ଉଦାହରଣ ସୃଷ୍ଟି କଲେ ପ୍ରଧାନମନ୍ତ୍ରୀ; ସିଓଲ ଶାନ୍ତି ପୁରସ୍କାର ପାଇଁ ଟିକସ ଦେବେ

ନୂଆଦିଲ୍ଲୀ,୧୯-୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟିକସଦାତାଙ୍କ ସମ୍ମୁଖରେ ଏକ ଉଦାହରଣ ଉପସ୍ଥାପନ କରିଛନ୍ତି। ସେ ସିଓଲ ଶାନ୍ତି ପୁରସ୍କାର ବାବଦରେ ପାଇଥିବା ୧.୩ କୋଟି ଟଙ୍କା ରାଶି ଉପରେ ଟିକସ ଦେବେ। ପ୍ରଧାନମନ୍ତ୍ରୀ ମୋଦି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ଙ୍କୁ ପତ୍ର ଲେଖି ସିଓଲ ଶାନ୍ତି ପୁରସ୍କାର ବାବଦରେ ମିଳିଥିବା ଅର୍ଥକୁ ଟିକସ ପରିସରଭୁକ୍ତ କରିବାକୁ ଅନୁରୋଧ କରିବା ସହ ଆବଶ୍ୟକ ଟିକସ ଆଦାୟ ଲାଗି କହିଥିଲେ। ଦେଶର ସାଧାରଣ ନାଗରିକଙ୍କ ଭଳି ଟିକସ ଦେବାକୁ ସେ ଚାହୁଁଛନ୍ତି ବୋଲି ପ୍ରଧାନମନ୍ତ୍ରୀ ତାଙ୍କ ପତ୍ରରେ ଉଲ୍ଲେଖ କରିଥିଲେ। ସୂଚନାଥାଉ କି, ଚଳିତବର୍ଷ ଫେବୃୟାରୀରେ ୨୦୧୮ ବର୍ଷ ଲାଗି ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସିଓଲ ଶାନ୍ତି ପୁରସ୍କାରରେ ସମ୍ମାନୀତ କରାଯାଇଥିଲା। ତେବେ ସେଣ୍ଟ୍ରାଲ ବୋର୍ଡ ଅଫ୍‌ ଡାଇରେକ୍ଟ ଟ୍ୟାକ୍ସେସ(ସିବିଡିଟି) ଚଳିତବର୍ଷ ମାର୍ଚ୍ଚ ୬ରେ ଆୟକର ଧାରା ୧୦(୧୭ଏ(୧)) ଅଧୀନରେ ଏହି ରାଶିକୁ ଟିକସମୁକ୍ତ ଘୋଷଣା କରିଥିଲା। କିନ୍ତୁ ପ୍ରଧାନମନ୍ତ୍ରୀ ଆୟକର ଛାଡ଼କୁ ଗ୍ରହଣ କରିନାହାନ୍ତି। ମୋଦି ଅଗଷ୍ଟ ୧୧ରେ ପତ୍ର ଲେଖି ଶାନ୍ତି ପୁରସ୍କାର ସ୍ବରୂପ ମିଳିଥିବା ଅର୍ଥରୁ ଟିକସ ଆଦାୟ ଲାଗି ପୁନଃବିଚାର କରିବାକୁ ଅର୍ଥ ମନ୍ତ୍ରଣାଳୟକୁ ଅନୁରୋଧ କରିଥିଲେ। ସେ ତାଙ୍କ ପତ୍ରରେ ଦର୍ଶାଇଥିଲେ ଯେ, ଲୋକ ସଭା ନିର୍ବାଚନ ତଥା ବହୁ ବ୍ୟସ୍ତତା କାରଣରୁ ସେ ଟିକସ ଛାଡ଼ ପ୍ରତ୍ୟାହାର କରିବା ଲାଗି ଜଣାଇପାରି ନ ଥିଲେ। ବର୍ତ୍ତମାନ ଉପହାର ସ୍ବରୂପ ମିଳିଥିବା ଟଙ୍କାକୁ ଆୟକର ପରିସରଭୁକ୍ତ କରିବା ଉଚିତ୍‌ ହେବ ବୋଲି ସେ ପତ୍ରରେ ଦର୍ଶାଇଥିଲେ। ପ୍ରଧାନମନ୍ତ୍ରୀଙ୍କ ଅନୁରୋଧକୁ ଗ୍ରହଣ କରି ସିବିଡିଟି ଗତ ୧୪ ତାରିଖରେ ଟିକସ ଛାଡ଼ ପ୍ରତ୍ୟାହାର କରିନେଇଛି। ଏବେ ପ୍ରଧାନମନ୍ତ୍ରୀଙ୍କ ଉକ୍ତ ଟଙ୍କା ଉପରେ ଆୟକର ଆଇନ, ୧୯୬୧ ଅଧୀନରେ ଟିକସ ଆଦାୟ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଟେକ୍ସଟାଇଲ ପାର୍କ ଆଶାରେ ବଲାଙ୍ଗୀର

ବଲାଙ୍ଗୀର,୧୮ା୨(ବୀରେନ୍ଦ୍ର କୁମାର ଝାଙ୍କର): ଦାଦନପ୍ରବଣ ତଥା ଶିଳ୍ପବିହୀନ ବଲାଙ୍ଗୀର ଜିଲାରେ ଟେକ୍ସଟାଇଲ ପାର୍କ(କ୍ଲଷ୍ଟର) ପ୍ରତିଷ୍ଠା ଘୋଷଣାରେ ଅଟକିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ‘ଓଡିଶା ଟେକ୍ସଟାଇଲ କନ୍‌କ୍ଲେଭ…

ଡିଜିଟାଲ୍ ଯୁଗରେ ବି କ୍ୟାଶ୍‌ର କମାଲ୍: ବଜାରରେ ୪୦ ଲକ୍ଷ କୋଟି ଅତିକ୍ରମ କଲା ନଗଦ ଟଙ୍କା

ନୂଆଦିଲ୍ଲୀ,୧୭।୨: ଦେଶରେ ଡିଜିଟାଲ୍ ପେମେଣ୍ଟ ବା UPI କାରବାରରେ ବ୍ୟାପକ ବୃଦ୍ଧି ପାଇବାରେ ଲାଗିଛି। ଏହାରି ମଧ୍ୟରେ ଭାରତୀୟ ଅର୍ଥନୀତିରେ ନଗଦ ଟଙ୍କାର ପ୍ରଚଳନ ଏକ ନୂଆ…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri