ଉଦ୍ଧାର ଗାଡ଼ି ଛାଡ଼ିବାକୁ ଲାଞ୍ଚ ଦାବି: ନୟାପଲ୍ଲୀ ଥାନା ଏସ୍‌ଆଇ ନିଲମ୍ବିତ

ଭୁବନେଶ୍ୱର, ୧ା୯(ବ୍ୟୁରୋ): ଉଦ୍ଧାର ହୋଇଥିବା ଚୋରି ଗାଡ଼ି ଦେବା ପାଇଁ ମାଲିକଠାରୁ ୭ହଜାର ଟଙ୍କା ଲାଞ୍ଚ ଦାବି କରି ନିଲମ୍ବିତ ହୋଇଛନ୍ତି ନୟାପଲ୍ଲୀ ଥାନାର ଏସ୍‌ଆଇ ସୁଧାଂଶୁ ଶେଖର ପରିଡ଼ା। ଏନେଇ ଶନିବାର କମିଶନରେଟ ପୋଲିସ ମୁଖ୍ୟାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ମିଳିଥିବା ସୂଚନାନୁଯାୟୀ, ନିକଟରେ ନୟାପଲ୍ଲୀ ଥାନା ପୋଲିସ ବାଇକ ଚୋରି ରାକେଟ ଠାବ କରିବା ସହ ଅଭିଯୁକ୍ତଙ୍କୁ ଗିରଫ କରିଥିଲା। ଏଥିସହ ସେମାନେ ଚୋରି କରିଥିବା ବାଇକ୍‌କୁ ମଧ୍ୟ ପୋଲିସ ଉଦ୍ଧାର କରିଥିଲା। ହେଲେ ଏକ ଚୋରା ବାଇକର ମାଲିକ ଏ ସମ୍ପର୍କରେ ଜାଣିବା ପରେ ଥାନାକୁ ଆସିଥିଲେ। ମାମଲାର ତଦନ୍ତ କରୁଥିବା ଅଧିକାରୀ ସୁଧାଂଶୁଙ୍କୁ ଭେଟି ତାଙ୍କ ବାଇକ୍‌ ନେବାକୁ କହିଥିଲେ। ହେଲେ ସୁଧାଂଶୁ ଏଥିପାଇଁ ୭ ହଜାର ଟଙ୍କା ମାଗିଥିଲେ। ଏ ନେଇ ସମ୍ପୃକ୍ତ ବ୍ୟକ୍ତି ପୋଲିସ କମିଶନରଙ୍କୁ ଭେଟି ଜଣାଇଥିଲେ। କମିଶନର ଅଭିଯୋଗର ସତ୍ୟତା ଜାଣିବା ପରେ ଏସ୍‌ଆଇ ସୁଧାଂଶୁଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IND vs SA: ବାରବାଟୀରେ ହାର୍ଦ୍ଦିକଙ୍କ ଛକା ବର୍ଷା, ଦକ୍ଷିଣ ଆଫ୍ରିକାକୁ ଟାର୍ଗେଟ…

କଟକ,୯।୧୨: ପ୍ରଥମ ଟି-୨୦ରେ ପ୍ରଥମେ ବ୍ୟାଟିଂ କରି ଭାରତ ୧୭୫ ରନ କରିଛି। ହାର୍ଦ୍ଦିକ ପାଣ୍ଡ୍ୟା ଦଳକୁ ୫୯ ରନର ଚମତ୍କାର ସ୍କୋରରେ ପହଞ୍ଚାଇଛନ୍ତି। ସଙ୍କଟରେ...

ବାରବାଟୀରେ ଘଣ୍ଟି ବଜାଇ ଭାରତ-ଦକ୍ଷିଣ ଆଫ୍ରିକା ମ୍ୟାଚ୍ ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ

କଟକ,୯ା୧୨: କଟକର ବାରବାଟୀ ଷ୍ଟାଡିୟମ୍‌ରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ ଖେଳାଯାଉଛି। ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ...

ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ବଡ଼ ପରିବର୍ତ୍ତନ: ବଦଳିଲା ପ୍ରମୁଖ ବିଷୟର ତାରିଖ

ଭୁବନେଶ୍ୱର,୯ା୧୨: ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (CHSE) ମଙ୍ଗଳବାର ୨୦୨୬ ମସିହା ପାଇଁ ହେବାକୁ ଥିବା ଯୁକ୍ତ ଦୁଇ ବାର୍ଷିକ ପରୀକ୍ଷା ସୂଚୀରେ କିଛି...

ମୁଖ୍ୟମନ୍ତ୍ରୀ, ମନ୍ତ୍ରୀଙ୍କ କ୍ୱାର୍ଟର୍ସ ନବୀକରଣରେ ପାଇଁ ଏତିକି କୋଟି ଟଙ୍କା ଖର୍ଚ୍ଚ କଲେଣି ସରକାର

ଭୁବନେଶ୍ୱର,୯ା୧୨: ନୂତନ ସରକାର ଗଠନ ପରେ ମୁଖ୍ୟମନ୍ତ୍ରୀ ଏବଂ ମନ୍ତ୍ରୀମାନଙ୍କର ସରକାରୀ କ୍ୱାର୍ଟର୍ସ ମରାମତି ଓ ନବୀକରଣ ବାବଦରେ ମୋଟ ୩.୩୯ କୋଟି ଟଙ୍କା ବ୍ୟୟ...

ପ୍ରେମିକାଙ୍କ ‘ବ୍ୟକ୍ତିଗତ ମୁହୂର୍ତ୍ତ’ ଭାଇରାଲ୍, ଓଡ଼ିଶାରେ ଥାଇ ମିଡିଆ ଉପରେ ବର୍ଷିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୯ା୧୨: ଭାରତୀୟ କ୍ରିକେଟ୍ ଦଳର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ନିଜ ପ୍ରେମିକା ମହିକା ଶର୍ମାଙ୍କ ଭିଡିଓ ଏବଂ ଫଟୋ ଅନୁଚିତ ଆଙ୍ଗେଲ୍‌ରେ ଉଠାଇଥିବା ପାପାରାଜିଙ୍କ ଉପରେ...

ବାରବାଟୀ ବ୍ୟାଟଲ୍‌: ଟସ୍‌ ଜିତିଲା ଦକ୍ଷିଣ ଆଫ୍ରିକା, ଏବେ କରିବ…

କଟକ,୯ା୧୨: ବାରବାଟୀ ବ୍ୟାଟଲ୍‌ ପାଇଁ ମୈଦାନ ତୟାର । ଖଚାଖଚ୍ ଦର୍ଶକ ଭରା ଷ୍ଟାଡିୟମରେ ଫଟାଫଟ କ୍ରିକେଟର ମଜା । ଭାରତ ଏବଂ ଦକ୍ଷିଣ ଆଫ୍ରିକା...

ଓଡିଶା ସରକାରଙ୍କ ବଡ ନିଷ୍ପତ୍ତି: ସିଟିଂ ବିଧାୟକଙ୍କ ମୃତ୍ୟୁ ହେଲେ ମିଳିବ ଏତିକି ଲକ୍ଷ ଟଙ୍କା

ଭୁବନେଶ୍ୱର,୮।୧୨: ଓଡ଼ିଶା ବିଧାନସଭାର ଶୀତକାଳୀନ ଅଧିବେଶନ ମଙ୍ଗଳବାର ନିର୍ଦ୍ଧାରିତ ସମୟର ୧୮ ଦିନ ପୂର୍ବରୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ହୋଇଛି। ଏହି ଅଧିବେଶନ ସମୟରେ...

୧୮ ଦିନ ପୂର୍ବରୁ ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ, ମାତ୍ର ୧୧ ଦିନରେ…

ଭୁବନେଶ୍ୱର,୯।୧୨: ଓଡ଼ିଶା ବିଧାନସଭାର ଶୀତକାଳୀନ ଅଧିବେଶନ ମଙ୍ଗଳବାର ବାଚସ୍ପତି ସୁରମା ପାଢ଼ୀଙ୍କ ଦ୍ୱାରା ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ଘୋଷଣା କରାଯାଇଛି। ଡିସେମ୍ବର ୩୧ ତାରିଖ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri