Posted inଜାତୀୟ

ଉନ୍ନାଓ ବଳାତ୍କାର ମାମଲା: କୁଲଦୀପଙ୍କ ବିରୋଧରେ ଆସିପାରେ ରାୟ

ଲକ୍ଷ୍ନୌ,୧୬।୧୨: ଉନ୍ନାଓ ବହୁ ଚର୍ଚ୍ଚିତ ବଳାତ୍କାର ମାମଲାର ଶୁଣାଣି ସୋମବାର ହୋଇପାରେ। ତିସ୍‌ ହଜାରୀ କୋର୍ଟ ଭାଜପାରୁ ବିତାଡିତ ବିଧାୟକ କୁଲଦୀପ ସେନଗରଙ୍କ ବିରୋଧରେ ରାୟ ଦେଇପାରନ୍ତି। ସୂଚନଯୋଗ୍ୟ, ୨୦୧୭ରେ ପୀଡିତାଙ୍କୁ ଅପହରଣ ପରେ ବଳାତ୍କାର କରାଯିବା ଅଭିଯୋଗ ଆସିଥିଲା। ଏଥିରେ ଭାରତୀୟ ଜନତା ପାର୍ଟି(ଭାଜପା)ର ବିଧାୟକ ମୁଖ୍ୟ ଅଭିଯୁକ୍ତ ବୋଲି ଦର୍ଶାଯାଇଥିଲା। ଏହାପରେ ସେନଗରଙ୍କ ସହ ଅନ୍ୟ ଜଣଙ୍କ ନାଁରେ ମାମଲା ମଧ୍ୟ ହୋଇଥିଲା। ଉଭୟଙ୍କୁ ଗିରଫ କରାଯିବା ସହ କୋର୍ଟରେ ମାମଲା ଚାଲୁଥିବା ସମୟରେ ପୀଡିତା କୋର୍ଟକୁ ଯିବା ବାଟରେ ଗତ ଜୁଲାଇରେ ତାଙ୍କ କାର୍‌କୁ ଏକ ଟ୍ରକ୍‌ ଧକ୍କା ଦେବା ଫଳରେ ପୀଡିତାଙ୍କ୨ ସମ୍ପର୍କୀୟଙ୍କ ମୃତ୍ୟୁ ମଧ୍ୟ ହୋଇଥିଲା। ଏହାକୁ ନଜରରେ ରଖି ମାମାଲାକୁ ଲକ୍ଷ୍ନୌରୁ ଦିଲ୍ଲୀର ତିସ୍‌ ହଜାରୀ କୋର୍ଟକୁ ପଠାଇ ଦିଆଯାଇଥିଲା। ଏବେ ସେନଗର ମଧ୍ୟ ତିହାର ଜେଲରେ ବନ୍ଦୀ ହୋଇ ରହିଛନ୍ତି। ତେବେ ସୋମବାର କୋର୍ଟ ତାଙ୍କ ବିରୋଧରେ ରାୟ ପ୍ରକାଶ ପରେ ତାଙ୍କୁ ଆଜୀବନ କାରାଦଣ୍ଡ ଭୋଗିବାକୁ ପଡିପାରେ ବୋଲି ଆଲୋଚନା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଁ ମୋଦିଙ୍କ ଭେଟିବାକୁ ଚାହେଁ, ମୋତେ ସମୟ ଦିଅନ୍ତୁ: ଖାର୍ଗେ

ନୂଆଦିଲ୍ଲୀ,୨୪।୪: ୨୦୨୪ ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ପ୍ରଚାର କରୁଥିବାବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କଂଗ୍ରେସ ମାନିଫେଷ୍ଟୋରେ ମୁସଲିମ ଲିଗର ଛାପ ଏବଂ...

ବିମାନରେ ଛୋଟ ପିଲାଙ୍କୁ ଅଭିଭାବକଙ୍କ ପାଖରେ ବସାଇବା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୨୪ା୪:ବିମାନରେ ୧୩ ବର୍ଷରୁ କମ୍‌ ବୟସର ପିଲାମାନେ ଯେପରି ସେମାନଙ୍କ ମାଆବାପା କିମ୍ବା ଅଭିଭାବକଙ୍କ ପାଖ ସିଟ୍‌ରେ ବସନ୍ତି, ତାହା ସୁନିଶ୍ଚିତ କରିବାକୁ ବେସାମରିକ ବିମାନ...

ଦ୍ୱିତୀୟ ପର୍ଯ୍ୟାୟ ଭୋଟ ପାଇଁ ଆଜି ସରିବ ପ୍ରଚାର, ୮୮ ଆସନରେ ହେବ ମତଦାନ

ନୂଆଦିଲ୍ଲୀ,୨୪।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ଦ୍ୱିତୀୟ ପର୍ଯ୍ୟାୟ ଭୋଟ ପାଇଁ ଗଣନା ଆରମ୍ଭ ହୋଇଯାଇଛି। ଦ୍ୱିତୀୟ ପର୍ଯ୍ୟାୟ ପାଇଁ ନିର୍ବାଚନୀ ପ୍ରଚାର ଆଜି...

ରାସେଶ୍ୱରୀଙ୍କ ଇସ୍ତଫା ନେଇ ବିଜେଡିକୁ ଝଟକା ଚର୍ଚ୍ଚା

ସମ୍ବଲପୁର,୨୪ା୪(ପ୍ରମୋଦ ବହିଦାର):ସମ୍ବଲପୁରର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀ ମଙ୍ଗଳବାର ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ସମ୍ବଲପୁର ବିଧାନ ସଭା ଓ ଲୋକ...

ନୁଡୁଲ୍ସ ପ୍ୟାକେଟ୍‌ରୁ ୨ କୋଟିର ହୀରା ଜବତ

ମୁମ୍ବାଇ,୨୪ା୪:ସୀମାଶୁଳ୍କ ବିଭାଗ ଅଧିକାରୀମାନେ ମୁମ୍ବାଇ ବିମାନବନ୍ଦରରୁ ୬.୪୬ କୋଟି ଟଙ୍କାର ସୁନା ଓ ହୀରା ଜବତ କରିଛନ୍ତି। ଜଣେ ଯାତ୍ରୀ ନୁଡୁଲ୍ସ ପ୍ୟାକେଟରେ ହୀରାକୁ ଲୁଚାଇଥିବାବେଳେ...

ପବନକୁ ସମ୍ଭାଳି ପାରିଲାନି ବ୍ରିଜ୍‌

ହାଇଦ୍ରାବାଦ୍‌,୨୪ା୪:ତେଲଙ୍ଗାନାର ପେଦ୍ଦାପଲ୍ଲୀରେ ସୋମବାର ରାତି ୯ଟା ୪୫ରେ ଏକ ନିର୍ମାଣାଧୀନ ବ୍ରିଜ୍‌ ପବନକୁ ସମ୍ଭାଳି ନ ପାରି ଭୁଶୁଡ଼ିପଡ଼ିଛି। ଉକ୍ତ ବ୍ରିଜ୍‌ର ଏକ ଅଂଶ ଭାଙ୍ଗିଯାଇଛି।...

ମତଦାନ କମିବା ଆଶଙ୍କା

ନୂଆଦିଲ୍ଲୀ,୨୪ା୪: ଲୋକ ସଭା ନିର୍ବାଚନରେ ବିଜୟୀ ହୋଇ ଭାଜପା ତୃତୀୟ ଥର ସରକାର ଗଢ଼ିବାକୁ ଲକ୍ଷ୍ୟ ରଖିଥିବାବେଳେ ଏହାକୁ ଅଟକାଇବା ପାଇଁ ଇଣ୍ଡିଆ ମେଣ୍ଟ ଜୋର୍‌ଦାର...

ଏସିଆ ଦେଶରେ ଅଧିକ ପଡିଲା ଜଳବାୟୁ ପରିବର୍ତ୍ତନର ପ୍ରଭାବ, ୨ ମାସରେ ଭାରତରେ ୧୦୦ରୁ ଅଧିକ ମୃତ୍ୟୁ: ରିପୋର୍ଟ

ନୂଆଦିଲ୍ଲୀ/ଜେନେଭା,୨୩।୪: ସର୍ବାଧିକ ବିପର୍ଯ୍ୟୟ ପ୍ରଭାବିତ ଅଞ୍ଚଳ ସମ୍ପର୍କରେ ମିଳିତ ଜାତିସଂଘ (ଜାତିସଂଘ) ରିପୋର୍ଟ ପ୍ରକାଶ ପାଇଛି। ଏହି ଅନୁଯାୟୀ, ୨୦୨୩ରେ ପାଗ, ଜଳବାୟୁ ଏବଂ ଜଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri