ଉଦୟଗିରି ପାଦଦେଶରେ ୯୪ତମ ଐତିହ୍ୟ ପଦଯାତ୍ରା ବିଦେଶୀ ପର୍ଯ୍ୟଟକଙ୍କ ମନଜିଣିଲା ଗୁମ୍ଫା କାହାଣୀ

ଭୁବନେଶ୍ୱର, ୧ା୧୨ (ବ୍ୟୁରୋ)
ଐତିହ୍ୟ କ୍ଷେତ୍ରରେ ପଦଯାତ୍ରା ସହ କାହାଣୀର ଫ୍ୟୁଜନ୍‌। ଐତିହ୍ୟ କିର୍ତ୍ତିରାଜିର ସଂରକ୍ଷଣ ସହ ତାର ପୁରୁଣା ଇତିହାସକୁ ଲୋକଲୋଚନକୁ ଆଣିବାର ଏହି ପ୍ରୟାସ ବହୁତ ଭଲ ବୋଲି ଖଣ୍ଡଗିରି ଉଦୟଗିରି ପାଦଦେଶରେ ୯୪ତମ ଐତିହ୍ୟ ପଦଯାତ୍ରାରେ ଯୋଗ ଦେଇଥିବା ପର୍ଯ୍ୟଟକମାନେ ପ୍ରକାଶ କରିଛନ୍ତି। ଶନିବାର ସକାଳେ ଆୟୋଜିତ ଏହି ପଦଯାତ୍ରାରେ କିଛି ଆଗ୍ରହୀ ବିଦେଶୀ ଯାତ୍ରୀ, ଐତିହ୍ୟ ଆଗ୍ରହୀ, ଫୋଟୋଗ୍ରାଫର, ଏଚ୍‌ଆର ପ୍ରଫେଶନାଲ, ପରିବେଶବିତ୍‌, ଶିକ୍ଷକ ଓ ଶିକ୍ଷାର୍ଥୀଙ୍କର ଏକ ଗ୍ରୁପ୍‌ ଯୋଗଦେଇଥିଲେ। ଏହି ଅବସରରେ ସେମାନେ ଖଣ୍ଡଗିରି ଉଦୟଗିରି ପାହାଡ଼ରେ ଥିବା ବିଭିନ୍ନ ଗୁମ୍ଫା ବୁଲିବା ସହ ଉକ୍ତ ଗୁମ୍ଫା ସହ ଜଡ଼ିତ ଥିବା କାହାଣୀଗୁଡ଼ିକ ଶୁଣିବାକୁ ପାଇଥିଲେ। ପ୍ରଥମେ ଖଣ୍ଡଗିରି ପାହାଡ଼ରୁ ପ୍ରଥମେ ସେମାନେ ପଦଯାତ୍ରା ଆରମ୍ଭ କରିଥିବାବେଳେ ଉଦୟଗିରିରେ ଯାତ୍ରା ଶେଷ କରିଥିଲେ। ଉକ୍ତ ପଦଯାତ୍ରାରେ ପାଖାପାଖି ୨୫ଜଣ ପର୍ଯ୍ୟଟକ ଉପସ୍ଥିତ ଥିଲେ। ବିଏମ୍‌ସି, ବିଡିଏ ଓ ସ୍ମାର୍ଟସିଟି ଦ୍ୱାରା ନିଆଯାଇଥିବା ଏହି କାର୍ଯ୍ୟକ୍ରମକୁ ସେମାନେ ପ୍ରଶଂସା କରିବା ସହ ଆଗକୁ ଜାରି ରହିବା ଆବଶ୍ୟକ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ମାର୍ଚ୍ଚ ୧୦ରୁ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ପ୍ରାକ୍‌ ପ୍ରସ୍ତୁତିକୁ ତ୍ୱରାନ୍ବିତ କରିବାକୁ…

ଛତ୍ରପୁର, ୧୮ା୨(ଦିଲୀପ ସାମଲ)- ଚଳିତବର୍ଷ ମାର୍ଚ୍ଚ ମାସ ୧୦ ତାରିଖରୁ ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ ଆରମ୍ଭ ହେବ। ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

ବଲାଙ୍ଗୀର: ଭଡ଼ା ଘରେ ଚାଲିଥିଲା ସେକ୍ସ ରାକେଟ, ଚଢ଼ାଉ କରି ୨ ଦେହଜୀବିଙ୍କ ସହ ୪ ଗ୍ରାହକଙ୍କୁ…

ବଲାଙ୍ଗୀର,୧୮।୨(ସୁନୀଲ କୁମାର ମହାନ୍ତି)- ବଲାଙ୍ଗୀର ସହର ସୁଦପଡା ଗ୍ୟାସ ଗୋଦାମ ନିକଟ ଏକ ଭଡ଼ା ଘରେ ସେକ୍ସ ରାକେଟ ଠାବ ହୋଇଛି। ବିଶ୍ୱସ୍ତ ସୂତ୍ରରୁ ଖବର ପାଇ…

ଥାଇଲ୍ୟାଣ୍ଡରେ ଫସିଛନ୍ତି ୬ ଓଡ଼ିଆ ଶ୍ରମିକ; ଖାଇବାକୁ ମିଳୁନି…, ଫେରିବା ପାଇଁ ସରକାରଙ୍କୁ ଗୁହାରି

ଭୁବନେଶ୍ୱର,୧୮।୨: ପରିବାର ପ୍ରତିପୋଷଣ ପାଇଁ ସୁଦୂର ଥାଇଲ୍ୟାଣ୍ଡ ଯାଇ ନିର୍ଯାତନାର ଶିକାର ହେଲେ ଓଡ଼ିଆ ଶ୍ରମିକ। କେନ୍ଦ୍ରାପଡ଼ା ଏବଂ ଭଦ୍ରକ ଜିଲାର ୬ ଜଣ ଶ୍ରମିକ ଏବେ…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଅନଲାଇନ୍ ନିରାପତ୍ତା ଓ ସାଇବର ଅପରାଧ ନେଇ ସଚେତନତା   

ଦିଗପହଣ୍ଡି,୧୮।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସମ୍ମିଳନୀ କକ୍ଷରେ ବୁଧବାର ସ୍ଥାନୀୟ ସିଡିପିଓ କାର୍ଯ୍ୟାଳୟ ପକ୍ଷରୁ ବେଟି ବଚାଓ ଓ ବେଟି ପଢାଓ କାର୍ଯ୍ୟକ୍ରମ…

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri