Categories: ଜାତୀୟ

ଉନ୍ନାଓ ପୀଡ଼ିତାଙ୍କ ଘରେ ପହଞ୍ଚିଲେ ପ୍ରିୟଙ୍କା

ଉନ୍ନାଓ,୭।୧୨: ଉତ୍ତରପ୍ରଦେଶ ଉନ୍ନାଓରେ ଜୀବନ୍ତ ଜଳାଇଦେଇଥିବା ବଳାତ୍କାର ପୀଡ଼ିତାଙ୍କ ଶୁକ୍ରବାର ବିଳମ୍ବିତ ରାତିରେ ମୃତ୍ୟୁ ହୋଇଛି। ଏହାପରେ ସାରା ଦେଶରେ ଶୋକପ୍ରକାଶ ପାଇବା ସହ ଜନତାଙ୍କ ଭିତରେ ଆକ୍ରୋଶ ବୃଦ୍ଧି ପାଇଛି। ଝିଅର ମୃତ୍ୟୁ ପରେ ପରିବାର ଓ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ଅପରପକ୍ଷରେ ଏହାକୁ ନେଇ ରାଜନୈତିକ ବୟାନବାଜି ଆରମ୍ଭ ହୋଇଥିବା ବେଳେ କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଶନିବାର ପୀଡ଼ିତାଙ୍କ ଘରେ ପହଞ୍ଚିଛନ୍ତି। ପ୍ରିୟଙ୍କା ପୀଡ଼ିତାଙ୍କ ପରିବାର ଲୋକଙ୍କୁ ଭେଟି ସମବେଦନା ଜଣାଇଛନ୍ତି। ଏହି ଅବସରରେ ପ୍ରଦେଶ କଂଗ୍ରେସ ଅଧ୍ୟକ୍ଷ ଅଜୟ କୁମାର ଲଲ୍ଲୁ ଓ ବରିଷ୍ଠ ନେତା ମଧ୍ୟ ଉପସ୍ଥିତ ଥିଲେ। ପୀଡିତାଙ୍କ ମୃତ୍ୟୁକୁ ନେଇ ପ୍ରିୟଙ୍କା ଯୋଗୀ ସରକାରଙ୍କୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି, ନ୍ୟାୟ ଦେବାରେ ରାଜ୍ୟ ସରକାର ବିଫଳ ହୋଇଛନ୍ତି। ସୂଚନାଯୋଗ୍ୟ, ପ୍ରିୟଙ୍କା ୨ ଦିନିଆ ଉତ୍ତରପ୍ରଦେଶ ଗସ୍ତ ପାଇଁ ଶୁକ୍ରବାର ଲକ୍ଷ୍ନୌରେ ପହଞ୍ଚିଥିଲେ। ନିଜର ସମସ୍ତ କାର୍ଯ୍ୟକ୍ରମକୁ ପରିବର୍ତ୍ତନ କରି ହଠାତ୍‌ ପୀଡ଼ିତାଙ୍କ ପରିବାର ଲୋକଙ୍କୁ ଭେଟିଛନ୍ତି।

Share