Posted inଜାତୀୟ

ଉନ୍ନାଓ ପୀଡ଼ିତାଙ୍କ ଘରେ ପହଞ୍ଚିଲେ ପ୍ରିୟଙ୍କା

ଉନ୍ନାଓ,୭।୧୨: ଉତ୍ତରପ୍ରଦେଶ ଉନ୍ନାଓରେ ଜୀବନ୍ତ ଜଳାଇଦେଇଥିବା ବଳାତ୍କାର ପୀଡ଼ିତାଙ୍କ ଶୁକ୍ରବାର ବିଳମ୍ବିତ ରାତିରେ ମୃତ୍ୟୁ ହୋଇଛି। ଏହାପରେ ସାରା ଦେଶରେ ଶୋକପ୍ରକାଶ ପାଇବା ସହ ଜନତାଙ୍କ ଭିତରେ ଆକ୍ରୋଶ ବୃଦ୍ଧି ପାଇଛି। ଝିଅର ମୃତ୍ୟୁ ପରେ ପରିବାର ଓ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ଅପରପକ୍ଷରେ ଏହାକୁ ନେଇ ରାଜନୈତିକ ବୟାନବାଜି ଆରମ୍ଭ ହୋଇଥିବା ବେଳେ କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଶନିବାର ପୀଡ଼ିତାଙ୍କ ଘରେ ପହଞ୍ଚିଛନ୍ତି। ପ୍ରିୟଙ୍କା ପୀଡ଼ିତାଙ୍କ ପରିବାର ଲୋକଙ୍କୁ ଭେଟି ସମବେଦନା ଜଣାଇଛନ୍ତି। ଏହି ଅବସରରେ ପ୍ରଦେଶ କଂଗ୍ରେସ ଅଧ୍ୟକ୍ଷ ଅଜୟ କୁମାର ଲଲ୍ଲୁ ଓ ବରିଷ୍ଠ ନେତା ମଧ୍ୟ ଉପସ୍ଥିତ ଥିଲେ। ପୀଡିତାଙ୍କ ମୃତ୍ୟୁକୁ ନେଇ ପ୍ରିୟଙ୍କା ଯୋଗୀ ସରକାରଙ୍କୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି, ନ୍ୟାୟ ଦେବାରେ ରାଜ୍ୟ ସରକାର ବିଫଳ ହୋଇଛନ୍ତି। ସୂଚନାଯୋଗ୍ୟ, ପ୍ରିୟଙ୍କା ୨ ଦିନିଆ ଉତ୍ତରପ୍ରଦେଶ ଗସ୍ତ ପାଇଁ ଶୁକ୍ରବାର ଲକ୍ଷ୍ନୌରେ ପହଞ୍ଚିଥିଲେ। ନିଜର ସମସ୍ତ କାର୍ଯ୍ୟକ୍ରମକୁ ପରିବର୍ତ୍ତନ କରି ହଠାତ୍‌ ପୀଡ଼ିତାଙ୍କ ପରିବାର ଲୋକଙ୍କୁ ଭେଟିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜୁଆଆଡ୍ଡା ପରିଚାଳନାକୁ ନେଇ ୨ ଗୋଷ୍ଠୀଙ୍କ ମଧ୍ୟରେ ଉତ୍ତେଜନା, ଜେଲ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୮।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡି ପଞ୍ଚାୟତ କାଣ୍ଡସର ଗାଁ ନିକଟରେ ଦୀର୍ଘ ଦିନ ହେଲା ଚାଲିଥିବା ଜୁଆଆଡ୍ଡା ପରିଚାଳନାକୁ କେନ୍ଦ୍ରକରି ୨…

ଅକ୍ଟୋବର ୧୭ରେ ସୂର୍ଯ୍ୟଙ୍କ ବଡ଼ ଗୋଚର: ୩ ରାଶି ରୁହନ୍ତୁ ସାବଧାନ! ପାଖରୁ ଚାଲିଯିବ ସବୁ ଟଙ୍କା

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଅକ୍ଟୋବର ମଧ୍ୟଭାଗରେ ଗ୍ରହ ସ୍ଥିତିରେ ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି । ପ୍ରକୃତରେ, ବୈଦିକ କ୍ୟାଲେଣ୍ଡର ଅନୁସାରେ, ଆସନ୍ତା ଅକ୍ଟୋବର ୧୭…

ଲୋକଙ୍କ ଅଭିଯୋଗ ଶୁଣିଲେ ବିଧାୟକ

ପାଟଣା,୮।୧୦(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ପଞ୍ଚାୟତରେ ଗୁରୁବାର ‘ସେବା ସେତୁ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକ…

ବିଦେଶ ଯାଉଥିବା ଏୟାର୍ ଇଣ୍ଡିଆ ଯାତ୍ରୀଙ୍କ ପାଇଁ ବଡ଼ ସୁବିଧା, ଏବେ ଫ୍ଲାଇଟ୍ ସହ ମିଳିବ Travel SIM

ନୂଆଦିଲ୍ଲୀ,୮ା୧୦: ବିଦେଶ ଭ୍ରମଣରେ ଯାଉଥିବା ଯାତ୍ରୀଙ୍କ ପାଇଁ ଏୟାର୍ ଇଣ୍ଡିଆ (Air India) ଏକ ନୂଆ ଏବଂ ସୁବିଧାଜନକ ସେବା ଆରମ୍ଭ କରିବାକୁ ଯାଉଛି। ଏବେ ଅନ୍ତର୍ଜାତୀୟ…

The Real Hero: ଯେତେବେଳେ ଦେଶ ପାଇଁ କାର୍ଗିଲ ଯୁଦ୍ଧ ମଇଦାନକୁ ଓହ୍ଲାଇଥିଲେ ନାନା ପାଟେକର, ଦେଖାଇଥିଲେ ଅସଲ ଦେଶପ୍ରେମ

ପ୍ରସିଦ୍ଧ ଅଭିନେତା ନାନା ପାଟେକରଙ୍କ ଅଭିନୟ ଓ ଦେଶପ୍ରେମ ବିଷୟରେ ସମସ୍ତେ ପରିଚିତ। ମାତ୍ର ବହୁତ କମ୍ ଲୋକ ଜାଣନ୍ତି ଯେ ୧୯୯୯ କାର୍ଗିଲ ଯୁଦ୍ଧ ସମୟରେ…

ପତ୍ନୀଙ୍କୁ କଡ଼ା ଜବାବ ଦେଲେ ମହମ୍ମଦ ଶାମି, ନିର୍ବାଚନ ଲଢ଼ିବାକୁ ନେଇ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୮।୧୦: ଭାରତୀୟ କ୍ରିକେଟ୍ ଦଳର ଷ୍ଟାର୍ ଦ୍ରୁତ ବୋଲର ମହମ୍ମଦ ଶାମିଙ୍କୁ ନେଇ ଉତ୍ତରପ୍ରଦେଶ ରାଜନୀତିରେ ଚର୍ଚ୍ଚା ଜୋର ଧରିଛି। କିଛି ମାସ ପୂର୍ବରୁ ଶାମି ରାଷ୍ଟ୍ରୀୟ…

GST କାଉନସିଲର ଐତିହାସିକ ନିଷ୍ପତ୍ତି: ଛୋଟ ଭୁଲରେ ଗିରଫ ହେବେନି….

ନୂଆଦିଲ୍ଲୀ,୮ା୧୦: ବ୍ୟବସାୟୀ, ସୂକ୍ଷ୍ମ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ (MSME) ଏବଂ କ୍ଷୁଦ୍ର ବ୍ୟବସାୟୀଙ୍କ ପାଇଁ ବଡ଼ ଆଶ୍ୱସ୍ତି ଆଣିଛି ୫୭ତମ GST କାଉନସିଲ ବୈଠକ ।…

‘କଣ୍ଟ୍ରୋଲ୍ ଉଦୟ’ରୁ ‘ଲେ ମୈ ଭୀ ନାଚା’: ନାନା ପାଟେକରଙ୍କ ବିୟୋଗରେ ଝୁରୁଛି ଇଣ୍ଟରନେଟ୍, ଭାଇରାଲ୍ ହେଉଛି ଆଇକନିକ୍ ମିମ୍‌ସ

ପାଣାଜୀ:ଭାରତୀୟ ସିନେମା ଜଗତର ଜଣେ ବରିଷ୍ଠ ତଥା ପ୍ରସିଦ୍ଧ ଅଭିନେତା ନାନା ପାଟେକରଙ୍କର ୭୫ ବର୍ଷ ବୟସରେ ପରଲୋକ ହୋଇଯାଇଛି। ଗୁରୁବାର ସକାଳେ ଗୋଆସ୍ଥିତ ତାଙ୍କ ବାସଭବନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?