ଉନ୍ନତି, ଉପକୃତଙ୍କ ସମ୍ପର୍କରେ ମାଗିଲେ ରିପୋର୍ଟ

ଅନୁଗୋଳ ଅଫିସ/କଣିହଁ।, ୧୧।୧ – ସାମାଜିକ ନିରାପତ୍ତା ଓ ଭିନ୍ନକ୍ଷମ ସଶକ୍ତୀକରଣ କମିଶନର ତଥା ସଚିବ ଭାସ୍କର ଜ୍ୟୋତି ଶର୍ମା ଅନୁଗୋଳ ଗସ୍ତର ଦ୍ୱିତୀୟ ଦିନରେ ନିଜ ବିଭାଗୀୟ କାର୍ଯ୍ୟକ୍ରମ ସମେତ ସରକାରଙ୍କ ଅଗ୍ରାଧିକାର ଯୋଜନା ଗୁଡ଼ିକର ସମୀକ୍ଷା କରିଛନ୍ତି। ବିଭିନ୍ନ ଅଞ୍ଚଳ ଗସ୍ତ କରି ପ୍ରକଳ୍ପଗୁଡ଼ିକ ମଧ୍ୟ ବୁଲି ଦେଖିଛନ୍ତି। ଶୁକ୍ରବାର ପୂର୍ବାହ୍ନରେ କମିଶନର ଜିଲା ମୁଖ୍ୟ ଚିକିତ୍ସାଳୟ ପରିଦର୍ଶନରୁ ନିଜ ଗସ୍ତ ଆରମ୍ଭ କରିଥିଲେ। ମୁଖ୍ୟ ଚିକିତ୍ସାଳୟ ପରିଦର୍ଶନ ବେଳେ ଜିଲାପାଳ ମନୋଜ କୁମାର ମହାନ୍ତି, ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ଅତୁଲ୍ୟ କୁମାର ଚମ୍ପତ୍ତିରାୟ, ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଅମରେନ୍ଦ୍ରନାଥ ମହାନ୍ତି ପ୍ରମୁଖ ଉପସ୍ଥିତ ଥିଲେ।
ଜିଲା ମୁଖ୍ୟ ଚିକିତ୍ସାଳୟର ନିରାମୟ କେନ୍ଦ୍ର ସହ ବିଭିନ୍ନ ୱାର୍ଡ, ଏସ୍‌ଏନ୍‌ସିୟୁ, ମେକାନାଇଜ୍‌ଡ ଲଣ୍ଡ୍ରି ଓ ରୋଗୀଙ୍କ ପାଇଁ ରନ୍ଧା ଯାଉଥିବା ସ୍ଥାନ ବୁଲି ଦେଖିଥିଲେ। ପରେ କମିଶନର ତାଳଚେର ସନ୍ଥପଡ଼ାଠାରେ ଥିବା ଅଙ୍ଗନୱାଡ଼ି କେନ୍ଦ୍ର, ଗ୍ରାମୀଣ ଗୃହ ନିର୍ମାଣ ବିଦ୍ୟୁତୀକରଣ ଯୋଜନାର ହିତାଧିକାରୀଙ୍କ ଗୃହ ବୁଲି ଦେଖିବା ସହ ଗୋଡ଼ିବନ୍ଧର କଣ୍ଟାପାଲି କ୍ଲଷ୍ଟର ଗଭୀର ନଳକୂପ ଦେଖିଥିଲେ। ପରେ କଣିହଁାସ୍ଥିତ ପବିତ୍ରମୋହନ ଉଚ୍ଚ ବିଦ୍ୟାଳୟକୁ ପରିଦର୍ଶନରେ ଯାଇ ମଧ୍ୟାହ୍ନ ଭୋଜନ ବ୍ୟବସ୍ଥା ଅନୁଧ୍ୟାନ କରିଥିଲେ। କଣିହଁା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଜିଲା ଖଣିଜ ପାଣ୍ଠିରେ ନିର୍ମିତ ଥଣ୍ଡା ପାନୀୟ ଜଳ ପ୍ରକଳ୍ପ ଓ ଘଣ୍ଟପଡ଼ା ପଞ୍ଚାୟତର ଚାଳଗଡ଼ ଫେୟାର୍‌ ପ୍ରାଇସ୍‌ ଶପ୍‌ ପରିଦର୍ଶନ କରିଥିଲେ। କଣିହଁା ବ୍ଲକ କାର୍ଯ୍ୟାଳୟରେ ସରକାରୀ ଯୋଜନାର କାର୍ଯ୍ୟକାରିତା ଓ ମୋ ସରକାରର ନିୟମାବଳୀ ସମ୍ପର୍କରେ ଆଲୋଚନା କରିଥିଲେ। ଏହି ଅବସରରେ ପଞ୍ଚାୟତ ପ୍ରତିନିଧିମାନେ ଅଞ୍ଚଳର ସମସ୍ୟା ନେଇ କମିଶନରଙ୍କ ଦୃଷ୍ଟି ଆକର୍ଷଣ କରିବାରୁ ସମାଧାନ ପାଇଁ ବିଡିଓ ରମେଶ କୁମାର ଜେନାକୁ କହିଥିଲେ। ବିଭିନ୍ନ ଅଞ୍ଚଳ ପରିଦର୍ଶନ ସମୟରେ କେଉଁ ପ୍ରକଳ୍ପରେ କେତେ ହିତାଧିକାରୀ ଉପକୃତ ହେଉଛନ୍ତି ତାହାର ଏକ ରିପୋର୍ଟ ପ୍ରସ୍ତୁତ କରି ତାଙ୍କ ନିକଟକୁ ପଠାଇବାକୁ ଜିଲାସ୍ତରୀୟ ଅଧିକାରୀଙ୍କୁ କମିଶନର ନିର୍ଦ୍ଦେଶ ଦେଇଥିଲେ। ଅପରାହ୍ନରେ ସର୍କିଟ ହାଉସ ସମ୍ମିଳନୀ ଗୃହରେ ଅନୁଷ୍ଠିତ ବୈଠକରେ ଗ୍ରାମୀଣ ଗୃହ ନିର୍ମାଣ କାର୍ଯ୍ୟକ୍ରମର କାର୍ଯ୍ୟକାରିତା ସମ୍ପର୍କରେ ସମୀକ୍ଷା କରିଥିଲେ। ମହାତ୍ମାଗାନ୍ଧୀ ଜାତୀୟ ନିଶ୍ଚିତ କର୍ମନିଯୁକ୍ତି ଯୋଜନାର ପାଉଣା ଠିକ ସମୟରେ ପ୍ରଦାନ ପାଇଁ କମିଶନର ନିର୍ଦ୍ଦେଶ ଦେଇଥିଲେ। ସେହିପରି ଭିନ୍ନକ୍ଷମମାନଙ୍କୁ ୪ ପ୍ରତିଶତ ହାରରେ ଗୃହ ଯୋଗାଇ ଦେବା ଉପରେ ସେ ଗୁରୁତ୍ୱାରୋପ କରିଥିଲେ। ଉଠା ଜଳସେଚନ ବିଭାଗ ଦ୍ୱାରା ଜିଲାରେ ଖୋଳାଯାଇଥିବା ନଳକୂପ ଦ୍ୱାରା ଚାଷୀମାନେ କେତେଦୂର ଉପକୃତ ହୋଇଛନ୍ତି ଓ ସେମାନଙ୍କର ଆର୍ଥତ୍କ ସ୍ଥିତିରେ କ’ଣ ଉନ୍ନତି ପରିଲକ୍ଷିତ ହୋଇଛି ତାହାର ସର୍ଭେ କରି ଆସନ୍ତା ବୈଠକରେ ତଥ୍ୟ ଉପସ୍ଥାପନ କରିବାକୁ କମିଶନର ପରାମର୍ଶ ଦେଇଥିଲେ। ରୋଗୀମାନଙ୍କୁ ଯୋଗାଇ ଦିଆଯାଉଥିବା ଖାଦ୍ୟ ସମ୍ପର୍କରେ କମିଶନର ଜିଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀଙ୍କୁ ପଚାରି ବୁଝିଥିଲେ। ଶ୍ରମିକମାନଙ୍କ କଲ୍ୟାଣ ପାଇଁ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ କାର୍ଯ୍ୟକ୍ରମ ସମ୍ପର୍କରେ କମିଶନର ସମୀକ୍ଷା କରିବା ସହ ଶ୍ରମିକମାନଙ୍କୁ ନିର୍ଦ୍ଧାରିତ ମଜୁରି ପ୍ରଦାନ ଉପରେ ଗୁରୁତ୍ୱାରୋପ କରିଥିଲେ। ଏହି ବୈଠକରେ କମିଶନର ଜିଲା ଖଣିଜ ପାଣ୍ଠିର କାର୍ଯ୍ୟକାରିତା, ଗ୍ରାମୀଣ ବିଦ୍ୟୁତୀକରଣ, ଜିଲା ଯୋଗାଣ ବିଭାଗ, ଆଇସିଡିଏସ୍‌, କୃଷି, ସମଗ୍ର ଶିକ୍ଷା ଓ ଜିଲା ମଙ୍ଗଳ ବିଭାଗର କାର୍ଯ୍ୟକ୍ରମର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଥିଲେ। ଏହି ସମସ୍ତ କାର୍ଯ୍ୟକ୍ରମରେ ଜିଲାପାଳଙ୍କ ସମେତ ଅତିରିକ୍ତ ଜିଲାପାଳ ତପନ କୁମାର ଶତପଥୀ, ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ, ତାଳଚେର ଉପଜିଲାପାଳ ପରେଶ ଚନ୍ଦ୍ର ନାୟକଙ୍କ ସମେତ ବିଭିନ୍ନ ବିଭାଗର ଜିଲାସ୍ତରୀୟ ଅଧିକାରୀମାନେ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା

ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ...

୫୦ରୁ ଅଧିକ ଫଳ ଦୋକାନ ଜଳି ପୋଡି ପାଉଁଶ: ପରିଦର୍ଶନରେ ଆସି ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର କହିଲେ, ଏଥିପାଇଁ…

ବଲାଙ୍ଗୀର,୮।୧୨( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଯାଇଛି । ଦେଖୁ ଦେଖୁ ହୁ ହୁ ହୋଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri