ଉଦ୍ଧାର ହେଲା ଏଭେରେଷ୍ଟ ବିଜୟିନୀ କଳ୍ପନାଙ୍କ ମରଶରୀର, ଓଡ଼ିଶା ଅଣାଯିବା ପ୍ରକ୍ରିୟା ତ୍ୱରାନ୍ବିତ

ଭୁବନେଶ୍ୱର,୨୮।୫(ବ୍ୟୁରୋ): ରାଜ୍ୟର ପ୍ରଥମ ମହିଳା ଏଭେରେଷ୍ଟ ବିଜୟିନୀ କଳ୍ପନା ଦାସଙ୍କ ମରଶରୀର ମଙ୍ଗଳବାର ଉଦ୍ଧାର କରାଯାଇଛି। ମୃତଦେହକୁ ବେସ୍‌ କ୍ୟାମ୍ପ-୪କୁ ଅଣାଯାଇଛି। ବେସ୍‌ କ୍ୟାମ୍ପରୁ ଏହାକୁ କାଠମାଣ୍ଡୁ ଓ ପରେ ଭୁବନେଶ୍ୱର ଅଣାଯିବା ନେଇ ପ୍ରକ୍ରିୟାକୁ ତ୍ୱରାନ୍ବିତ କରାଯାଉଛି। ଏ ନେଇ ନେପାଳ ଦୂତାବାସ ସହ ମିଶି ରାଜ୍ୟ ସରକାର କାମ କରୁଥିବା ବେଳେ ତାଙ୍କ ମରଶରୀରକୁ ଖୁବ୍‌ଶୀଘ୍ର ଓଡ଼ିଶା ଅଣାଯିବ ବୋଲି ରାଜ୍ୟ କ୍ରୀଡ଼ା ବିଭାଗ ପକ୍ଷରୁ କୁହାଯାଇଛି।

ସୂଚନାଯୋଗ୍ୟ, ଦ୍ୱିତୀୟ ଥର ଲାଗି କଳ୍ପନା ‘ତିନି ମହିଳା ଅଭିଯାତ୍ରୀ’ ଦଳର ସଦସ୍ୟ ଭାବେ ଏଭେରେଷ୍ଟ ଆରୋହଣ କରୁଥିଲେ। ଶୃଙ୍ଗ ଆରୋହଣ କରି ପ୍ରତ୍ୟାବର୍ତ୍ତନ କରୁଥିବା ସମୟରେ ସେ ଅସୁସ୍ଥ ହୋଇ ଏଭେରେଷ୍ଟର ବାଲ୍‌କୋନୀ ଏରିୟାରେ ପ୍ରାଣ ହରାଇଥିଲେ। ତାଙ୍କ ମୃତ୍ୟୁ ସମଗ୍ର ରାଜ୍ୟ ଓ ଦେଶକୁ ସ୍ତବ୍ଧ କରିଦେଇଥିଲା। ୨୦୦୮ରେ କଳ୍ପନା ଆମେରିକା, କାନାଡ଼ା ଓ ନେପାଳର ପର୍ବତାରୋହୀଙ୍କ ଦଳରେ ସାମିଲ ହୋଇ ଏଭେରେଷ୍ଟ ଶୃଙ୍ଗ ଆରୋହଣ କରି ରାଜ୍ୟ ପାଇଁ ଗୌରବ ଆଣିଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନୀରବ ମୋଦିଙ୍କ ଭାରତ ଫେରିବା ପାଇଁ ପଥ ପରିଷ୍କାର: ହାରିଗଲେ ଶେଷ ଆଇନଗତ ଲଢ଼େଇ

ନୂଆଦିଲ୍ଲୀ,୬।୭: ପଳାତକ ଭାରତୀୟ ହୀରା ବ୍ୟବସାୟୀ ନୀରବ ମୋଦିଙ୍କ ଭାରତ ଫେରିବା ପାଇଁ ପଥ ପରିଷ୍କାର ହୋଇଛି। ସେ ୟୁରୋପୀୟ କୋର୍ଟରେ ତାଙ୍କର ଶେଷ ଆଇନଗତ ଲଢ଼େଇ…

ଭାଜପାରେ ମିଶିଲେ କର୍ଲାମୁଣ୍ଡା ବ୍ଲକର ୩ ମହିଳା ସରପଞ୍ଚ

କର୍ଲାମୁଣ୍ଡା,୬ା୭ (ପ୍ରଦୀପ କୁମାର ସାହୁ): ଭବାନୀପାଟଣାଠାରେ ଭାଜପା ପକ୍ଷରୁ ଆୟୋଜିତ ଶ୍ୟାମ ପ୍ରସାଦ ମୁଖାର୍ଜୀଙ୍କ ୧୨୫ ତମ ଜୟନ୍ତୀ ସମାରୋହ ଅବସରରେ ଏକ ମିଶ୍ରଣ ପର୍ବ ଅନୁଷ୍ଠିତ…

କ୍ରିଷ୍ଣ ମୋହନଙ୍କୁ ମିଳିଲା ଗୁରୁଦାୟିତ୍ୱ: ଜାଣନ୍ତୁ ସେ କିଏ

ନୂଆଦିଲ୍ଲୀ,୬।୭: ଅଯୋଧ୍ୟା ରାମମନ୍ଦିର ଦାନ ଅର୍ଥ ଆତ୍ମସାତ ଅଭିଯୋଗ ପରେ ଶ୍ରୀରାମ ଜନ୍ମଭୂମି ତୀର୍ଥକ୍ଷେତ୍ର ଟ୍ରଷ୍ଟର ସାଧାରଣ ସମ୍ପାଦକ ଚମ୍ପତ ରାୟ ଓ ସଦସ୍ୟ ଅନିଲ ମିଶ୍ରା…

ବିବାହିତାଙ୍କୁ କଲେ ଦ୍ଵିତୀୟ ବିବାହ: ସ୍ବାମୀଙ୍କ ଫୋନରୁ ଅନ୍ତରଙ୍ଗ ଭିଡିଓ ଭାଇରାଲ କଲେ ପ୍ରଥମ ସ୍ତ୍ରୀ , ଡରିକି ଏମିତି …

ଦିଗପହଣ୍ଡି,୬|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁରେ ରହୁଥିବା ଜଣେ ବିବାହିତା(୩୦)ଙ୍କୁ ପ୍ରେମ କରି ଦ୍ଵିତୀୟ ବିବାହ କରିବା ପରେ କୁକୁଡ଼ାଖଣ୍ଡି…

କଲ୍ୟାଣସିଂହପୁର ଭିଡ଼ ହିଂସା, ୨୪ ଅଭିଯୁକ୍ତଙ୍କ ହେଲା ଟିଆଇ ପରେଡ୍‌

ରାୟଗଡ଼ା/ବିଷମ କଟକ, ୬।୭ (କୈଳାସ ଚନ୍ଦ୍ର ପୃଷ୍ଟି/ ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା କଲ୍ୟାଣସିଂହପୁରରେ ଘଟିଥିବା ବହୁଚର୍ଚ୍ଚିତ ଭିଡ଼ ହିଂସା ମାମଲାରେ ସୋମବାର ବିଷମକଟକ ଉପକାରାଗାରରେ…

ଜିମ୍ବାଓ୍ବେ ବିପକ୍ଷ ଟି୨୦ ସିରିଜ ପାଇଁ ଭାରତୀୟ ଦଳ ଘୋଷଣା: ସଞ୍ଜୁ ସାମସନ ବାଦ୍‌

ନୂଆଦିଲ୍ଲୀ, ୬ା୭: ଚଳିତମାସ ପରବର୍ତ୍ତୀ ଭାଗରେ ଖେଳାଯିବାକୁ ଥିବା ଜିମ୍ବାଓ୍ବେ ବିପକ୍ଷ ଅନ୍ତର୍ଜାତୀୟ ଟି୨୦ କ୍ରିକେଟ ସିରିଜ ପାଇଁ ସୋମବାର ଭାରତୀୟ ଦଳ ଘୋଷଣା କରାଯାଇଛି। ଚୟନକର୍ତ୍ତାମାନେ…

କ୍ୱାର୍ଟରରେ ଇଂଲଣ୍ଡ, ମେକ୍ସିକୋର ଅଭିଯାନ ଶେଷ

ମେକ୍ସିକୋ ସିଟି, ୬ା୭: ଘରୋଇ ଫିଲ୍ଡ ଓ ପରିବେଶରେ ଖେଳିବାର ଫାଇଦା ସହିତ ପ୍ରତିପକ୍ଷ ଦଳ ପ୍ରାୟତଃ ଦ୍ୱିତୀୟାର୍ଦ୍ଧ ୧୦ ଖେଳାଳିରେ ଖେଳିବା ସତ୍ତ୍ୱେ ମେକ୍ସିକୋର ଅଭିଯାନ…

କାଲି  ଖୋର୍ଦ୍ଧା ରୋଡ୍ ଡିଭିଜନ୍‌ରେ ୮ ମେମୁ ଟ୍ରେନ୍‌ ବାତିଲ: ଜାଣନ୍ତୁ କାହିଁକି…

ଭୁବନେଶ୍ୱର, ୬।୭: ଯାତ୍ରୀମାନଙ୍କ ପାଇଁ ଜରୁରୀ ସୂଚନା। ମାଳତୀପାଟପୁର ଓ ପୁରୀ ଷ୍ଟେସନ ମଧ୍ୟରେ ଚାଲିଥିବା ଆଧୁନିକୀକରଣ ଓ ରେଳ ଭିତ୍ତିଭୂମି ଉନ୍ନୟନ କାର୍ଯ୍ୟ ପାଇଁ ଆସନ୍ତାକାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri