ଉଦ୍‌ଘାଟନ ପରଠାରୁ ପ୍ରକଳ୍ପ ଅଚଳ: ଗଣା ଚାଲିଛି ବିଦ୍ୟୁତ୍‌ ବିଲ୍‌

ଭଦ୍ରକ ଅଫିସ, ୨୦।୮- ଭଦ୍ରକ ଜିଲା ସଦର ବ୍ଲକ ଅଧୀନ ଓଲଙ୍ଗ ପଞ୍ଚାୟତ ରାଜୀବ ଗାନ୍ଧୀ ସେବାକେନ୍ଦ୍ର ପାର୍ଶ୍ୱରେ ଥିବା ଏକ ପାନୀୟଜଳ ପ୍ରକଳ୍ପ ଉଦ୍‌ଘାଟନ ପରଠାରୁ ବନ୍ଦ ରହିଛି। ଉକ୍ତ ପ୍ରକଳ୍ପ ଉଦ୍‌ଘାଟନର ମାତ୍ର ୧୦ ଦିନ ମଧ୍ୟରେ ଅଚଳ ହୋଇପଡ଼ିଥିଲା। ସେବେଠାରୁ ତାହା ଅକାମୀ ହୋଇ ରହିଛି। କାମରେ ଆସୁନି। ହେଲେ ଏହି ପ୍ରକଳ୍ପ ପାଇଁ ପ୍ରତିବର୍ଷ ବିଦ୍ୟୁତ ଦେୟ ପଞ୍ଚାୟତ ପାଣ୍ଠିରୁ ଗଣା ଚାଲିଥିବା ସୂଚନା ମିଳିଛି।
୨୦୧୧ରେ ପ୍ରାୟ ୧ କୋଟି ଟଙ୍କା ବ୍ୟୟବରାଦରେ ଏଠାରେ ୪୦ ହଜାର ଲିଟର କ୍ଷମତା ବିଶିଷ୍ଟ ଓଭରହେଡ୍‌ ଟାଙ୍କି କରାଯାଇ ଗାଁକୁ ଜଳ ଯୋଗାଣ ପାଇଁ ଲକ୍ଷ୍ୟ ରଖାଯାଇଥିଲା। କୌଣସି ଘରକୁ ପାଇପ୍‌ କନେକ୍ସନ ଦିଆଯାଇ ନ ଥିଲା। କିନ୍ତୁ ଗାଁରେ ୩୯ଟି ଷ୍ଟାଣ୍ଡପୋଷ୍ଟ କରାଯାଇଥିଲା। ୨୦୧୧ ଅକ୍ଟୋବର ୫ ରେ ତତ୍କାଳୀନ ବିଧାୟକ ଯୁଗଳ କିଶୋର ପଟ୍ଟନାୟକ, ତତ୍କାଳୀନ ଜିଲାପାଳ ଅକ୍ଷୟ ପାଣି ଏହି ପ୍ରକଳ୍ପକୁ ଉଦ୍‌ଘାଟନ କରିଥିଲେ। ନିମ୍ନମାନର କାମ ଯୋଗୁ ଗାଁରେ ବିଛାଯାଇଥିବା ପାଇପଗୁଡ଼ିକ ଫାଟି ଯାଇଥିଲା। ସେବେଠାରୁ ପ୍ରକଳ୍ପ କାର୍ଯ୍ୟକ୍ଷମ ହୋଇପାରୁ ନାହିଁ। ବିଭାଗୀୟ ଅଧିକାରୀ କିମ୍ବା ବ୍ଲକ ପ୍ରଶାସନ ଏଥିପ୍ରତି ଦୃଷ୍ଟି ଦେଇ ନ ଥିବା କୁହାଯାଇଛି। ଗ୍ରାମବାସୀ ଏ ନେଇ ବାରମ୍ବାର ବ୍ଲକ କାର୍ଯ୍ୟାଳୟରେ ଅଭିଯୋଗ କରିଆସୁଥିଲେ ମଧ୍ୟ କୌଣସି ସୁଫଳ ମିଳୁ ନ ଥିବା ଅଭିଯୋଗ ହେଉଛି। ଏ ସମ୍ପର୍କରେ ବିଡିଓ ଉମେଶ ମଲ୍ଲିକଙ୍କୁ ପଚାରିବାରୁ ତାଙ୍କ ପାଖରେ କୌଣସି ଖବର ନାହିଁ, ତଥାପି ଗ୍ରାମ୍ୟ ଜଳ ଯୋଗାଣ ବିଭାଗକୁ କହି କାର୍ଯ୍ୟକ୍ଷମ ପାଇଁ ପଦକ୍ଷେପ ନେବେ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀରେ ବୁଡ଼ି ୩ ନାବାଳିକା ମୃତ, ସ୍କୁଲରୁ ଫେରି ଗାଧୋଇବାକୁ ଯାଇଥିଲେ

ଉମରକୋଟ,୯।୪(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଉମରକୋଟ ଥାନା କୁର୍ସୀ ଗ୍ରାମର ଉପରପାରାରେ ଦୁଃଖଦ ଘଟଣା ଦେଖିବାକୁ ମିଳିଛି । ଗୋଟିଏ ଗ୍ରାମର ଦୁଇ ପରିବାରର ତିନି ଜଣଙ୍କ…

୧୦ରେ ରାଜ୍ୟ କ୍ୟାବିନେଟ୍‌: ଆସିବ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ

ଭୁବନେଶ୍ୱର,୯ା୪ (ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଏପ୍ରିଲ ୧୦ରେ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବା ଭବନର ତୃତୀୟ ମହଲାରେ ପୂର୍ବାହ୍ନ ୧୧ଟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ଶିକ୍ଷାବିଭାଗର ବିକଳ ଚିତ୍ର; ଗୋଟିଏ ଶ୍ରେଣୀ ଗୃହରେ ଚାଲିଛି ୬କ୍ଲାସ, ଫାଟକରେ ତାଲା ପକାଇ ଖରାରେ ଆନ୍ଦୋଳନ…

ଦିଗପହଣ୍ଡି,୯।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତରେ ଶିକ୍ଷା ବିଭାଗର ବିକଳ ଚିତ୍ର ଦେଖିବାକୁ ମିଳିଛି । ପଞ୍ଚାୟତ ଅଧିନ ଶ୍ୟାମସୁନ୍ଦର ପଲ୍ଲୀ…

ପଲିଥିନ୍‌ ବାଣ୍ଟିବାକୁ ନେଉଥିଲେ ଘଟଗାଁ ଅତିରିକ୍ତ ତହସିଲଦାର, ଅଟକାଇଲେ ଲୋକେ

ପାଟଣା,୯ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୂଷାଖରି ପଞ୍ଚାୟତ ମୂଷାଖରି-ମଲ୍ଲୀପୋଷି ରାସ୍ତାର ଆହାର ବନ୍ଧ ନିକଟରେ ପଲିଥିନ୍‌ ବୋଝେଇ ଗାଡ଼ି ଅଟକ ରଖିଛନ୍ତି ଉତ୍ତ୍ୟକ୍ତ ଲୋକେ।…

କୋଟିଏ ଟଙ୍କାର ଗଞ୍ଜେଇ ଜବତ କଲା ପାଡୁଆ ପୋଲିସ, ଜଙ୍ଗଲରେ ଲୁଚାଇ ରଖିଥିଲେ ମାଫିଆ

ନନ୍ଦପୁର/ପାଡୁଆ, ୯।୪(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଅଧିନ ପାଡୁଆ ପୋଲିସକୁ ଗଞ୍ଜେଇ ଧରପଗଡ ମାମଲାରେ ଏକ ବଡ ସଫଳତା ମିଳିଛି…

ଲକ୍ଷ୍ୟଠାରୁ ଦୂରରେ ଏଜୁକେଶନ କମ୍ପ୍ଲେକ୍ସ, ଧରିତ୍ରୀରେ ଖବର ପ୍ରକାଶ ପରେ ପ୍ରଶାସନ ତତ୍ପର

ଗୁଣପୁର,୯।୪(ସଂକେତ ପାତ୍ର): ଦୁର୍ଗମ ଆଦିବାସୀ ଅଞ୍ଚଳରେ ଶିକ୍ଷାର ଉନ୍ନତି ଲକ୍ଷ୍ୟରେ ପ୍ରାୟ ୫ କୋଟି ଟଙ୍କା ବ୍ୟୟରେ ଗୁଣପୁର ବ୍ଲକ୍‌ ଅନ୍ତର୍ଗତ ଲାଞ୍ଜିଆ ସୌରା ଅଞ୍ଚଳର ଆବଡ଼ାରେ…

ଆକ୍ସନ ମୋଡରେ ବନବିଭାଗ, ବେଆଇନ କରତକଳ ଉପରେ ଚଢ଼ାଉ, ମାଲିକ ଫେରାର

ଧାମନଗର,୯।୪(ଦେବେନ୍ଦ୍ର ଆନ୍ଦିଆ): ଧାମନଗର ଅଞ୍ଚଳରେ ଚାଲୁଥିବା ବେଆଇନ କରତକଳ ଗୁଡିକୁ ଧରିବା ପାଇଁ ବନ ବିଭାଗ ଅଣ୍ଟା ଭିଡିଛି । ଭଦ୍ରକ ଜିଲା ଧାମନଗର ରେଞ୍ଜ ଅଧୀନ…

ରାସ୍ତା-ଡ୍ରେନ୍‌ ନିର୍ମାଣ ନ ହେଲେ ଭୋଟ୍‌ ବର୍ଜନ ପାଇଁ ଚେତାବନୀ ଦେଲେ ଗ୍ରାମବାସୀ

କେନ୍ଦୁଝର,୯ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ପଦ୍ମପୁର ପଞ୍ଚାୟତ ବନାଯୋଡ଼ି ଗ୍ରାମର ଭୁରୁଡ଼ିସାହିରେ ରାସ୍ତା ଓ ଡ୍ରେନ ନିର୍ମାଣ ନ ହେଲେ ଗ୍ରାମବାସୀ ଆଗାମୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri