ଉଦ୍‌ଘାଟନର ୯ ମାସ ବିତିଲା, ଜିଲା ସଂସ୍କୃତି ଭବନ କାର୍ଯ୍ୟକ୍ଷମ ହେଲାନି

ସୋନପୁର,୨୦।୫(ନି.ପ୍ର.)  ପ୍ରକଳ୍ପ ଉଦ୍‌ଘାଟନ ହୋଇଛି, କିନ୍ତୁ ତାଲା ଝୁଲୁଛି। ୯ମାସ ପରେ ବି କାର୍ଯ୍ୟକ୍ଷମ ହେଉନି। ସୁବର୍ଣ୍ଣପୁର ଜିଲା ସଦର ମହକୁମାରେ ଦେଢକୋଟିରୁ ଊର୍ଦ୍ଧ୍ୱ ଟଙ୍କା ବ୍ୟୟରେ ନିର୍ମିତ ଜିଲା ସଂସ୍କୃତି ଭବନ ଏବେ ଭୂତକୋଠିରେ ପରିଣତ ହେଲାଣି। ଗତ ଜୁଲାଇ ୨୪ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ପ୍ରକଳ୍ପକୁ ଉଦ୍‌ଘାଟନ କରିଥିଲେ। ଏହା ବ୍ୟବହାର ନ ହୋଇ ପଡି ରହିଛି। ସୁରକ୍ଷା ପାଇଁ କୌଣସି ବ୍ୟବସ୍ଥା ବି ପ୍ରଶାସନ ପକ୍ଷରୁ କରାଯାଇନି। କୋଠାର ମୂଲ୍ୟବାନ ଉପକରଣ ସାମଗ୍ରୀ ଚୋରି ହେବାର ସମ୍ଭାବନା ସୃଷ୍ଟି ହୋଇଛି। ଅନ୍ୟପକ୍ଷେ ଏହି ସୁଯୋଗରେ ଏଠାରେ ଅସାମାଜିକ କାର୍ଯ୍ୟକଳାପ ଚାଲିଥିବା ମଧ୍ୟ ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି। ଜିଲା ପ୍ରଶାସନ କେନ୍ଦ୍ରଟିକୁ କାର୍ଯ୍ୟକ୍ଷମ କରିବା ଦିଗରେ ପଦକ୍ଷେପ ନେବାକୁ ଦାବି ହେଉଛି ।
ସାଂସ୍କୃତିକ ପ୍ରାଣକେନ୍ଦ୍ର ସୁବର୍ଣ୍ଣପୁରର କଳା, ସଂସ୍କୃତିର ପ୍ରଚାର ପ୍ରସାର ଓ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନ ସହିତ ସହରବାସୀଙ୍କୁ ଅତ୍ୟାଧୁନିକ ପାଠାଗାରର ସୁବିଧା ସୁଯୋଗ ଯୋଗାଇ ଦେବା ଲକ୍ଷ୍ୟଥିଲା। ୨୦୦୭-୦୮ ମସିହାରେ ପ୍ରକଳ୍ପ ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଥିଲା। କେନ୍ଦ୍ରୀୟ ଅନୁଦାନ ପଛୁଆ ଅଞ୍ଚଳ ଅନୁଦାନ ପାଣ୍ଠି(ବିଆରଜିଏଫ) ଓ ଆଇଏପି ଯୋଜନାରେ ପ୍ରଶାସନ ଏହି ନିର୍ମାଣ କାର୍ଯ୍ୟ ହାତକୁ ନେଇଥିଲା। ପରେ ସଂସ୍କୃତି ବିଭାଗ ପକ୍ଷରୁ ଅନୁଦାନ ଓ ଆଇଏପିର ସୁଧ ଅର୍ଥରେ କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇଥିଲା। ଏହି କାମ ପାଇଁ ଟେଣ୍ଡର ଆହ୍ବାନ ହୋଇନି। ଦୀର୍ଘ ୧୨ବର୍ଷ ଧରି ବିଭାଗୀୟ ଯନ୍ତ୍ରୀଙ୍କ ନାମରେ ଏହି କାର୍ଯ୍ୟ ଚାଲିଥିଲା। ଯାହାକି ଦାୟିତ୍ୱରେ ଥିବା ଯନ୍ତ୍ରୀ ଓ ପ୍ରଶାସନିକ ଅଧିକାରୀଙ୍କୁ ବେଶ୍‌ ସୁହାଇ ଥିଲା। କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇ ଖୋଦ୍‌ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଉଦ୍‌ଘାଟିତ ହେବା ପରେ ଏଥିପ୍ରତି କାହାରି ଦୃଷ୍ଟି ନାହିଁ। କଳାକାରଙ୍କ ପ୍ରତ୍ସୋହନ କାର୍ଯ୍ୟରେ ଏହା ଲାଗି ପାରୁନି। ଜିଲା ପ୍ରଶାସନ ଏଥିପ୍ରତି ଦୃଷ୍ଟି ଦେବାକୁ ସଂସ୍କୃତିପ୍ରେମୀଙ୍କ ପକ୍ଷରୁ ଦାବି ହେଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ମାନବାଧିକାର, ଆମର ଦୈନନ୍ଦିନ ଆବଶ୍ୟକତା

ଆଜି ସାରା ବିଶ୍ୱରେ ଅନ୍ତର୍ଜାତୀୟ ମାନବାଧିକାର ଦିବସ ପାଳନ ହେଉଛି । ଚଳିତ ବର୍ଷ ଜାତିସଂଘ ତରଫରୁ ଏହି ଦିବସ ପାଇଁ ସ୍ଲୋଗାନ ରହିଛି ”ମାନବାଧିକାର,...

୧୬ ବର୍ଷ ପରେ ହତ୍ୟା ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ଭଞ୍ଜନଗର,୧୦/୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ନୂଆଁପଲ୍ଲୀ ଗ୍ରାମର ଟୁକୁନା ନାଇକଙ୍କୁ ପୋଲିସ ଏକ ହତ୍ୟା ମାମଲାରେ ସୋମବାର ଗିରଫ କରିଛି। ଏହାପରେ ତାଙ୍କୁ...

ଭଞ୍ଜନଗରରେ ଖୁସିର ଲହରୀ: ପ୍ରଦ୍ୟୁମ୍ନ ଭାଜପା ରାଜ୍ୟ ଓବିସି ମୋର୍ଚ୍ଚା ସଭାପତି

ଭଞ୍ଜନଗର,୧୦।୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ୍ନ କୁମାର ନାୟକଙ୍କୁ ଭାଜପା ରାଜ୍ୟ ଓବିସି ମୋର୍ଚ୍ଚା ସଭାପତି ଭାବେ ମଙ୍ଗଳବାର ନିଯୁକ୍ତି ଦିଆଯାଇଛି। ଏହି ଖବର...

ଯୁକ୍ତ୨ ପରୀକ୍ଷା ସୂଚୀରେ ପରିବର୍ତ୍ତନ

ଭୁବନେଶ୍ୱର,୧୦।୧୨(ସୁଚିସ୍ମିତା ସାହୁ): ଯୁକ୍ତ୨ ପରୀକ୍ଷା ସୂଚୀରେ ସାମାନ୍ୟ ପରିବର୍ତ୍ତନ ହୋଇଛି। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ପରିବର୍ତ୍ତିତ ସୂଚୀ ଅନୁଯାୟୀ, ମାର୍ଚ୍ଚ ୧୧ରେ ହେବାକୁ...

ଆଦାନୀ ଗ୍ରୁପ କଲା ବଡ଼ ଡିଲ୍‌, ଭାରତରେ ପାଇଲଟ ଟ୍ରେନିଂ ଓ ପ୍ରତିରକ୍ଷା ସିମୁଲେସନରେ ହେବ ପରିବର୍ତ୍ତନ!

ନୂଆଦିଲ୍ଲୀ,୯।୧୨: ଆଡାନୀ ଗ୍ରୁପର ପ୍ରତିରକ୍ଷା ଓ ଏରୋସ୍ପେସ ଆର୍ମ ADSTL (ଆଡାନୀ ଡିଫେନ୍ସ ସିଷ୍ଟମ୍ସ ଏଣ୍ଡ ଟେକ୍ନୋଲୋଜିଜ ଲିମିଟେଡ) ଏବଂ ପ୍ରାଇମ ଏରୋ ସର୍ଭିସେସ LLP...

ପାଦରେ ସୁନା ପିନ୍ଧିବା କାହିଁକି ଅଶୁଭ? ପିନ୍ଧିଲେ ମାଡ଼ି ଆସିବ…

ବର୍ତ୍ତମାନ, ସୁନା ବିଶ୍ୱର ସବୁଠାରୁ ମହଙ୍ଗା ଧାତୁ ମଧ୍ୟରୁ ଗୋଟିଏ। ସୁନା ସମସ୍ତଙ୍କୁ ଆକର୍ଷିତ କରେ। ମହିଳାମାନେ ସୁନା ଅଳଙ୍କାରକୁ ଭଲ ପାଆନ୍ତି। ଅଳଙ୍କାର ପିନ୍ଧିବା...

ନୂଆବର୍ଷରେ ୩ ରାଶିରେ ଭୟଙ୍କର ଶନି ଦଶା ! ପାଦେ ପାଦେ ବିପଦ, ନୂଆବର୍ଷରେ…

ଶନିଦେବତାଙ୍କୁ ନ୍ୟାୟପ୍ରିୟ ଓ କର୍ମଫଳ ପ୍ରଦାତା ଭାବେ ଗ୍ରହଣ କରାଯାଇଛି । ଶନି ପ୍ରତି ଅଢେଇ ବର୍ଷରେ ଥରେ ରାଶି ପରିବରର୍ତ୍ତନ କରିଥାନ୍ତି । ଶନିଙ୍କର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri