ଉଦ୍‌ଘାଟନ ହେଲା ଆଞ୍ଚଳିକ ଜୁଡିସିଆଲ ଏକାଡେମୀ

ବ୍ରହ୍ମପୁର ଅଫିସ,୧୩ା୫: ବ୍ରହ୍ମପୁର ଜିଲା ଜଜ୍‌ କୋର୍ଟ ପରିସରରେ ଶନିବାର ପୂର୍ବାହ୍ନରେ ଆଞ୍ଚଳିକ ଜୁଡିସିଆଲ ଏକାଡେମୀ ଉଦ୍‌ଘାଟିତ ହୋଇଯାଇଛି। ଏହାକୁ ସୁପ୍ରିମକୋର୍ଟର ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ ଉଦ୍‌ଘାଟନ କରିଛନ୍ତି। କଟକ ମର୍କତନଗରସ୍ଥିତ ଓଡ଼ିଶା ଜୁଡିସିଆଲ ଏକାଡେମୀ ପରିସରରୁ ଆଭାସି ମାଧ୍ୟମରେ ସୁପ୍ରିମକୋର୍ଟ ବିଚାରପତି ଏହି ଉଦ୍‌ଘାଟନ କରିଛନ୍ତି। ଆଭାସିରେ ଉଦ୍‌ଘାଟନ ହେବା ବେଳେ ଓଡ଼ିଶା ଉଚ୍ଚ ନ୍ୟାୟାଳୟର ମୁଖ୍ୟ ବିଚାରପତି ଜଷ୍ଟିସ ଏସ. ମୁରଲୀଧର ଓଡ଼ିଶା ଜୁଡିସିଆଲ ଏକାଡେମୀରେ ଉପସ୍ଥିତ ଥିଲେ। ବ୍ରହ୍ମପୁରରେ ଖୋଲିଥିବା ଆଞ୍ଚଳିକ ଜୁଡିସିଆଲ ଏକାଡେମୀରେ ଗଞ୍ଜାମ, ଗଜପତି, କନ୍ଧମାଳ, ନୟାଗଡ଼ ପ୍ରମୁଖ ଜିଲାର ଜୁଡିସିଆଲ ଅଫିସରମାନେ ତାଲିମ ନେବେ। ବ୍ରହ୍ମପୁରସ୍ଥିତ ଜିଲା ଓ ଦୌରାଜଜ କୋର୍ଟ ପରିସରରେ ଉଦ୍‌ଘାଟନ ବେଳେ ଉଚ୍ଚ ନ୍ୟାୟାଳୟର ଜଷ୍ଟିସ ଦେବବ୍ରତ ଦାସ, ଜିଲା ଓ ଦୌରାଜଜ ଆନନ୍ଦ ଚନ୍ଦ୍ର ବେହେରା, ରେଜିଷ୍ଟ୍ରାର ସୁଶାନ୍ତ ମିଶ୍ରଙ୍କ ସମେତ ଅନ୍ୟାନ୍ୟ କୋର୍ଟର ବିଚାରପତି ଓ ବରିଷ୍ଠ ଆଇନଜୀବୀମାନେ ଉପସ୍ଥିତ ଥିଲେ। ଏହାସହ ଜିଲାପାଳ ଦିବ୍ୟଜ୍ୟୋତି ପରିଡ଼ା, ଆରକ୍ଷୀ ଅଧୀକ୍ଷକ ସର୍ବଣା ବିବେକ ଏମ୍‌ ପ୍ରମୁଖ ଉପସ୍ଥିତ ଥିଲେ। ଶନିବାର ଏହି ଆଞ୍ଚଳିକ ଜୁଡିିସିଆଲ ଏକାଡେମୀ ପରିସରରେ ୨୫ ଜଣ ଜୁଡିସିଆଲ ଅଫିସର ତାଲିମ ନେଇଛନ୍ତି। ସେମାନଙ୍କୁ ମାଷ୍ଟର ଟ୍ରେନରମାନେ ତାଲିମ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପରିସ୍ଥିତିର ଦାସ ମଣିଷ

ମହାନ୍‌ ମାନବବାଦୀ ନେତା ଆବ୍ରାହମ୍‌ ଲିଙ୍କନ ଥରେ କହିଥିଲେ, ”ମୁଁ ମୋର ସାମ୍ନା କରିଥିବା ପରିସ୍ଥିତିର ଫଳ“ ଅର୍ଥାତ୍‌ ସେ ଯେଉଁ ଆସନରେ ମଣ୍ଡିତ ଥିଲେ ତାହା…

ଜୀବନ ନଦୀର ଦୁଇ କୂଳ

ଶ୍ରଦ୍ଧାବାନ୍‌ ଲଭ୍ୟତେ ଜ୍ଞାନମ୍‌ ଓ ସଂଶୟାତ୍ମା ବିନଶ୍ୟତି’ର ମହତ୍ତ୍ୱ ହୃଦୟଙ୍ଗମ କରିବା ଉଚିତ। ଜ୍ଞାନ ପାଇଁ ସଂଶୟହୀନତା ଓ ଶ୍ରଦ୍ଧା ଉଭୟ ଆବଶ୍ୟକ, ଠିକ୍‌ ଯେପରି ଆଲୋକ…

ବର୍ଷାରେ ଧୋଇଗଲା ମିନି ଷ୍ଟାଡିୟମ ମାଟି: ସ୍ଥାୟିତ୍ୱକୁ ନେଇ ଆଶଙ୍କା

ଲାଠୋର,୨୨ା୫(ଭୁବନେଶ୍ୱର ବାରିକ):ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଲାଠୋର ପଞ୍ଚାୟତ ସଦର ଗ୍ରାମରେ ଏକ ମିନି ଷ୍ଟାଡିୟମ ନିର୍ମାଣ ହୋଇ ନିକଟରେ ଉଦ୍‌ଘାଟିତ ହୋଇଛି l ତେବେ ଏହି…

ରଣନୀତିରୁ ଲାଭ

ଆମେରିକା ପୃଥିବୀର ଯେ କୌଣସି ସ୍ଥାନରେ ସାମରିକ ଆକ୍ରମଣ କରିବାକୁ ସକ୍ଷମ। ଏହାସହ ଅନ୍ୟ ଦେଶ ଉପରେ କ୍ଷତିକାରକ ଟାରିଫ୍‌ ଓ ପ୍ରତିବନ୍ଧକ ଲଗାଇବା ଏବଂ ସହଯୋଗୀଙ୍କ…

ଏଣିକି କୃଷକଙ୍କ କାର୍ଯ୍ୟ ହେବ ସହଜ: ଶୁଭାରମ୍ଭ ହେଲା…

ମହାକାଳପଡ଼ା, ୨୨ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ କିଆର ବାଙ୍କସ୍ଥିତ କୃଷି ସୂଚନା ଓ ପରାମର୍ଶ କେନ୍ଦ୍ରଠାରେ ଖରିଫ୍‌ ଫସଲ ସମ୍ବନ୍ଧୀୟ କୃଷକ ପଞ୍ଜୀକରଣ, ସଫଳ…

କଲ୍ୟାଣସିଂହପୁର ଲ୍ୟାମ୍ପ ଏମ୍‌ଡିଙ୍କ ଘରେ ଭିଜିଲାନ୍ସ ରେଡ୍, ବେଆଇନ କାରବାର…

କଲ୍ୟାଣସିଂହପୁର,୨୨।୫(ଦୀପକ କୁମାର ପରିଡା ): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ସମବାୟ ସମିତି ଲ୍ୟାମ୍ପରେ ହୋଇଥିବା କୋଟି କୋଟି ଟଙ୍କାର ଅର୍ଥ ହେରଫେର ଘଟଣା ନୂଆ ମୋଡ଼ ନେଇଛି।…

ଯୁକ୍ତ ଦୁଇ ପରୀକ୍ଷା ଫଳ: ତଥ୍ୟ ମାଗିବାରୁ ସାମ୍ବାଦିକଙ୍କୁ ‘ନାଲି ଆଖି’

ଥୁଆମୂଳ ରାମପୁର,୨୨।୫(ଦୁର୍ଗା କୀର୍ତ୍ତି): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (CHSE) ଦ୍ୱାରା ପରିଚାଳିତ ଚଳିତ ବର୍ଷର ଯୁକ୍ତ ଦୁଇ କଳା ପରୀକ୍ଷା ଫଳ ପ୍ରକାଶ ପାଇବା ପରେ…

ଭାରତକୁ ଯେତିକି ତେଲ ଆବଶ୍ୟକ ସେତିକି ଯୋଗାଇବାକୁ ଆମେରିକା ପ୍ରସ୍ତୁତ: ମାର୍କୋ ରୁବିଓ

ଓ୍ବାଶିଂଟନ, ୨୨।୫: ଭାରତ ଗସ୍ତ ପୂର୍ବରୁ, ଆମେରିକାର ବୈଦେଶିକ ମନ୍ତ୍ରୀ ମାର୍କୋ ରୁବିଓ ଏକ ବଡ଼ ଘୋଷଣା କରିଛନ୍ତି । ସେ ସ୍ପଷ୍ଟ କରିଛନ୍ତି ଯେ ନୂଆଦିଲ୍ଲୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri