ଉନ୍ନତି, ଉପକୃତଙ୍କ ସମ୍ପର୍କରେ ମାଗିଲେ ରିପୋର୍ଟ

ଅନୁଗୋଳ ଅଫିସ/କଣିହଁ।, ୧୧।୧ – ସାମାଜିକ ନିରାପତ୍ତା ଓ ଭିନ୍ନକ୍ଷମ ସଶକ୍ତୀକରଣ କମିଶନର ତଥା ସଚିବ ଭାସ୍କର ଜ୍ୟୋତି ଶର୍ମା ଅନୁଗୋଳ ଗସ୍ତର ଦ୍ୱିତୀୟ ଦିନରେ ନିଜ ବିଭାଗୀୟ କାର୍ଯ୍ୟକ୍ରମ ସମେତ ସରକାରଙ୍କ ଅଗ୍ରାଧିକାର ଯୋଜନା ଗୁଡ଼ିକର ସମୀକ୍ଷା କରିଛନ୍ତି। ବିଭିନ୍ନ ଅଞ୍ଚଳ ଗସ୍ତ କରି ପ୍ରକଳ୍ପଗୁଡ଼ିକ ମଧ୍ୟ ବୁଲି ଦେଖିଛନ୍ତି। ଶୁକ୍ରବାର ପୂର୍ବାହ୍ନରେ କମିଶନର ଜିଲା ମୁଖ୍ୟ ଚିକିତ୍ସାଳୟ ପରିଦର୍ଶନରୁ ନିଜ ଗସ୍ତ ଆରମ୍ଭ କରିଥିଲେ। ମୁଖ୍ୟ ଚିକିତ୍ସାଳୟ ପରିଦର୍ଶନ ବେଳେ ଜିଲାପାଳ ମନୋଜ କୁମାର ମହାନ୍ତି, ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ଅତୁଲ୍ୟ କୁମାର ଚମ୍ପତ୍ତିରାୟ, ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଅମରେନ୍ଦ୍ରନାଥ ମହାନ୍ତି ପ୍ରମୁଖ ଉପସ୍ଥିତ ଥିଲେ।
ଜିଲା ମୁଖ୍ୟ ଚିକିତ୍ସାଳୟର ନିରାମୟ କେନ୍ଦ୍ର ସହ ବିଭିନ୍ନ ୱାର୍ଡ, ଏସ୍‌ଏନ୍‌ସିୟୁ, ମେକାନାଇଜ୍‌ଡ ଲଣ୍ଡ୍ରି ଓ ରୋଗୀଙ୍କ ପାଇଁ ରନ୍ଧା ଯାଉଥିବା ସ୍ଥାନ ବୁଲି ଦେଖିଥିଲେ। ପରେ କମିଶନର ତାଳଚେର ସନ୍ଥପଡ଼ାଠାରେ ଥିବା ଅଙ୍ଗନୱାଡ଼ି କେନ୍ଦ୍ର, ଗ୍ରାମୀଣ ଗୃହ ନିର୍ମାଣ ବିଦ୍ୟୁତୀକରଣ ଯୋଜନାର ହିତାଧିକାରୀଙ୍କ ଗୃହ ବୁଲି ଦେଖିବା ସହ ଗୋଡ଼ିବନ୍ଧର କଣ୍ଟାପାଲି କ୍ଲଷ୍ଟର ଗଭୀର ନଳକୂପ ଦେଖିଥିଲେ। ପରେ କଣିହଁାସ୍ଥିତ ପବିତ୍ରମୋହନ ଉଚ୍ଚ ବିଦ୍ୟାଳୟକୁ ପରିଦର୍ଶନରେ ଯାଇ ମଧ୍ୟାହ୍ନ ଭୋଜନ ବ୍ୟବସ୍ଥା ଅନୁଧ୍ୟାନ କରିଥିଲେ। କଣିହଁା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଜିଲା ଖଣିଜ ପାଣ୍ଠିରେ ନିର୍ମିତ ଥଣ୍ଡା ପାନୀୟ ଜଳ ପ୍ରକଳ୍ପ ଓ ଘଣ୍ଟପଡ଼ା ପଞ୍ଚାୟତର ଚାଳଗଡ଼ ଫେୟାର୍‌ ପ୍ରାଇସ୍‌ ଶପ୍‌ ପରିଦର୍ଶନ କରିଥିଲେ। କଣିହଁା ବ୍ଲକ କାର୍ଯ୍ୟାଳୟରେ ସରକାରୀ ଯୋଜନାର କାର୍ଯ୍ୟକାରିତା ଓ ମୋ ସରକାରର ନିୟମାବଳୀ ସମ୍ପର୍କରେ ଆଲୋଚନା କରିଥିଲେ। ଏହି ଅବସରରେ ପଞ୍ଚାୟତ ପ୍ରତିନିଧିମାନେ ଅଞ୍ଚଳର ସମସ୍ୟା ନେଇ କମିଶନରଙ୍କ ଦୃଷ୍ଟି ଆକର୍ଷଣ କରିବାରୁ ସମାଧାନ ପାଇଁ ବିଡିଓ ରମେଶ କୁମାର ଜେନାକୁ କହିଥିଲେ। ବିଭିନ୍ନ ଅଞ୍ଚଳ ପରିଦର୍ଶନ ସମୟରେ କେଉଁ ପ୍ରକଳ୍ପରେ କେତେ ହିତାଧିକାରୀ ଉପକୃତ ହେଉଛନ୍ତି ତାହାର ଏକ ରିପୋର୍ଟ ପ୍ରସ୍ତୁତ କରି ତାଙ୍କ ନିକଟକୁ ପଠାଇବାକୁ ଜିଲାସ୍ତରୀୟ ଅଧିକାରୀଙ୍କୁ କମିଶନର ନିର୍ଦ୍ଦେଶ ଦେଇଥିଲେ। ଅପରାହ୍ନରେ ସର୍କିଟ ହାଉସ ସମ୍ମିଳନୀ ଗୃହରେ ଅନୁଷ୍ଠିତ ବୈଠକରେ ଗ୍ରାମୀଣ ଗୃହ ନିର୍ମାଣ କାର୍ଯ୍ୟକ୍ରମର କାର୍ଯ୍ୟକାରିତା ସମ୍ପର୍କରେ ସମୀକ୍ଷା କରିଥିଲେ। ମହାତ୍ମାଗାନ୍ଧୀ ଜାତୀୟ ନିଶ୍ଚିତ କର୍ମନିଯୁକ୍ତି ଯୋଜନାର ପାଉଣା ଠିକ ସମୟରେ ପ୍ରଦାନ ପାଇଁ କମିଶନର ନିର୍ଦ୍ଦେଶ ଦେଇଥିଲେ। ସେହିପରି ଭିନ୍ନକ୍ଷମମାନଙ୍କୁ ୪ ପ୍ରତିଶତ ହାରରେ ଗୃହ ଯୋଗାଇ ଦେବା ଉପରେ ସେ ଗୁରୁତ୍ୱାରୋପ କରିଥିଲେ। ଉଠା ଜଳସେଚନ ବିଭାଗ ଦ୍ୱାରା ଜିଲାରେ ଖୋଳାଯାଇଥିବା ନଳକୂପ ଦ୍ୱାରା ଚାଷୀମାନେ କେତେଦୂର ଉପକୃତ ହୋଇଛନ୍ତି ଓ ସେମାନଙ୍କର ଆର୍ଥତ୍କ ସ୍ଥିତିରେ କ’ଣ ଉନ୍ନତି ପରିଲକ୍ଷିତ ହୋଇଛି ତାହାର ସର୍ଭେ କରି ଆସନ୍ତା ବୈଠକରେ ତଥ୍ୟ ଉପସ୍ଥାପନ କରିବାକୁ କମିଶନର ପରାମର୍ଶ ଦେଇଥିଲେ। ରୋଗୀମାନଙ୍କୁ ଯୋଗାଇ ଦିଆଯାଉଥିବା ଖାଦ୍ୟ ସମ୍ପର୍କରେ କମିଶନର ଜିଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀଙ୍କୁ ପଚାରି ବୁଝିଥିଲେ। ଶ୍ରମିକମାନଙ୍କ କଲ୍ୟାଣ ପାଇଁ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ କାର୍ଯ୍ୟକ୍ରମ ସମ୍ପର୍କରେ କମିଶନର ସମୀକ୍ଷା କରିବା ସହ ଶ୍ରମିକମାନଙ୍କୁ ନିର୍ଦ୍ଧାରିତ ମଜୁରି ପ୍ରଦାନ ଉପରେ ଗୁରୁତ୍ୱାରୋପ କରିଥିଲେ। ଏହି ବୈଠକରେ କମିଶନର ଜିଲା ଖଣିଜ ପାଣ୍ଠିର କାର୍ଯ୍ୟକାରିତା, ଗ୍ରାମୀଣ ବିଦ୍ୟୁତୀକରଣ, ଜିଲା ଯୋଗାଣ ବିଭାଗ, ଆଇସିଡିଏସ୍‌, କୃଷି, ସମଗ୍ର ଶିକ୍ଷା ଓ ଜିଲା ମଙ୍ଗଳ ବିଭାଗର କାର୍ଯ୍ୟକ୍ରମର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଥିଲେ। ଏହି ସମସ୍ତ କାର୍ଯ୍ୟକ୍ରମରେ ଜିଲାପାଳଙ୍କ ସମେତ ଅତିରିକ୍ତ ଜିଲାପାଳ ତପନ କୁମାର ଶତପଥୀ, ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ, ତାଳଚେର ଉପଜିଲାପାଳ ପରେଶ ଚନ୍ଦ୍ର ନାୟକଙ୍କ ସମେତ ବିଭିନ୍ନ ବିଭାଗର ଜିଲାସ୍ତରୀୟ ଅଧିକାରୀମାନେ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

RCBରୁ ଆସିଲା ବଡ଼ ଖବର: ବାକି ଆଇପିଏଲ ମ୍ୟାଚ ଖେଳିବେନି କୋହଲି!

ନୂଆଦିଲ୍ଲୀ,୧୩।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ ମୁମ୍ବାଇ ଇଣ୍ଡିଆନ୍ସ ମଧ୍ୟରେ ଖେଳାଯାଇଥିବା ମ୍ୟାଚ ସମୟରେ ପୂର୍ବତନ ଅଧିନାୟକ ବିରାଟ କୋହଲି ଆଘାତ ପାଇଥିଲେ। ଏହା IPLର ୨୦ତମ…

ବେଲଗୁଣ୍ଠାରେ ଜିଲାସ୍ତରୀୟ ଅଭିଯୋଗ ଶୁଣାଣି, ୪ ଜଣଙ୍କୁ ୨୫ ହଜାର ଟଙ୍କା ସହାୟତା ପ୍ରଦାନ

ଭଞ୍ଜନଗର,୧୩।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲ୍ଲା ସ୍ତରୀୟ ମିଳିତ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଅତିରିକ୍ତ…

କାଳୀମେଘା ହତ୍ୟାକାଣ୍ଡ ଘଟଣା; ସ୍ତ୍ରୀ ରଚିଥିଲା ଷଡଯନ୍ତ୍ର, ପତ୍ନୀ ସମେତ ୫ ଗିରଫ

କଳିଙ୍ଗନଗର,୧୩।୪(ଶୁଭାଶିଷ ରାଉତ ): ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସଙ୍କ କାଳୀମେଘା ସ୍ଥିତ ଗେଷ୍ଟହାଉସ ସମ୍ମୁଖରେ ଗୁଳି ମାଡ଼ରେ ଜଣେ ଯୁବକଙ୍କ ମୃତ୍ୟୁ ଘଟଣାର ଫର୍ଦ୍ଧାଫାଶ କରିଛି…

ହଜମ କ୍ରିୟାକୁ ସକ୍ରିୟ କରେ ଖଜୁରି

ଖଜୁରିରେ ଫାଇବର୍‌, କ୍ୟାଲ୍‌ସିୟମ୍‌ ଏବଂ ମ୍ୟାଗ୍ନେସିୟମ୍‌ ଆଦି ପ୍ରଚୁର ପରିମାଣରେ ଭରି ରହିଛି। ଖଜୁରିକୁ ଆମେ ସବୁ ସମୟରେ ଖାଇପାରିବା, କିନ୍ତୁ ମୁଖ୍ୟତଃ ଏହାକୁ ସକାଳ ଜଳଖିଆ…

ବଲାଙ୍ଗୀର ତହସିଲ୍ ଅଫିସ ପରିସରରେ ଜଳିଗଲା ବୁଲେଟ୍, କେମିତି ଲାଗିଲା ନିଆଁ?

ବଲାଙ୍ଗୀର,୧୩।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତହସିଲ୍ ଅଫିସ ପରିସରରେ ଅଭାବନୀୟ ଘଟଣା । ଜଣେ ଓକିଲ ତାଙ୍କ ବୁଲେଟ୍ ରଖି ରେକର୍ଡ ରୁମକୁ ଯାଇଥିବା ବେଳେ ହଠାତ୍…

ମହିଳାଙ୍କୁ ନେଇ ବଡ଼ ଘୋଷଣା କଲେ ପ୍ରଧାନମନ୍ତ୍ରୀ, ଅପେକ୍ଷାର ଅନ୍ତ ହେବାକୁ…

ନୂଆଦିଲ୍ଲୀ,୧୩।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀରେ ନାରୀ ଶକ୍ତି ବନ୍ଦନ ସମ୍ମିଳନୀକୁ ସମ୍ବୋଧିତ କରିଥିଲେ। ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ଦେଶର ବିକାଶ ଯାତ୍ରାର ଏହି ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ…

ଅପମାନିତ ପରେ ମନ ବୁଝିଲାନି, ପୁଣି ଥରେ ଆମେରିକା-ଇରାନ ମଧ୍ୟରେ ଆଲୋଚନା ପାଇଁ ପାକିସ୍ତାନ…

ଇସଲାମାବାଦ,୧୩ା୪: ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ପ୍ରଥମ ପର୍ଯ୍ୟାୟ ଆଲୋଚନା ବିଫଳ ହେବା ପରେ, ପାକିସ୍ତାନ ଦୁଇ ଦେଶକୁ ଆଲୋଚନା ଟେବୁଲକୁ ଫେରାଇ ଆଣିବା ପାଇଁ…

ବନ୍ଧାହେଲେ କୁବେର ଗୁଡାରି ରେଞ୍ଜର

ଗୁଡାରି,୧୩।୪(ପ୍ରମୋଦ କୁମାର ପତି): ଗୁଡାରି ରେଞ୍ଜର ସୁକୁମାର ଦୁଖୁ ରବିବାର ରାତିରେ ଓଡିଶା ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି। ଗୁଡାରି ରେଞ୍ଜର ନିଜ ଅଫିସ ଗାଡ଼ି (ବୋଲେରୋ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri