Posted inଜାତୀୟ

ଉଦ୍ୟୋଗପତି ବି.ଏମ୍‌. ଖୈତାନଙ୍କ ପରଲୋକ

କୋଲକାତା,୨ା୬: ବିଶିଷ୍ଟ ଉଦ୍ୟୋଗପତି ତଥା ଡ୍ରାଇସେଲ୍‌ ବ୍ୟାଟେରି ନିର୍ମାତା ଏଭରେଡି ଇଣ୍ଡଷ୍ଟ୍ରିଜ ଗ୍ରୁପ୍‌ର ପୂର୍ବତନ ଅଧ୍ୟକ୍ଷ ବ୍ରିଜ ମୋହନ ଖୈତାନଙ୍କ ଶନିବାର ୯୨ ବର୍ଷରେ ପରଲୋକ ହୋଇଯାଇଛି। ବାର୍ଦ୍ଧକ୍ୟଜନିତ ରୋଗରେ ପୀଡିତ ଥାଇ ସେ ଶନିବାର ନିଜ ବାସଭବନରେ ଶେଷନିଃଶ୍ୱାସ ତ୍ୟାଗ କରିଥିଲେ। କୋଲକାତା ନିବାସୀ ଖୈତାନ ଚଳିତ ବର୍ଷ ଏପ୍ରିଲ ୨୫ରେ ଓ୍ବିଲିୟାମଶନ୍‌ ମେଗର ଗ୍ରୁପ୍‌ର କମ୍ପାନୀ ଏଭରେଡି ଏବଂ ମ୍ୟାକଲଏଡ ରସେଲର ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଇଥିଲେ। ତେବେ ଉଭୟ କମ୍ପାନୀ ତାଙ୍କର ଯୋଗଦାନକୁ ଦୃଷ୍ଟିରେ ରଖି ତାଙ୍କୁ ଚେୟାରମ୍ୟାନ ଏମିରେଟସ୍‌ ଭାବେ ନିଯୁକ୍ତ କରିଥିଲା। ଦୀର୍ଘ ୪ ଦଶନ୍ଧି ଧରି ଚା’ ଉଦ୍ୟୋଗରେ ଖୈତାନଙ୍କର ଅଭିଜ୍ଞତା ଥିଲା। ସେ ବିଶ୍ୱନାଥ ଚା’ କମ୍ପାନୀର ଏମ୍‌ଡି ରହିଥିଲେ। ଏହାବ୍ୟତୀତ ସେ ୧୯୭୩ରେ ଇଣ୍ଡିଆନ ଚାମ୍ବର୍ସ ଅଫ୍‌ କମର୍ସର ଅଧ୍ୟକ୍ଷ ମଧ୍ୟ ଥିଲେ। ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଟୁଇଟ୍‌ କରି ଖୈତାନଙ୍କ ପରଲୋକରେ ଶୋକବ୍ୟକ୍ତ କରିଛନ୍ତି। ବଙ୍ଗଳା ବ୍ୟବସାୟୀଙ୍କ ମଧ୍ୟରେ ସେ ବରିଷ୍ଠତମ ଥିଲେ ବୋଲି ଉଲ୍ଲେଖ କରି ମମତା କହିଛନ୍ତି ଯେ, ତାଙ୍କର ମୃତ୍ୟୁରେ ସେ ଅତ୍ୟନ୍ତ ଦୁଃଖୀ।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧକାଳୀନ ଭିତ୍ତିରେ ଆରମ୍ଭ କରାଯିବ କାମ: ଛତ୍ରପୁର ବିଧାୟକ ଦେଲେ କଡ଼ା ନିର୍ଦ୍ଦେଶ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ): ଆର୍ଯ୍ୟପଲ୍ଲୀ ପ୍ରଭାବିତ ଅଞ୍ଚଳରେ ସମୁଦ୍ର କୂଳ ସୁରକ୍ଷା ଓ କ୍ଷୟ ରୋକିବା ଦାବିରେ ଚାଲିଥିବା ଆନ୍ଦୋଳନ ମଧ୍ୟରେ ସୋମବାର ସନ୍ଧ୍ୟାରେ ଗଞ୍ଜାମ ଜିଲାପାଳଙ୍କ ସମ୍ମିଳନୀ…

ଶୋଇଥିଲେ ୭ ବର୍ଷର ଶିଶୁ, କାମୁଡ଼ିଲା ସାପ: ଆଉ ତା’ପରେ…

ନର୍ଲା,୧୭।୮(ସନ୍ତୋଷ ପାତ୍ର)-କଳାହାଣ୍ଡି ଜିଲା ନର୍ଲା ଥାନା ଅନ୍ତର୍ଗତ କମର୍ଦ୍ଧା ପଞ୍ଚାୟତ ଉଲିଗୁଞ୍ଜେର ଗାଁରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏଠାରେ ସାପ କାମୁଡାରେ ଜଣେ ୭…

JSSC CGL ପରୀକ୍ଷା ବାତିଲ: ଶେଷରେ ଛାତ୍ରଙ୍କ ଆଗରେ ନଇଁଲେ ମୁଖ୍ୟମନ୍ତ୍ରୀ

ରାଞ୍ଚି,୧୭।୮: ରାଞ୍ଚିରେ ଛାତ୍ର ବିରୋଧ ମଧ୍ୟରେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, କ୍ୟାବିନେଟ JSSC-CGL ପରୀକ୍ଷା ବାତିଲ କରିବାକୁ…

ଘାଟିରେ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ: ବୁଲାଣିରେ ଘଟିଲା…

ଦାରିଙ୍ଗବାଡି, ୧୭।୮(ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ଜିଲା ସିମା ଗାଜଲବାଡି ଘାଟିରେ ଏକ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ ଏହି ଦୁର୍ଘଟଣାରେ କାହାର କିଛି କ୍ଷତି…

କେନାଲ ପାର ହୋଇ ମୃତଦେହ ଦାହ ପ୍ରସଙ୍ଗ, ଗାଁରେ ପହଞ୍ଚିଲା କଂଗ୍ରେସ ଟିମ୍‌

ଗଞ୍ଜାମ,୧୭ା୮(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଛତ୍ରପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ହୁମା ପଞ୍ଚାୟତ ବାଉଁଶିଆପଡା ଗ୍ରାମ ଶ୍ମଶାନକୁ ରାସ୍ତା ନ ଥିବାରୁ ଲୋକେ ମୃତଦେହ ଦାହ ପାଇଁ…

ଭାରତ-ଆମେରିକା ମଧ୍ୟରେ ବଡ଼ ଡିଲ୍‌: ଟେନ୍‌ସନ୍‌ରେ ଚାଇନା

ନୂଆଦିଲ୍ଲୀ,୧୭।୮:ଇରାନ ସହିତ ସଂଘର୍ଷ ମଧ୍ୟରେ ଭାରତ ପୁଣି ଥରେ ଦୁଇଟି MQ-9 ସି ଗାର୍ଡିଆନ ଡ୍ରୋନ ଲିଜ କରିବା ପାଇଁ ଆମେରିକା ସହିତ ଏକ ଚୁକ୍ତି ସ୍ବାକ୍ଷର…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, କ୍ଷତିପୂରଣ ଦାବିରେ ତେଜିଲା ଆନ୍ଦୋଳନ

ପୁରୁଷୋତ୍ତମପୁର,୧୭ା୮(ସବିତା ମିଶ୍ର): ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବାଇଧର ମନ୍ଦିର ନିକଟରେ ସୋମବାର ସନ୍ଧ୍ୟାରେ ଏକ ଡାଲାଗାଡି ଧକ୍କାରେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ…

ଇତିହାସ ରଚିଲେ ରବୀନ୍ଦ୍ର ଜାଡେଜା, ଏପରି କରିବାରେ ହେଲେ ଦ୍ୱିତୀୟ ଭାରତୀୟ

ନୂଆଦିଲ୍ଲୀ, ୧୭।୮: ଶ୍ରୀଲଙ୍କା ବିପକ୍ଷରେ ଗଲ୍‌ରେ ଖେଳାଯାଉଥିବା ପ୍ରଥମ ଟେଷ୍ଟ ମ୍ୟାଚରେ ଭାରତୀୟ ସ୍ପିନ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜ ନାମରେ ଏକ ବଡ଼ ରେକର୍ଡ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri