେଜ ଇଂଲିଶ ବିଭାଗର ଅଧ୍ୟାପିକା ରେହେନା ସୁଲତାନ ମଧ୍ୟାହ୍ନରେ ସ୍କୁଟି ଯୋଗେ ଘରକୁ ଫେରୁଥିଲେ। ଏହି ସମୟରେ ଗୋଟିଏ ବାଇକରେ ଦୁଇ ଲୁଟେରା ଆସି ତାଙ୍କ ବେକରୁ ସୁନାଚେନ୍‌ ଝାମ୍ପି ନେଇ ଫେରାର ହୋଇଯାଇଥିଲେ। ଲୁଟ ହୋଇଥିବା ସୁନାଚେନ୍‌ଟିର ଆନୁମାନିକ ମୂଲ୍ୟ ଏକ ଲକ୍ଷ ଟଙ୍କା ହେବ ବୋଲି ଅଭିଯୋଗରେ ଦର୍ଶାଯାଇଛି।
ସେହିପରି କରଞ୍ଜିଆ ବ୍ଲକ ଦରୀ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ (ପିଇଓ)ଙ୍କଠାରୁ ସାରେ ଦୁର୍ବୃତ୍ତମାନେ ୩ ଲକ୍ଷରୁ ଊଦ୍ଧର୍‌ବ ଟଙ୍କା ଲୁଟି ନେଇଛନ୍ତି। ସିଙ୍ଗଡା ଫାଣ୍ଡି ଓ ରରୁଆଁ ଥାନା ପୋଲିସ ଘଟଣାର ତଦନ୍ତ କରୁଛି। ବ୍ୟାଙ୍କରୁ ୪,୭୭,୨୦୦ ଟଙ୍କା ଉଠାଇ ଦରୀ ପଞ୍ଚାୟତରେ ୧ଲକ୍ଷ ୫୦ ହଜାର ଟଙ୍କା ଭତ୍ତା ବଣ୍ଟନ କରିବା ପରେ ଅବଶିଷ୍ଟ ଟଙ୍କା ବ୍ୟାଗରେ ଧରି ପିଇଓ ବାଇକ ଯୋଗେ ଫେରୁଥିଲେ। ୪୯ ନମ୍ବର ଜତୀୟ ରାଜପଥ ସିଙ୍ଗିଡା ନିକଟରେ ୨ଜଣ ଦୁବୃର୍ତ୍ତ ଏକ ନମ୍ବରବିହୀନ ବାଇକରେ ଆସି ପଛପଟୁ ତାଙ୍କ ବାଇକକୁ ଗୋଇଠା ମାରିଥିଲେ। ପିଇଓ ତଳେ ପଡିଯିବା ପରେ ଦୁବୃର୍ତ୍ତ ଦ୍ୱୟ ତାଙ୍କଠାରୁ ଟଙ୍କା ବ୍ୟାଗ ଛଡ଼ାଇ ନେଇ ଚମ୍ପଟ ମାରିଥିଲେ। ତେବେ ଗୋଟିଏ ଦିନରେ ଜିଲାର ୩ଟି ସ୍ଥାନରୁ ଲୁଟ୍‌ ହେବା ଏବଂ ଲୁଟେରାମାନେ ପୋଲିସ୍‌କୁ ଚକମା ଦେଇ ଖସିଯିବା ସ୍ଥାନୀୟ ପୋଲିସ୍‌ର କାର୍ଯ୍ୟଦକ୍ଷତା ପ୍ରତି ଅଙ୍ଗୁଳି ନିର୍ଦ୍ଦେଶ କରୁଛି ।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri