Posted inଜାତୀୟ

ଉନ୍ନାଓ ମାମଲା: ଏମ୍ସରେ ଶୁଣାଣି

ନୂଆଦିଲ୍ଲୀ,୧୨ା୯ (ପି.ଟି./ଆଇଏଏନ୍‌ଏସ୍‌): ଉନ୍ନାଓ ପୀଡ଼ିତା ଚିକିତ୍ସିତ ହେଉଥିବା ନୂଆଦିଲ୍ଲୀର ଏମ୍ସରେ ବୁଧବାର ‘ଇନ୍‌ କ୍ୟାମେରା’ ପ୍ରୋସିଡିଂ ଆରମ୍ଭ ହୋଇଛି। ବଳାତ୍କାର ପୀଡ଼ିତାଙ୍କ ବୟାନ ରେକର୍ଡ ପାଇଁ ସେଠାରେ ଏକ ଅସ୍ଥାୟୀ କୋର୍ଟ ପ୍ରତିଷ୍ଠା କରାଯାଇଛି। ଏମ୍ସର ଆପେକ୍ସ ଟ୍ରମା ସେଣ୍ଟରରେ ଜିଲା ଜଜ୍‌ ଧର୍ମେଶ ଶର୍ମା ତାଙ୍କର ବୟାନ ରେକର୍ଡ କରିଛନ୍ତି। ଭାଜପାରୁ ନିଲମ୍ବିତ ବିଧାୟକ କୁଳଦୀପ ସିଂ ସେନଗାର ଓ ସହଅଭିଯୁକ୍ତ ଶଶୀ ସିଂଙ୍କୁ ମଧ୍ୟ ଅସ୍ଥାୟୀ ଅଦାଲତକୁ ନିଆଯାଇଛି। ‘ଇନ୍‌ କ୍ୟାମେରା’ ପ୍ରୋସିଡିଂ ବେଳେ ସର୍ବସାଧାରଣ ଓ ଗଣମାଧ୍ୟମକୁ ଉପସ୍ଥିତ ରହିବାକୁ ଅନୁମତି ଦିଆଯାଇନାହିଁ। ପ୍ରକାଶ ଯେ, ୨୦୧୭ରେ ଗଣବଳାତ୍କାରର ଶିକାର ହୋଇଥିବା ପୀଡ଼ିତା ତାଙ୍କର ସମ୍ପର୍କୀୟଙ୍କ ସହ ଗତ ଜୁଲାଇ ୨୮ରେ କାର୍‌ରେ ଯାଉଥିବାବେଳେ ଏକ ଟ୍ରକ୍‌ ଧକ୍କା ଦେଇଥିଲା। ଏଥିରେ ତାଙ୍କର ଦୁଇଜଣ ଖୁଡୀ ପ୍ରାଣ ହରାଇଥିବାବେଳେ ପୀଡ଼ିତା ଗୁରୁତର ହୋଇଥିଲେ। ଏମ୍ସରେ ପୀଡ଼ିତାଙ୍କ ବୟାନ ରେକର୍ଡ ପାଇଁ ଶୁକ୍ରବାର ଦିଲ୍ଲୀ ହାଇକୋର୍ଟ ଅନୁମତି ଦେଇଥିଲେ। ଏହାପୂର୍ବରୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ପୀଡ଼ିତାଙ୍କୁ ଲକ୍ଷ୍ନୌର ଏକ ହସ୍ପିଟାଲରୁ ଉନ୍ନତ ଚିକିତ୍ସା ପାଇଁ ବିମାନରେ ଦିଲ୍ଲୀ ଅଣାଯାଇଥିଲା। ଏ ସମ୍ପର୍କିତ ସମସ୍ତ ମାମଲା ଉତ୍ତରପ୍ରଦେଶରୁ ଦିଲ୍ଲୀକୁ ସ୍ଥାନାନ୍ତର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୧୦୦% ଭିଭିପିଏଟି ଯାଞ୍ଚ ହେବନାହିଁ

ନୂଆଦିଲ୍ଲୀ,୨୭ା୪: ମତଦାନ ବେଳେ ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ (ଇଭିଏମ୍‌) ସହ ଭୋଟର ଭେଭିଫିଏବଲ୍‌ ପେପର ଅଡିଟ୍‌ ଟ୍ରାଏଲ (ଭିଭିପିଏଟି) ମେଶିନରୁ ବାହାରୁଥିବା ପେପର ସ୍ଲିପ୍‌ର ୧୦୦% ଯାଞ୍ଚ...

୮୮ ଆସନରେ ୬୧% ମତଦାନ

ନୂଆଦିଲ୍ଲୀ,୨୭ା୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟରେ ଶୁକ୍ରବାର ୧୩ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୮୮ଟି ଆସନରେ ମତଦାନ ଅନୁଷ୍ଠିତ ହୋଇଯାଇଛି। ଅପରାହ୍ନ ୫ଟା...

ସାରା ଦେଶରେ ୟୁସିସି ଲାଗୁହେବ: ଶାହା

ଗୁନା,୨୭ା୪: କଂଗ୍ରେସ ନିର୍ବାଚନ ଇସ୍ତାହାରରେ ଧର୍ମୀୟ ପର୍ସନାଲ ଲ’କୁ କାଏମ ରଖିବା ପାଇଁ ପ୍ରତିଶ୍ରୁତି ଦେଇଥିବାବେଳେ ସାରା ଦେଶରେ ସମାନ ନାଗରିକ ସଂହିତା (ୟୁସିସି) ଲାଗୁ...

ଭାରତ ଛାଡ଼ିବାକୁ ହ୍ବାଟ୍ସଆପ୍‌ର ଚେତାବନୀ

ନୂଆଦିଲ୍ଲୀ,୨୭ା୪: ଭାରତ ସରକାର ଓ ମେଟା ମାଲିକାନାରେ ଥିବା ମେସେଜିଂ ପ୍ଲାଟ୍‌ଫର୍ମ ହ୍ବାଟ୍ସଆପ୍‌ ମଧ୍ୟରେ ବିବାଦ ତେଜିବାରେ ଲାଗିଛି। ସୋସିଆଲ ମିଡିଆ ପ୍ଲାଟ୍‌ଫର୍ମଗୁଡ଼ିକ ସୂଚନାର ପ୍ରଥମ...

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

ଧର୍ମ ନାମରେ ଭୋଟ ମାଗିବାରୁ ଅଯୋଗ୍ୟ ଘୋଷଣା ହେବେ ମୋଦି! କୋର୍ଟରେ ପହଞ୍ଚିଲା ମାମଲା

ନୂଆଦିଲ୍ଲୀ,୨୬।୪: ହିନ୍ଦୁ, ଶିଖ ଓ ଧର୍ମପୀଠ ନାଁରେ ଭାଜପା ପାଇଁ ଭୋଟ ମାଗୁଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନାମରେ କୋର୍ଟରେ ମାମଲା ଦାୟର ହୋଇଛି। ଆସନ୍ତା...

ଭାଜପା ପ୍ରାର୍ଥୀଙ୍କ ନାଁରେ ଏଫଆଇଆର, ଧର୍ମ ନାମରେ ଭୋଟ ମାଗୁଥିବା ଅଭିଯୋଗ

ବେଙ୍ଗାଲୁରୁ,୨୬।୪: ଦ୍ୱିତୀୟ ପର୍ଯ୍ୟାୟରେ କର୍ନାଟକର ୨୮ ଟି ଲୋକ ସଭା ଆସନ ମଧ୍ୟରୁ ୧୪ ଟି ପାଇଁ ମତଦାନ ଚାଲିଛି। ଏହି ସମୟରେ ବେଙ୍ଗାଲୁରୁ ଦକ୍ଷିଣ...

ରାଜନୈତିକ ଦଳଙ୍କ ମନର କଥା କହିଲେ ନିର୍ବାଚନ କମିଶନ

ନୂଆଦିଲ୍ଲୀ,୨୬।୪: ଭୋଟ ଦେବା ପରେ ପ୍ରତ୍ୟେକ VVPAT ସ୍ଲିପ ସହିତ ଇଭିଏମ ମେଳାଇବାକୁ ଦାବି କରି ସୁପ୍ରିମକୋର୍ଟ ଶୁକ୍ରବାର ଏହି ଆବେଦନକୁ ପ୍ରତ୍ୟାଖ୍ୟାନ କରିଛନ୍ତି। ଏହା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri